Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା 9 ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା

ଭୁବନେଶ୍ୱର: ଆସନ୍ତା 9ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଆଣ୍ଡାମାନ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ଘନୀଭୂତ ସମ୍ଭାବନା ରହିଛି ।  ପରବର୍ତ୍ତୀ 2/3 ଦିନରେ ଏହା ଡିପ୍ରେସନରେ ପରିଣତ ହେବ । ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ 11ରୁ 13 ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।

ସୂଚନାଯୋଗ୍ୟ, ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଓଡ଼ିଶାର ପ୍ରାୟ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଆସନ୍ତାତିନି ଦିନ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Categories
ଆଜିର ଖବର ରାଜ୍ୟ ଖବର

ଚାରିଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବାରୁ ଚାରୋଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହି ଚାରୋଟି ଜିଲ୍ଲା ଯଥା- ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା 8 ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କାଲି ସକାଳ 8ଟା 30 ଯାଏଁ ରାଜ୍ୟର 16ଟି ଜିଲ୍ଲାକୁ ୟେଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ଅନ୍ୟ 12ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି କରାଯାଇଛି ।  ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି – ଖୋର୍ଦ୍ଧା, କଟକ, ଗଜପତି, ରାୟଗଡା, ନୟାଗଡ, ବୌଦ୍ଧ, ପୁରୀ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ସୋନପୁର । ଅପରପକ୍ଷରେ ତଳିଆ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାପାଳମାନଙ୍କୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି । ଭୂସ୍ଖଳନ, ଲଗାଣ ବର୍ଷା ଜନିତ ଓ୍ବାଟର ଲଗିଂ ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି ଏସ୍‌ଆରସି । ଏହି ସମୟରେ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ସଚେତନ କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି ।

Categories
ଆଜିର ଖବର ରାଜ୍ୟ ଖବର

ଆଜିଠାରୁ ରାଜ୍ୟରେ ତିନିଦିନ ଧରି ହେବ ବର୍ଷା, ଷୋହଳଟି ଜିଲ୍ଲାକୁ ଜାରି ହେଲା ୱେଲୋ ୱାର୍ଣ୍ଣି

ଭୁବନେଶ୍ବର, ପୂର୍ବ ବିହାର ଏବଂ ପଶ୍ଚିମ ବଂଗର ବଙ୍ଗୋବ ସାଗରରେ ଏକ ବାତ୍ୟାବଳୟ ସୃଷ୍ଟି ହୋଇଥିବାରୁ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାର ପ୍ରଭାବ ଆଜିଠାରୁ  ଅନୁଭୂତ ହେବ। ଫଳରେ ଓଡିଶାରେ 16 ଟି ଜିଲ୍ଲାରେ ୱେଲୋ ୱାର୍ଣ୍ଣି ଦିଆଯାଇଛି।

ସେହି ଜିଲ୍ଲାଗୁଡିକ ହେଲା ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, ରାୟଗଡା, କନ୍ଧମାଳ, କେଉଁଝର, ମୟୁରଭଂଜ ଏବଂ କୋରାପୁଟ। ତେବେ 5ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଗୁଡିକ ହେଲା ଗଂଜାମ, ଗଜପତି, ପୁରୀ, ନୟାଗଡ ଏବଂ କନ୍ଧମାଳ।

ଏସବୁ ଦୃଷ୍ଟିରେ ରଖି ଏସଆରସି ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଚିଠି ଲେଖି ଜଣାଇ ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ପାଞ୍ଚୋଟି ଜିଲ୍ଲାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରୀ କଲା ପାଣିପାଗ ବିଭାଗ

ଭୁବନେଶ୍ବର, ଆଜି ରାଜ୍ୟର ପାଞ୍ଚୋଟି ଜିଲ୍ଲାର ପ୍ରବଶ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ଏହି ଜିଲ୍ଲାଗୁଡିକ ହେଲା କୋରାପୁଟ, ମାଲକାନାଗିରି, ରାୟଗଡା, ଗଜପତି ଏବଂ ନବରଂଗପୁର। ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି। ସେହିପରି 10ଟି ଜିଲ୍ଲାର କେତେକ ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ସେଗୁଡିକ ହେଲା ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ଗଂଜାମ, ପୁରୀ ନୟାଗଡ, ବୌଦ୍ଧ, ସୁନ୍ଦରଗଡ, କେଉଁଝର ଏବଂ ମୟୁରଭଂଜ।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ଖୋର୍ଦ୍ଧା ବ୍ଲକରେ ବନ୍ୟା ପରିସ୍ଥିତି ଜଟିଳ: ବନ୍ୟାଞ୍ଚଳ ପରିଦର୍ଶନ କଲେ ଜିଲ୍ଲାପାଳ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ଖୋର୍ଦ୍ଧା ବ୍ଲକରେ ବନ୍ୟାଞ୍ଚଳ ପରିଦର୍ଶନକରିଛନ୍ତି। ଲଘୁଚାପ ବର୍ଷା ଯୋଗୁଁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ମହାନଦୀ ବନ୍ୟାପାଣି ଖୋର୍ଦ୍ଧା ଜିଲ୍ଲା ଖୋର୍ଦ୍ଧା ବ୍ଲକର ଦୁଇଟି ଗ୍ରାମପଞ୍ଚାୟତର ୧୦ଖଣ୍ଡ ଗାଁରେ ବନ୍ୟା ଜଳ ପ୍ରବାହିତ ହେଵାରୁ ଶହ ଶହ ହେକ୍ଟର ଧାନ ଫସଲ ନଷ୍ଟ ହୋଇଥିବା ବେଳେ ଓରବରସିଂହ ଗ୍ରାମପଞ୍ଚାୟତର ଡିହଖଳା, ଓରବରସିଂହ, ଦୁର୍ଗାପୁର, ହିରିମୂଳ ସଂପୂର୍ଣ୍ଣ ବାହ୍ୟଜଗତରୁ ବିଛିନ୍ନ। ବନ୍ୟାଘେରରେ ଥିବା ଗାଁକୁ ବୁଲି ଲୋକମାନଙ୍କ ସହିତ ଆଲୋଚନା କଲେ ଖୋର୍ଦ୍ଧା ଜିଲ୍ଲାପାଳ।

ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଖୋର୍ଦ୍ଧା ବ୍ଲକର ଓରବରସିଂହ, ଡିହଖଳା, କୃଷ୍ଣପୁର, ଲେଖନପୁର ଓ ନରଣଗଡ ଗ୍ରାମପଞ୍ଚାୟତ ବିଭିନ୍ନ ଗ୍ରାମରେ ବନ୍ୟା ପାଣି ପ୍ରବେଶ କରିଛି।ବନ୍ୟା ପାଣି ମାଡିଆସିବାରୁ ଓରବରସିଂହ ଗ୍ରାମପଞ୍ଚାୟତର ୫ଖଣ୍ଡ ଗ୍ରାମ ସଂପୂର୍ଣ୍ଣ ବାହ୍ୟ ଜଗତରୁ ବିଛିନ୍ନ ହୋଇଛି। ଉକ୍ତ ରାସ୍ତାରେ ଏବଂ ଗାଁ ଦାଣ୍ଡରେ ତିନି ଚାରି ଫୁଟ ପାଣି ଚାଲିଛି। ବନ୍ୟା ପାଣି ପଶି ଧାନଫସଲ ନଷ୍ଟ କରିଦେଇଛି ଫସଲ କ୍ଷୟ କ୍ଷତି ଆକଳନ କରିବାପାଇଁ ପ୍ରଶାସନ ପକ୍ଷରୁ କେହି ଚାଷୀଙ୍କ ପାଖରେ ପହଞ୍ଚି ନାହାନ୍ତି ଫଳରେ ଚାଷୀଙ୍କ ମନରେ ଅସନ୍ତୋଷ ବଢ଼ିବାରେ ଲାଗିଛି ଏବଂ ଆଠଦଶଦିନ ହେବ ଲୋକମାନେ ଏବଂ ଗାଈ ଗୋରୁମାନେ ଭୋକ ଉପାସରେ ପଡିଥିବାରୁ ଏ ପର୍ଯ୍ୟନ୍ତ ରିଲିଫ ପହଞ୍ଚି ନଥିବାରୁ ଲୋକଙ୍କ ମନରେ ମଧ୍ୟ ଅସନ୍ତୋଷ ଦେଖାଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାପାଳ ଓରବରସିଂହ ଗ୍ରାମପଞ୍ଚାୟତ ହିରିମୂଳ ଗ୍ରାମକୁ ରିଲିଫ ଡଙ୍ଗାରେ ଯାଇ ସ୍ଥାନୀୟ ଲୋକପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ଲୋକମାନଙ୍କୁ ବାତ୍ୟା ଆଶ୍ରୟ ସ୍ଥଳିକୁ ସ୍ଥାନ୍ତାନ୍ତରିତ କରିବା ପାଇଁ ପରାମର୍ଶ ଦେଇ ସେଠାରେ ରନ୍ଧା ଖାଦ୍ୟ ବ୍ୟବସ୍ଥା କରିବାକୁ କହିଛନ୍ତି ଏବଂ ପାଣି ଛାଡିଗଲା ପରେ ସେମାନେ ନିଜ ଘରକୁ ଫେରି ଆସିବେ ବୋଲି କହିଛନ୍ତି ଜିଲ୍ଲାପାଳ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଘନିଭୂତ ହେବାରେ ଲାଗିଛି ଲଘୁଚାପ,ଗତକାଲି ରାତିରୁ ଚାଲିଛି ବର୍ଷା ସହିତ ପବନ, ଆହୁରି 3ଦିନ ବର୍ଷିବ

ଭୁବନେଶ୍ବର, ଉତ୍ତର ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେ ଧିରେ ସ୍ପଷ୍ଟ ରୂପ ନେବାରେ ଲାଗିଛି। ଫଳରେ ଗତକାଲି ରାତିରୁ ଓଡିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ପବନ ମଧ୍ୟ ପ୍ରବାହିତ ହେବାରେ ଲାଗିଛି। ବିଶେଷ କରି କଟକ ଓ ଭୁବନେଶ୍ବରରେ ଗତକାଲି ରାତିରୁ ପ୍ରବଳ ବର୍ଷା ହେଉଛି। ଏପରିକି ରାତି ସାରା ମଧ୍ୟ ପବନ ପ୍ରବାହିତ ହେବାରେ ଲାଗିଛି। ପାଣିପାଗ ବିଭାଗ ଅନୁସାରେ ବର୍ତ୍ତମାନ ଏହିପରି ପାଗ ଆହୁରି ତିନିଦିନ ଧରି ଲାଗିରହିବ।

ଲଘୁଚାପ ଯୋଗୁଁ ଉତ୍ତର ଉପକୂଳ ଓଡ଼ିଶାର ୯ ଜିଲ୍ଲାକୁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଦେବଗଡ଼। ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ପବନ ପ୍ରବାହିତ ହେବ।

ସେହିପରି ୧୧ଟି ଜିଲ୍ଲାରେ ସକାଳ ସାଢ଼େ ୧୦ଟା ସୁଦ୍ଧା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ ଓ ସୁବବର୍ଣ୍ଣପୁର ରହିଛି।

ଗତକାଲି ରାତିରୁ ପ୍ରବଳ ବର୍ଷା ହେବା ଯୋଗୁଁ କେତକ ନଦୀର ଜଳ ପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆହୁରି ତିନିଦିନ ଧରି ବର୍ଷା ହେବାର ସମ୍ଭାବନା ଥିବାରୁ ବନ୍ୟା ଆଶଙ୍କାକୁ ମଧ୍ୟ ଏଡାଇ ଦେଇ ହେବ ନାହିଁ।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ, ପ୍ରଭାବରେ ଆସନ୍ତକାଲିଠାରୁ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି । ଫଳରେ ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟ‌‌‌ର ଆଠଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ୧୯ ତାରିଖ ଦିନ  ଆଉ ସାତୋଟି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଜିଲ୍ଲାଗୁଡିକରେ ୟଲୋ ୱାର୍ଣ୍ଣି ଦିଆଯାଇଛି।

୧୮ ତାରିଖ ଦିନ ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଏବଂ ୧୯ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲି ପ୍ରବଳ ବର୍ଷିବ, ବଙ୍ଗୋପ ସାଗରରେ ଗୋଟିଏ ଘୂର୍ଣ୍ଣି ବଳୟ ସହ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ବର, ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣ ବଳୟ ସୃଷ୍ଟି ହୋଇଛି, ଯାହା ଫଳେରେ ଆଜିଠାରୁ ଓଡିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତାକାଲି ଏହି ବର୍ଷାର ପ୍ରକୋପ ବଢିପାରେ ବୋଲି ପୂର୍ବାନୁମାନ କରାଯାଇଛି। କାରଣ ପଶ୍ଚିମ କେନ୍ଦୀୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣି ପ୍ରଦାନ କରାଯାଇଛି। ଏଥିସହିତ ଏସଆରସି ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Categories
ଫଟୋ ଖବର

ପାଟନାରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତାଘାଟ ପାଣିରେ ଭାସୁଛି, କିଛି ସମୟ ପାଇଁ ଜନଜୀବନ ହେଲା ଅସ୍ତବ୍ୟସ୍ତ

ପାଟନାରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତାଘାଟ ପାଣିରେ ଭାସୁଛି, କିଛି ସମୟ ପାଇଁ ଜନଜୀବନ ହେଲା ଅସ୍ତବ୍ୟସ୍ତ। ମୁଖ୍ୟତଃ ପାଟନା ସମେତ ବିଭିନ୍ନ ଜିଲ୍ଲାରେ ଏହି ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି।