Categories
ଆଜିର ଖବର ରାଜ୍ୟ ଖବର

ସମ୍ଭାବ୍ୟ ବାତ୍ୟା ଅପଡେଟ୍: ଏହି ଜିଲ୍ଲାଗୁଡିକରେ ହେବ ୨୫୦ ମିଲିମିଟରରୁ ଅଧିକ ପରିମାଣର ବର୍ଷା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହେବା ସହ ଏକ ଘୁର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆ ଯାଇଛି।

ଡିସେମ୍ବର ୩ ତାରିଖ ଅପରାହ୍ନ ସୁଦ୍ଧା ଏହା ଅବପାତର ରୂପ ନେବାର ସମ୍ଭାବନା ଥିବା ବେଳେ ପାଣିପାଗ ଅନୁକୂଳ ରହିଲେ ଡିସେମ୍ବର ୪ ତାରିଖ ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳରେ ଘୁର୍ଣ୍ଣିଝଡ଼ର ରୂପ ନେଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି।

ଉଭୟ ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡିଶା ମୁହାଁ ହୋଇଥିବା ଏହି ଲଘୁଚାପ ଡିସେମ୍ବର ୪ ତାରିଖରେ ଗଞ୍ଜାମ ଉପକୂଳ ଅତିକ୍ରମ କରିବା ପରେ ଏହାର ପ୍ରଭାବ କମିବ ଓ ସମାନ୍ତରାଳ ଭାବେ ଏହା ଓଡିଶା ଉପକୂଳ ଦେଇ ବାଲେଶ୍ୱର ଜିଲ୍ଲା ପର୍ଯ୍ୟନ୍ତ ଆସି ପଶ୍ଚିମବଙ୍ଗ ରେ ପ୍ରବେଶ କରିବ ବୋଲି ସୂଚନା ମିଳିଛି।

ଏହାର ପ୍ରଭାବରେ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ପବନର ବେଗ ଘଣ୍ଟା ପ୍ରତି ୭୫ ରୁ ୮୫ କିଲୋମିଟର ରହିବ ଏବଂ ଧୀରେ ଧୀରେ ବେଗ କମିଯାଇ ବାଲେଶ୍ୱର ଉପକୂଳ ରେ ପହଂଚିବା ବେଳକୁ ଘଣ୍ଟା ପ୍ରତି ୪୫ ରୁ ୫୫ ହେବ। ଏହାର ପ୍ରଭାବରେ ଡିସେମ୍ବର ୩ ତାରିଖ ପୂର୍ବାହ୍ନ ରୁ ଓଡିଶା ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଅନେକ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଡିସେମ୍ବର ତିନିରୁ ପାଞ୍ଚ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପୁରୀ, ଜଗତସିଂହପୁର, ନୟାଗଡ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ଢ଼େଙ୍କାନାଳ ଜିଲ୍ଲାର ଅନେକ ସ୍ଥାନରେ ବର୍ଷlର ପରିମାଣ ୨୫୦ ମିଲିମିଟର ବା ଅଧିକ ହେବାର ସମ୍ଭାବନା ଅଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଲଗାଣ ବର୍ଷାରେ ବେହାଲ ବାଣପୁର: ଜଳମଗ୍ନ ହୋଇଛି ହଜାର ହଜାର ଏକର ଧାନ ଜମି

ସୀତାରାମ ଅଗ୍ରୱାଲ

ବାଣପୁର: ଆଉ ଗୋଟିଏ ଲଘୁଚାପ ବଙ୍ଗୋପସାଗରରେ ସକ୍ରିୟ ରହିଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଧାନ ଫସଲ ନଷ୍ଟ ହେବା ଭଳି ଖବର ହସ୍ତଗତ ହୋଇଛି।

ତେବେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ମଧ୍ୟ ଏହାର ଘୋର ପ୍ରଭାବ ପଡିଛି। ଲଗାଣ ବର୍ଷା ଯୋଗୁଁ ବାଣପୁର ବ୍ଲକରେ ଶହ ଶହ ଏକର ଧାନ ଜମି ଜଳମଗ୍ନ ହୋଇଛି। ଯାହାଦ୍ବାରା କଟା ଯାଇଥିବା ଧାନ ଫସଲଗୁଡିକ ପାଣି ଭିତରେ ବୁଡି ରହିଛି। ଦୁଇଦିନ ଧରି ଚାଲିଥିବା ଏହି ଲଗାଣ ବର୍ଷାରେ ପ୍ରାୟ ୧୨୨୫ ଏକର ଜମି ଜଳମଗ୍ନ ହୋଇଥିବା ଆକଳନ କରାଯାଉଛି। ବାଣପୁର ବ୍ଲକ ଅନ୍ତର୍ଗତ ନରେନ୍ଦ୍ରପୁର, ଗମ୍ଭାରିମୁଣ୍ଡା, ଆୟତପୁର, ନାଚୁଣୀ, ତୋରସିଂହ, କୁମାରଙ୍ଗ ପଞ୍ଚାୟତଗୁଡିକର ଜମିରେ ଜଳମଗ୍ନ ହୋଇଥିବା କୃଷି ବିଭାଗ ପକ୍ଷରୁ କୁହାଯାଇଛି।

ସେହିଭଳି ବାଣପୁର ବ୍ଲକର ଅନ୍ୟ ପଞ୍ଚାୟତରେ ମଧ୍ୟ କ୍ଷୟକ୍ଷତି ହୋଇଥିବା ଅନୁମାନ କରାଯାଉଛି। ବର୍ଷା ଛାଡିବା ପରେ ଏହାର ସଠିକ ଆକଳନ କରାଯିବ ବୋଲି ବାଣପୁର କୃଷି ଅଧିକାରୀ ଅଜୟ କୁମାର କର ସୂଚନା ଦେଇଛନ୍ତି। ଏନେଇ ବର୍ତ୍ତମାନ ମିଳିଥିବା ଖବର ଅନୁଯାୟୀ, ଏହାର ଏକ ରିପୋର୍ଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କୁ ପ୍ରଦାନ କରାଯିଅଛି ବୋଲି ଅଜୟ କର କହିଛନ୍ତି।

ତେବେ କ୍ଷତିଗ୍ରସ୍ତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅନୁଯାୟୀ କ୍ଷତିପୂରଣ ମିଳିବା ପାଇଁ ପ୍ରୟାସ କରାଯିବ ବୋଲି ଶ୍ରୀ କର କହିଛନ୍ତି। ଏତଦବ୍ୟତୀତ ଯେଉଁ ଚାଷୀ ଏହି ଫସଲ ବୀମା ଯୋଜନାରେ ଅଂଶଗ୍ରହଣ କରିବାରେ ବିଫଳ ହୋଇଛନ୍ତି, ସେମାନଙ୍କୁ ରାଜ୍ୟସରକାରଙ୍କ ଘୋଷଣା ମୁତାବକ କ୍ଷତିପୂରଣ ଦିଆଯିବ ବୋଲି କୃଷି ଅଧିକାରୀ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ, ପ୍ରଭାବରେ ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ବଙ୍ଗୋପସାଗରର ପୂର୍ବ ମଧ୍ୟମ ବାଂଲାଦେଶ-ମିଆଁମାର ଅଞ୍ଚଳରେ ସକ୍ରିୟ ରହିଛି। ପରେ ଏହା ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବା ନେଇ ଅନୁମାନ କରାଯାଉଛି।

ତେଣୁ ଏହାର ପ୍ରଭାବରେ ଆସାନ୍ତାକାଲି ଏବଂ ୩୦ ତାରିଖରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର

ପ୍ରବଳ ବର୍ଷା ସମ୍ଭାବନା: ୬ ଟି ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟର ୬ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ତେବେ ଏହି ଜିଲ୍ଲାଗୁଡିକୁ ଆସନ୍ତାକାଲି ସକାଳ ୮ ତା ୩୦ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋବ ସାଗରରେ ଘୂର୍ଣ୍ଣିବଳୟ ହେଲା ସକ୍ରିୟ, ଆଜି ରାଜ୍ୟର ୧୫ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣ ବଳୟ ସକ୍ରିୟ ହେବାରେ ଲାଗିଛି। ଫଳରେ ଏହାର ପ୍ରଭାବରେ ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼ ଓ କେନ୍ଦୁଝର।

ଫଟୋ- ଆଜି ସକାଳେ ଉପଗ୍ରହରୁ ମିଳିଥିବା ଚିତ୍ର

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପ ସାଗରରେ ଲଘୁଚାପ: ୧୦ ରୁ ୧୪ ତାରିଖ ମଧ୍ୟରେ ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଥାଇଲାଣ୍ଡ ନିକଟରେ ସୃ୍‌ଷ୍ଟି ହୋଇଥିବା ଏକ ସାଇକ୍ଲୋଜିକ୍ ସର୍କୁଲେସନ୍ ପଶ୍ଚିମ ମୁହାଁ ହୋଇଥିବା ବେଳେ ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ ଘନୀଭୂତ ହେବା ସମ୍ଭାବନା ରହିଛି। ଏଥିପାଇଁ ଶନିବାର ସୁଦ୍ଧା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହି ସିଷ୍ଟମ୍ ସମୁଦ୍ର ମଧ୍ୟରେ ରହିଛି ଏବଂ ଉପକୂଳ ଠାରୁ ଯଥେଷ୍ଟ ଦୂରରେ ଥିବାରୁ ଏହା ଅବପାତର ରୂପ ନେବା ସହ ସେପ୍ଟେମ୍ବର ୧୨ ରୁ ୧୩ ମଧ୍ୟରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ସିଇସିର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି।

ସେପ୍ଟେମ୍ବର ୧୩ ତାରିଖ ସୁଦ୍ଧା ଏହା ଉତ୍ତର ଓଡ଼ିଶା- ପଶ୍ଚିମ ବଂଗ ଉପକୂଳ ଦେଇ ଗତି କରିବା ପୂର୍ବରୁ ପ୍ରଥମେ ପଶ୍ଚିମ ମୁହାଁ ହୋଇ ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗ ଆଡକୁ ମୁହାଁଇବ ବୋଲି ଡ. ସାହୁ କହିବା ସହ ସେପ୍ଟେମ୍ବର ୧୨ ତାରିଖ ରାତି କିମ୍ବା ୧୩ ତାରିଖ ପୂର୍ବାହ୍ଣ ସୁଦ୍ଧା ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନାକୁ ଏଡାଇ ହେବ ନାହିଁ ବୋଲି କହିଛନ୍ତି।

ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସେପ୍ଟେମ୍ବର ୧୦ ରୁ ୧୪ ତାରିଖ ମଧ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସେପ୍ଟେମ୍ବର ୧୨ ରୁ ୧୪ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି।

ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ଢ଼େଙ୍କାନାଳ, ଦେବଗଡ, ଅନୁଗୁଳ, ସୁନ୍ଦରଗଡ, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୋନ୍‌ପୁର, ବୌଦ୍ଧ, ବଲାଙ୍ଗୀର ଏବଂ ନୂଆପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ସମୁଦ୍ର ପତନ କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ପ୍ରଭୃତି ଉପକୂଳବର୍ତୀ ଜିଲ୍ଲାରେ ସମୁଦ୍ର ପତନ ବୃଦ୍ଧି ପାଇବାର ସମ୍ଭାବନା ରହିଥିବା ସେ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା: ୯ ଟି ଜିଲ୍ଲାକୁ ଅରେଞ୍ଜ ଏବଂ ୧୬ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ଆସନ୍ତାକାଲି ସକାଳ ୮ ଟା ୩୦ ପର୍ଯ୍ୟନ୍ତ ୯ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ସତର୍କ ସୁଚାନା ଜାରି କରିଛି।

ନୂଆପଡା, ବଲାଙ୍ଗୀରି, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

ସେହିଭଳି ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ୧୬ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରପଡା, ଯାଜପୁର, ଭଦ୍ରକ, ବାଲେଶ୍ଵର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ ନେଇ ସତର୍କ ସୂଚନା ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା: ରାଜ୍ୟରେ ୨୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଅନୁମାନ କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୨୨ ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ଆସନ୍ତାକଲି ସକାଳ ୮ ଟା ୩୦ ଯାଏଁ ୨୨ ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।

ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରପଡା, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଏହି ସମୟରେ ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ପ୍ରବଳ ବର୍ଷା ସହ ବଜ୍ରପାତର ସତର୍କ ସୂଚନା: ୧୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଅନୁମାନ କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୭ ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ଆସନ୍ତାକଲି ସକାଳ ୮ ଟା ୩୦ ଯାଏଁ ୧୭ ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।

ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, କନ୍ଧମାଳ, ବୌଦ୍ଧ, ବାଲାଙ୍ଗୀରି, ନୂଆପଡା, ସୋନପୁର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଏହି ସମୟରେ ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ବାଲିପାଟଣା ଅଞ୍ଚଳରେ ସର୍ବାଧିକ ବର୍ଷା, ଜାଣନ୍ତୁ କଟକ ଭୁବନେଶ୍ବରର କେଉଁ ସ୍ଥାନରେ କେତେ ବର୍ଷା

ଭୁବନେଶ୍ବର, ଗତ 24 ଘଣ୍ଟା ମଧ୍ୟରେ ରାଜଧାନୀରେ ପ୍ରବଳ ବର୍ଷା ଲାଗି ରହିଛି। ଭୁବନେଶ୍ବର ପାଣିପାଗ ବିଭାଗର ସୂଚନା ଅନୁସାରେ ଭୁବନେଶ୍ବରର ଏୟାରପୋର୍ଟ ଅଞ୍ଚଳରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଏହି ଅଞ୍ଚଳରେ ଗତ 24 ଘଣ୍ଟାରେ 113.2 ମିଲିମିଟର ବର୍ଷା ହୋଇଛି।

ସେହିପରି କଟକ ସହରର କଣ୍ଟାପଡାରେ 190 ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସାଲେପୁରରେ ମଧ୍ୟ 101 ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ୮ ଟି ଜିଲ୍ଲାରେ ହେବ ପ୍ରବଳ ବର୍ଷା: ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଲଘୁଚାପ ଯୋଗୁଁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି। ଏହାସହ ଦକ୍ଷିଣ ପଶ୍ଚିମ ବାୟୁ ସମଗ୍ର ରାଜ୍ୟକୁ ଛୁଇଁଲା ପରେ ମଧ୍ୟ ଲଗାତର ବର୍ଷା ଜାରି ରହିଛି। ତେବେ ରାଜ୍ୟରେ ୮ ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,ବଲାଙ୍ଗିର, ସୁବର୍ଣ୍ଣପୁର, ଅନୁଗୁଳ ଏବଂ ଦେବଗଡ଼ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି। ସେଥିପାଇଁ ମତ୍ସ୍ୟଜୀବୀ ମାନେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲି ଠାରୁ ୧୪ ତାରିଖ ଯାଏଁ ଓଡିଶାରେ ହେବ ପ୍ରବଳ ବର୍ଷା!: ଉପୁଜିପାରେ ବନ୍ୟା ପରିସ୍ଥିତି

ଭୁବନେଶ୍ବର: ଆସନ୍ତାକାଲି ଠାରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି।

ପ୍ରବଳ ବର୍ଷା ଯୋଗୁଁ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିବ ବୋଲି ଏସଆରସି ସତର୍କ କରାଇଛନ୍ତି। ଏହାସହ କିଛି ଜାଗାରେ ଭୁସ୍ଖଳନ ହେବାରେ ସମ୍ଭାବନା ରହିଛି। ସେଭଳି ସ୍ଥାନରୁ ଲୋକଙ୍କୁ ସ୍ଥାନାନ୍ତରିତ କରିବା ପାଇଁ କୁହାଯାଇଛି। ବନ୍ୟା ଓ ଭୁସ୍ଖଳନରେ ପ୍ରଭାବିତ ହେବାକୁ ଥିବା ଲୋକମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ହୋଇଛି। ବନ୍ୟା କଥା ବୁଝୁଥିବା ସବୁ ଅଫିସ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ କରିବାକୁ ନିର୍ଦ୍ଦେଶ ହୋଇଛି।

ବିପଦଜ୍ଜନକ ଅବସ୍ଥାରେ ଥିବା ନଦୀବନ୍ଧ ଉପରେ ନଜର ରଖିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ଏସଆରସି କହିଛନ୍ତି। ଅଗ୍ନିଶମ ବାହିନୀକୁ ଡଙ୍ଗା ଏବଂ ଯନ୍ତ୍ରାଂଶ ସହ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ଫେରି ଆସିବା ପାଇଁ ପରାମର୍ଶ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା 10 ତାରିଖରେ ଓଡିଶାରେ ପ୍ରବେଶ କରିବ ମୌସୁମୀ, 4 ଦିନ ଧରି ପ୍ରବଳ ବର୍ଷା

ଭୁବନେଶ୍ବର, ଆସନ୍ତା 10 ତାରିଖରେ ଓଡିଶାର ପ୍ରବେଶ କରିବ ମୌସୁମୀ ବାୟୁ। ସେଥିପାଇଁ ଉପକୂଳ ଏବଂ ଉତ୍ତର ଓଡିଶାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରୀ କରିଛନ୍ତି। ଏଥିସହିତ ଏହି ସମୟରେ ପବନର ବେଗ ମଧ୍ୟ ସ୍ବାଭାବିକଠାରୁ ଅଧିକ ରହିବ। ଏହି ବର୍ଷା ଆସନ୍ତା 14 ତାରିଖ ପର୍ଯ୍ୟନ୍ତ ହେବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ତେବେ ବଙ୍ଗୋବ ସାଗରରେ କୌଣସି ଲଘୁଚାପର ସମ୍ଭାବନା ନାହିଁ ବୋଲି ମଧ୍ୟ ଜଣାପଡିଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପ ସାଗରରେ ଆସନ୍ତା କାଲି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଉପକୂଳ ଓଡ଼ିଶାରେ ଆସନ୍ତା ସପ୍ତାହରେ ପ୍ରବଳ ବର୍ଷା ହୋଇପାରେ। ଏହି ଲଘୁଚାପ ଘୂର୍ଣ୍ଣିଝଡ଼ ରେ ପରିଣତ ହେଲେ ମେ ୨୬ ତାରିଖରେ ଏହା ଓଡିଶା-ପଶ୍ଚିମ ବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗର ଆକଳନ ଅନୁଯାୟୀ ଏହି ଲଘୁଚାପ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ମେ ୨୫ ତାରିଖ ସୁଦ୍ଧା ଘୁର୍ଣ୍ଣିଝଡ଼ରେ ପରିଣତ ହେବ ବୋଲି ଆକଳନ କରାଯାଉଛି। ଏହା ମୁଖତଃ ଉତ୍ତର -ଉତ୍ତର ପଶ୍ଚିମ ଦିଗରେ ଓଡିଶା ଉପକୂଳ ମୁହାଁ ହୋଇ ଓଡିଶା -ପଶ୍ଚିମ ବଙ୍ଗ ଉପକୂଳ ଆଡକୁ ଗତି କରିବ ବୋଲି କେନ୍ଦ୍ରର ନିର୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି।

ଏହି ଘୁର୍ଣ୍ଣିଝଡ଼ ଓଡିଶାର ଭଦ୍ରକ କିମ୍ବା ବାଲେଶ୍ୱର ଜିଲ୍ଲା ଅଥବା ପଶ୍ଚିମ ବଙ୍ଗ ର ଦିଘା ଉପକୂଳ ଦେଇ ଗତି କରିପାରେ ବୋଲି ସେ କହିଛନ୍ତି। ଡକ୍ଟର ସାହୁ କହିଛନ୍ତି ଯେ ଜଳବାୟୁ ବିଜ୍ଞାନ ଅନୁଯାୟୀ ଦକ୍ଷିଣ ପଶ୍ଚିମ ମୌସୁମୀ ର ଆଗମନ ପୂର୍ବରୁ ବଙ୍ଗୋପସାଗରରେ ଘନୀଭୂତ ହେଉଥିବା ଅଧିକାଂଶ ଲଘୁଚାପ ଓ ତହିଁରୁ ଉତ୍ପନ୍ନ ଘୂର୍ଣ୍ଣିଝଡ଼ ପଶ୍ଚିମବଙ୍ଗ ଅଥବା ବାଂଲାଦେଶ ଆଡକୁ ଗତି କରିଥାଏ।

ଏହି ଲଘୁଚାପ ହୁଏତ ପ୍ରବଳ ଘୁର୍ଣ୍ଣିଝଡ଼ କିମ୍ବା ଘୁର୍ଣ୍ଣିଝଡ଼ ର ରୂପ ନେଇ ଉପକୂଳ ଅତିକ୍ରମ କରିପାରେ ବୋଲି ସେ କହିଛନ୍ତି।

ତେବେ ବାତ୍ୟାର ଗତି ଏବଂ ପବନ ବେଗର ସ୍ପଷ୍ଟ ଚିତ୍ର ମେ ୨୪ ରେ ହିଁ ଜଣା ପଡିବ ବୋଲି ଡକ୍ଟର ସାହୁ କହିଛନ୍ତି। ମୌସୁମୀର ପ୍ରଭାବ ଯୋଗୁଁ ଏହି ଘୁର୍ଣ୍ଣିଝଡ଼ ବିଶେଷ ଭାବେ ଘନୀଭୂତ ନ ହୋଇପାରେ ବୋଲି ସେ କହିଛନ୍ତି।

ଯଦି ଏହା ବାତ୍ୟାର ରୂପ ନେଇ ଓଡିଶା ଉପକୂଳ ଦେଇ ଗତି କରେ ତେବେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୫ ରୁ ୯୦ କିଲୋମିଟର ହେବ ମାତ୍ର ଏହା ଯଦି ପ୍ରବଳ ଘୁର୍ଣ୍ଣିଝଡ଼ର ରୂପ ନିଏ ତେବେ ଏହାର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୧୦୦ କିମି ହୋଇପାରେ ବୋଲି ସେ କହିଛନ୍ତି।

ଏହି ସମୟରେ ଓଡିଶା ଉପକୂଳରେ ପବନର ଗତି ତୀବ୍ରତର ହେବା ସହ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡ଼ା ଏବଂ ଯାଜପୁର ପ୍ରଭୃତି ଜିଲ୍ଲାରେ ମେ ୨୫ ତାରିଖ ରାତିରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ।

ପରବର୍ତ୍ତୀ ସମୟରେ ଏହା ବିହାର ଆଡକୁ ଗତି କରିବ ବୋଲି ଡକ୍ଟର ସାହୁ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଟ୍ୱିିନ ସିଟି ପାଇଁ ସାଢେ 11ଟା ଯାଏଁ ସତର୍କ ସୂଚନା

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କ ଲୋ ପ୍ରେସର ଏବେ ଅବପାତରେ ପରିଣତ ହୋଇଛି। 24 ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତର ରୂପ ନେଇପାରେ। ଏହା ଉତ୍ତର- ଉତ୍ତରପୂର୍ବ ଦିଗରେ ଗତି କରି ଓଡିଶା ଉପକୂଳ ଦେଇ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ 6ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଜଗତସିଂହପୁର, ପୁରୀ, ବାଲେଶ୍ୱର, ଗଞ୍ଜାମ, କେନ୍ଦ୍ରାପଡା ଏବଂ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।  ଏହା ସହିତ ଗୋପାଳପୁର ଏବଂ ପାରାଦୀପ ବନ୍ଦରରେ ତିନି ନମ୍ବର ବିପଦସଙ୍କେତ ଜାରି କରାଯାଇଛି । ସେହିପରି କଟକ- ଭୁବନେଶ୍ବର ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ଦିନ 11ଟା30 ମଧ୍ୟରେ ଘଡଘଡି ସହ ବର୍ଷା ନେଇ ସୂଚନା ଦେଇଛନ୍ତି । ଏହି ସମୟରେ ରାସ୍ତାଘାଟ ଭଲ ଭାବେ ଦିଶିବନି, ପାଣି ଜମିପାରେ, ଟ୍ରାଫିକ୍‌ ଜାମ୍‌ ହୋଇପାରେ । ଚାଲିବାବେଳେ ରାସ୍ତାରେ ଥିବା ମ୍ୟାନ୍‌ ହୋଲ୍‌ ଉପରେ ନଜର ରଖିବା ସହିତ ଯଥାସମ୍ଭବ ଘରୁ ନ ବାହାରିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା 12 ଘଣ୍ଟାରେ ଲଘୁଚାପ! : ଭିଜିବ ଦକ୍ଷିଣ ଓଡ଼ିଶା

ଭୁବନେଶ୍ବର : ପୂର୍ବ – କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଆସନ୍ତା 12 ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ ।  ଏହାର ପ୍ରଭାବରେ ଆସନ୍ତା 22ତାରିଖଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । । କୋରାପୁଟ, ରାୟଗଡା, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛି ପାଣିପାଗ ବିଭାଗ ।ସେହିପରି ଲଘୁଚାପ କାରଣରୁ ପାରାଦ୍ବୀପରେ ସର୍ବାଧିକ 20 ମିମି, ଗଞ୍ଜାମରେ 14.6 ମିମି ବର୍ଷା ହୋଇଥିବାର ରେକର୍ଡ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

12ଟା 30 ଯାଏଁ ଟୁଇନ୍‌ ସିଟିରେ ପ୍ରବଳ ବର୍ଷା : ସତର୍କ ରହିବାକୁ ପରାମର୍ଶ ଦେଲା ଆଞ୍ଚଳିକ ପାଣିପାଗ ବିଭାଗ

ଭୁବନେଶ୍ବର : ଆଜି ସକାଳ 6ଟା 30ରୁ 7ଟା 30 ମଧ୍ୟରେ ଉତ୍ତର ଆନ୍ଧ୍ର କାକିନଡା ନିକଟରେ ଗଭୀର ଅବପାତ ସ୍ଥଳ ଭାଗ ଛୁଇଁଥିବାବେଳେ ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ଜାରି ରହିଛି । ଭୁବନେଶ୍ବରରେ ମଧ୍ୟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି। ଟୁଇନ୍‌ ସିଟିରେ 12ଟା 30 ଯାଏଁ ପ୍ରବଳ ବର୍ଷା ହେବା ଏନେଇ ସତର୍କ ରହବାକୁ ଆଞ୍ଚଳିକ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଏହି ସମୟରେ ଘଣ୍ଟା ପ୍ରତି 2/3 ସେମି ପର୍ଯ୍ୟନ୍ତ ବର୍ଷିବ । ରାସ୍ତା ଅଳ୍ପ ଦୃଶ୍ୟମାନ ହେବ, ଟ୍ରାଫିକ୍‌ ସମସ୍ୟା ଉପୁଜିପାରେ ବୋଲି ଏହି ସମୟରେ ଯେତେ ଦୂର ସମ୍ଭବ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

Categories
ଆଜିର ଖବର ରାଜ୍ୟ ଖବର

ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ

ଭୁବନେଶ୍ବର : ଉତ୍ତର ଆନ୍ଧ୍ର କାକିନଡା ନିକଟରେ ଗଭୀର ଅବପାତ ଅତିକ୍ରମ କରିଛି। ବଙ୍ଗୋପସାଗରରେ ଥିବା କେନ୍ଦ୍ରୀୟ ଅବପାତ ଘଣ୍ଟାପ୍ରତି ୧୭କିମି ବେଗରେ ଗତି କରୁଛି । ଆଜି ସକାଳ 6ଟା 30ରୁ 7ଟା 30 ମଧ୍ୟରେସ୍ଥଳ ଭାଗ ଛୁଇଁଥିବାବେଳେ ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ଜାରି ରହିଛି । ।ସେଠାରେ ପବନର ବେଗ ଘଣ୍ଟା ପ୍ରତି 55ରୁ 65କିଲୋମିଟର ରହିଥିବା ଜଣାଯାଇଛି। ସେହିପରି ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର 5ଟି ଜିଲ୍ଲାର ପ୍ରବଳ ବର୍ଷା ହେବ । ନବରଙ୍ଗପୁର, ଗଜପତି, ରାୟଗଡା, କୋରାପୁଟ ଓ ଗଞ୍ଜାମରେ ବର୍ଷା ହେବ । ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ ବୋଲି ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି । ଦ୍ବିପ୍ରହର ସୁଦ୍ଧା ଗଭୀର ଅବପାତର ପ୍ରଭାବ କମିଯିବ ବୋଲି ସୂଚନା ଦେଇଛନ୍ତି ।

ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ 500 ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଲଘୁଚାପ ପ୍ରଭାବରେ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳୀରେ ରଖାଯାଇଥିବା ଜଣାଯାଇଛି । ଏଣେ କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଆଦି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି। ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । ଭୁବନେଶ୍ବରରେ ମଧ୍ୟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଅବପାତର ରୂପ ନେଲା ଲଘୁଚାପ : ଓଡ଼ିଶାକୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଅବପାତର ରୂପ ନେଇଛି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ । ଆଗାମୀ କିଛି ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ସମ୍ଭାବନା ରହିଛି । ଏହା ବିଶାଖାପାଟଣାରୁ ଦକ୍ଷିଣ- ଦକ୍ଷିଣ ପୂର୍ବ 280 କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆଜି ମଧ୍ୟରାତ୍ରିରେ ନାର୍ସାପୁର ଓ ବିଶାଖାପାଟଣା ମଧ୍ୟ ଦେଇ ଅତିକ୍ରମ କରିବ । ଏବେ ଘଣ୍ଟାକୁ 4 କିଲୋମିଟର ବେଗରେ ଗତି କରୁଛି ଅବପାତ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଓ ପବନ ସମ୍ଭାବନା ରହିଛି । ବର୍ଷା ସହ 45ରୁ 55 କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି  ବୋଲି ପାଣିପାଗ କେନ୍ଦ୍ର ତରଫରୁ ସୂଚନା ରହିଛି ।

Categories
ଆଜିର ଖବର ରାଜ୍ୟ ଖବର

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୦ରୁ ୧୩ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅକ୍ଟୋବର ପହିଲାରୁ ଲଘୁଚାପ ଯୋଗୁଁ ଲାଗି ରହିଥିବା ବର୍ଷା ନସରୁଣୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ତେବେ ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। କିନ୍ତୁ ଦାନା ବାନ୍ଧୁଥିବା ଲଘୁଚାପ ବଳରେ ୧୦ ତାରିଖରୁ ପୁଣି ଥରେ ରାଜ୍ୟରେ ବର୍ଷା ହେବା ନେଇ ସମ୍ଭାବନା ଦେଖାଦେଇଛି।

ଉତ୍ତର ଆଣ୍ଡାମାନ ଓ ପାର୍ଶ୍ୱବର୍ତ୍ତି କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୧୦ରୁ ୧୩ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

Categories
ଆଜିର ଖବର ରାଜ୍ୟ ଖବର

ପ୍ରବଳ ବର୍ଷା ସମ୍ଭାବନା : 13ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । କାଲି ସକାଳ 8ଟା 30 ପର୍ଯ୍ୟନ୍ତ 13ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ 24 ଘଣ୍ଟାରେ 13ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, ବରଗଡ, ସମ୍ବଲପୁର, ସୁବର୍ଣ୍ଣପୁର ଆଦି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଘଣ୍ଟାକୁ 40ରୁ 50 କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଆଜି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଆସନ୍ତା 9ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ 11 ରୁ 13 ତାରିଖ ଯାଏ ରାଜ୍ୟରେ ବର୍ଷାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।