Categories
ଆଜିର ଖବର ରାଜ୍ୟ ଖବର

ନୟାଗଡ଼ରେ ରକ୍ତର ଅଭାବକୁ ଦୂର କରିବା ପାଇଁ ନିଜେ ଆଗେଇ ଆସି ରକ୍ତ ଦାନ କଲେ ସମ୍ବିତ ପାତ୍ର

ନୟାଗଡ଼: ଉତ୍କଳମଣି ପଣ୍ଡିତ ଗୋପାବନ୍ଧୁ ଦାସଙ୍କର ୯୬ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଓଡିଶାର ପ୍ରସିଦ୍ଧ ଖବରକାଗଜ ‘ସମାଜ’ ଏବଂ ‘ଶ୍ରୀ ରାମକୃଷ୍ଣ ଆଦର୍ଶ ଶିକ୍ଷା କେନ୍ଦ୍ର’ ଦ୍ୱାରା ଆୟୋଜିତ ରକ୍ତ ଦାନ ଶିବିରରେ ସାମିଲ ହୋଇ ରକ୍ତ ଦାନ କଲେ ସମ୍ବିତ ପାତ୍ର। ନୟାଗଡ଼ ଜିଲ୍ଲାର ବ୍ଲଡ ବ୍ୟାଙ୍କରେ ରକ୍ତର ଅଭାବକୁ ଦୃଷ୍ଟିରେ ରଖି ଏହି ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା।

ଏହି ଅବସରରେ ସମ୍ବିତ ପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ‘ସମସ୍ତେ, ବିଶେଷକରି ନୟାଗଡ଼ ଏବଂ ରଣପୁର ବିଧାନସଭାର ସମସ୍ତ ଜନତା ଓ ଆମ ଯୁବ ଶକ୍ତିଙ୍କୁ ରକ୍ତ ଦାନ କରିବା ପାଇଁ ଅନୁରୋଧ କରୁଛି। ରକ୍ତ ଦାନ ଏକ ମହାନ ଦାନ ଅଟେ। ଜଣେ ରକ୍ତଦାତା ସମାଜ ଏବଂ ମାନବିକତାର ଜଣେ ମହାନ ସେବକ ଅଟେ, ସେଥିପାଇଁ ଆପଣ ସମସ୍ତେ ରକ୍ତ ଦାନ କରିବା ନିତ୍ୟାନ୍ତ ଜରୁରୀ। ’

Categories
ଆଜିର ଖବର ରାଜ୍ୟ ଖବର

ସମାଧାନ ହେଲା ସାମ୍ବାଦିକ ଓ ଜିଲ୍ଲାପାଳ ବିବାଦ

ରଣପୁର: ଗତ ମାସରେ ବ୍ଲକ ସଭାଗୃହରେ ନୟାଗଡ ଜିଲ୍ଲାପାଳଙ୍କ ସାମ୍ବାଦିକଙ୍କୁ ଅସମ୍ମାନ ଘଟଣା ଆଜି ସମାଧାନ ହୋଇଛି। ଆଜି ଅପରାହ୍ନରେ ନୟାଗଡ ଜିଲ୍ଲାପାଳ ସ୍ବେଧାଦେବ ସିଂ ରଣପୁର ବ୍ଲକ ବିଡ଼ିଓଙ୍କ ପ୍ରକୋଷ୍ଠରେ ସାମ୍ବାଦିକମାନଙ୍କୁ ଡାକି ଦୁଃଖ ପ୍ରକାଶ କରିଛନ୍ତି। ତାଙ୍କର କୌଣସି ସେଭଳି ଉଦ୍ଦେଶ୍ୟ ନ ଥିଲା ବୋଲି ସେ ମତ ଦେଇଛନ୍ତି।

ଘଟଣାରୁ ପ୍ରକାଶ ଗତ ମାସରେ ନୟାଗଡ଼ ଜିଲ୍ଲା ଦ୍ଵିତୀୟ ଶ୍ରୀକ୍ଷେତ୍ର ରଣପୁର ରଥଯାତ୍ରା ପରିଚାଳନା ବୈଠକରୁ ଜିଲ୍ଲାପାଳ ସାମ୍ବାଦିକମାନଙ୍କୁ ଅସମ୍ମାନ କରିଥିଲେ। ଏହାକୁ ନେଇ ରଣପୁର ସାମ୍ବାଦିକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା।

ସୂଚନା ଅନୁସାରେ ପ୍ରତ୍ୟେକ ବର୍ଷ ଦ୍ଵିତୀୟ ଶ୍ରୀକ୍ଷେତ୍ର ରଣପୁର ରଥଯାତ୍ରା ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଥାଏ। ଏହି ବୈଠକକୁ ସାମ୍ବାଦିକମାନଙ୍କୁ ଯୋଗ ଦେବା ପାଇଁ ଡକା ଯିବା ସହିତ ପ୍ରଚାର ପ୍ରସାର ଦାୟିତ୍ୱ ସହିତ ଅନ୍ୟାନ୍ୟ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଥାଏ।  ସେହିପରି ଭାବେ ଚଳିତ ବର୍ଷ ରଥଯାତ୍ରା ପରିଚାଳନା ବୈଠକ ରଣପୁର ବ୍ଲକ ସଭାଗୃହରେ ଅନୁଷ୍ଠିତ ହେବାକୁ ଥିବା ବୈଠକକୁ ନୟାଗଡ ସୂଚନା ଲୋକସମ୍ପର୍କ ଅଧିକାରୀଙ୍କ ତରଫରୁ ଏହି ବୈଠକରେ ଯୋଗ ଦେବା ପାଇଁ ଖବର ପ୍ରଦାନ କରାଯାଇଥିଲା। ତେବେ ଜିଲ୍ଲାପାଳ ସଭା ଆରମ୍ଭରୁ ବୈଠକରେ ଉପସ୍ଥିତ ଥିବା ସମସ୍ତଙ୍କର ପରିଚୟ ମାଗି ସାରିଲା ପରେ ଫୋଟୋ ଉଠାଇ ସଭାଗୃହରୁ ସାମ୍ବାଦିକଙ୍କୁ ବାହାରକୁ ଚାଲିଯିବା ପାଇଁ କହିଥିଲେ। ଏହାକୁ ନେଇ ସାମ୍ବାଦିକମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ବ୍ୟକ୍ତ କରିବା ସହିତ ସାମ୍ବାଦିକମାନେ ମଣିନାଗ ପୀଠରେ ଏକ ଜରୁରୀ ବୈଠକ କରି ଜିଲ୍ଲାପାଳଙ୍କ ନାମରେ ଏକ ନିନ୍ଦା ପ୍ରସ୍ତାବ ଆଗତ କରିଥିଲେ। ଏହା ସହିତ ଆଗାମୀ ଦିନରେ ଜିଲ୍ଲା ପ୍ରଶାସନର କୌଣସି ଖବର ପ୍ରସାରଣ କରିବେ ନାହିଁ ବୋଲି ଏକ ପ୍ରସ୍ତାବ ଆଗତ ହୋଇଥିଲା।

ଏ ନେଇ ଜିଲ୍ଲାପାଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଲୋକ ସୂଚନା ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପତ୍ର ପ୍ରଦାନ କରାଯାଇଥିଲା। ଆଜି ଜିଲ୍ଲାପାଳଙ୍କ ଦୁଃଖ ପ୍ରକାଶ ପରେ ଏହି ବିବାଦର ସମାଧାନ ହୋଇଛି। ପରେ ଜିଲ୍ଲାପାଳ ସାମ୍ବାଦିକମାନଙ୍କ ସହିତ ରଥ ଖଳାକୁ ଆସି ରଥ ଦେଖିବା ସହିତ ରଥଯାତ୍ରା ଉପସ୍ଥିତ ରହିବା ପାଇଁ ସାମ୍ବାଦିକମାନଙ୍କୁ ଜିଲ୍ଲାପାଳ ଅନୁରୋଧ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

୨୨ ଟି ଗାଁରେ ଅରୁଣଙ୍କ ଗ୍ରୀନ୍ କ୍ୟାମ୍ପେନ୍‌: ଯୋଡ଼ିଶଙ୍ଖରେ ମତଦାନ ପାଇଁ ଭୋଟରଙ୍କୁ ଆହ୍ୱାନ

ନୟାଗଡ଼ (ସୁଧାକର ମିଶ୍ର): ନୟାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେପି, କଂଗ୍ରେସ ଓ ବିଜେଡି ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ବିଜେଡି ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ଗ୍ରୀନ କ୍ୟାମ୍ପେନକୁ ଗୁରୁତ୍ୱ ଦେଉଛନ୍ତି। ଆଜି ଗୋଟିଏ ଦିନରେ ଡ. ସାହୁ ୨୨ଟି ଗାଁକୁ ଯାଇ ପ୍ରଚାର କରିଛନ୍ତି। ପ୍ରତ୍ୟେକ ଭୋଟରଙ୍କ ପାଖରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୋଡ଼ି ଶଙ୍ଖରେ ମତଦାନ ଆହ୍ୱାନକୁ ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛନ୍ତି। ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ଓ ଉନ୍ନତିକୁ ମୁଦା କରି ବିପୁଳ ଭୋଟରେ ବିଜୟ ଲାଭ କରିବା ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି ଅରୁଣ।

ଆଜି ବିଜେଡି ବିଧାୟକ ପ୍ରାର୍ଥୀ ଡ. ସାହୁ ନୟାଗଡ଼ ବ୍ଲକର ୨୨ ଟି ପ୍ରଚାର କରିଛନ୍ତି। ସକାଳୁ ସକାଳୁ ବଡ଼ଦ୍ୱାର, ବାଲିପାଟଣା, ମାଙ୍କପଲ୍ଲୀ, କଳାହାଣ୍ଡି, ଜୟଗୁରୁ, ନୂଆଜୟଗୁରୁ, ସୁବର୍ଣ୍ଣଦେଇପୁର, ମୁକ୍ତାପୁର, ମୁଥାଗାଡିଆ, କାଳୁଚିଆପଲ୍ଲୀ ଓ କରଡ଼ାବଣୀ ଗ୍ରାମ ବୁଲି ବିଭିନ୍ନ ସଭା କରିଛନ୍ତି। ଅପରାହ୍ନରେ ପିଆଶାଳିଆ, ହରିହରପୁର, ବେଲବଣୀ, ଲଡ଼ୁକେଶରପୁର, ମାଛିପଡ଼ା, ଧବଳେଇ, ଜାମୁସାହି, ରଘୁନାଥପ୍ରସାଦ, ନରସିଂହପ୍ରସାଦ, ବ୍ରଜବଲ୍ଲଭପୁର, ନୂଆ ଘଡ଼ୁଆଳ ଗାଁରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଦେଇଥିବା ବିକାଶ ବାର୍ତ୍ତାକୁ ଲୋକ ମାନଙ୍କ ପାଖରେ ରଖୁଛନ୍ତି। ବିଜୁ ଜନତା ଦଳ ସରକାର ଗଠନ ପ୍ରଥମ ଦିନରେ ହିଁ ପ୍ରତ୍ୟେକ ଉପୋଭୋକ୍ତାଙ୍କୁ ୧୦୦ ୟୁନିଟ ମାଗଣା ବିଜୁଳି ଯୋଗାଇ ଦିଆଯିବ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଏଥି ସହିତ ଯୁବ ବର୍ଗଙ୍କ ପାଇଁ ଯୁବ ବଜେଟ ସହ କୃଷି, ଶୀଳ୍ପ, ଶିକ୍ଷା, ସ୍ୱାସ୍ଥ୍ୟ ପାଇଁ ଅନେକ ଯୋଜନା ମୁଖ୍ୟମନ୍ତ୍ରୀ ପ୍ରସ୍ତୁତ କରିଥିବା ଡ. ସାହୁ କହିଛନ୍ତି। ୨୦୩୬ ମସିହା ବେଳକୁ ଓଡିଶା କିଭଳି ଅଗ୍ରଣୀ ରାଜ୍ୟରେ ପରିଣତି ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ଅନେକ ରୋଡ଼ ମ୍ୟାପ ପ୍ରସ୍ତୁତ କରିଛନ୍ତି। ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କାର୍ଡ ଯୋଜନା ଠାରୁ ଆରମ୍ଭ କରି ମଧୁବାବୁ ଯୋଜନା, କାଳିଆ ଯୋଜନା, ମମତା ଯୋଜନା ଓ ଜନ୍ମ ଠାରୁ ମୃତ୍ୟୁ ପର‌୍ୟ୍ୟନ୍ତ ଅନେକ ଯୋଜନା କରିଥିବା ପ୍ରକାଶ କରିଛନ୍ତି। ମୁଖ୍ୟତଃ ମିଶନ ଶକ୍ତି ମା’ ମାନେ କିପରି ଅଧୀକ ରୋଜଗାର କ୍ଷମ ହୋଇପାରିବେ ସେଥି ନିମନ୍ତେ ମହିଳା ମାନଙ୍କୁ ଅଧୀକ ଗୁରୁତ୍ୱ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମା’ ମାନେ ଅଧୀକ ଶକ୍ତିଶାଳୀ ହେଲେ ରାଜ୍ୟର ଉନ୍ନତି ଘଟିବ ବୋଲି ଡ. ସାହୁ ପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ସମେତ ବିଭିନ୍ନ ପଞ୍ଚାୟତର ନେତୃ ମଣ୍ଡଳୀ ସ୍ଥିତ ରହିଥିଲେ। ପ୍ରତ୍ୟେକ ସଭାରେ ମହିଳାଙ୍କ ସମାଗମ ରାଜ୍ୟ ସରକାରଙ୍କ ମହିଳା ସଶକ୍ତି କରଣ ନାରାକୁ ପ୍ରତିପାଦିତ କରୁଥିଲା।

Categories
ଆଜିର ଖବର ରାଜ୍ୟ ଖବର

ଭୟ ମୁକ୍ତ ଓ ନିରପେକ୍ଷ ନିର୍ବାଚନ ପାଇଁ ଚାନ୍ଦପୁର ପୋଲିସର ଫ୍ଲାଗ ମାର୍ଚ୍ଚ

ନୟାଗଡ/ଚାନ୍ଦପୁର: ସାରା ରାଜ୍ୟରେ ଏବେ ଗ୍ରୀଷ୍ମ ତାତି ଠାରୁ ନିର୍ବାଚନ ତାତି କାହିଁରେ କେତେ। ନିର୍ବାଚନ ଆସିଲେ ନିର୍ବାଚନରେ ବିଭିନ୍ନ ପ୍ରକାର ଅଘଟଣ ଘଟାଇ ନିଜର ମନ୍ଦ ଯୋଜନାକୁ ଫଳପ୍ରଦ କରିବା ପାଇଁ କେତେକ ଅସାମାଜିକ ଚରିତ୍ରର ବ୍ୟକ୍ତି ସୁଯୋଗକୁ ଅପେକ୍ଷା କରିଥାନ୍ତି। ହେଲେ ପ୍ରଶାସନ ଏବେ ଠାରୁ ଏହାକୁ ପ୍ରତିହତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛି।

ଆସନ୍ତା ସାଧାରଣ ନିର୍ବାଚନ କିଭଳି ଭାବେ ଭୟ ମୁକ୍ତ ସହ ନିରପେକ୍ଷ ଭାବେ ଅନୁଷ୍ଠିତ ହୋଇ ପାରିବ ସେଥିପାଇଁ ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ପୋଲିସ ପକ୍ଷରୁ ଚାନ୍ଦପୁର ଥାନାର ବିଭିନ୍ନ ସମ୍ବେଦନଶୀଳ ସହ ଅତି ସମ୍ବେଦନ ଶୀଳ ସ୍ଥାନରେ ସଶସ୍ତ୍ର ସୁରକ୍ଷା ବଳଙ୍କୁ ନେଇ ଫ୍ଲାଗ ମାର୍ଚ୍ଚ କରାଯାଇଛି। ଏହା ସହ କାନ୍ଧ ନୟାଗଡ଼, ଜଙ୍କିଆ, ମୟୁରଝଲିଆ, ଖଣ୍ଡିସୀ ଗ୍ରାମ ପଂଚାୟତରେ ଫ୍ଲାଗ ମାର୍ଚ୍ଚ କରିଛି ଚାନ୍ଦପୁର ପୋଲିସ।

ଥାନା ଆଇ ଆଇ ସି ଜଗଦୀଶ କୁମାର କରଙ୍କ ନେତୃତ୍ୱରେ ଏହି ଫ୍ଲାଗ ମାର୍ଚ୍ଚ କରାଯାଇଛି।
ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନରେ ସମସ୍ତ ମତଦାତା ସେମାନଙ୍କର ମତ ସାବ୍ୟସ୍ତ କରିବା ପାଇଁ ନିବେଦନ କରିଛନ୍ତି ଚାନ୍ଦପୁର ଥାନା ଅଧିକାର ଜଗଦୀଶ କୁମାର କର।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ମୋଦି ଗ୍ୟାରେଣ୍ଟି ପାଇଁ ବିଜେପିର ସାମ୍ବାଦିକ ସମ୍ମିଳନୀ

ନୟାଗଡ (ସୁଧାକର ମିଶ୍ର): ନୟାଗଡ ବିଜେପି ବିଧାୟକ ପ୍ରାର୍ଥୀନୀ ପ୍ରତ୍ୟୁଷା ରଜେଶ୍ୱରୀଙ୍କ ନେତୃତ୍ୱରେ ନୟାଗଡର ଗୋଦାବରୀ କଲ୍ୟାଣୀ ମଣ୍ଡପ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଏହି ସାମ୍ବାଦିକ ସମ୍ମିଳନୀରେ ରଣପୁର ବିଜେପି ବିଧାୟିକା ପ୍ରାର୍ଥୀନୀ ସୁରମା ପାଢ଼ୀ ଓ ବିଜେପି ମୁଖପାତ୍ର. ଉର୍ମିଳା ମହାପାତ୍ର ଉପସ୍ଥିତ ଥିଲେ।

ଏହି ସାମ୍ବାଦିକ ସମ୍ମିଳନୀରେ ମୋଦି ଗ୍ୟାରେଣ୍ଟି ଉପରେ ଆଲୋକପାତ କରିଥିଲେ ମୋଦିଙ୍କ ଏହି ଇସ୍ତାହାରରେ ସବୁ ବର୍ଗ ଲୋକମାନଙ୍କ ପାଇଁ ବ୍ୟବସ୍ଥା ରହିଥିବାର ଉର୍ମିଳା ମହାପତ୍ର ସୂଚନା ଦେଇଥିଲେ। ପ୍ରଧାମନ୍ତ୍ରୀ ମୋଦିଙ୍କ ୧୦ ବର୍ଷ ର ସୁଶାସନରେ ଗରିବ କଲ୍ୟାଣ ଯୋଜନା ରେ ଭାରତବର୍ଷରେ ୮୦ କୋଟି ରୁ ଉର୍ଦ୍ଧ୍ଵ ଲୋକଙ୍କୁ ମାଗଣା ରାସନ, ଏବଂ ୫୦ କୋଟିରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କୁ ଜନଧନ ଯୋଜନାରେ ବ୍ୟାଙ୍କ୍ ସୁବିଧା ,୩୪ କୋଟି ନାଗରିକଙ୍କ ସ୍ବାସ୍ଥ୍ୟ ବିମା, ୪ କୋଟି ରୁ ଉର୍ଦ୍ଧ୍ଵ ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ୧୪ କୋଟି ରୁ ଉର୍ଦ୍ଧ୍ଵ ପରିବାରଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ, ଉଜ୍ଜଳା ଯୋଜନାରେ ୧୦ କୋଟିରୁ ଉର୍ଦ୍ଧ୍ଵ ମହିଳାଙ୍କୁ ରନ୍ଧନ ଗ୍ୟାସ ଯୋଗାଣ, ସ୍ୱଚ୍ଛ ଭାରତ ଅଭିଯାନରେ ୧୧ କୋଟି ପରିବାରଙ୍କ ପାଇଁ ଶୌଚାଳୟ ନିର୍ମାଣ, ୯.୮କୋଟି ପରିବାରକୁ ବିଦ୍ୟୁତ୍ ଯୋଗାଣ ୧୧ କୋଟି କୃଷକଙ୍କୁ ବାର୍ଷିକ ୬ ହଜାର ଟଙ୍କାର ସହାୟତା, ଟ୍ରିପଲ ତଲାକ ଉଚ୍ଛେଦ, ଧାରା ୩୭୦ ଉଚ୍ଛେଦ ଆଦି କେତେକ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଥିବା ବେଳେ ୨୦୨୪ ନିର୍ବାଚନକୁ ଆଖିଆଗରେ ରଖି ବିଜେପି ତାର ମୋଦି ଗ୍ୟାରେଣ୍ଟି ଇସ୍ତାହାର ପ୍ରକାଶ କରିଛି।

ଏହି ଇସ୍ତାହାରରେ ସବୁବର୍ଗର ଲୋକମାନଙ୍କ ପାଇଁ ସୁବିଧା ରଖା ଯାଇଛି। ଯୁବକ ମାନଙ୍କ ପାଇଁ ମୁଦ୍ରା ଯୋଜନାକୁ ୨ ଗୁଣିତ କରାଯାଇଛି, ସରକାରୀ ପଦ ପଦବୀ ପୂରଣ ଏବଂ କ୍ରୀଡା କ୍ଷେତ୍ରରେ ଅଲମ୍ପିକ୍ସକୁ ଅଧିକ ଗୁରୁତ୍ଵ ଦିଆଯିବା। କୃଷକ ମାନଙ୍କ ପାଇଁ ଧାନ କ୍ଵିଣ୍ଟାଲର ଦର ୩୧୦୦ କୁ ବୃଦ୍ଧି, ମହିଳା ମାନଙ୍କ ପାଇଁ ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କା ପ୍ରଦାନ, ସାଧାରଣ ଚିଟଫଣ୍ଡରେ ବୁଡି ରହିଥିବା ଟଙ୍କା ପ୍ରଦାନ, ସ୍ବାସ୍ଥ୍ୟ କ୍ଷେତ୍ରରେ ଉନ୍ନତିକରଣ ଓ ସ୍ମାର୍ଟ କ୍ଲାସ ରୁମ ନିର୍ମାଣ କରାଯିବା ଆଦି ଅନ୍ତର୍ଭୁକ୍ତ ହେଇଛି।

ଏହି ସମ୍ମିଳନୀରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ନୂତନ ଓ ବିକଶିତ ଭାରତ ଗଢିବାର ସ୍ବପ୍ନ କୁ ନୟାଗଡ ରେ ମଧ୍ୟ ସମ୍ପୂର୍ଣ୍ଣ ରୂପରେ କାର୍ଯ୍ୟକାରୀ କରିବାପାଇଁ ପ୍ରତ୍ୟୁଷା ରଜେଶ୍ୱରି ମତ ପ୍ରକାଶ କରିଥିଲେ।ବି ଜେପି ଓଡ଼ିଶାରେ ସରକାର ଗଢିଲେ ୩ମାସ ମଧ୍ୟରେ ନୟାଗଡ ରେ ନୂତନ ଚିନି କଳ ସ୍ଥାପନ କରିବାପାଇଁ ପ୍ରତିଶୃତି ଦେଇଛନ୍ତି।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ଶଙ୍ଖ ମୟ ହେଲା ନୟାଗଡ଼ ସହର: ୩୦ ହଜାରରୁ ଉର୍ଦ୍ଧ୍ୱ ଜନସମାଗମ

ନୟାଗଡ଼ (ସୁଧାକର ମିଶ୍ର): ନୟାଗଡ଼ ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁଙ୍କ ନାମାଙ୍କନ ଶେଭାଯାତ୍ରା ବିରୋଧି ଦଳ ଛାତିରେ କମ୍ପନ ସୃଷ୍ଟି କରିଛି। ନୟାଗଡ଼ ସହର ଉପରେ ୩୦ ହଜାର ବିଜେଡି କର୍ମକର୍ତ୍ତାଙ୍କ ସମାଗମ ବିରୋଧିଙ୍କୁ ଛାନିଆ କରି ଦେଇଛି। ନୟାଗଡ଼ ବ୍ଲକର ୨୯ ଟି ପଞ୍ଚାୟତ, ନୟାଗଡ଼ ପୌରାଞ୍ଚଳ, ଓଡ଼ଗାଁ ବ୍ଲକ ଓ ଓଡ଼ଗାଁ ଏନଏସିର ନେତା ଓ କର୍ମୀମାନେ ଏଥିରେ ସାମିଲ ହୋଇଛନ୍ତି। ନୟାଗଡ଼ ଦୁର୍ଗାପ୍ରସାଦ ଦଳୀୟ କାର୍ଯ୍ୟାଳୟଠାରୁ ଶୋଭାଯାତ୍ରା ବାହାରି ଜିଲ୍ଲାପାଳ କାର୍ଯ୍ୟାଳୟରେ ପହଞ୍ଚିଛି।

ଏହି ଶୋଭାଯାତ୍ରାରେ ଛାତ୍ର, ଯୁବ, ମହିଳା, ବରିଷ୍ଠ ନାଗରିକଙ୍କ ଠାରୁ ଆରମ୍ଭ କରି ସବୁ ବର୍ଗର ବ୍ୟକ୍ତି ସାମିଲ ହୋଇଛନ୍ତି। ଅରୁଣଙ୍କ ପ୍ରାର୍ଥୀ ପତ୍ର ଦାଖଲ ପାଇଁ ୩୦ ହଜାରରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ସାମିଲ ହୋଇଛନ୍ତି। ଜନସମୁଦ୍ର ପରି ନୟାଗଡ଼ ଦଳୀୟ କାର‌୍ୟ୍ୟାଳୟ ଠାରୁ କର୍ମୀ ଓ ନେତା ମାନେ ମାଡ଼ି ଆସିଥିଲେ। ନୟାଗଡ଼ ସହର ଶଙ୍ଖ ମୟ ହୋଇ ଯାଇଛି। ଅରୁଣ ସାହୁ ଜିନ୍ଦାବାଦ, ଅରୁପ ପଟ୍ଟନାୟକ ଜିନ୍ଦାବାଦ, ନବୀନ ପଟ୍ଟନାୟକ ଜିନ୍ଦାବାଦ, ଶଙ୍ଖ ଚିହ୍ନ ଜିନ୍ଦାବାଦ ଧ୍ୱନିରେ ପ୍ରକମ୍ପିତ ହୋଇଲା ନୟାଗଡ଼ ସହର। ବିରାଟ ଶକ୍ତି ପ୍ରଦର୍ଶନ କରିଛି ନୟାଗଡ଼ ବିଜେଡି। ଗ୍ରୀଷ୍ମ ପ୍ରବାହ ତାତିରେ ଅନେକ ଲୋକ ବିଭିନ୍ନ ସ୍ଥାନରେ ଅଟକି ରହିଥିଲେ ମଧ୍ୟ ଖରାକୁ ଖାତିର ହଜାର ହଜାର କର୍ମୀ ସାମିଲ ହୋଇଛନ୍ତି। ଅରୁଣଙ୍କ ନିର୍ବାଚନ ଫଳାଫଳ ଆଜିର ନାମାଙ୍କନ ଦାଖଲରେ ସ୍ପଷ୍ଟ ବାରି ହୋଇପଡିଛି। ବିଜୁ ଜନତା କାର‌୍ୟ୍ୟାଳୟଠାରୁ ଆରମ୍ଭ ଜିଲ୍ଲାପାଳଙ୍କ ଶୋଭାଯାତ୍ରା ଲମ୍ବିଥିବା ଦେଖାଯାଇଛି। ଅରୁଣ ନାମାଙ୍କନ ଆଳରେ ବିରାଟ ଶକ୍ତି ପଦର୍ଶନ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ପୁରୀ ବିଜେଡିର ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକ, ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ଜିଲ୍ଲା ମହିଳା ବିଜୁ ଜନତା ଦଳ ସଭା ନେତ୍ରୀ ବିରଜାଲକ୍ଷ୍ମୀ ସାହୁ, ଜିଲ୍ଲା ପରିଷଦ ସୁବାଷ କଅଁର, ଆଶିଷ ଅଗ୍ରୱାଲ, ସରୋଜ ରଣସିଂ, କ୍ଷୀରୋଦ ମହାପାତ୍ର, ଝିଲ୍ଲୀ ପ୍ରଧାନ ପ୍ରମୁଖ ସାମିଲ ହୋଇଥିଲେ। ଏଥି ସହିତ ନୟାଗଡ଼ ପୌରାଞ୍ଚଳର ଅଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ସମସ୍ତ କାଉନସିଲର ଓ ନୟାଗଡ଼ ନିର୍ବାଚନ ମଣ୍ଡଳୀର ସମସ୍ତ ଜନ ପ୍ରତିନିଧି ମାନେ ଏହି କାର‌୍ୟ୍ୟକ୍ରମରେ ସାମିଲ ହୋଇଥିଲେ।

ଏହି ନାମାଙ୍କନ ପତ୍ର ଦାଖଲରେ ୭ ହଜାରରୁ ଉର୍ଦ୍ଧ୍ୱ ମହିଳାଙ୍କ ଯୋଗଦାନ ରହିଥିଲା। ନୟାଗଡ଼ ବିଧାୟକ ପ୍ରାର୍ଥୀ ଡ. ସାହୁ ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାରଙ୍କ ନିକଟରେ ନାମାଙ୍କନ ଦାଖଲ କରିଥିବା ସୂଚନା ମିଳିଛି।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ଯୋଡ଼ି ଶଙ୍ଖ ଓ ୬୦ ହଜାର ବ୍ୟବଧାନ ଆହ୍ୱାନ ଦେଲେ ପାଣ୍ଡିଆନ

ନୟାଗଡ଼ (ସୁଧାକର ମିଶ୍ର): ଓଡ଼ଗାଁଠାରେ ବିଜୁ ଜନତା ଦଳର ବିଶାଳ ପ୍ରଚାର ସଭାରେ ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ୍ ଯୋଗ ଦେଇ ୬୦ ହଜାର ବ୍ୟବଧାନ ପାଇଁ ଆହ୍ୱାନ ଦେଇଛନ୍ତି। ଯୋଡ଼ି ଶଙ୍ଖରେ ଭୋଟ ଦେଇ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଆହ୍ୱାନ ଦେଇଛନ୍ତି। ଏହି ପ୍ରଚାର ସଭାରେ ପୁରୀ ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ ସାହୁ, ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ, ଜିଲ୍ଲା ସହ ପର୍ଯ୍ୟବେକ୍ଷକ ଇରାନୀ ରାୟ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ନବୀନଙ୍କ ବାର୍ତ୍ତାକୁ ଉପସ୍ଥାପନ କରିଛନ୍ତି।

ନୟାଗଡ଼ ବିଧାୟକ ଡ. ସାହୁ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ ପଦକ୍ଷେପ ମିଶନ ଶକ୍ତିକୁ ବନ୍ଦ କରିବାକୁ ବିରୋଧି ଚକ୍ରାନ୍ତ ଚଳାଇଥିବା କହିଛନ୍ତି। ବିଏସକେୱାଇ ଯୋଜନାକୁ ମଧ୍ୟ ବନ୍ଦ କରିବାକୁ ବିରୋଧି ଷଡ଼ଯନ୍ତ୍ର ଚଳାଇଛନ୍ତି। ଓଡ଼ଗାଁ ବାସୀ ଏହାକୁ ବିଚାର କରିବାକୁ ବିଧାୟକ ଡ. ସାହୁ ନିବେଦନ କରିଛନ୍ତି। ଏହା ସହିତ ମୁଁ ଏ ମାଟିର ଶ୍ରେଷ୍ଠ ମୁଲିଆ ବୋଲି କହିଛନ୍ତି।

ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ ସେବାକୁ ଗୁରୁତ୍ୱ ଦେଇ ଆସିଥିବା ଏବଂ ଆଗାମୀ ଦିନରେ ସେବା ପାଇଁ ସୁଯୋଗ ଦେବାକୁ ଆହ୍ୱାନ ଦେଇଛନ୍ତି। ଷ୍ଟାର ପ୍ରଚାରକ ଶ୍ରୀଯୁକ୍ତ ପାଣ୍ଡିଆନ୍ ନୟାଗଡ଼ ବିକାଶର ଚିଠା ଖୋଲିବା ସହ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ଆହ୍ୱାନ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ଆର୍ଶିବାଦ କରିବାକୁ ଆପଣଙ୍କୁ ସୁଯୋଗ ମିଳିଛି। ଶଙ୍ଖ ଚିହ୍ନରେ ଭୋଟ ଦେଇ ଆର୍ଶିବାଦ କରନ୍ତୁ ବୋଲି କହିଛନ୍ତି। ୨୦୧୪ରେ ଗୋଟିଏ ରାଜନୈତିକ ଦଳ ୨ କୋଟି ଚାକିରୀ ଦେବାକୁ କହିଥିଲେ। କେତେ ଚାକିରୀ ଦେଇଛନ୍ତି ବୋଲି ପାଣ୍ଡିଆନ ପ୍ରଶ୍ନ କରିଛନ୍ତି। ପ୍ରେଟୋଲ ଓ ଡିଜେଲ ଦର କମ ହୋଇଛି କି ବୋଲି ପ୍ରଶ୍ନ କରିଛନ୍ତି। ଧାନ ଏମଏସପି ମୁଲ୍ୟ ଦୁଇ ଗୁଣା କରିବାକୁ କହିଥିଲେ। ୧୦ ବର୍ଷ କ୍ଷମତାରେ ରହି ଏମଏସପି ବୃଦ୍ଧି କରି ପାରିଲେ ନାହିଁ, ଏବେ ନିର୍ବାଚନ ସମୟରେ ମୋନିଫେଷ୍ଟରେ ଧାନ କ୍ୱିଣ୍ଟାଲ ମୁଲ୍ୟ ୩ ହଜାର କରିବାକୁ କହିଛନ୍ତି।

ଏହା ସହିତ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ପ୍ରାର୍ଥୀ ୬୦ ହଜାର ଭୋଟ ବ୍ୟବଧାନରେ ବିଜୟୀ କରିବାକୁ ପାଣ୍ଡିଆନ୍ ଆହ୍ୱାନ ଦେଇଥିଲେ। ଏହି ପ୍ରଚାର ସଭାରେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଉପାଧ୍ୟକ୍ଷା ମୀରା ନାୟକ, ଜିଲ୍ଲା ପରିଷଦ ସଦସ୍ୟ ବିରଜା ଲକ୍ଷ୍ମୀ ସାହୁ, ଝିଲ୍ଲୀ ପ୍ରଧାନ ପ୍ରମୂଖ ଉପସ୍ଥିତ ରହିଥିଲେ। ବିଜୁ ଜନତା ଦଳ ବ୍ଲକ ସଭାପତି ସୂର୍ଯ୍ୟନାରାୟଣ ଚୈାଧୁରୀ, ଦିବାକର ନାୟକ, ବିଭୂପ୍ରସାଦ ସାହୁଙ୍କ ସମେତ ଓଡ଼ଗାଁ ବ୍ଲକର ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟା ଉପସ୍ଥିତ ରହିଥିଲେ। ଏହି ପ୍ରଚାର ସଭାରେ ୧୫ ହଜାରରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷଙ୍କ ସମାଗମ ହୋଇଥିଲା।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

କଣ୍ଟାମାଳ ଓ ନୟାଗଡ ନିର୍ବାଚନ ମଣ୍ଡଳୀରେ ପାଣ୍ଡିଆନଙ୍କ ତୋଫାନି ପ୍ରଚାର, ବିରୋଧୀଙ୍କୁ କଲେ ଟାର୍ଗେଟ

ଭୁବନେଶ୍ବର: ନିର୍ବାଚନ ପ୍ରଚାରର ୧୧ ଦିନରେ ଆଜି ସକାଳେ ବୌଦ୍ଧ, ସୋନପୁର ଓ ବୀରମହାରାଜପୁର ପରେ ଅପରାହ୍ନରେ ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ କଣ୍ଟାମାଳ ଓ ନୟାଗଡ ନିର୍ବାଚନ ମଣ୍ଡଳୀରେ ତୋଫାନି ପ୍ରଚାର କରିଥିଲେ।

ନୟାଗଡର ଓଡଗାଁଠାରେ ଆୟୋଜିତ ନିର୍ବାଚନୀ ସଭାରେ ବିରୋଧୀ ବିଜେପି ଦଳକୁ ତୀବ୍ର କଟାକ୍ଷ କରି ଶ୍ରୀ ପାଣ୍ଡିଆନ କହିଲେ ଯେ ବିଜେପି ଦଳ ଗତ ୧୦ ବର୍ଷ ଧରି କ୍ଷମତାରେ ରହି ଆସିଛନ୍ତି। ପୂର୍ବରୁ କେବେ ଚାଷୀ ମନେ ପଡୁ ନଥିଲେ। MSP କଥା ମନେ ପଡୁ ନଥିଲା। ଭତ୍ତା ମନେ ପଡୁ ନ ଥିଲା। ନିର୍ବାଚନ ଆସିଲେ ଚାଷୀ ମନେ ପଡନ୍ତି । ବୁଢାବୁଢୀ ମନେ ପଡନ୍ତି । ଚାହିଁ ଥିଲେ ପୂର୍ବରୁ ଭତ୍ତା ୩୦୦ ରୁ ୩୦୦୦ ଟଙ୍କା କରିପାରିଥାନ୍ତେ। MSP ଦୁଇ ଗୁଣ କରିପାରିଥାନ୍ତେ। ନିର୍ବାଚନ ଆସିଗଲା। ଏବେ ମନେ ପଡୁଛି । ସେମାନେ ଓଡିଶା ଲୋକଙ୍କୁ ବୋକା ଭାବନ୍ତୁ ନାହିଁ । ଓଡିଶା ଲୋକ ଉଚିତ୍‌ ଜବାବ ଦେବେ।

ସେ ଆହୁରି ମଧ୍ୟ କହିଥିଲେ ଯେ ନିର୍ବାଚନ ପ୍ରତିଶୃତି ଥିବା ୨ କୋଟି ଚାକିରୀ କୁଆଡେ ଗଲା। ଦରଦାମ ଆଜି ଆକାଶ ଛୁଆଁ। ଏଥିରେ ଲଗାମ ନାହିଁ। କିନ୍ତୁ ଆମ ମୁଖ୍ୟମନ୍ତ୍ରୀ ଯାହା କହନ୍ତି, ତା’ ଠାରୁ ଅଧିକ କରି ଦେଖାନ୍ତି।

ମୁଖ୍ୟମନ୍ତ୍ରୀ ନୟାଗଡର ବିକାଶ ପାଇଁ ୬୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଓଡଗାଁ ରଘୁନାଥ ମନ୍ଦିର ପାଇଁ ସାଢେ ୩ କୋଟି, ବସ୍‌ ଷ୍ଟାଣ୍ଡ ପାଇଁ ୧୧ କୋଟି, ଇନ୍‌ଡୋର ଷ୍ଟାଡିୟମ ପାଇଁ ୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ନୟାଗଡ ବିଧାନ ସଭା ପ୍ରାର୍ଥୀ ଅରୁଣ ସାହୁ ଓ ପୁରୀ ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକଙ୍କୁ ଯୋଡି ଶଙ୍ଖରେ ଆଶୀର୍ବାଦ କରି ନବୀନ ପଟ୍ଟନାୟକଙ୍କ ବିକାଶର ରଥକୁ ଆଗେଇ ନେବା ପାଇଁ ଶ୍ରୀ ପାଣ୍ଡିଆନ ଉପସ୍ଥିତ ଜନସାଧାରଣଙ୍କୁ ନିବେଦନ କରିଥିଲେ।

ସେହିପରି କଣ୍ଟାମାଳରେ ଉପସ୍ଥିତ ବିପୁଳ ଜନସମାବେଶକୁ ଉଦ୍‌ବୋଧନ ଦେଇ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ନିର୍ବାଚନ ଆସିଲେ ନୂଆ ନୂଆ ଚେହେରା ଆସିବେ । ମିଠା ମିଠା କଥା କହିବ। ନିର୍ବାଚନ ସରିଗଲେ, ଖୋଜିଲେ ବି ପାଇବେ ନାହିଁ। ଓଡିଶାବାସୀଙ୍କ ପାଇଁ ଦିନରାତି କଠିନ ପରିଶ୍ରମ କରୁଥିବା ଆମ ମୁଖ୍ୟମନ୍ତ୍ରୀ ଅଳ୍ପ କଥା କହନ୍ତି, ଅଧିକା କାମ କରନ୍ତି।

ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବା ପାଇଁ ୫ ବର୍ଷରେ ଥରେ ଆପଣମାନେ ସୁଯୋଗ ପାଇଛନ୍ତି। ବିଜୁ ଜନତା ଦଳର ସାଂସଦ ପ୍ରାର୍ଥୀ ଡ. ଅଚ୍ୟୁତ ସାମନ୍ତ ଓ ବିଧାୟକ ପ୍ରାର୍ଥୀ ମହିଧର ରଣାଙ୍କୁ ୪୦ ହଜାର ମାର୍ଜିନରେ ଜିତାଇ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରନ୍ତୁ। ଆଉ ଯିଏ ବି କ୍ଷମତାକୁ ଆସିବେ ଓଡିଶା ବିକାଶର ରଥ ଅଟକି ଯିବ। ଆମେ ବିକାଶର ରଥକୁ ଅଟକିବାକୁ ଦେବା ନାହିଁ । ସମସ୍ତେ ମିଶି ଓଡିଶାକୁ ଆଗେଇ ନେବା।

ସେ ଆହୁରି ମଧ୍ୟ କହିଥିଲେ ଯେ ଗତ ୫ ଜୁଲାଇ ୨୦୨୩ ରେ କଣ୍ଟାମାଳ ଆସିଥିଲି। ସେଦିନର ମିଟିଙ୍ଗ୍ ଥିଲା ମୋ ପାଇଁ ସବୁଠାରୁ ସ୍ମରଣୀୟ । ସେଦିନର ମିଟିଙ୍ଗ୍ ଓ ଆପଣମାନଙ୍କର ଖଡଙ୍ଗ ବ୍ୟାରେଜ ସମ୍ପର୍କିତ ଦାବୀ ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ତତ୍‌କ୍ଷଣାତ ମଞ୍ଜୁର କରିଥିଲେ ୨୦୦ କୋଟି ଟଙ୍କା। କଣ୍ଟାମାଳ, ମନମୁଣ୍ଡା ଓ ବାଉଁଶୁଣିକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏନ୍‌ଏସି ମାନ୍ୟତା ପ୍ରଦାନ କରିଛନ୍ତି।

ଖଇରମାଳ ନଦୀଗର୍ଭ ଜଳାଶୟ ପାଇଁ ୯୨୫ କୋଟି ଟଙ୍କା, ବିରମୁଣ୍ଡା ମନ୍ଦିର ପାଇଁ ୫୦ ଲକ୍ଷ ଟଙ୍କା, ବିଭିନ୍ନ ମନ୍ଦିର, ମସ୍‌ଜିଦ୍‌, ଚର୍ଚ୍ଚ ଓ ମଠର ବିକାଶ ପାଇଁ ୬ କୋଟି ଟଙ୍କା, ତେଲ୍‌ ନଦୀ କୁଟାଯୋର ଠାରେ ହାଇ ଲେଭଲ ସେତୁ ପାଇଁ ୪୬ କୋଟି ଟଙ୍କା, ଖଣ୍ଡିକମ୍ପା ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୨.୧୦ କୋଟି ଟଙ୍କା, ଭାଇବୋହୁ ଦେଢଶୁର ପର୍ଯ୍ୟଟନ କ୍ଷେତ୍ର ପାଇଁ ୧.୪୦ କୋଟି ଟଙ୍କା, କଣ୍ଟାମାଳର ୨୪ଟି ଗ୍ରାମ ପଞ୍ଚାୟତ ଓ ବୌଦ୍ଧର ୧୨ଟି ଗ୍ରାମ ପଞ୍ଚାୟତରେ ମେଗା ପାଇପ୍‌ ଜଳ ଯୋଗାଣ ପାଇଁ ୩୩୦ କୋଟି ଟଙ୍କାର କାମ ଏହି ନିର୍ବାଚନ ମଣ୍ଡଳୀରେ ଚାଲିଛି ।

କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୪୫ ହଜାର ଚାଷୀ କାଳିଆ ଯୋଜନାରେ ଉପକୃତ ହୋଇଥିବା ବେଳେ ପ୍ରାୟ ୬୦ ହଜାର ପରିବାର BSKYରେ ସାମିଲ ହୋଇଛନ୍ତି। କଣ୍ଟାମାଳର ମନୋଜ ପାତ୍ର ଓ ସଦାନନ୍ଦ କର୍ମୀ ଯଥାକ୍ରମେ ଚିକିତ୍ସା ପାଇଁ ୭.୫ ଲକ୍ଷ ଟଙ୍କା ଲେଖାଏଁ BSKY ଯୋଜନାରେ ପାଇ ଆରୋଗ୍ୟ ଲାଭ କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଉଭୟ ସଭାରେ ନୟାଗଡରେ ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକ ଓ ବିଧାୟକ ପ୍ରାର୍ଥୀ ଅରୁଣ ସାହୁ ଏବଂ କଣ୍ଟାମାଳଠାରେ ସାଂସଦ ପ୍ରାର୍ଥୀ ଡ. ଅଚ୍ୟୁତ ସାମନ୍ତ ଓ ବିଧାୟକ ପ୍ରାର୍ଥୀ ମହିଧର ରଣା ପ୍ରମୁଖ ନିର୍ବାଚନ ପ୍ରଚାର କରି ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ନୟାଗଡ଼: ବିଜେଡିର ବିରାଟ ମିଶ୍ରଣ ପର୍ବ, ଚିନ୍ତାରେ ବିରୋଧୀ

ନୟାଗଡ଼ (ସୁଧାକର ମିଶ୍ର): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ବିରାଟ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବିରୋଧୀ ଦଳର ୧୮୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି। ବିରୋଧୀ ଦଳର ବହୁ ପୁରୁଖା କର୍ମୀମାନେ ବିଜେଡିରେ ଯୋଗ ଦେଉଛନ୍ତି। ଯେଉଁଥିପାଇଁ ଚିନ୍ତାରେ ପଡିଛି ବିରୋଧୀ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି। ଯୁବ ଶକ୍ତିକୁ ନେଇ କରାଯାଇଥିବା ଫ୍ଲାଗ ମାର୍ଚ୍ଚ ବିରୋଧୀଙ୍କୁ ଶକ୍ତ ଝଟ୍‌କା ଦେଇଛି। ୧୦ ହଜାରରୁ ଉର୍ଦ୍ଧ୍ୱ କର୍ମୀ ଏଥିରେ ସାମିଲ ହୋଇଥିଲେ।

ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜେଡି କିପରି ଦିନକୁ ଦିନ ଶକ୍ତିଶାଳୀ ହେଉଛି ଏହାର ନମୁନା ଦେଖିବାକୁ ମିଳୁଛି। ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉପସ୍ଥିତିରେ ମୁଥାଗାଡିଆ ପଞ୍ଚାୟତ କ୍ଷେତ୍ରିବରପୁରର ୩୧ ବିରୋଧୀ ନେତା ବିଜେଡିରେ ସାମିଲ ହୋଇଛନ୍ତି। ଏଥି ସହିତ କାଳିକାପ୍ରସାଦ ପଞ୍ଚାୟତର ଆଡ଼ଚେର ଗ୍ରାମର ୩୨ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି।

କ୍ଷେତ୍ରିବରପୁର ଗ୍ରାମର ଶିଶିର କୁମାର ମହାପାତ୍ର, ମାନସ ଦଳେଇ, କୈଳାସ ଜେନା, ଦିପୁ ବରାଡ଼, ଆଲୋକ ବରାଡ଼, ରବିନ୍ଦ୍ର ବରାଡ଼, ଲକ୍ଷ୍ମୀଧର ପ୍ରଧାନ, ବିକାଶ ସ୍ୱାଇଁ, ଟୁନା ପ୍ରଧାନ, କୈଳାସ ପ୍ରଧାନ, ମାନସ ବରାଡ଼, ରୁଦ୍ର ବରାଡ଼, କପିଳାସ ବେହେରା, କାହ୍ନୁ ପ୍ରଧାନ, କାହ୍ନୁ ଜେନା, କାର୍ତିକ ବରାଡ଼, ଲିଟନ ଜେନା, ବାପିନି ପ୍ରଧାନ, ମନୋଜ କୁମାର ପ୍ରଧାନ, ଚିତରଞ୍ଜନ ଜେନା, ପ୍ରମୋଦ କୁମାର ଜେନା, ଦେବାଶିଷ ମହାପାତ୍ର, ସ୍ୱାଧୀନ ଜେନା, ସୋନୁ ଜେନା, ସନାତନ ସ୍ୱାଇଁ, ହରମୋହନ ପ୍ରଧାନ, ତୋଫାନ ଜେନା, ବିକ୍ରମ ସ୍ୱାଇଁ, ବିକାଶ ଦଳେଇ, ରାମଚନ୍ଦ୍ର ଜେନା ଓ ଚନ୍ଦନ ଜେନା ପ୍ରମୁଖ ବିଜେଡିରେ ଯୋଗ ଦେଇଛନ୍ତି।

ସେହିପରି ଭାବେ କାଳିକାପ୍ରସାଦ ଗ୍ରାମ ପଞ୍ଚାୟତ ଆଡ଼ଚେର ଗ୍ରାମର ଆଦିତ୍ୟ ବିଶ୍ୱାଳ, କାର୍ତିକ ପରିଡ଼ା, ସଞ୍ଜୟ କୁମାର ସ୍ୱାଇଁ, ବିଜୟ କୁମାର ସ୍ୱାଇଁ, ବିଜୟ କୁମାର ମହାନ୍ତି, ମିଟୁ ବେହେରା, ସନାତନ ସ୍ୱାଇଁ, ଲକ୍ଷ୍ମୀଧର ସ୍ୱାଇଁ, ସନ୍ତୋଷ କୁମାର ମହାନ୍ତି, ସୁବଳ ବିଶ୍ୱାଳ, ବିକାଶ ଲେଙ୍କା, ପ୍ରଦୀପ କୁମାର ବିଶ୍ୱାଳ, ଜୟକୃଷ୍ଣ ସ୍ୱାଇଁ, ବିରଞ୍ଚି ସ୍ୱାଇଁ, ଗଙ୍ଗାଧର ମହାନ୍ତି, ବନମାଳି ମହାନ୍ତି, ଛାଟିଆ ମହାନ୍ତି, ନାରାୟଣ ବିଶ୍ୱାଳ, ପ୍ରଫୁଲ୍ଲ କୁମାର ମହାନ୍ତି, ଲକ୍ଷ୍ମୀଧର ସ୍ୱାଇଁ, ଶ୍ରୀଧର ମହାନ୍ତି, ଅକ୍ଷୟ କୁମାର ମହାପାତ୍ର, ବିଜୟ କୁମାର ପରିଡ଼ା, ଆଦିତ୍ୟ ବିଶ୍ୱାଳ, ଏକାଦଶୀ ବିଶ୍ୱାଳ, ନିରଞ୍ଜନ ଲେଙ୍କା, ପ୍ରଫୁଲ୍ଲ କୁମାର ମହାନ୍ତି, କୁଳମରି ମହାନ୍ତି, ସଦାଶିବ ବିଶ୍ୱାଳ, ପ୍ରଦୀପ୍ତ କୁମାର ସ୍ୱାଇଁ, ରମେଶ ଚନ୍ଦ୍ର ଭଟ୍ଟ ଓ କାଳିଆ ମହାନ୍ତି ପ୍ରମୁଖ ବିଜେଡିରେ ଯୋଗ ଦେଇଛନ୍ତି।

ଏହି ମିଶ୍ରଣ ପର୍ବରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ। ବରିଷ୍ଠ ବିଜେଡି ନାରୀ ନେତ୍ରୀ ଇରାନୀ ରାୟ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ପରିଷଦ ସୁବାଷ କଅଁର, ମୁଥାଗାଡିଆ ସରପଞ୍ଚ ସୁଶାନ୍ତ ପ୍ରଧାନ ଓ ସମିତି ସଭ୍ୟ ଦିଲ୍ଲୀପ କୁମାର ହାତୀ ପ୍ରମୁଖ ଉପସ୍ଥିତ ରହିଥିଲେ।

ଏହି ପରିପ୍ରେକ୍ଷୀରେ ନବୀନ ପଟ୍ଟନାୟକ ଜିନ୍ଦାବାଦ, ଡ. ଅରୁଣ କୁମାର ସାହୁ ଜିନ୍ଦାବାଦ, ଅରୁପ ପଟ୍ଟନାୟକ ଜିନ୍ଦାବାଦ, ଶଙ୍ଖ ଚିହ୍ନ ଜିନ୍ଦାବାଦ, ଯୋଡ଼ି ଶଙ୍ଖ ଜିନ୍ଦାବାଦ ଓ ଆମ ପାଇଁ ବଡ଼ ଆମ ନୟାଗଡ଼ ର ନାରା ଦେଇଥିଲେ। ଆଗାମୀ ଦିନରେ ବିଜୁ ଜନତା ଦଳକୁ ଅଧୀକ ଶକ୍ତିଶାଳୀ କରିବା ପାଇଁ ପ୍ରକାଶ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବିଜେପି ବିଧାୟକ ପ୍ରାର୍ଥୀନୀ ପ୍ରତ୍ୟୁଷା ରାଜେଶ୍ବରି ସିଂଙ୍କୁ ସୋସିଆଲ ମିଡିଆରେ ଅଶ୍ଳୀଳ କଟାକ୍ଷ ଅଭିଯୋଗ

ନୟାଗଡ଼ (ସୁଧାକର ମିଶ୍ର): ନୟାଗଡ଼ ବିଜେପି ବିଧାୟକ ପ୍ରାର୍ଥୀନୀ ପ୍ରତ୍ୟୁଷା ରାଜେଶ୍ବରି ସିଂଙ୍କୁ ସୋସିଆଲ ମିଡିଆରେ ଅଶ୍ଳୀଳ କଟାକ୍ଷ କରାଯାଇଥିବା ବିଜେପି ଅଭିଯୋଗ କରିଛି। ଏହାକୁ ନେଇ ନୟାଗଡ଼ରେ ଶତାଧିକ ମହିଳାଙ୍କ ବିରୋଧ ପ୍ରଦର୍ଶନ କରାଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ବିଜେପି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି।

ସୂଚନା ଅନୁଯାୟୀ, ଆମ ପାଇଁ ବଡ଼ ଆମ ନୟାଗଡ଼ ଫେସବୁକ୍ ଆଇ ଡି ରୁ ନୟାଗଡ଼ ରାଣୀଙ୍କୁ ପୁତନା ବୋଲି କହିବା ସହ ତାଙ୍କୁ ବଧ କରାଯିବ ବୋଲି କୁହାଯାଇଥିଲା। ଏହାପରେ ଏଭଳି ଅଶ୍ଳୀଳ କଟାକ୍ଷକୁ ବିଜେପି ପକ୍ଷରୁ ନିନ୍ଦା କରାଯାଇଛି। ସୋସିଆଲ ମିଡିଆରେ ଯେଭଳି ଭାବରେ ପ୍ରତ୍ୟୁଷାଙ୍କୁ କଟାକ୍ଷ କରାଗଲା, ଏହା ମହିଳାମାନଙ୍କ ପାଇଁ ଗୋଟେ ଅପମାନଜନକ ଘଟଣା ବୋଲି ବିଜେପି କହିଛି। ଏଥିରେ ସମ୍ପୃକ୍ତ ବ୍ୟକ୍ତି ବିରୋଧରେ ଦୃଢ କାର୍ଯାନୁଷ୍ଠାନ ପାଇଁ ଦାବି କରାଯାଇଛି। ବିଜେଡ଼ି ହାରିବା ଭୟରେ ସୋସିଆଲ ମିଡିଆରେ ଏଭଳି କାଣ୍ଡ କରୁଛି ବୋଲି ବିଜେପି ଅଭିଯୋଗ କରିଛି। ମା’କୁ ଏହା କି ପ୍ରକାର ସମ୍ମାନ ବୋଲି ବିଜେପି ପ୍ରଶ୍ନ କରିଛି।

ପ୍ରତ୍ୟୁଷା ରାଜେଶ୍ବରି ସିଂ ଙ୍କୁ ଅଶ୍ଳୀଳ କଟାକ୍ଷକୁ ନେଇ ନୟାଗଡ଼ ରାଜବାଟିରେ ବିଜେପି ର ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ତୁରନ୍ତ ସମ୍ପୃକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ନେଲେ ଆଗାମୀ ଦିନରେ ଏହାକୁ ବେଶ ଗୁରୁତର ସହ ନିଆଯିବ ବୋଲି ସମ୍ବିତ କହିଛନ୍ତି।

Categories
ଆଞ୍ଚଳିକ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବନ୍ଧୀୟ ପାଠଚକ୍ର

ରଣପୁର: ନୟାଗଡ ଜିଲ୍ଲା ରାଜସୁନାଖଳା ଠାରେ ଥିବା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବନ୍ଧୀୟ ଦୁଇ ଦିନିଆ ପାଠଚକ୍ର ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ୧୬ ଜଣ ଅଂଶ ଗ୍ରହଣକାରୀ, ୭୦ ଜଣ ଶିକ୍ଷକ ଶିକ୍ଷୟତ୍ରୀ, ଜିଲ୍ଲାର ବିଭିନ୍ନ ବ୍ଲକର ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଓ ପ୍ରଶିକ୍ଷଣ କେନ୍ଦ୍ରର ୯୦ ଜଣ ଗୁରୁ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।

ଏହି କାର୍ଯ୍ୟକ୍ରମର ପ୍ରଥମ ଦିବସରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଶିକ୍ଷା ଗବେଷଣା ପରିଷଦ ଓ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ମନୋଜ କୁମାର ପାଢ଼ୀ, ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ନୟାଗଡ ଜିଲ୍ଲା ଶିକ୍ଷା ଅଧିକାରିଣୀ ରାଜଶ୍ରୀ ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ଫୁଲବାଣୀ ସରକାରୀ ଶିକ୍ଷକ ତାଲିମ କେନ୍ଦ୍ରର ସହକାରୀ ପ୍ରଫେସର ଡ଼. ଦୋଳଗୋବିନ୍ଦ ସାହୁ, ସମ୍ମାନିତ ଅତିଥି ଭାବେ ଶିକ୍ଷା ଗବେଷଣା ପରିଷଦ ଓ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ଉପଦେଷ୍ଟା ଜୟକୃଷ୍ଣ ପାତ୍ର, ଏଲ.ଏଲ.ଏଫ. ର ସନ୍ଦୀପ ବଳ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ କୁମାର ସାହୁ, ରଣପୁର ବ୍ଲକ ଶିକ୍ଷା ଅଧିକାରୀ ବନଲତା ବେହେରା ପ୍ରମୁଖ ଯୋଗ ଦେଇଥିଲେ।

ସେହିଭଳି ଦ୍ଵିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲା ଖଲିକୋଟ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଡ଼. ସନ୍ତୋଷ କୁମାର ପରିଡା, ସମ୍ମାନିତ ଅତିଥି ଭାବେ ଓଡଗାଁ ବ୍ଲକ ଶିକ୍ଷା ଅଧିକାରିଣୀ ଗୀତାଞ୍ଜଳି ସାହୁ, ନୟାଗଡ ସମଗ୍ର ଶିକ୍ଷା ବିଭାଗର ଶିକ୍ଷା ବିଜ୍ଞାନ ସଂଯୋଜିକା କ୍ରିଷ୍ଣାରାଣୀ ମାଝୀ ପ୍ରମୁଖ ଯୋଗ ଦେଇଥିଲେ।

ଅନୁଷ୍ଠାନର ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସଂଯୋଜକ ଶିକ୍ଷକ ପ୍ରଶିକ୍ଷକ ମନୋରଞ୍ଜନ ଦାଶ ମଞ୍ଚ ପରିଚାଳନା କରିଥିଲେ। ସେହିପରି ଶିକ୍ଷକ ପ୍ରଶିକ୍ଷକ ମାନସ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ।

Categories
ବିଶେଷ ଖବର

‘ଆମ ଓଡିଶା ନବୀନ ଓଡିଶା’ ଯୋଜନା: ପୁରୀ ଓ ନୟାଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଦ୍ବିତୀୟ ଦିନରେ ପୁରୀ ଓ ନୟାଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। ଏଥିପାଇଁ ପୁରୀ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୩୪ କୋଟି ଟଙ୍କା ଏବଂ ଏଥିରେ ୪୧୩୦ଟି ପ୍ରକଳ୍ପ ହେବ। ସେହିପରି ନୟାଗଡ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୭ କୋଟି ଟଙ୍କା ଏବଂ ଏଥିରେ ୨୯୨୪ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଏହି ଯୋଜନାରେ ସଂସ୍କୃତି ସହିତ ଆଧୁନିକତାର ହେବ ସମନ୍ବୟ। ଏହି ସମନ୍ବୟରେ ଗାଁ ଗାଁ ରେ ଆସିବ ସମୃଦ୍ଧି। ଏହି ହେଉଛି ଏକବିଂଶ ଶତାଦ୍ଦୀର ଓଡିଶା ପାଇଁ ଆମର ସଂକଳ୍ପ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ ପୁରୀର ୬ଟି ନିର୍ବାଚନମଣ୍ଡଳୀ ଓ ନୟାଗଡର ୪ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପୁରୀର ୬ଟି ନିର୍ବାଚନ ମଣ୍ଡଳୀର ୨୬୮ଟି ଗ୍ରାମ ପଞ୍ଚାୟତର ୪୧୩୦ଟି ପ୍ରକଳ୍ପ ପାଇଁ ୧୩୪ କୋଟି  ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ନୟାଗଡ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀର ୧୯୪ଟି ଗ୍ରାମ ପଞ୍ଚାୟତର  ୨୯୨୪ଟି ପ୍ରକଳ୍ପ ପାଇଁ ୯୭ କୋଟି ଟଙ୍କା ମଞ୍ଜୁର କରାଯାଇଛି।

୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମନ୍ତ୍ରୀ ତୃଷାରକାନ୍ତି ବେହେରା, ବିଧାୟକ ସମୀର ରଞ୍ଜନ ଦାଶ, ବିଧାୟକ ରୁଦ୍ରପ୍ରତାପ ମହାରଥୀ, ବିଧାୟକ ଉମାକାନ୍ତ ସାମନ୍ତରାୟ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ। ନୟାଗଡ ଜିଲ୍ଲା କାର୍ଯ୍ୟକ୍ରମରେ ବିଧାୟକ ସତ୍ୟନାରାୟଣ ପ୍ରଧାନ, ରମେଶଚନ୍ଦ୍ର ବେହେରା ଓ ଡଃ ଅରୁଣ କୁମାର ସାହୁଙ୍କ ସମେତ ଜିଲ୍ଲା ପରିଷଦ ଅଧ୍ୟକ, ବ୍ଲକ ଅଧ୍ୟକ୍ଷ ଓ ସରପଞ୍ଚମାନେ ଯୋଗ ଦେଇ ମତାମତ ରଖିଥିଲେ। ୫-ଟି ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ।

ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ, ଶ୍ରୀ ଲିଙ୍ଗରାଜ  ମନ୍ଦିର  ଏକାମ୍ର  ପ୍ରକଳ୍ପ, ତାଳଦଣ୍ଡା କେନାଲ ଆଦି ପ୍ରମୁଖ ରୂପାନ୍ତର କାର୍ଯ୍ୟକ୍ରମର  ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ଏହି ରୂପାନ୍ତର ନବୀନ ଓଡିଶାର ଗୋଟିଏ ଗୋଟିଏ ନମୁନା ବୋଲି ୫-ଟି ସଚିବ ମତ ଦେଇଥିଲେ। ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ମେରୀ ମାଟି ମେରା ଦେଶ ଅଭିଯାନ: ପୁରୀ, ନୟାଗଡ଼, ଜଗତସିଂହପୁର ଓ ମୟୂରଭଞ୍ଜରେ ଅମୃତ କଳସ ଯାତ୍ରା ଅନୁଷ୍ଠିତ

ଭୁବନେଶ୍ଵର: ଦେଶବାସୀଙ୍କ ମନରେ ଦେଶପ୍ରେମର ଭାବନା ଜାଗ୍ରତ କରିବା ଏବଂ ଦେଶ ପାଇଁ ପ୍ରାଣବଳୀ ଦେଇଥିବା ବୀରମାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ସଫଳତାପୂର୍ବକ ଗତ ଅଗଷ୍ଟ ୧୫ ତାରିଖରେ ଶେଷ ହେବା ପରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ପ୍ରବଳ ଉତ୍ସାହ ଓ ଉଦ୍ଦୀପନାର ସହ ଦେଶବ୍ୟାପୀ ଜାରି ରହିଛି। ଦ୍ୱିତୀୟ ପର୍ଯ୍ୟାୟରେ ବୀରମାନଙ୍କୁ ପ୍ରଣାମ ସହ ସେମାନଙ୍କ ଜନ୍ମସ୍ଥାନରୁ କଳସରେ ମାଟି ସଂଗ୍ରହ କରାଯାଇ ଅମୃତ କଳସ ଯାତ୍ରାମାନ ଆୟୋଜନ କରାଯାଉଛି।

ଏହି କ୍ରମରେ ମୟୂରଭଞ୍ଜ ଜିଲ୍ଲା ବେତଟନୀ ବ୍ଲକ୍‌ ବଡ଼ାଲିଗାଁ ମୁଷାଗଡ଼ିଆ ଠାରେ ମେରୀ ମାଟି ଓ ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବଡ଼ସାହି ବିଧାୟକ ସନାତନ ବିଜୁଳିଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।

ଅନ୍ୟପଟେ ପୁରୀ ଜିଲ୍ଲା ବ୍ରହ୍ମଗିରି ଠାରେ ନେହରୁ ଯୁବା କେନ୍ଦ୍ର ପକ୍ଷରୁ ଅମୃତ କଳସ ଯାତ୍ରା ଆୟୋଜିତ ହୋଇଯାଇଛି। ଏଥିରେ ଭାରତୀୟ ପର୍ଯ୍ୟଟନ ନିଗମ ଅଧ୍ୟକ୍ଷ ଡକ୍ଟର ସମ୍ବିତ ପାତ୍ର, ଉପାସନା ମହାପାତ୍ର ପ୍ରମୁଖ ନେତୃତ୍ୱ ନେଇଥିଲେ।

ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍‌ ବଳଭଦ୍ରପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗଡ଼ବାଣିକିଲୋ ଠାରେ ବାବା କମଳେଶ୍ୱର ଯୁବକ ସଂଘ ପକ୍ଷରୁ ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମ ଅନ୍ତର୍ଗତ ଅମୃତ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସେହିପରି ଜିଲ୍ଲାର ଗଣିଆ ବ୍ଲକ ରସଙ୍ଗା ପଞ୍ଚାୟତର ମା’ ବଡ଼ରାଉରା ଯୁବ କ୍ଲକ୍ ଆନୁକୂଲ୍ୟରେ ଅମୃତ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ସେହିପରି ଜଗତସିଂହପୁର ଜିଲ୍ଲା ନୂଆଗାଁ ବ୍ଲକ ଶିଖର ଗ୍ରାମପଞ୍ଚାୟତରେ ଅମୃତ କଳସ ଯାତ୍ରା ଓ ସହୀଦଙ୍କ ଜନ୍ମମାଟିରୁ ମୃତ୍ତିକା ଓ ଶସ୍ୟ ସଂଗ୍ରହ କରାଯାଇଛି । ଜିଲ୍ଲାର ଅନ୍ୟ ଗ୍ରାମରେ ମଧ୍ୟ ମେରୀ ମାଟି ଓ ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ସୂଚନାଯୋଗ୍ୟ ଯେ, ସର୍ବଭାରତୀୟ ପ୍ରସାର କାର୍ଯ୍ୟକ୍ରମ ଆକାରରେ ଦେଶର ପ୍ରତ୍ୟେକ ଘରେ ଏହି ଅଭିଯାନକୁ ପହଞ୍ଚାଇବା ଲାଗି ଲକ୍ଷ୍ୟ ରଖାଯାଇଛି। ଭାରତର ଗ୍ରାମୀଣ କ୍ଷେତ୍ରରେ ୬ ଲକ୍ଷରୁ ଅଧିକ ଗାଁ ଏବଂ ଅନ୍ୟ ସହରାଞ୍ଚଳରୁ ମାଟି ଓ ଚାଉଳ ଏକାଠି କରାଯାଉଛି। ଗ୍ରାମୀଣ କ୍ଷେତ୍ରରେ ଏହାକୁ ବ୍ଲକ୍‌ ସ୍ତରରେ ଏକାଠି କରାଯାଉଛି ଏବଂ ରାଜ୍ୟ ରାଜଧାନୀ ଦେଇ ଦିଲ୍ଲୀକୁ ଆଣିବା ପାଇଁ ପ୍ରସ୍ତୁତି କରାଯାଉଛି। ଅକ୍ଟୋବର ଶେଷ ସୁଦ୍ଧା ଅନ୍ତିମ କାର୍ଯ୍ୟକ୍ରମ ପାଇଁ ୮୫୦୦ରୁ ଅଧିକ କଳସ ଦିଲ୍ଲୀରେ ପହଞ୍ଚିବ ବୋଲି ଆଶା କରାଯାଉଛି। ଭାରତର କୋଣଅନୁକୋଣରୁ ଏକତ୍ରିତ କରାଯାଇଥିବା ମାଟିକୁ ଅମୃତ ବାଟିକା ଏବଂ ଅମୃତ ସ୍ମାରକରେ ରଖାଯିବ ଯାହାକି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରାଯିବାର ଐତିହ୍ୟ ବହନ କରିବ।

Categories
ବିଶେଷ ଖବର

ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସମୀକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସଂପର୍କରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ ୫-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି।

ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ  ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି।

ପୁରୀ ପୌରପାଳିକା ବହୁ ବର୍ଷ ଧରି  ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ  ପ୍ରାୟ  ୫୦୪ ଏକର ଜମି ଦେଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର‌୍ୟ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।

ନୟାଗଡ ଜିଲ୍ଲାର ମଂଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା। ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଅପରାଧ ଆଞ୍ଚଳିକ

ବାଲୁଗାଁ: ଏସିଡ୍‌ମାଡ଼ ଘଟଣାରେ ଜଣେ ଗିରଫ

ସୁଧାକର ମିଶ୍ର

ନୟାଗଡ଼: ନୟାଗଡ଼ ସଦରଥାନା ଅନ୍ତର୍ଗତ ବାଲୁଗାଁରେ ଘଟିଥିବା ଏସିଡ୍‌ମାଡ ଘଟଣାରେ ପୋଲିସ ଶନିବାର ଦିନ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତ ହେଲେ ବଣିଆସାହିର ବିଜୟ ପୃଷ୍ଟି।

ପ୍ରକାଶ ଯେ, ଇଟାମାଟି ଥାନା ଚମ୍ପତିପୁର ଗ୍ରାମର ମାନସ ସାଥୁଆଙ୍କ ଭଉଣୀ ଲକ୍ଷ୍ମୀପ୍ରିୟା ସଦରଥାନା ବାଲୁଗାଁର ବିଜୟ ପୃଷ୍ଟିଙ୍କୁ ବିବାହ କରିଥିଲେ। ବିଜୟ ଅନେକ ସମୟରେ ଲକ୍ଷ୍ମୀଙ୍କୁ ନିର୍ଯ୍ୟାତନା ଦେଉଥିଲେ। ଏନେଇ ଲକ୍ଷ୍ମୀ ଥାନାରେ ବିଭିନ୍ନ ସମୟରେ ଅଭିଯୋଗ କରିବା ପରେ ସମାଧାନ ହୋଇଥିଲା।

ଦୁଇଦିନ ତଳେ ବିଜୟ ପୁଣିଥରେ ଲକ୍ଷ୍ମୀକୁ ମାଡ ମାରିବାରୁ ସେ ଥାନାରେ ଅଭିଯୋଗ କରିବା ସହ ଘରକୁ ପଳାଇ ଯାଇଥିଲେ। ଗତକାଲି ମାନସ ବାଲୁଗାଁକୁ ସାର ନେବାକୁ ଆସି ଗାଁକୁ ଫେରୁଥିବା ବେଳେ ବିଜୟ ଏବଂ ଅନ୍ୟ ଦୁଇଜଣ ପୂର୍ବରୁ ପ୍ରସ୍ତୁତ ହୋଇ ଶିବମନ୍ଦର ପଛପଟେ ଲୁଚିଥିଲେ। ସେ ଆସିବା ଦେଖି ହଠାତ୍ ତାଙ୍କ ପଛପଟକୁ ଏସିଡ୍ ଫୋପାଡିଥିଲେ।

ସ୍ଥାନୀୟ ଲୋକେ ମାନସଙ୍କୁ ଡାକ୍ତରଖାନା ପଠାଇଥିଲେ ହେଲେ, ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା।

ସଦରଥାନା କେସ୍ ନଂ ୧୧୮/୨୦୨୩ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ସଦରଥାନା ଆଇଆଇସି ଅନିତା ସାହୁ ସୂଚନା ଦେଇଛନ୍ତି। ସଦରଥାନାରେ ମାମଲା ରୁଜୁ କରିବାର ୧୨ ଘଣ୍ଟା ମଧ୍ୟରେ ଅଭିଯୁକ୍ତକୁ ଗିରଫ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଇପିଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ଵର: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। କଟକ ଏବଂ ନୟାଗଡ ଏସପିଙ୍କ ଏହି କ୍ରମରେ ବଦଳି ହୋଇଛି। ଆଇପିଏସ ଅଧିକାରୀ ସପିନ ଅହମ୍ମଦ କେ. କ୍ରାଇମବ୍ରାଞ୍ଚ ଆଇଜି ଭାବେ ନିଯୁକ୍ତି ପାଇଛନ୍ତି। ସେହିଭଳି ସାର୍ଥକ ଷଡଙ୍ଗୀଙ୍କୁ ଅଗ୍ନିଶମ ଓ ହୋମଗାର୍ଡର ଡିଆଇଜି ଭାବେ ଦାୟିତ୍ଵ ମିଳିଛି। ସତ୍ୟଜିତ ନାୟକ ଏଚଆରପିସି ଡିଆଇଜି ହୋଇଛନ୍ତି।

ତେବେ ଯୁଗଳ କିଶୋର ବାନୋଥଙ୍କୁ ଏଆଇଜି ହେର୍ଡକ୍ଵାର୍ଟର ଦାୟିତ୍ଵ ମିଳିଥିବା ବେଳେ ରାହୁଲ ଜୈନଙ୍କୁ ନୟାଗଡ ଏସପି ଏବଂ ମିହିର କୁମାର ପଣ୍ଡାକୁ କଟକ ଗ୍ରାମାଞ୍ଚଳ ଏସପି ଭାବେ ନିଯୁକ୍ତି ମିଳିଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ନୟାଗଡ଼: ବ୍ରାଉନ ସୁଗାର ଜବତ, ଦୁଇ ଗିରଫ

ସୁଧାକର ମିଶ୍ର

ନୟାଗଡ଼: ନୟାଗଡ଼ ଟାଉନ ଥାନା ପକ୍ଷରୁ ପେଟ୍ରୋଲିଂ କରିବା ସମୟରେ ବ୍ରାଉନସୁଗାର ଜବତ କରିବା ସହିତ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ। ଦୀର୍ଘ ଦିନ ପରେ ନୟାଗଡ଼ ଟାଉନ ଥାନା ପୋଲିସ ବ୍ରାଉନ ସୁଗାର ଜବତ କରିଛି।

ନୟାଗଡ଼ ଷ୍ଟେସନ ନିକଟ ବେବର୍ତ୍ତାପାଲି ରାସ୍ତା ଠାରୁ ଆରମ୍ଭ କରି ସିନ୍ଦୁରିଆ ପର୍ଯ୍ୟନ୍ତ ରାସ୍ତାରେ ଦିନ ରାତି ୨୪ଘଣ୍ଟା ବ୍ରାଉନ ସୁଗାର ବେପାର ଚାଲିଥିବା ବେଳେ ଆଜି ଅଚାନକ ଟାଉନ ଥାନା ହାବୁଡରେ ପଡିଛନ୍ତି।

ସୁଚନାନୁସାରେ ଷ୍ଟେସନ ଛକ ଠାରେ ନୟାଗଡ଼ ଟାଉନ ଥାନା ପକ୍ଷରୁ ପେଟ୍ରୋଲିଂ କରୁଥିବା ସମୟରେ ଦୁଇ ଜଣ ଯୁବକ ଏକ ବାଇକରେ ମାଡି ଆସୁଥୁଲେ। ପୁଲିସ ଅଟକାଇବାରୁ ସେମାନେ ଦ୍ରୁତ ଗତିରେ ପଳେଇବାକୁ ଚେଷ୍ଟା କରୁଥିଲେ। ପୁଲିସର ସନ୍ଦେହ ହେବାରୁ ରତନପୁର ଛକଠାରେ ସେମାନଙ୍କୁ ଅଟକାଇଥିଲେ। ତାଙ୍କ ଠାରୁ ୫.୮୯୦ ଗ୍ରାମ ବ୍ରାଉନ ସୁଗାର ଜବତ କରିବା ସହ ଏକ ବାଇକ ଜବତ କରିଛି।

ନୟାଗଡ଼ ଟାଉନ ଥାନା ପକ୍ଷରୁ ୧୦୯/୨୩ ରେ ଏକ ମାମଲା ରୁଜୁ କରାଯାଇଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ସିନ୍ଦୁରିଆ ଗ୍ରାମର ମଲ୍ଲିକ ସମିମ ଆଖତର ଓ ସୁନୀଲ କୁମାର ପାତ୍ର।

Categories
ଆଞ୍ଚଳିକ

ନୟାଗଡରେ ବିଜେପି ର ମହା ଜନସମ୍ପର୍କ ଅଭିଯାନ

ନୟାଗଡ: ନୟାଗଡ ଜିଲ୍ଲା ଇଟାମାଟି ମଣ୍ଡଳ ବଡ଼ପଣ୍ଡୁସର ପଞ୍ଚାୟତର ଗେଡିପାଟଣା ଗ୍ରାମବାସୀ ଆଜି ଏକ ବିଶେଷ ମଞ୍ଚରେ ବିଜେପି ଦଳରେ ସାମିଲ ହୋଇଛନ୍ତି। ଗ୍ରାମରେ ଚାଲିଥିବା ଇନ୍ଦ୍ରାଣୀ ଦେବୀଙ୍କ ସପ୍ତମ ବାର୍ଷିକ ଜଜ୍ଞ ଏବଂ ସାଂସ୍କୃତିକ ମଞ୍ଚରେ ଗ୍ରାମର ସମସ୍ତ ପୁରୁଷ ଓ ମହିଳା ଶପଥ ନେଇ ଗ୍ରାମ ସଭାପତି ବିରେନ୍ଦ୍ର ମଲ୍ଲଙ୍କ ନେତୃତ୍ବରେ ବିଜେପି ଦଳରେ ସାମିଲ ହୋଇଛନ୍ତି।

ଦିର୍ଘଦିନର ବିଜେଡି ଶାସନରେ ଗ୍ରାମର କୌଣସି ବିକାଶ ହୋଇପାରିନଥିବାରୁ ବହୁଦିନ ଅବହେଳିତ ହୋଇ ରହିବା ପରେ ଆଜି ଏକ ସାମୁହିକ ନିଷ୍ପତ୍ତି ନେଇ ସ୍ଥାନୀୟ ବିଜେପି ନେତ୍ରୀ ଇରାନୀ ରାୟଙ୍କ ନେତୃତ୍ବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବ ଉପରେ ଆସ୍ଥା ପ୍ରକଟ କରି ବିଜେପିର ମହା ଜନ ସମ୍ପର୍କ ଅଭିଯାନ ଅବସରରେ ଦଳରେ ଯୋଗଦାନ କରିଛନ୍ତି। ଗୋଟିଏ ଗ୍ରାମର ଆବାଳ ବୃଦ୍ଧ ବନିତା ସମ୍ପୂର୍ଣ୍ଣ ବିଜେପି ଦଳରେ ଯୋଗଦେବା ନୟାଗଡ ତଥା ରାଜ୍ୟ ରୈ ପ୍ରଥମ ଘଟଣା ବୋଲି ଜିଲ୍ଲା ସଭାପତି ଶ୍ରୀ ଲାଲା ମନୋଜ ରାୟ ପ୍ରକାଶ କରିଛନ୍ତି।

ଏହି ଆୟୋଜିତ ମିଶ୍ରଣ ସଭାରେ କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ଶ୍ରୀରନ୍ଞନ ମଙ୍ଗରାଜ ଯୋଗଦେଇ ନରେନ୍ଦ୍ର ମୋଦୀଙ୍କ ବିକାଶ ରଥରେ ଗେଡିପାଟଣା ସାମିଲ ହୋଇଥିବାରୁ ଗ୍ରାମବାସୀଙ୍କୁ ସାଧୁବାଦ ଜ୍ଞାପନ କରିଥିଲେ। ଜିଲ୍ଲା ପୁର୍ବତନ ସଭାପତି ସନ୍ୟାସୀ ନାୟକ , ଜିଲ୍ଲା ସଭାପତି ଲାଲା ମନୋଜ କୁମାର ରାୟ, ବିଧାନ ସଭା କ୍ଷେତ୍ରର ବିଧାୟିକା ପ୍ରାର୍ଥିନୀ ଇରାନୀ ରାୟ, ଜିଲ୍ଲା ଉପ ସଭାପତି ବିରେନ୍ଦ୍ର ନାୟକ, ମଣ୍ଡଳ ସଭାପତି ରାଜ କିଶୋର ପୃଷ୍ଟି , ଯୁବନେତା ପ୍ରଭାତ କୁମାର ନାୟକ, ପ୍ରମୁଖ ଉପସ୍ଥିତ ରହି ଉଦବୋଧନ ଦେବା ସହିିତ ସାଧୁବାଦ ଜଣାଇ ଥିଲେ।

ଉକ୍ତ ସଭାକୁ ଗ୍ରାମବାସୀଙ୍କ ତରଫରୁ ଜିତୁ ମଲ୍ଲ, ସମିର ଭଟ୍ଟ, ସୁଶାନ୍ତ ମଲ୍ଲ, ଯୋଗେନ୍ଦ୍ର ମଲ୍ଲ, ମୀନା ଦେବତା, ରମାକାନ୍ତ ବାଘ, ସୁସମା ବାଘ, ମଞ୍ଜୁଲତା ଦାସ, ଗୌରୀ ମଲ୍ଲ ପ୍ରମୁଖ ସଭା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Categories
ଆଞ୍ଚଳିକ

ମିଳିତ ଶିକ୍ଷକ ସଂଘ ଆନୁକୂଲ୍ୟରେ ବିଦାୟ ଓ ସ୍ୱାଗତ ସମ୍ବର୍ଦ୍ଧନା

ରଣପୁର: ଆଜି ନୟାଗଡ ରଣପୁର ଶିକ୍ଷା ବ୍ଲକର ଗୌରାଙ୍ଗପୁର କ୍ଲଷ୍ଟରରେ ବିଦାୟ ସମ୍ବର୍ଦ୍ଧନା ସହିତ ସ୍ୱାଗତ ସମ୍ବର୍ଦ୍ଧନା ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଗୌରାଙ୍ଗପୁର କ୍ଲଷ୍ଟରର ସମସ୍ତ ବର୍ଗର ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ନେଇ ନୂତନ ଭାବେ ଗଠିତ ହୋଇଥିବା ମିଳିତ ଶିକ୍ଷକ ସଂଘ ପ୍ରୟାସରେ ଆୟୋଜିତ ହୋଇଥିଲା।

ଏଥିରେ ମୂଖ୍ୟ ଅତିଥି ଭାବେ ବଜ୍ରକୋଟ ଗ୍ରାମପଚାଂୟତ ସରପଚଂ ବନିତା ବଳିଆରସିଂହ, ମୂଖ୍ୟ ବକ୍ତା ଭାବେ ସମିତି ସଭ୍ୟ ସୁଦର୍ଶନ ବଳିଆରସିଂହ, ସମ୍ମାନୀତ ଅତିଥି ଭାବେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ ରାଉତ, ନୟାଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ସଭାପତି ତଥା ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ସଂଯୋଜକ ଜ୍ୟୋତି ରଞ୍ଜନ ଦାଶ, ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ପ୍ରଫୁଲ ବିଶ୍ୱାଳ, ସମ୍ପାଦକ ଜଗନ୍ନାଥ ଦାଶ, ଶିକ୍ଷାବିତ ଲକ୍ଷ୍ମୀଧର ସାହୁ, ଗୌରାଙ୍ଗପୁର ପଚାଂୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିଦେଶିନୀ ପତି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ ପ୍ରମୂଖ ଯୋଗ ଦେଇଥିଲେ।

ଅଧ୍ୟାପକ ସତ୍ୟ ନାରାୟଣ ମହାପାତ୍ର ମଂଚ ପରିଚାଳନା କରିଥିଲେ। ଶିକ୍ଷକ ନରସିଂହ ମାଝୀ ବିଦାୟ ସଙ୍ଗୀତ ଗାନ କରିଥିଲା ବେଳେ ଶିକ୍ଷକ ପ୍ରତାପ କିଶୋର ପ୍ରଧାନ ଓ ବ୍ରଜ କିଶୋର ପ୍ରଧାନ ବାଦ୍ୟ ବାଦନରେ ସହଯୋଗ କରିଥିଲେ।

ଏହି କାର୍ଯ୍ୟକ୍ରମରେ ହରିପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଜୋସ୍ନାମୟୀ ପ୍ରଧାନ, ସହକାରୀ ଶିକ୍ଷୟତ୍ରୀ ରୁକୁଣା ଦେଇ, ଗୌରାଙ୍ଗପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୁରଲିଧର ମହାରଣା, କଙ୍କିଆ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ଏବଂ ଗୌରାଙ୍ଗପୁର କ୍ଲଷ୍ଟରର ପୂର୍ବତନ ସି.ଆର.ସି.ସି. ସନ୍ତୋଷ କୁମାର ମିଶ୍ରଙ୍କୁ ଉପଢୌକନ, ମାନପତ୍ର ଓ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇ ବିଦାୟ ସମ୍ଭର୍ଦ୍ଧନା ଦିଆଯାଇଥିବା ବେଳେ ନୂତନ ସି.ଆର.ସି.ସି. ଭାବେ ଯୋଗ ଦେଇଥିବା ସୁଧାକର ମିଶ୍ରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଉପସ୍ଥିତ ଥିବା ଅତିଥି, ଶିକ୍ଷକ ଶିକ୍ଷୟତ୍ରୀମାନେ ବିଦାୟୀ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଗୁଣଗାନ କରିବା ସହିତ ଅବସର ଜୀବନ ସୁଖମୟ ହେଉ ବୋଲି ପ୍ରଭୁ ଗଜାନନଙ୍କ ନିକଟରେ ପ୍ରାର୍ଥନା କରିଥିଲେ। କିଶୋର ଚନ୍ଦ୍ର ମିଶ୍ର, ଶରତ ଚନ୍ଦ୍ର ମିଶ୍ର, ସୁବାଷ ଚନ୍ଦ୍ର ବେହେରା, ସୁରେଶ ଚନ୍ଦ୍ର ଶତପଥି, ପାର୍ବତୀ ସାହୁ, ଅଜୟ କୁମାର ପ୍ରଧାନ, ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଏବଂ ଗୌରାଙ୍ଗପୁର କ୍ଲଷ୍ଟରର ମିଳିତ ଶିକ୍ଷକ ସଂଘର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମର ସଫଲ ରୂପାୟନ ହୋଇପାରିଛି।

ବଜ୍ରକୋଟ ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁ, ମୋ ସକୁଲ ସବାପତି ଗଣେଶ୍ୱର ପ୍ରଧାନ, ପରିଚାଳନା କମିଟି ସଦସ୍ୟ ଚନ୍ଦ୍ରକାନ୍ତ ମଙ୍ଗରାଜ ଓ ଗ୍ରାମବାସୀମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

କନ୍ଧମାଳରୁ ଚାଲାଣ ହେଉଥିଲା ଗଞ୍ଜେଇ, ନୟାଗଡରୁ ଜବତ କଲା ଏସଟିଏଫ: ଦୁଇ ଗିରଫ

ଭୁବନେଶ୍ଵର: କନ୍ଧମାଳରୁ ନୟାଗଡ଼ ଦେଇ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ଏସଟିଏଫ ମାଡି ବସିଛି। ଦୁଇ ଜଣ ଗିରଫ। ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି।  ପୁର୍ବରୁ ଖବର ପାଇ ଇଟାମାଟି ପୋଲିସ ସହାୟତାରେ ଏସଟିଏଫ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା।

ତେବେ ପରିଶେଷରେ ଏକ ନିର୍ଦ୍ଦିଷ୍ଟ ଇନୋଭା କାରକୁ ଠାବ କରି ତାଲାସି ନେଇଥିଲା ଏସଟିଏଫ। ତାଲାସି ବେଳେ ଉକ୍ତ କାରରୁ ୧୦୬ କେଜିରୁ ଉର୍ଦ୍ଧ୍ଵ ଗଞ୍ଜେଇ ଜବତ ହୋଇଥିବା ବେଳେ ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି।

ଗିରଫ ଅଭିଯୁକ୍ତ ଦ୍ବୟ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଞ୍ଚଳର ଯୁଗଳ ନାୟକ (୨୯) ଏବଂ ଫୁଲବାଣୀ ଥାନା ଅଞ୍ଚଳର ରଞ୍ଜିତ ଭୋଇ (୨୪)। ଏ ସଂକ୍ରାନ୍ତରେ ଇଟାମାଟି ଥାନାରେ କେସ ନମ୍ବର ୧୨୯/୨୩ ରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ଜଣାପଡିଛି।

Categories
ବିଶେଷ ଖବର ରାଜ୍ୟ ଖବର

Breaking News: ବିଜେଡି ଘୋଷଣା କଲା ନୟାଗଡ ଜିଲ୍ଲାର ନୂଆ କର୍ମକର୍ତ୍ତାଙ୍କ ନାମ

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାହାର ନୟାଗଡ ଜିଲ୍ଲା ପାଇଁ ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କରିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସ୍ବୀକୃତି ପରେ ଏହି ଘୋଷଣା କରାଯାଇଛି।

ଏଥିରେ ନୟାଗଡ ଜିଲ୍ଲା ସଭାପତି ଭାବେ ରମେଶ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ୧୨ ଜଣଙ୍କୁ ଉପସଭାପତି ଭାବେ ନିଯୁକ୍ତି ଦିଆଯାଇଛି।

ଏହି ନୂଆ ତାଲିକାରେ ୨୦ ଜଣ ସାଧାରଣ ସଂପାଦକ ଏବଂ ୬୦ ଜଣଙ୍କୁ ସଂପାଦକ ଭାବେ ମଧ୍ୟ ବିଜେଡି ନିଯୁକ୍ତି ଦେଇଛି।

ଜିଲ୍ଲାର ସାମାଜିକ ଗଣମାଧ୍ୟମ ସଂଯୋଜକ ଭାବେ ମଧ୍ୟ ଦଳ ୧୨ ଜଣଙ୍କୁ ଏବଂ ବିଭିନ୍ନ ଏନଏସିର, ମୁନ୍ୟୁସିପାଲଟି ଏବଂ ବ୍ଲକ ସଭାପତି ଭାବେ ୧୩ ଜଣଙ୍କୁ ନିଯୁକ୍ତି କରାଯାଇଛି।