Categories
ଆଜିର ଖବର ରାଜ୍ୟ ଖବର

ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ଆଜି ରାଜ୍ୟ ସରକାର ଆର୍ଥିକ ଅନିୟମିତତା ନେଇ ଜଣେ ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାସ ରାଜ୍ୟ ସରକାରଙ୍କ ଭ୍ରଷ୍ଟାଚାର ବିରୁଦ୍ଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନରେ ତାଙ୍କୁ ନିଲମ୍ବିତ କରିଛନ୍ତି। ସେ ହେଉଛନ୍ତି ଭଦ୍ରକ ଜିଲ୍ଲା ବଣିଆ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ଶ୍ରୀ ଲକ୍ଷ୍ମୀଧର ମଲ୍ଲିକ।

ଶ୍ରୀ ମଲ୍ଲିକ ପୂର୍ବରୁ ଆର୍ଶା ସରକାରୀ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟ କରୁଥିବା ସମୟରେ ବିଭିନ୍ନ ପ୍ରକାର ଆର୍ଥିକ ଅନିୟମିତତାରେ ସଂପୃକ୍ତ ଥିବା ନେଇ ଭଦ୍ରକ ଜିଲ୍ଲାପାଳ ଓ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀଙ୍କ ରିପୋର୍ଟ ଆଧାରରେ ଶ୍ରୀ ମଲ୍ଲିକଙ୍କ ବିରୁଦ୍ଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏ ସଂପର୍କରେ ଅଧିକ ଅନୁସନ୍ଧାନ ଜାରି ରହିଛି।