Categories
ଆଜିର ଖବର ରାଜ୍ୟ ଖବର

ଧାମନଗର ଉପ-ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର: ବିଜେପି ପରେ ଏବେ ଧାମନଗର ବିଧାନସଭା ଉପ-ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ବାବା ହରେକୃଷ୍ଣ ସେଠୀଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି। ଏହା ପୂର୍ବରୁ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୁରଜଙ୍କୁ ବିଜେପି ପ୍ରାର୍ଥୀ କରିଛି।

କିନ୍ତୁ ଏହି ଉପ-ନିର୍ବାଚନ ପାଇଁ ବିଜୁ ଜନତା ଦଳ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହିଁ। ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ପାଇଁ ଭୋଟ ହେବ।

Categories
ଜାତୀୟ ଖବର ବିଶେଷ ଖବର

ବିଜେପିର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ଆକ୍ସନ ମୋଡରେ ମମତା ବାନାର୍ଜୀ: ଡାକିଲେ ସାଂସଦମାନଙ୍କର ବୈଠକ

କୋଲକୋତା: ଉପରାଷ୍ଟ୍ରପତି ନିର୍ବାଚନ ଉପରେ ଆଲୋଚନା କରିବା ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତୃଣମୂଳ କଂଗ୍ରେସ ସାଂସଦମାନଙ୍କର ଏକ ବୈଠକ ଡାକିଛନ୍ତି। ଆସନ୍ତା ସଂସଦ ଅଧିବେଶନ ତଥା ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଦଳର ରଣନୀତି ଉପରେ ଆଲୋଚନା ପାଇଁ ଜୁଲାଇ ୨୧ ତାରିଖରେ ତୃଣମୂଳ କଂଗ୍ରେସ ସାଂସଦମାନଙ୍କର ଏକ ବୈଠକ ଡକାଯାଇଛି।

ଦଳ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ଯେ, ମମତା ବାନାର୍ଜୀ ତୃଣମୂଳ କଂଗ୍ରେସର ସମସ୍ତ ଲୋକସଭା ଓ ରାଜ୍ୟସଭା ସଦସ୍ୟଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇ ସଂସଦର ଆଗାମୀ ଅଧିବେଶନ ତଥା ଉପରାଷ୍ଟ୍ରପତି ନିର୍ବାଚନରେ ​​ଦଳର ଯୋଜନା ଉପରେ ଆଲୋଚନା କରିବେ। ସୂଚନାନୁସାରେ, ଏହି ବୈଠକ ଜୁଲାଇ ୨୧ ତାରିଖ ସନ୍ଧ୍ୟାରେ କାଲିଘାଟର ମମତା ବାନାର୍ଜୀଙ୍କ ବାସଭବନରେ ଅନୁଷ୍ଠିତ ହେବ।

ବିଜେପି ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଇନ୍ସ (ଏନଡିଏ) ଆଜି ଜଗଦୀପ ଧନଖରଙ୍କୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଜଗଦୀପ ଧନଖର ବର୍ତ୍ତମାନ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବରେ କାର୍ଯ୍ୟ କରୁଛନ୍ତି। ଜଗଦୀପ ଧନଖର ଏବଂ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ବାରମ୍ବାର ବିବାଦ ଲାଗି ରହିଛି। ପରସ୍ପରର କାର୍ଯ୍ୟକଳାପ ପାଇଁ ଉଭୟ ପକ୍ଷରୁ ସମାଲୋଚନା କରାଯାଇଛି। ଦେଶର ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅଗଷ୍ଟ ୬ ତାରିଖରେ ଅନୁଷ୍ଠିତ ହେବ।

ଏହାପୂର୍ବରୁ ରାଷ୍ଟ୍ରପତି ନିର୍ବାଚନକୁ ନେଇ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ବିଜେପିକୁ ଟାର୍ଗେଟ କରିଥିଲେ। ସେ କହିଥିଲେ ଯେ, ଯଦି ବିଜେପି ତାଙ୍କୁ ନାମାଙ୍କନ ଦେବା ପୂର୍ବରୁ ବିରୋଧୀ ଦଳଙ୍କ ସହ କଥାବାର୍ତ୍ତା କରିଥାନ୍ତେ ତେବେ ଦ୍ରୌପଦୀ ମୁର୍ମୁ ସର୍ବସମ୍ମତି ପ୍ରାର୍ଥୀ ହୋଇଥାନ୍ତେ। ପ୍ରକାଶ ଯୋଗ୍ୟ ଯେ, ରାଷ୍ଟ୍ରପତି ନିର୍ବାଚନରେ ​​ଦ୍ରୌପଦୀ ମୁର୍ମୁ ଏନଡିଏ ପ୍ରାର୍ଥୀ ଅଟନ୍ତି। ଅନ୍ୟପକ୍ଷରେ ବିରୋଧୀ ଦଳର ପ୍ରାର୍ଥୀ ହେଉଛନ୍ତି ପୂର୍ବତନ ଟିଏମସି ନେତା ଯଶବନ୍ତ ସିହ୍ନା।

Categories
ଆଜିର ଖବର ରାଜ୍ୟ ଖବର

ବ୍ରଜରାଜନଗର ଉପନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା ବିଜେଡ଼ି

ଭୁବନେଶ୍ବର: ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ବିଜେଡ଼ି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ସ୍ବର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ପ୍ରାର୍ଥୀ ଭାବେ ମନୋନୀତ କରିଛନ୍ତି। ବ୍ରଜରାଜନଗରର

ତେବେ ବିଜେପି ଏହି ଉପନିର୍ବାଚନ ପାଇଁ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ପକ୍ଷରୁ ବରିଷ୍ଠ ନେତା ତଥା ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କୁ ପ୍ରାର୍ଥୀ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ବ୍ରଜରାଜନଗର ଉପନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର: ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ବିଜେପି ପ୍ରାର୍ଥୀ ଘୋଷଣା କରିଛି। ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଧାରାଣୀ ପଣ୍ଡାଙ୍କୁ ବିଜେପି ପ୍ରାର୍ଥୀ କରିଛି। ବ୍ରଜରାଜନଗରର ପୂର୍ବତନ ବିଧାୟିକା ହେଉଛନ୍ତି ରାଧାରାଣୀ ପଣ୍ଡା।

ତେବେ ବିଜେପି ଏହି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ଏହା ପୂର୍ବରୁ ଘୋଷଣା କରିଛି। ଏହି ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ବରିଷ୍ଠ ନେତା ତଥା ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କୁ ପ୍ରାର୍ଥୀ କରିଛି। କିନ୍ତୁ ଶାସକ ଦଳ ବିଜେଡ଼ି ପକ୍ଷରୁ ଏହି ଉପନିର୍ବାଚନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରାଯାଇନାହିଁ।

Categories
ଆଜିର ଖବର ରାଜ୍ୟ ଖବର

ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ବିଶ୍ବକେଶନ ହରିଚନ୍ଦନ ମହାପାତ୍ରଙ୍କୁ କଂଗ୍ରେସ ପ୍ରାର୍ଥୀ ଭାବେ ଘୋଷଣା କରିଛି। ବିଶ୍ବକେଶନ କଂଗ୍ରେସ ସେବା ଦଳର ପୂର୍ବତନ ପୁରୀ ଜିଲ୍ଲା ସଭାପତି ଭାବେ କାର୍ଯ୍ୟ କରିଥିଲେ। ଆଜି ଦଳର ହାଇକମାଣ୍ଡ ତାଙ୍କ ନାଁକୁ ମୋହର ମାରିଛନ୍ତି। ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ମୁକୁଲ ୱାସନିକ ଏନେଇ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ମେ’ ୧୬ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ମତଦାନ ହେବ। ମେ’ ୧୯ ତାରିଖରେ ଏହି ଉପନିର୍ବାଚନର ଭୋଟ ଗଣତି ହେବ। ପୂର୍ବରୁ ଏହି ଉପନିର୍ବାଚନ ଏପ୍ରିଲ ୧୭ ତାରିଖରେ ହେବାକୁ ଥିଲା। କିନ୍ତୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା।