Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବୃଦ୍ଧି ପାଇଲା ନବୀନ ପଟ୍ଟନାୟକଙ୍କ ଟୁଇଟର ଫଲୋଅରସ ସଂଖ୍ୟା, ଜାଣନ୍ତୁ କେତେ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର ଆକାଉଣ୍ଟ ଫଲୋଅରସ ସଂଖ୍ୟା ବୃଦ୍ଧି ପାଇଛି। ଆଜି ଏହି ସଂଖ୍ୟା 3 ମିଲିୟନ ବା 30 ଲକ୍ଷରେ ପହଁଚିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର ଆକାଉଣ୍ଟ 2015 ମସିହା ସେପ୍ଟେମ୍ବର ମାସରେ ଖୋଲାଯାଇଥିଲା। ପ୍ରଥମରୁ ଏହି ଆକାଉଣ୍ଟର ଫଲୋଅରସ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମାତ୍ର ଗୋଟିଏ ବର୍ଷ ମଧ୍ୟରେ ଏହା ପ୍ରାୟ 7 ଲକ୍ଷରେ ପହଁଚିଥିଲା।

ନବୀନ ପଟ୍ଟନାୟକଙ୍କ ଏହି ଆକାଣଣ୍ଟରେ ବିଭିନ୍ନ ସମୟରେ ସରକାରଙ୍କ ପଦକ୍ଷେପ ସହିତ ବିଭିନ୍ନ ନିଷ୍ପତି ପୋଷ୍ଟିଂ କରାଯାଇଥାଏ। ଯାହା ସାଧାରଣ ଜନତା ଜାଣିବାରେ ସହାୟକ ହୋଇଥାଏ। ସେଥିପାଇଁ ଗଣମାଧ୍ୟମ ବ୍ୟକ୍ତି ବିଶେଷ, ନେତା,ମନ୍ତ୍ରୀ ଏପରିକି ସାଧାରଣ ଜନତା ମଧ୍ୟ ନବୀନଙ୍କ ଟୁଇଟରକୁ ଫଲୋ କରିଥାନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି।

କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜକୁ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବରେ ଗଢିତୋଳିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଯାଇଛି।

ସେହିପରି ନୂଆକରି ରାଜ୍ୟ ସରକାର ଗଢିଥିବା ୯ ଗୋଟି ମେଡିକାଲ କଲେଜ ଗୁଡିକର ଭିତ୍ତିଭୂମିର ବିକାଶ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଥିଲେ।

ଏତଦ୍‌ବ୍ୟତୀତ ୫ ଗୋଟି ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ୬ ଗୋଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ କାର୍ଯ୍ୟ ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ।

ଝାରସୁଗୁଡା ଠାରେ କାର୍ଡିକ କେୟାର ଡାକ୍ତରଖାନା, କଟକ ଶିଶୁଭବନରେ ପି.ଜି. ଛାତ୍ରଛାତ୍ରୀଙ୍କ ପାଇଁ ମଲ୍ଟି ୟୁଟିଲିଟି କମ୍ପ୍ଲେକ୍ସ, ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲର ଲିନାକ ବ୍ଲକ(LINAC block), କ୍ୟାପିଟାଲ ହସ୍‌ପିଟାଲର ବିକାଶ ତଥା ପିଜିଆଇ(PGI) ଭାବରେ ଗଢିବା ଏବଂ ବରଗଡ କ୍ୟାନସର ହସ୍‌ପିଟାଲ ଆଦିର ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

ସ୍ବାସ୍ଥ୍ୟସେବାର ଗୁରୁତ୍ବକୁ ଦୃଷ୍ଟିରେ ରଖି ଏହିସବୁ ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବା ସହିତ ଏଥିରେ ସଂପୃକ୍ତ ବିଭିନ୍ନ ବିଭାଗ ସେମାନଙ୍କ ଦାୟିତ୍ବକୁ ଉତ୍ତମ ସମନ୍ବୟ ରକ୍ଷା କରି ନିର୍ବାହ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଅନ୍ୟାନ୍ୟ ବିଷୟ ମାନଙ୍କ ମଧ୍ୟରେ ନୂଆକରି ଖୋଲିବାକୁ ଥିବା ମେଡିକାଲ କଲେଜ ଗୁଡିକର ଅଧ୍ୟାପକ ପଦବୀ ତଥା ପେରିଫେରି(Periphery) ଡ଼ାକ୍ତରଖାନାର ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଆଦି ପଦବୀ ପୂରଣ ଏବଂ ଚିକିତ୍ସା ଊପକରଣ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା। ଓପିଏସସି(OPSC) ପକ୍ଷରୁ ପ୍ରାୟ ୨୦୦୦ରୁ ଅଧିକ ଡାକ୍ତର, ଦନ୍ତ ଚିକିତ୍ସକ ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇବ ବୋଲି ଜଣାଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଅଧିକରୁ ଅଧିକ ସାଧାରଣ ଲୋକ ଯେପରି ସୁବିଧା ପାଇପାରିବେ, ସେ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର, ଅର୍ଥ ବିଭାଗର ପ୍ରମୁଖ ସଚିବ ଅଶୋକ ମୀନା ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ କିଷନ କୁମାର ଭିତ୍ତିଭୂମି ବିକାଶ ସଂପର୍କରେ ଉପସ୍ଥାପନା ଦେଇଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

କଳାହାଣ୍ଡି ଜନସମାବେଶରେ ବିଜୁବାବୁଙ୍କ ଉପରେ ଏକ ବଡ କଥା କହିଲେ ତାଙ୍କ ସୁପୁତ୍ର ନବୀନ ପଟ୍ଟନାୟକ

ଭୁବନେଶ୍ବର, ବହୁଦିନ ପରେ ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ କଳାହାଣ୍ଡି ଗସ୍ତ କରିଥିଲେ। କରୋନା ପାଇଁ ମୁଖ୍ୟମନ୍ତ୍ରୀ କେବଳ ଭୁବନେଶ୍ବର ପୁରୀ ଭିତରେ ତାଙ୍କର ଗସ୍ତକୁ ସୀମିତ ରଖିଥିଲେ। ଯାହା ସବୁ କାର୍ଯ୍ୟ ଭିଡିଓ କନଫ୍ରେସିଂ ମାଧ୍ୟମରେ କରୁଥିଲେ। କଳାହାଣ୍ଡି ଗସ୍ତ କରି ଦୁଇ ହଜାର କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ ସହିତ ଜନସମାବେଶକୁ ଉଦବୋଧନ ଦେଇଥିଲେ। ତେବେ ଏହି ଉଦବୋଧନ ଦେବା ବେଳେ ମୁଖ୍ୟମନ୍ତ୍ରୀ ବିଜୁବାବୁଙ୍କ କଳାହାଣ୍ଡି ଗସ୍ତ ବେଳେ ଏକ ବଡ ଘଟଣାକୁ ମନେ ପକାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ବାବୁ ୯୦ ଦଶକରେ ମୁଖ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ଭବାନୀପାଟଣା ଗସ୍ତ ସମୟରେ କିଛି ପିଲା ତାଙ୍କ ଉପରକୁ ପଥର ମାଡ କରିଥିଲେ। ବିଜୁ ବାବୁ ତାଙ୍କ ବିଶାଳ ହୃଦୟରେ ସେହି ପିଲାମାନଙ୍କୁ କ୍ଷମା କରିଥିଲେ। ପରେ ତାଙ୍କ ପୁଅ ଭାବରେ ମୁଁ ଯେତେବେଳେ ଏ ବିଷୟରେ ତାଙ୍କୁ ପଚାରି ଥିଲି,  ସେତେବେଳେ ବିଜୁବାବୁ କହିଥିଲେ “Nothing to be worried.”  । କଳାହାଣ୍ଡିବାସୀ ମୋତେ ବହୁତ ଭଲ ପାଆନ୍ତି । ମୁଁ ମଧ୍ୟ କଳାହାଣ୍ଡିକୁ ବହୁତ ଭଲ ପାଏ। କଳାହାଣ୍ଡି ମାଟିରେ ମୋର ଯେତିରି ବିନ୍ଦୁ ରକ୍ତ ପଡିଛି, କଳାହାଣ୍ଡିର ବିକାଶ ପାଇଁ ମୁଁ ତାର ୧୦ ଗୁଣ ଅଧିକ ପରିଶ୍ରମ କରିବି ।’

୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ବ ଗ୍ରହଣ କରିବା ସମୟର ସ୍ମୃତି ଚାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ମା’ର ସେବା ପାଇଁ ମୁଁ ଯେତେବେଳେ ସୁଯୋଗ ପାଇଲି, ସେତେବେଳେ ବିଜୁ ବାବୁଙ୍କର ଏହି କଥା ମୋ ମନକୁ ବାରମ୍ବାର ଆସୁଥିଲା ଏବଂ କଳାହାଣ୍ଡିର ବିକାଶ ପାଇଁ ମୋତେ ମାର୍ଗ ଦେଖାଉଥିଲା। ଏ ଭିତରେ କଳାହାଣ୍ଡିର ଛବି ଉଜ୍ଜଳ ହୋଇଛି । ନୂଆ ଓଡିଶା ପାଇଁ ବାଟ ଦେଖାଇଛି।

Categories
ଆଜିର ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କଟକରେ ନିର୍ମାଣ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

ଭୁବନେଶ୍ବର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି। କଟକ ଠାରେ ଏକ ଅତ୍ୟାଧୁନିକ ବସ୍‌ ଟର୍ମିନାଲ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। କଟକର ଖାନନଗର ଠାରେ ଏହି ବସ୍‌ ଟର୍ମିନାଲ ନିର୍ମିତ ହେବ। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ। ଏହା ସହିତ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲଟି ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ନାମିତ କରାଯିବ। ଏଥିପାଇଁ ୬୫ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ, ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ। ୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ।

ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ସୂଚନା ବ୍ୟବସ୍ଥା ମଧ୍ୟ ରହିବ। ଏହି ନିର୍ମାଣ ପାଇଁ କଟରର ରିଂଗ୍‌ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା ରହିଛି। ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏକ ଲକ୍ଷ ଟଙ୍କାରୁ ଦୁଇ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

ଆଜି କେନ୍ଦୁପତ୍ର କଲ୍ୟାଣ ବୋର୍ଡରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଭିଡିଓ କନ୍‌ଫରେନସିଂ ଜରିଆରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତା କରିଥିଲେ।  କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତ ବର୍ଷ ବୋନସ୍‌, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୁମି ବିକାଶ ଉଦ୍ଦେଶ୍ୟରେ ୯୨.୩୭ କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛି।

କେନ୍ଦୁପତ୍ର ସଂଗ୍ରହ, ବନ୍ଧେଇ ଓ ପ୍ରକ୍ରିୟାକରଣ କାର୍ଯ୍ୟରେ ସାଧାରଣତଃ ଗରିବ ଲୋକମାନେ ନିୟୋଜିତ ହୋଇଥାନ୍ତି। ସେମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ସବୁବେଳେ ଉଦ୍ୟମ ଜାରି ରଖିଛନ୍ତି। ୨୦୧୪ ମସିହାରେ ଏକ ଐତିହାସିକ ନିଷ୍ପତ୍ତି ନେଇ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟରୁ ପାଉଥିବା ଲାଭାଂଶରେ କେନ୍ଦୁପତ୍ର ତୋଳାଳୀମାନଙ୍କୁ ସାମିଲ କରିଛନ୍ତି।

କୋଭିଡ୍‌ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମ ଦିବସ ସୃଷ୍ଟି କରିପାରିଥିଲା। ଏହା ଦ୍ବାରା ୭ ଲକ୍ଷ ୫୪ ହଜାରେ ୬୩୧ କେନ୍ଦୁପତ୍ର ତୋଳାଳୀ, ୧୮୨୨୩ ବନ୍ଧେଇ ଶ୍ରମିକ ଏବଂ ୧୬୫୩୩ ଜଣ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି। ୨୦୨୦ ଶସ୍ୟ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଡିବିଟି ଜରିଆରେ ପଇଠ କରାଯାଇଛି।

ଏହି ବୈଠକରେ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ଏବଂ ପୁର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପ୍ରମୁଖ ଯୋଗ ଦେଇ ସେମାନଙ୍କର ମତାମତ ରଖିଥିଲେ। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (କେନ୍ଦୁପତ୍ର) ପ୍ରଭାକର ବେହେରା ବୋର୍ଡର କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନା ରଖିଥିଲେ।

ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ଓ ପରିବେଶ ଡ. ମୋନା ଶର୍ମା ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଭି.କେ. ପାଣ୍ଡିଆନ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ସୋମବାର ଦିନ ଓଡିଶାରେ କରୋନା ଟୀକା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ବିଭିନ୍ନ ରାଜ୍ୟରେ କରୋନା ଟୀକା କିପରି ଦିଆଯିବ ଏବଂ ସେଥିପାଇଁ କିପରି ପ୍ରସ୍ତୁତି ହୋଇଛି ସେ ନେଇ ପ୍ରଧାନମନ୍ତ୍ରୀ କରିବେ ଆଲୋଚନା। ସୋମବାର ଦିନ 11 ଟାକୁ ହେବାକୁ ଥିବା ଏଙି ବୈଠକ ଭିଡିଓ କଂନଫ୍ରେସିଂ ମାଧ୍ୟମରେ ହେବ। ବିଭିନ୍ନ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ  ସହିକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସିଧା ଆଲୋଚନା କରିବେ।

ଓଡିଶାରେ କିପରି ଟୀକା ପ୍ରଦାନ କରାଯିବ ସେ ନେଇ ଦୁଇଥର ମକ ଡ୍ରିଲ ହୋଇସାରିଲାଣି। ପ୍ରାରମ୍ଭିକ ପର୍ଯ୍ୟାୟରେ କେବଳ ସ୍ବାସ୍ଥ୍ୟ କର୍ମିଙ୍କୁ ଏହି ଟୀକା ପ୍ରଦାନ କରାଯିବ। ଏହାପରେ ବରିଷ୍ଠ ଏବଂ ରୋଗୀମାନଙ୍କୁ ପ୍ରଦାନ କରାଯିବ। ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଏହାର ସ୍ଥିତି ସଂପର୍କରେ ଅବଗତ କରାଇବେ।

Categories
ଆଜିର ଖବର ଖେଳ ଜାତୀୟ ଖବର ରାଜ୍ୟ ଖବର

ରାଉରକେଲାରେ ହେବ ବିଶ୍ବସ୍ତରୀୟ ହକି ଷ୍ଟାଡିୟମ୍‌

ରାଉରକେଲା : ରାଉରକେଲାରେ ସବୁଠୁ ବଡ ହକି ଷ୍ଟାଡିୟମ୍‌ ହେବ  । ଦେଶର ସବୁଠୁ ବଡ ହକି ଷ୍ଟାଡିୟମ୍‌ ନିର୍ମାଣ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଶ୍ବସ୍ତରୀୟହକି ଷ୍ଟାଡିୟମ୍‌ ନିର୍ମାଣ ହେବ । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଜି ଏକ ଭିଡିଓ ବାର୍ତ୍ତା ଜରିଆରେ ଘୋଷଣା କରିଛନ୍ତି । ବିପିୟୁଟି କ୍ୟାମ୍ପସ୍‌ରେ ହେବ ହକି ଷ୍ଟାଡିୟମ୍‌। ରାଉରକେଲାରେ ନୂତନ ଇଣ୍‌ଟରନ୍ୟାସନାଲ୍‌ ହକି ଷ୍ଟାଡିୟମ୍‌ 20,000 ହଜାରରୁ ଅଧିକ ଲୋକେ ବସି ମ୍ୟାଚ୍‌ ଦେଖିପାରିବେ । ଏଥିରେ ଅନେକ ଆଧୁନିକ ବ୍ୟବସ୍ଥା ରହିବ । ସୁନ୍ଦରଗଡ ହେଉଛି ହକିର ଗଡ । ଏଠାରୁ ଦିଲ୍ଲୀପ ତିର୍କି ଓ ସୁନୀତା ଲାକ୍ରାଙ୍କ ବିଶ୍ବବିଖ୍ୟାତ ଖେଳାଳୀ ଆସିଛନ୍ତି। 2023ରେ ପୁରୁଷ ବିଶ୍‌ବ ହକି ପ୍ରତିଯୋଗିତା କରିବ ଓଡ଼ିଶା ।  ଏହି ହକି ବିଶ୍ୱ କପ୍‌ ରାଜ୍ୟର ଦୁଇଟି ଜାଗା ଭୁବନେଶ୍ୱର ଏବଂ ରାଉରକେଲାରେ ଆୟୋଜିତ ହେବ । ଏହି ଅବସରରେ ସାରା ବିଶ୍ବ ହକିର ବୃହତ୍‌ ଷ୍ଟାଡିୟମ୍‌କୁ ଦେଖିବ ବୋଲି ନବୀନ ପଟ୍ଟନାୟକ କହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାମକୁ ବଦଳାଇ ନୂତନ ନାମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମୟୂରଭଞ୍ଜର ପୂର୍ବତନ ମହାରଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ସହିତ ବିଶ୍ୱବିଦ୍ୟାଳୟ ଲାଇବ୍ରେରୀର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ।

ସୂଚନାଯୋଗ୍ୟ ଯେ ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି ଏବଂ ଚଳିତ ବର୍ଷ ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ ତମ ଜୟନ୍ତୀ ପାଳନ କରାଯାଉଛି।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସରପଞ୍ଚ ପର୍ଯ୍ୟନ୍ତ ସବୁ ନିର୍ବାଚିତ ପ୍ରତିନିଧୀ ଦେବେ ସଂପତ୍ତି ତାଲିକା, ଚରମବାଣୀ ଶୁଣାଇଲେ ନବୀନ

ଭୁବନେଶ୍ବର, ଏଥର ସମସ୍ତ ନିର୍ବାଚିତ ପ୍ରତିନିଧୀ ସେମାନଙ୍କର ସଂପତ୍ତି ତାଲିକା ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସରପଞ୍ଚ ପର୍ଯ୍ୟନ୍ତ ସମସ୍ତେ ଏହା ମାନିବାକୁ ବାଧ୍ୟ। ଏପରି ରୋକଠୋକ ଭାବେ ଦଳୀୟ କର୍ମୀଙ୍କୁ କହିଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ପରିଷଦ ବୈଠକରେ ଅଧ୍ୟକ୍ଷତା କରି ଅପରାହ୍ନରେ ଏମିତି ଚରମ ବାଣୀ ଶୁଣାଇଛନ୍ତି ନବୀନ।

ନିର୍ବାଚିତ ପ୍ରତିନିଧୀଙ୍କ ଏହି ସଂପତ୍ତି ତାଲିକା ଲୋକାୟୁକ୍ତଙ୍କ ନିକଟରେ ଦାଖଲ କରାଯିବ। କାହାରେ ସଂପତ୍ତି କେତେ ବୃଦ୍ଧି ପାଇଲା ତାହାର ହିସାବ କରାଯିବ। ଭୁଲ ସଂପତ୍ତି ତାଲିକା ଦେଲେ ତାଙ୍କ ବିରୋଧରେ ଦଳୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରି କିଛି ଚରମ ବାଣୀ ନେଇ ନିର୍ବାଚିତ ପ୍ରତିନିଧୀଙ୍କ ମଧ୍ୟରେ ଭୟ ସୃଷ୍ଟି ହେଲାଣି। ସରପଞ୍ଚ, ଜିଲ୍ଲାପରିଷଦ ସଭାପତି, ଉପସଭାପତି, ବ୍ଲକ ଅଧ୍ୟକ୍ଷ, ଏନଏସି ଅଧ୍ୟକ୍ଷଙ୍କ ସହିତ ବିଧାୟକ ସାଂସଦମାନେ ଏହି ସଂପତ୍ତି ତାଲିକା ଦେବେ। ଏହି ତାଲିକା ସାଧାରଣ ଲୋକେ ଜାଣିବା ପାଇଁ ୱେବସାଇଟରେ ପ୍ରକାଶ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟରେ ଦୁର୍ନିତିକୁ ରୋକିବା ପାଇଁ ନବୀନ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ପଦକ୍ଷେପମାନେ ଗ୍ରହଣ କରିବାରେ ଲାଗିଛନ୍ତି। ପୂର୍ବରୁ ମନ୍ତ୍ରୀମାନେ ସଂପତ୍ତି ତାଲିକା ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ସେହି ଅନୁସାରେ ମନ୍ତ୍ରୀମାନେ ସେମାନଙ୍କ ସଂପତ୍ତି ତାଲିକା ପ୍ରଦାନ କରୁଛନ୍ତି। ସରକାରୀ ନିୟମ ଅନୁସାରେ ଆଇଏଏସ ଅଫିସରମାନେ ସେମାନଙ୍କ ଉଚ୍ଚ ଅଧିକାରୀଙ୍କୁ ସଂପତ୍ତି ତାଲିକା ପ୍ରଦାନ କରୁଛନ୍ତି। ହେଲେ ସବୁ ନିର୍ବାଚିତ ପ୍ରତିନିଧୀମାନେ ସଂପତ୍ତି ତାଲିକା ଦଖଲ କରିବା କୈଣସି ନିର୍ଦ୍ଦେଶ ନ ଥିଲା। ଏହା ଦଳୀୟ ନିର୍ଦ୍ଦେଶ ହୋଇଥିଲେ ମଧ୍ୟ ସୁପ୍ରିମ ଏହାକୁ ବାଧ୍ୟତାମୂଳକ କରିଛନ୍ତି।

ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଭାଷଣରେ କହିଥିଲେ ଯେ, ସରକାର ଆରମ୍ଭରୁ ହିଁ ଦୁର୍ନୀତି ବିରୁଦ୍ଧରେ ଲଢେଇ କରିଆସିଛି। ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ। ଏ ନେଇ ନବନ କହିଲେ ” ଆମେ ଲଢେଇ କରୁଛୁ, ଗରିବୀ ବିରୁଦ୍ଧରେ,  ଆମେ ଲଢେଇ କରୁଛୁ, ରୋଗ ବିରୁଦ୍ଧରେ, ଆମେ ଲଢେଇ କରୁଛୁ, ଆଂଚଳିକ ଅସମତା ବିରୁଦ୍ଧରେ,  ଆମେ ଲଢେଇ କରୁଛୁ, ପ୍ରାକୃତିକ ବିପର୍ଯ୍ୟୟ ବିରୁଦ୍ଧରେ, ଆମେ ଲଢେଇ କରୁଛୁ, ଅସମାନତା ବିରୁଦ୍ଧରେ ଅନ୍ୟାୟ ବିରୁଦ୍ଧରେ ଏବଂ ଅପାରଗତା ବିରୁଦ୍ଧରେ।”

ଏଥିସହିତ ରାଜ୍ୟ ପରିଷଦରେ ଆସିଥିବା ବିଭିନ୍ନ ପ୍ରସ୍ତାବକୁ ସଂପୃକ୍ତ ବିଭାଗର ମନ୍ତ୍ରୀମାନଙ୍କ ନିକଟକୁ ପଠାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସମସ୍ତ ପ୍ରସ୍ତାବଗୁଡିକ ଯେପରି କାର୍ଯ୍ୟକାରୀ ହେବ ସେ ନେଇ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ସମନ୍ବୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାକୁ ନେଇ ଅନେକ ନିର୍ବାଚିତ ପ୍ରତିନିଧୀଙ୍କ ଛାତି ଧଡଧଡ ହେଲାଣି।

Categories
ଜାତୀୟ ଖବର ବିଶେଷ ଖବର

ତ୍ୱରାନ୍ୱିତ ହେଲା ମହାନଦୀ ବନ୍ଦର ପ୍ରକଳ୍ପ କାର୍ଯ୍ୟ, ଚାରିହଜାର କୋଟିରୁ ଅଧିକ ଟଙ୍କା ବିନିଯୋଗ, 5ଟି ସଚିବ କଲେ ଗସ୍ତ

ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ ୫ଟି ସଚିବ ଭି.କେ ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ସଚିବ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି ବରିଷ୍ଠ ଅଧିକାରୀଙ୍କ ସମେତ ପାରାଦୀପ ପୋର୍ଟ ଟ୍ରଷ୍ଟର ଅଧ୍ୟକ୍ଷ ରିଙ୍କେଶ ରାୟ ଏବଂ ଅନ୍ୟ ଅଧିକାରୀମାନେ ପ୍ରସ୍ତାବିତ ଅଞ୍ଚଳ ବୁଲି ଦେଖିଛନ୍ତି।

ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ proposed port site ରେ ଉପସ୍ଥିତ ରହି project ବିଷୟରେ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ । କେନ୍ଦ୍ରାପଡା ଜିଲ୍ଲାପାଳ  ସମର୍ଥ ବରମା ମଧ୍ୟ ଆଲୋଚନା ରେ ଭାଗ ନେଇଥିଲେ।

ପାରାଦୀପ ବନ୍ଦର ଟ୍ରଷ୍ଟ ଦ୍ୱାରା ମହାନଦୀ ବନ୍ଦରର ନିର୍ମାଣ ପାଇଁ ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବରେ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରାଳୟ ସହମତି ପ୍ରକାଶ କରିଛି। ଯାହାର ଏମଓୟୁ ସ୍ଵାକ୍ଷର ଚୂଡାନ୍ତ ପର‌୍ୟ୍ୟାୟରେ ପହଞ୍ଚିଛି।

କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଆଖଡାଶାଳି ଗ୍ରାମ ଅଞ୍ଚଳରେ ହେବାକୁ ଯାଉଥିବା ଏହି ବନ୍ଦର ସବୁଦିନିଆ ବହୁମୁଖୀ ସେବା ଯୋଗାଇବ। ବାର୍ଷିକ ୫୪ ମେଟ୍ରିକ୍ ଟନ୍ କ୍ଷମତା ସମ୍ପନ୍ନ ଏହି ବନ୍ଦର ୪,୦୬୨ କୋଟି ଟଙ୍କା ବ୍ୟୟରେ ପିପିପି ମୋଡରେ ନିର୍ମାଣ ହେବାକୁ ଯାଉଛି; ଯାହାର ୨୨ ମେଟ୍ରିକ୍ ଟନ୍ କ୍ଷମତା ପ୍ରଥମ ପର‌୍ୟ୍ୟାୟରେ କାର‌୍ୟ୍ୟକାରୀ ହେବ। ଏନେଇ ସହାୟକ ଭିତ୍ତିଭୂମି ଯେପରି ରାସ୍ତାଘାଟ, ରେଳ ଯୋଗାଯୋଗ ଆଦି ବିକାଶ ଦାୟିତ୍ୱ ପାରାଦୀପ ପୋର୍ଟ ଟ୍ରଷ୍ଟକୁ ପ୍ରଦାନ କରାଯାଇଛି। ରାଜ୍ୟ ସରକାର ଏହି ପ୍ରକଳ୍ପ ପାଇଁ ୩୦୦ ହେକ୍ଟର ଜମି ଚିହ୍ନଟ କରିଛନ୍ତି। ଏଥିସହ ପ୍ରକଳ୍ପ ପାଇଁ ଆବଶ୍ୟକ ସ୍ଥଳେ ଅତିରିକ୍ତ ଜମି ଯୋଗାଇ ଦେବେ ବୋଲି ରାଜ୍ୟ ସରକାର କହିଛନ୍ତି।

ସୂଚନାଯୋଗ୍ୟ ଯେ, ୨୦୧୮ ମସିହାରେ ରାଜ୍ୟ ସରକାର ମହାନଦୀ ବନ୍ଦର ସ୍ଥାପନ ନେଇ ନିଷ୍ପତ୍ତି ନେବା ସହ ଆରଏଫକ୍ୟୁ ପ୍ରକାଶ କରିଥିଲେ। କିନ୍ତୁ ନିଲାମଧାରୀଙ୍କ ଆଗ୍ରହ ଅଭାବରୁ ଏହି ପ୍ରକଳ୍ପ କାର‌୍ୟ୍ୟ ଆଗେଇ ପାରିନଥିଲା। ପରେ ପାରାଦୀପ ପୋର୍ଟ ଟ୍ରଷ୍ଟ ଏହି ପ୍ରକଳ୍ପରେ ଆଗ୍ରହ ପ୍ରକାଶ କରି ରାଜ୍ୟ ସରକାରଙ୍କ ସହ ଚୁକ୍ତିନାମା ସ୍ଵାକ୍ଷର ପାଇଁ ପ୍ରସ୍ତାବ ଦେଇଥିଲା।

ଏହି ବନ୍ଦର କାର‌୍ୟ୍ୟକ୍ଷମ ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ପ୍ରଥମ ପର୍ଯ୍ୟାୟରେ ୪୦୦୦ ଓ ଦ୍ଵିତୀୟ ପର‌୍ୟ୍ୟାୟରେ ୧୭୦୦ ନିଯୁକ୍ତି ସୃଷ୍ଟି କରିବ। ଏହି ନଦୀ ବନ୍ଦର ସହ ରାଜ୍ୟ ସରକାରଙ୍କ ସହଯୋଗରେ ନିର୍ମିତ ହରିଦାସପୁର-ପାରାଦୀପ ରେଳ ଲାଇନ କେନ୍ଦ୍ରାପଡ଼ା ଜିଲ୍ଲାର ଅର୍ଥନୈତିକ ଅଭିବୃଦ୍ଧି ଓ ପ୍ରଗତିରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ।

Categories
ଆଜିର ଖବର ରାଜ୍ୟ ଖବର

କେନ୍ଦ୍ରକୁ ଟାର୍ଗେଟ୍‌ କଲେ ନବୀନ

ଭୁବନେଶ୍ବର : କେନ୍ଦ୍ରକୁ ଟାର୍ଗେଟ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯୁବ ବିଜେଡି କାର୍ଯ୍ୟକାରିଣୀରେ ନବୀନ କେନ୍ଦ୍ରକୁ ଟାର୍ଗେଟ୍‌ କରିଛନ୍ତି । କେନ୍ଦ୍ର ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ରଖୁଥିବାର କହିଛନ୍ତି ନବୀନ । ନିର୍ବାଚନ ବେଳେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟପାହ୍ୟ ଦେବା ନେଇ ଉଭୟ ବିଜେପି ଓ କଂଗ୍ରେସ ଇସ୍ତାହାରରେ ରଖିଥିଲେ ।  କିନ୍ତୁ ନିର୍ବାଚନ ପରେ ଉଭୟ ଦଳ ସେମାନଙ୍କ ପ୍ରତିଶ୍ରୁତି ଭୁଲିଗଲେ। ତେବେ ଓଡିଶାର ସ୍ବାର୍ଥ ପାଇଁ ବିଜେଡି ସର୍ବଦା ଲଢେଇ ଜାରି ରଖିବ ବୋଲି କହିଛନ୍ତି ନବୀନ । ଏକମାତ୍ର ଆଞ୍ଚଳିକ ଦଳ ଭାବେ ବିଜେଡି ଓଡ଼ିଶା ଲୋକଙ୍କ ପାଇଁ ଲଢେ । ବିଜେଡି ହିଁ ଓଡ଼ିଶାର ୟୁନିକ୍‌ ଆଇଡେଣ୍ଟିଟିକୁ ସୁରକ୍ଷା ଦେଇପାରିବ ବୋଲି କହିଛନ୍ତି ନବୀନ । ରାଜ୍ୟରେ କଂଗ୍ରେସ ଦଳ ଦିଲ୍ଲୀର ରିମୋଟ୍‌ କଣ୍ଟ୍ରୋଲ ଦ୍ବାରା ଚାଲେ । ବିଜେପି ମଧ୍ୟ ଦିଲ୍ଲୀ ନିର୍ଦ୍ଦେଶରେ କାମ କରୁଛି ବୋଲି କହିଛନ୍ତି ନବୀନ । ଆମର ଦିଲ୍ଲୀରେ କେହି ବସ୍‌ ନାହାନ୍ତି, ଆମ ବସ୍‌ ଓଡ଼ିଶାବାସୀ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ର ବୈଠକ ବସିବ। ସନ୍ଧ୍ୟା ୫ ଟାରେ ଭିଡିଓ କନଫରେନ୍ସିଂ ଜରିଆରେ କ୍ୟାବିନେଟ ବୈଠକ ବସିବ। ତେବେ ୪ ଦିନ ପୂର୍ବେ ରାଜ୍ୟ କ୍ୟାବିନେଟ ବୈଠକ ବସିଥିବାବେଳେ ଆଜି ପୁଣି ବୈଠକ ବସୁଥିବାରୁ କିଛି ବଡ ଘୋଷଣା  ହୋଇପାରେ ବୋଲି ଆଶା କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ କିଛି ବଡ ଘୋଷଣା କରାଯାଇପାରେ ବୋଲି ଅନୁମାନ କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର

ବିଜୁ ଜନତା ଦଳର ଢେଙ୍କାନାଳ ଜିଲ୍ଲା କମିଟି ଘୋଷଣା କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ଆଜି ବିଜୁ ଜନତା ଦଳ ଢେଙ୍କାନାଳ ଜିଲ୍ଲା କମିଟି ପାଇଁ ଉପସଭାପତି, ସାଧାରଣ ସମ୍ପାଦକ, ସମ୍ପାଦକ ଏବଂ କୋଷାଧ୍ୟକ୍ଷ ନିଯୁକ୍ତ କରାଯାଇଛି। ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଏହି ସବୁ ପଦବୀ  ନିଯୁକ୍ତ କରାଯାଇଛି। ଉପସଭାପତି ପଦବୀରେ ୫ ଜଣ ନିଯୁକ୍ତି ପାଇଥିବା ବେଳେ ସାଧାରଣ ସମ୍ପାଦକ ଭାବେ ୬ ଜଣ, ସମ୍ପାଦକ ଭାବେ ୧୬ ଜଣ ଏବଂ ଜଣେ କୋଷାଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ତଥା ରାଜ୍ୟ ମିଡିଆ ପ୍ରଭାରୀ ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ହୀରାକୁଦରେ ହେବ କେଜ୍‌ କଲ୍‌ଚର ମାଛ ଚାଷ, ମତ୍ସ୍ୟ ବିଭାଗର ୧୫ଟି ସେବା ହେଲା ଅନଲାଇନ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗର ୧୫ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ପଞ୍ଜୁରୀ ମାଛ ଚାଷ ବା Cage Culture ପାଇଁ ବିଭିନ୍ନ ଉଦ୍ୟୋଗୀ ମାନଙ୍କ ସହିତ ଚୁକ୍ତିପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅନ୍‌ଲାଇନ ସେବା ଦ୍ବାରା ମାଛ ଚାଷୀ ଓ ଉଦ୍ୟୋଗୀ ମାନେ ଘରେ ରହି ଅନ୍‌ଲାଇନ ଜରିଆରେ ବିଭିନ୍ନ ସରକାରୀ ଯୋଜନାର ସୁବିଧା ପାଇପାରିବେ। ଡଙ୍ଗାର ପଞ୍ଜୀକରଣ ଓ ଲାଇସେନ୍‌ସ ପ୍ରାପ୍ତି, ଲବଣାତ୍କ ଜଳର ମାଛ ଚାଷର ପଞ୍ଜୀକରଣ, ବିଭିନ୍ନ ଯୋଜନାରେ ରିହାତି ଲାଭ ଆଦି ଅନେକ କାର୍ଯ୍ୟ ସୁବିଧାରେ ହୋଇପାରିବ।

ବୃହତ ଓ ମଧ୍ୟମ ଧରଣର ହ୍ରଦରେ କେଜ୍‌ କଲ୍‌ଚର ଜରିଆରେ ମାଛ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାର ଚଳିତ ବର୍ଷ ମାର୍ଚ୍ଚ ମାସରେ ଏକ ନୂତନ ନୀତି ଗ୍ରହଣ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ରାଜ୍ୟର ବାର୍ଷିକ ମତ୍ସ୍ୟ ଉତ୍ପାଦନ ୧.୨୪ ଟନ୍‌ ବଢିପାରିବ ଏବଂ ରାଜ୍ୟରେ ମାଛର ସଂପୂର୍ଣ୍ଣ ଚାହିଦା ପୂରଣ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କେଜ୍‌ କଲ୍‌ଚର ଦ୍ବାରା ମତ୍ସ୍ୟ କ୍ଷେତ୍ରରେ ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହନ ମିଳିବା ସହିତ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ହେବ। ଜଳଭଣ୍ଡାର ଲିଜ୍‌ ରୟାଲଟିରୁ ପ୍ରାଥମିକ ମତ୍ସ୍ୟ ସମବାୟ ସମିତି ଗୁଡିକ ଲାଭବାନ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ରାଜ୍ୟର କୃଷି ଉଦ୍ୟୋଗୀ ମାନଙ୍କୁ ରାଜ୍ୟ ସରକାର ବାର୍ଷିକ ୫୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେଉଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଓ ଯୁବକ ମାନଙ୍କୁ ବ୍ୟାପକ ଭାବରେ କୃଷି ଉଦ୍ୟୋଗ ସୃଷ୍ଟି କରିବା ପାଇଁ ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର କୃଷିର ଆନୁଷଙ୍ଗିକ କ୍ଷେତ୍ର ଗୁଡିକୁ ରାଜ୍ୟର ଚାଷୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଉଦ୍ୟୋଗୀ ମାନଙ୍କ ପାଇଁ ଅଭିବୃଦ୍ଧିର ଇଞ୍ଜିନ ଭାବେ ଗ୍ରହଣ କରିଛନ୍ତି ଏବଂ ଏଥିପାଇଁ ଚଳିତ ବର୍ଷ ଏହି କ୍ଷେତ୍ରକୁ ବଜେଟ ପରିମାଣ ଦୁଇ ଗୁଣ ବୃଦ୍ଧି କରାଯାଇଛି ।

୨୦୧୯-୨୦ରେ ରାଜ୍ୟର ମତ୍ସ୍ୟ ଓ ପଶୁସଂପଦ କ୍ଷେତ୍ରରେ ଅଭିବୃଦ୍ଧି ହାର ୧୯ ପ୍ରତିଶତ ରହିଥିଲା ଯାହାକି ଅନ୍ୟ ପ୍ରାଥମିକ କ୍ଷେତ୍ର ଗୁଡିକ ଠାରୁ ଯଥେଷ୍ଟ ଅଧିକ। ଏହା ସହିତ କୋଭିଡ ସମୟରେ ଅନୁଷଙ୍ଗିକ କ୍ଷେତ୍ର ଗୁଡିକ ପାଇଁ ରାଜ୍ୟ ସରକାର ୧୭୩ କୋଟି ଟଙ୍କାର କୋଭିଡ ପ୍ୟାକେଜ କାର୍ଯ୍ୟକାରୀ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ୪୪ ହଜାରରୁ ଅଧିକ ଚାଷୀ ଉପକୃତ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟର ବୃହତ ଓ ମଧ୍ୟମ ଜଳଭଣ୍ଡାରର ୧ ପ୍ରତିଶତ ଜଳଭାଗରେ ବ୍ୟବସାୟିକ ଭାବରେ ପଞ୍ଜୁରୀ ମାଛ ଚାଷ ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାର ପ୍ରଥମ ପଦକ୍ଷେପ ସ୍ବରୂପ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ୬୦୦ଟି ସବ୍‌ ଜୋନ୍‌ ମଧ୍ୟରୁ ୧୦୦ଟି ସବ୍‌ ଜୋନରେ ଉଦ୍ୟୋଗୀ ମାନଙ୍କ ଠାରୁ ଦରଖାସ୍ତ ଆହ୍ବାନ କରାଯାଇଥିଲା। ଆଜି ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ଉଦ୍ୟୋଗୀଙ୍କ ସହିତ ହୀରାକୁଦ ଜଳଭଣ୍ଡାରରେ ପଞ୍ଜୁରୀ ମାଛ ଚାଷ ନିମନ୍ତେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଛି ।

ବିଭାଗୀୟ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ମତ୍ସ୍ୟ ଓ ପଶୁସଂପଦ ବିକାଶ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସଂପର୍କରେ ବର୍ଣ୍ଣନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କର ଦୃଢ ନେତୃତ୍ବରେ ବିଭାଗ ରାଜ୍ୟର କୃଷକ ଓ ଆନୁଷଙ୍ଗିକ କ୍ଷେତ୍ରରେ ବିକାଶ ଉପରେ ଗୁରୁତ୍ବ ଦେବା ସହ ଏ କ୍ଷେତ୍ରରେ ଅଧିକ ଉଦ୍ୟୋଗୀ ସୃଷ୍ଟି ପାଇଁ ପ୍ରୋତ୍ସାହିତ କରାଯାଉଛି।

ଏହି ଅବସରରେ କେଜ୍‌ କଲ୍‌ଚର ମାଛ ଚାଷ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ଏବଂ ଦୁଇ ଜଣ କେଜ୍‌ କଲ୍‌ଚର ଚାଷୀ ମାନଙ୍କ ମତାମତ ନିଆଯାଇଥିଲା। ବିଭାଗୀୟ ସଚିବ ଶ୍ରୀ ଆର୍‌ ରଘୁ ପ୍ରସାଦ ସ୍ବାଗତ ଭାଷଣ ଦେଇଥିଲେ ଏବଂ ପଶୁସଂପଦ ବିଭାଗ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌. କେ ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ, ଜଳସଂପଦ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Categories
ବିଶେଷ ଖବର ରାଜ୍ୟ ଖବର

ଏକ୍ରାମ କ୍ଷେତ୍ର ପ୍ରକଳ୍ପ ତଦାରଖ କଲେ ମୁଖ୍ୟମନ୍ତ୍ରୀ, ବିକାଶ କାମକୁ ସେବାୟତଙ୍କ ପ୍ରଶଂସା

ଭୁବନେଶ୍ବର, ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଅପରାହ୍ନରେ ଏକାମ୍ର କ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ବାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇଥିଲେ ଏବଂ ସେବାୟତମାନଙ୍କ ସହିତ ଆଲୋଚନା କରିଥିଲେ ।

ବର୍ତ୍ତମାନ ସରକାର ଅମଳରେ ବିନ୍ଦୁସାଗର ଠାରୁ ଆରମ୍ଭ କରି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଅନେକ ବିକାଶ କାର୍ଯ୍ୟ ହୋଇଥିବାରୁ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଥିଲେ । ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ।

ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତି ମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ ଏବଂ ପ୍ରକଳ୍ପ କାର୍ଯ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ ଆକର୍ଷିତ କରିବାରେ ଏହି ଯୋଜନା ଏକ ସଫଳ ଉଦ୍ୟମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି । ଐତିହ୍ୟ ନଗରୀ ଭୁବନେଶ୍ବରର ଗରିମାକୁ ଆହୁରି ବୃଦ୍ଧି କରିବା ସହିତ ଏହାକୁ ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଭାବରେ ବିକଶିତ କରିବା ଏବଂ ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭବ ପ୍ରଦାନ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ।

ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଉନ୍ନୟନ କମିଶନର  ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ କିଷନ କୁମାର, ବି.ଏମ୍‌.ସି କମିଶନର ପ୍ରେମଚାନ୍ଦ ଚୌଧୁରୀଙ୍କ ସହିତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ଟ୍ୱିଟରେ ଖୁସି ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ ପାଇଁ

ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବେ କମୁଛି କରୋନା ସଂକ୍ରମଣଙ୍କ ସଂଖ୍ୟା। ରାଜ୍ୟରେ ଗତ 24ଘଣ୍ଟାରେ କରୋନା ସଂକ୍ରମଣ ସଂଖ୍ୟା 5ଶହ ତଳକୁ କମିଥିବାରୁ ଟ୍ୱିଟ ଯୋଗେ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୁଲାଇ16 ତାରିଖର ପରଠାରୁ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିଲା । ଗତ 24ଘଣ୍ଟାରେ  ଦୈନିକ ସଂକ୍ରମଣ ସଂଖ୍ୟା ପାଞ୍ଚଶହ ତଳେ ରହିଛି ।

 

ଏହି ଅବସରରେ କୋଭିଡ୍ ଯୋଦ୍ଧାମାନଙ୍କ ତ୍ୟାଗ ଓ କଠିନ ପରିଶ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି । କୋଭିଡ୍ ଯୋଦ୍ଧାଙ୍କ ପାଇଁ ଓଡ଼ିଶା ଏହି ମହାମାରୀ ବିରୋଧରେ ଲଢେଇକୁ ଜିତିବାରେ ସକ୍ଷମ ହୋଇଛି । ତେବେ  ଏବେବି କରୋନାଠୁ ସତର୍କ ରହିବା ନିତାନ୍ତ ଆବଶ୍ୟକ । ଏଥିପାଇଁ ମାସ୍କ ପିନ୍ଧିବାକୁ ଭୁଲନ୍ତୁନି, ଭ୍ୟାକସିନ ଆସିବା ଯାଏଁ ସଚେତନ ରୁହନ୍ତୁ ବୋଲି ଟ୍ବିଟ୍‌ ଯୋଗେ ଲୋକଙ୍କୁ ସଚେତନ କରାଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ରାଜ୍ୟରୁ 418ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 5ଜଣଙ୍କରମୃତ୍ୟୁ ହୋଇଛି ।

Categories
ବିଶେଷ ଖବର ରାଜ୍ୟ ଖବର

ନବୀନ ପଟ୍ଟନାୟକ ଟାଇଗରକୁ ଛାଡି ନ ଥିଲେ ଶୃଗାଳକୁ ପଚାରେ କିଏ?

ହେମାଙ୍ଗ ପ୍ରସାଦ ରାଉଳ

ଓଡ଼ିଶା ତଥା ଗଞ୍ଜାମ ଜିଲ୍ଲାରେ ବିଜେଡି ଦଳର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ ନବୀନ ପଟ୍ଟନାୟକ।  ସେ ଦିନ ତାଙ୍କ ସହ ଯୋଡ଼ି ହୋଇ ରହିଥିଲେ ଗଞ୍ଜାମ ଟାଇଗର ରାମକୃଷ୍ଣ ପଟ୍ଟନାୟକ। କୁହାଯାଏ ଓଡ଼ିଶା ରାଜନୀତିରେ ରାମକୃଷ୍ଣ ପଟ୍ଟନାୟକ ଜଣେ ଅନୁଭବୀ ଏବଂ ଦକ୍ଷ ମଣିଷ। କିନ୍ତୁ ଯେତେବେଳେ ନବୀନ ପଟ୍ଟନାୟକଙ୍କ ରାଜନୀତି ଓ କ୍ଷମତା ପ୍ରତି ବିପଦ ସୃଷ୍ଟି କରିବାରେ ଗଞ୍ଜାମ ର ରାଜନୀତି ଟାଇଗର ପ୍ରମୁଖ ଭୂମିକା ନେବାର ସୂଚନା ଓ ଆଶଙ୍କା ବଢିଲା ସବୁ ଦିନ ପାଇଁ ଅହଂକାରୀ ପ୍ରକୃତିର ରାମ କୃଷ୍ଣ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିୟର କେବଳ ବଳି ପଡିଲାନି ବରଂ ସେ ଓଡ଼ିଶା ରାଜନୀତିରେ ଏକ ପ୍ରକାର ଅସ୍ତ ଗଲେ । ଏହି ଗଞ୍ଜାମ ଜିଲ୍ଲାର ତରୁଣ ପିଢ଼ିର ରାଜନେତା ପ୍ରଦୀପ ପାଣିଗ୍ରାହୀ ଦେଖିବାକୁ ଗଲେ ରାମ କୃଷ୍ଣ ପଟ୍ଟନାୟକଙ୍କ ଅନୁଭବ ଦକ୍ଷତା ଓ କୌଶଳ ଆଗରେ ନିଷ୍ପ୍ରଭ। ପ୍ରଦୀପ ପାଣିଗ୍ରାହୀ ଗୋଟିଏ ସାଙ୍ଘାତିକ ଚରିତ୍ର ଧରି ରାଜନୀତିରେ ଲୋକଙ୍କ ଦୁଃଖ ଦୁର୍ଦ୍ଦଶା ବୁଝିବା ପରିବର୍ତ୍ତେ ଅନେକ ସମୟରେ ଜନ ପ୍ରତିନିଧିର ଅହଙ୍କାରର ଏକ ସ୍ଵର ହୋଇ ଯେଉଁ ମନ୍ଦ ଉଦ୍ଦେଶ୍ୟ ନେଇ ଅନେକ କାହାଣୀ ରଚନା କରିବା ସହ ନିଜ ଅଞ୍ଚଳ ସ୍ବାର୍ଥକୁ ଗୌଣ କରି ପରିବାରର ନିଜ ସ୍ବାର୍ଥ ଦୃଷ୍ଟିରୁ ଦଳରେ ରହି କ୍ଷମତାର ଅପବ୍ୟବହାର କରି ଆସୁଥିଲେ ତାଙ୍କୁ ଉଚିତ୍ ଦଣ୍ଡ ଦିଆଯାଇ ଗୋପାଳପୁର ନିର୍ବାଚନ ମଣ୍ଡଳୀର ଲୋକଙ୍କୁ ଠିକ୍ ନ୍ୟାୟ ମିଳିଛି କହିଲେ ଅତ୍ୟୁକ୍ତି ହେବନାହିଁ।

ରାମକୃଷ୍ଣ ପଟ୍ଟନାୟକ ଟାଇଗର ଥିଲେ କିନ୍ତୁ କେବେ ଶୃଗାଳ ହୋଇ ନ ଥିଲେ। କିନ୍ତୁ ଗୋଟିଏ ଶୃଗାଳ ଆଜି ବିଜେଡ଼ିରେ ରହି ଟାଇଗରର ରୂପ ଧରି କେତେବଳେ କର୍ମୀଙ୍କୁ ପୁଣି କେତେବେଳେ ପଦାଧିକାରୀଙ୍କୁ ଅତି ଖରାପ୍ ବ୍ୟବହାର ଦେଖେଇ ଆସୁଥିଲେ। ନିର୍ବାଚନ ମଣ୍ଡଳୀରେ ଅନେକ ସମୟରେ ନିଜ ଲୋକଙ୍କୁ ଯେଉଁ ଖରାପ୍ ବ୍ୟବହାର ଦେଖେଇ ଆସୁଥିଲେ ସେ ସବୁ ଥିଲା ବଡ଼ ଦୁର୍ଭାଗ୍ୟପୂର୍ଣ୍ଣ ବିଷୟ। ଓଡିଶା ଜଙ୍ଗଲ ଓ ପରିବେଶ ବିଭାଗର ଭ୍ରଷ୍ଟ ଅଫିସର୍ ଅଭୟ ପାଠକଙ୍କ ପୁତ୍ର ଆକାଶ ସହ ଝିଅ ବିବାହ ଦେବା ପାଇଁ ବହୁ ଆଗରୁ ଯୋଜନା କରି ପ୍ରଦୀପ ପାଣିଗ୍ରାହୀ କ୍ଷମତାର ଅପବ୍ୟବହାର କରି ଆସୁଥିଲେ ଅନେକ ଦିନ ଧରି। ଗୋଟିଏ ଉଦ୍ଧତ ଚରିତ୍ରର ଶୃଗାଳ ଆଜି ନିଜ କରିଥିବା ଅପକର୍ମ ପାଇଁ ଉତ୍ତରଦାୟୀ ଅଟେ। ଅତୀତରେ ଟାଇଗର କୁ ନବୀନ ପଟ୍ଟନାୟକ ଫିଙ୍ଗି ଦିଆଯାଇଥିବା ବେଳେ ଶୃଗାଳର ସ୍ଥାନ କେଉଁଠି ରହିବ? ଜନ ପ୍ରତିନିଧି ଯଦି ଜନ ବିରୋଧୀ କାର୍ଯ୍ୟ ସମ୍ପାଦନ କରିବାକୁ ସାହାସ କରେ ତା କୁ ଦଣ୍ଡ ନ ଦେଲେ ରାଜ ଧର୍ମ ମଧ୍ୟ ପଥ ଭ୍ରଷ୍ଟ ହେବ।

Categories
ଆଜିର ଖବର ରାଜ୍ୟ ଖବର

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ଵର: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରଖାଇ ନଦୀ ଉପରେ ଇଚ୍ଛା ଡ୍ୟାମର କାମ ଶେଷ କରିବାକୁ ନବୀନ ପଟ୍ଟନାୟକ ଚିଠିରେ ଉଲ୍ଲେଖ କରିଛନ୍ତି। ଇଚ୍ଛା ଡ୍ୟାମ କାମ ସରିଲା ପରେ ହିଁ ସୁବର୍ଣ୍ଣରେଖା ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ । ଡ୍ୟାମ ନିର୍ମାଣ ବାବଦ ଓଡ଼ିଶା ଭାଗ ଖର୍ଚ୍ଚ ଓଡ଼ିଶା ବହନ କରିବ ବୋଲି ଉଲ୍ଲେଖ କରିଛନ୍ତି ନବୀନ । ସୁବର୍ଣ୍ଣରେଖା-ଖରାଖାଇ ଅବବାହିକାରେ ଖରିଫ ଫସଲ ପାଇଁ ଡ୍ୟାମ ନିର୍ମାଣ ହୋଇଛି ତେଣୁ ଡ୍ୟାମ ସମ୍ପୂର୍ଣ୍ଣ ହେଲେ ଜଳସେଚନ ପୂର୍ଣ୍ଣ ଭାବରେ କାର୍ଯ୍ୟ କରିବ। ସେହିପରି ଚାଣ୍ଡୀଲି ଡ୍ୟାମର ବନ୍ୟା ନିୟନ୍ତ୍ରଣ କାମ ସାରିବା ପାଇଁ ଅନୁରୋଧ କରିଛନ୍ତି ନବୀନ । ଏହି ଦୁଇଟି ଡ୍ୟାମ ସରିଲେ ଉଭୟ ରାଜ୍ୟର ଚାଷୀ ଉପକୃତ ହେବେ ବୋଲି କହିଛନ୍ତି ନବୀନ ।

Categories
ଆଜିର ଖବର ରାଜ୍ୟ ଖବର

ସୀମା ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶା ସହ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ, ଝାଡଖଣ୍ଡର ସୀମା ବିବାଦ ଲାଗି ରହିଛି । ସୀମା ବିବାଦ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସର୍ବଦଳୀୟ ବୈଠକ ଡାକିବା ସହ ଗୃହ କମିଟି ଗଠନ ସହ ଆପୋଷ ବୁଝାମଣାରେ ସୀମା ବିବାଦର ସମାଧାନ ପାଇଁ ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଆବଶ୍ୟକ ପଡିଲେ ଆଇନଗତ ପଦକ୍ଷେପ ନେବା ପାଇଁ ବିଚାର କରାଯାଉ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି । କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସୀମାରେ ପୁଣି ଥରେ ଉତ୍ତେଜନା ଦେଖାଦେଇଥିବା କଥା ଚିଠିରେ ଉଲ୍ଲେଖ ବି କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୀମା ବିବାଦ ଦ୍ୱାରା ସେସବୁ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ଉପରେ ପ୍ରଭାବ ପଡୁଛି । ଓଡ଼ିଶାରେ ଲୋକଙ୍କ ସାମାଜିକ, ଆର୍ଥିକ ସ୍ୱାର୍ଥ ସହ ସାଲିସ କରାନଯାଉ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

 

Categories
ବିଶେଷ ଖବର

ମୋବାଇଲରେ ହେବ ଜଳସେଚନ ସମସ୍ୟା ସମାଧାନ: ୪ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କର ଲୋକପ୍ରିୟ ୫-ଟି କାର୍ଯ୍ୟକ୍ରମ ଆଜି ଚାଷୀ ଓ ଜଳସଂପଦ ବିଭାଗକୁ ସିଧାସଳଖ ଯୋଡି ପାରିଛି। ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସଂପର୍କରେ ସିଧା ଜଣାଇପାରିବେ ଜଳସଂପଦ ବିଭାଗକୁ।

ଜଳସେଚନ ସମସ୍ୟା ପାଇଁ ଚାଷ କାମ ଛାଡି ଆଉ ଚାଷୀ କୁ ଅଫିସକୁ ଦୌଡିବାକୁ ଦରକାର ହେବ ନାହିଁ। ମୋବାଇଲ ଫଟୋରୁ ହେବ ସମସ୍ୟାର ସମାଧାନ। ଅନ୍‌ଲାଇନ ଅଭିଯୋଗ ପରାଚାଳନା ବ୍ୟବସ୍ଥା “ସେଚ ସମାଧାନ” ଆଜି ଛାଷୀ ଭାଇ ମାନଙ୍କ ପାଇଁ ଏହି ସୁଯୋଗ ଆଣିଛି।

“ସେଚ ସମାଧାନ” ସହିତ ବିଜୁ କୃଷକ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ ପାଇଁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା, ଶିଳ୍ପସଂସ୍ଥା ମାନଙ୍କ ପାଇଁ ଜଳ ଆବଣ୍ଟନ ଆବେଦନ ପକ୍ରିୟା ଏବଂ ବ୍ୟବସାୟିକ ଓ ଅନ୍ୟ ସଂସ୍ଥା ପାଇଁ ଆବେଦନ ପୋର୍ଟାଲ ଏହିପରି ୪ଟି ଗୋଟି ଅନ୍‌ଲାଇନ ସେବା ବ୍ୟବସ୍ଥାର ଶୁଭାରମ୍ଭ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ସଂପାଦିତ ହୋଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଚାଷୀମାନେ ହେଉଛନ୍ତି ଜଳସଂପଦ ବିଭାଗର ସର୍ବବୃହତ ହିତାଧିକାରୀ। ତେଣୁ ଏହି ଅନ୍‌ଲାଇନ ସେବା ଚାଷୀମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ ଦିଗରେ ବିଶେଷ ସହାୟକ ହେବା ସହିତ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଦ୍ବାରା ବିଭାଗକୁ ଅଧିକ ଉତ୍ତରଦାୟୀ ଓ ସ୍ବଚ୍ଛ ସେବା ପ୍ରଦାନରେ ସହାୟକ ହେବ।

ଏହାସହିତ ବିଜୁ କୃଷକ ଯୋଜନାର ଆବେଦନ ପ୍ରକ୍ରିୟାକୁ ମଂଜୁର କରିବାରେ ମଧ୍ୟ ସମୟୋଚିତ ପଦକ୍ଷେପ ନିଆଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟିକ ପ୍ରତିଷ୍ଠାନ ମାନଙ୍କ ପାଇଁ କରାଯାଇଥିବା ଅନ୍ ଲାଇନ ସେବା ମଧ୍ୟ ସେମାନଙ୍କ ପାଇଁ ବିଶେଷ ଉପଯୋଗୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିବା ସହିତ ଲୋକଙ୍କୁ ନିଜ ଘର ପାଖରେ ସରକାରୀ ସେବା ଯୋଗାଇବା ପାଇଁ ଥିବା ଲକ୍ଷ୍ୟ ପୂରଣରେ ଏହା ସହାୟକ ହୋଇପାରିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।ଏହି ସେବା ବିଷୟରେ ବହୁଳ ଜନସଚେତନତା ଊପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ।

ଏହି ଅବସରରେ ଜଳସଂପଦ ବିଭାଗ ପକ୍ଷରୁ ଅନ୍ୟତମ ୫-ଟି ଲକ୍ଷ୍ୟ ଡିଜିଟାଲ ମଷ୍ଟର ରୋଲ୍‌ ପ୍ରସ୍ତୁତି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ଜଳସଂପଦ ତଥା ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରଶାସନକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ଜଳସଂପଦ ବିଭାଗ Digital Technology ଦ୍ବାରା ମୁଖ୍ୟମନ୍ତ୍ରୀଙ୍କ ୫-ଟି ଲକ୍ଷ୍ୟ ପୂରଣ କରିବା ସହିତ ଚାଷୀ ମାନଙ୍କୁ ଉନ୍ନତ ସେବା ଯୋଗାଇଦେବ ବୋଲି ଶ୍ରୀ ଦାସ ପ୍ରକାଶ କରିଥିଲେ।

ଜଳସଂପଦ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ଯନ୍ତ୍ରୀମୁଖ୍ୟ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ବିଭାଗର ପ୍ରମୁଖ ସଚିବ, ଶିଳ୍ପ ବିଭାଗର ପ୍ରମୁଖ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ପ୍ରମୁଖ ଉପସ୍ଥିତ ଥିଲେ।

ଆଜି ଲୋକାର୍ପିତ ଅନ୍‌ ଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା ସେଚ ସମାଧାନ ଏକ ଦ୍ବିଭାଷୀୟ ମୋବାଇଲ ଆପ୍‌। ଏହି ପଦ୍ଧତିରେ ଚାଷୀ ଜଳସଂପଦ ବିଭାଗ ଅଫିସକୁ ନ ଆସି ତାଙ୍କ ଅଭିଯୋଗ ଫଟୋ ବା ଭିଡିଓ ମୋବାଇଲ ଜରିଆରେ ପଠାଇଲେ, ତାଙ୍କୁ ଅଭିଯୋଗର ସ୍ଥିତି ସଂପର୍କରେ SMS ଜରିଆରେ ସୂଚନା ଦିଆଯିବ ଏବଂ ସମସ୍ୟାର ସମାଧାନ ପାଇଁ ତ୍ବରିତ ପଦକ୍ଷେପ ଗ୍ରହଣ କରାଯାଇପାରିବ।

ସେହିପରି ବିଜୁ କୃଷକ ବିକାଶ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ ପାଇଁ ହୋଇଥିବା ଅନ୍ ଲାଇନ୍ ଆବେଦନ ପ୍ରକ୍ରିୟା ଦ୍ବାରା ଚାଷୀମାନେ ସରକାରୀ ଅଫିନ ନ ଆସି, ନିଜ ମୋବାଇଲ ଫୋନ୍‌, କମ୍ପୁଟର କିମ୍ବା ଜନସେବା କେନ୍ଦ୍ରରୁ ଆବେଦନ କରିପାରିବେ।

ସେହିପରି ଶିଳ୍ପ କ୍ଷେତ୍ରକୁ ଜଳ ଆବଣ୍ଟନ ପାଇଁ ଜଳସଂପଦ ବିଭାଗ ତରଫରୁ Go Swift ପୋର୍ଟାଲକୁ ବିକଶିତ କରାଯାଇଛି। ଏହା ଜରିଆରେ ସେମାନେ ଅନ୍‌ ଲାଇନ ଆବେଦନ କରିପାରିବେ। ବାଣିଜ୍ୟିକ ଓ ଅନ୍ୟ ସଂସ୍ଥା ପାଇଁ ଜଳ ଆବେଣ୍ଟନ ପାଇଁ ମଧ୍ୟ ଜଳସଂପଦ ବିଭାଗ ତରଫରୁ ଅନ୍‌ଲାଇନ ପୋର୍ଟାଲ water allocationod.nic.in ବିକଶିତ କରାଯାଇଛି।

ଏହି ପୋର୍ଟାଲ ଜରିଆରେ ଆବେଦନକରୀ ମାନଙ୍କୁ ଜଳର ଆବଣ୍ଟନ, ପରିମାଣ ହ୍ରାସ ବୃଦ୍ଧି ଇତ୍ୟାଦି ବିଷୟରେ ବିଭାଗ ତରଫରୁ ଅବଗତ କରାଯାଇପାରିବ।

Categories
ଜାତୀୟ ଖବର ବିଶେଷ ଖବର

ଓଡିଶା ଉପନିର୍ବାଚନ ଅଙ୍କ କଷା: କଂଗ୍ରେସ ପଛୁଆ, ମଝିରେ ବିଜେପି, ବାଜି ମାରିପାରେ ବିଜେଡି

ଭୁବନେଶ୍ୱର: ନଭେମ୍ବର ୩ ତାରିଖରେ ରାଜ୍ୟର ଦୁଇଟି ବିଧାନସଭା ଆସନ ପାଇଁ ଅନୁଷ୍ଠିତ ହେବ ଉପନିର୍ବାଚନ। ଏଥିପାଇଁ ସବୁ ଦଳରୁ ଜୋରଦାର ପ୍ରଚାର ଚାଲିଛି। ଦୁଇ ଜଣ କେନ୍ଦ୍ରମନ୍ତ୍ରୀ, ଖୋଦ ମୁଖ୍ୟମନ୍ତ୍ରୀଙ୍କ ସହିତ ଗଣ୍ଡଗଣ୍ଡା ନେତା ଏହି ଉପନିର୍ବାଚନ ପାଣିପାଗକୁ ଗରମ କରି ଦେଇଛନ୍ତି। ଯଦି ବିଗତ ୨୧ ବର୍ଷର ରାଜ୍ୟର ନିର୍ବାଚନ ଏବଂ ଉପନିର୍ବାଚନକୁ ସମୀକ୍ଷା କରାଯାଏ ତେବେ ସବୁଥିରେ ବିଜୁ ଜନତା ଦଳ ହିଁ ବାଜି ମାରିଛି। ବର୍ତ୍ତମାନ ସୁଦ୍ଧା ବିଜେଡିକୁ ଟପି ପାରିବାର କ୍ଷମତା ଆଉ କୌଣସି ରାଜନୈତିକ ଦଳ ପାଖରେ ନାହିଁ।

ଗତ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗୋଟିଏ ବାକ୍ୟ ଓଡିଶାବାସୀଙ୍କ ହୃଦୟକୁ ଚହଲାଇ ଦେଇଥିଲା। ତାହା ହେଉଛି ଆପଣ ମାନେ ଖୁସି ତ! ମୁଁ ବି ଖୁସି। ବାସ ଏତିକିରେ ଭୋଟ ବାକ୍ସ ଫୁଲ। ଏହି କଥା କେଇ ପଦରେ କଣ କିମିଆଁ ଅଛି କେଜାଣି ଓଡ଼ିଆ ଲୋକଙ୍କ ମନ କିଣି ନେଇଥିଲେ ନବୀନ। ବିଜେଡିର ଭୋଟ ଗଣିତ ଆଗରେ ବିରୋଧୀଙ୍କ ସବୁ ଚକ୍ରାନ୍ତ ସବୁ ଆହ୍ୱାନ ଫେଲ ମାରିଛି।

ବାଲେଶ୍ୱର ସଦର ବିଧାନସଭା କ୍ଷେତ୍ର ଏକ ଗୁରୁତ୍ବପୂର୍ଣ୍ଣ ନିର୍ବାଚନ ମଣ୍ଡଳୀ ତଥାପି ରାଜ୍ୟ ନିର୍ବାଚନ ଇତିହାସରେ ଜଗତସିଂହଁପୁର ଜିଲ୍ଲା ସବୁବେଳେ ଗୁରୁତ୍ୱ ବହନ କରିଛି। କାରଣ ଅତୀତରେ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ଇତିହାସ ଦେଖିଲେ ଏଠାରୁ କଂଗ୍ରେସ ପ୍ରାର୍ଥୀ ବସନ୍ତ ବିଶ୍ୱାଳ ନିର୍ବାଚନ ଜିଣି ରାଜ୍ୟ ରାଜନୀତିରେ ଜଣେ ଚର୍ଚ୍ଚିତ ନେତା ହୋଇ ପାରିଥିଲେ।

ବର୍ତ୍ତମାନର ସ୍ଥିତିକୁ ଦେଖିଲେ ବାଲେଶ୍ୱର ଓ ତିର୍ତ୍ତୋଲରେ ବିଜେଡିର ସ୍ଥିତି ଖୁବ ଭଲ ଅଛି। ଯଦିଓ ଦୁଇଟି ଆସନରେ ତୀବ୍ର ପ୍ରତିଦ୍ବନ୍ଦିତା ଚାଲିଛି ତନ୍ମଧ୍ୟରୁ ବାଲେଶ୍ୱର ସଦର ଅପେକ୍ଷା ତିର୍ତ୍ତୋଲରେ ବିଜେଡି ଖୁବ ମଜବୁତ ସ୍ଥିତିରେ ରହିଥିବା ଜଣାପଡିଛି।  ହେଲେ ବାଲେଶ୍ୱର ସଦର ନିର୍ବାଚନ ମଣ୍ଡଳୀର ସହରାଞ୍ଚଳ ଭୋଟର ବିଜେପି ସପକ୍ଷରେ ଥିବାବେଳେ ପଞ୍ଚାୟତ ସ୍ତରରେ ବିଜେଡି  ସ୍ଥିତି ଖୁବ ଭଲ। ବିଶେଷକରି ଗ୍ରାମାଞ୍ଚଳର ମହିଳା ଭୋଟର ବିଜେପି ଅପେକ୍ଷା ନବୀନଙ୍କ ପ୍ରତି ଅଧିକ ଆସ୍ଥା ପ୍ରକଟ କରୁଥିବାର ଜଣାପଡିଛି।

ଗତ ସାଧାରଣ ନିର୍ବାଚନରେ ବାଲେଶ୍ବର ଆସନରେ ବିଜେପି ପ୍ରାର୍ଥୀ ମଦନ ମୋହନ ଦତ୍ତ ଜିତିଥିଲେ। ତାଙ୍କର ପରଲୋକ ପରେ ପୁତ୍ର ମାନସ ନିର୍ବାଚନ ମଇଦାନରେ ଲଢେଇ କରୁଛନ୍ତି। ଫଳରେ ବିଜେପି ଏଥର ସମବେଦନା ଭୋଟ ହାତେଇବା ସମ୍ଭାବନା ରହିଛି। ଏଥିସହିତ ବିଜେପିର ରାଜ୍ୟ ନେତା ଓ ଦୁଇ କେନ୍ଦ୍ର ମନ୍ତ୍ରୀ, ମାନସଙ୍କ ପ୍ରଚାର ପାଇଁ ଜୋରଦାର ଲାଗି ପଡିଛନ୍ତି। ଏପରିକି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଘରକୁ ଘର ବୁଲି ବିଜେପିକୁ ଜିତାଇବା ପାଇଁ ଉଦ୍ୟମ ମଧ୍ୟ ଜାରି ରଖିଛନ୍ତି।

ଅନ୍ୟପକ୍ଷେ ତିର୍ତ୍ତୋଲ ଆସନରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସ ନିର୍ବାଚିତ ହୋଇଥିଲେ। ବିଷ୍ଣୁଙ୍କ ଦେହାନ୍ତ ଯୋଗୁଁ ବର୍ତ୍ତମାନ ଉପନିର୍ବାଚନରେ ତାଙ୍କ ପୁତ୍ର ମଧ୍ୟ ବିଜେଡିରୁ ନିର୍ବାଚନରେ ଲଢ଼ୁଛନ୍ତି। ବିଜେଡି ସୁପ୍ରିମୋ ପୁଣି ଥରେ ସ୍ବର୍ଗତ ଦାସଙ୍କ ଲୋକପ୍ରିୟତାକୁ ଭରସା କରି ଏହି ଆସନରେ ତାଙ୍କ ପୁତ୍ର ବିଜୟ ଶଙ୍କର ଦାସଙ୍କୁ ଟିକଟ ଦେଇଛନ୍ତି। ଏଠାରୁ ବିଜେପି ପ୍ରାର୍ଥୀ ରାଜ କିଶୋର ବେହେରା, କଂଗ୍ରେସର ହିଂମାଶୁ ଭୂଷଣ ମଲ୍ଲିକ, ସିପିଆଇର ବିଜୟ କୁମାର ଭୋଇଙ୍କ ସମେତ ୫ ଜଣ ସ୍ୱାଧୀନ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ମୋଟାମୋଟି ଦେଖିବାକୁ ଗଲେ ଏଠାରେ ବିଜେଡିର ପଲା ଭାରି ରହିଛି।

ଯଦିଓ ତିର୍ତ୍ତୋଲରେ ବିଜେପି ପ୍ରାର୍ଥୀ ପ୍ରଚାର ମଇଦାନରେ ପ୍ରଭାବ ଦେଖାଇଛନ୍ତି, ହେଲେ ଏଠାରେ ବିଜେଡି ସମବେଦନା ଭୋଟ ହାତେଇବେ। କଂଗ୍ରେସ ଏଠାରେ ଭଲ ପ୍ରାର୍ଥୀ ଦେଇଛି। ହେଲେ ପୂର୍ବ ନିର୍ବାଚନ ଫଳାଫଳ ଦେଖିଲେ କଂଗ୍ରେସ ହାତରେ ସେମିତି ଭୋଟ ନାହିଁ। ବାଲେଶ୍ୱର ସଦରରେ ମଧ୍ୟ କଂଗ୍ରେସ ଜଣେ ମହିଳା ପ୍ରାର୍ଥୀ ମମତା କୁଣ୍ଡୁଙ୍କୁ ଟିକଟ ଦେଇଛି। ପ୍ରାର୍ଥୀ ହିସାବରେ ମମତା ଭଲ ପ୍ରାର୍ଥୀ ହୋଇ ଥିଲେ ମଧ୍ୟ ଏଠାରେ ବିଜେଡିର ସ୍ୱରୂପ କୁମାର ଦାସ ଓ ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କୁ ଟକ୍କର ଦେଇପାରିଲା ଭଳି ମନେ ହେଉ ନାହିଁ। ତେଣୁ କହିବାକୁ ଗଲେ ଉପ ନିର୍ବାଚନ ବିଜେଡି-ବିଜେପି ମଧ୍ୟରେ ଚାଲିଛି ଲଢେଇ।