Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି: ବନ୍ଦ ରହିଛି ସର୍ବସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆଜି ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ହେଉଛି। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି।

ଅନ୍ୟପକ୍ଷରେ ଶ୍ରୀଜୀଉଙ୍କ ବନକଲାଗି ନୀତି ହେତୁ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ୟ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଅଛି।