Categories
ଆଜିର ଖବର ରାଜ୍ୟ ଖବର

ବାଣପୁର ପଞ୍ଚାୟତ ସମିତିର ଭାଟପଡାରେ ମିଳିତ ଜନଶୁଣାଣୀ, ଯୋଗଦେଲେ ଆଇନ ମନ୍ତ୍ରୀ

ବାଣପୁର( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ପଞ୍ଚାୟତ ସମିତିର ଭାଟପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୧୦୩୪ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା।

ସେଥିମଧ୍ୟରୁ ୧୦୦୦ ଗୋଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୨୪ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୮ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା l ଅନୁରୂପ ଭାବେ ଜଣେ ହିତାଧିକାରୀଙ୍କୁ ୨୦,୦୦୦/-ଟଙ୍କା ମୂଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ଅନ୍ୟ ଜଣେ ହିତାଧିକାରୀ ଙ୍କୁ ୫୦୦୦/-ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ ରଖାଯାଇଛି ।

ଜନ ସଚେତନତା ପାଇଁ ବିଭିନ୍ନ ବିଭାଗ ତରଫରୁ ଯଥା- ସାମାଜିକ ସୁରକ୍ଷା ବିଭାଗ, ଗ୍ରାମିଣ ଆବାସ ବିଭାଗ, ମାଗଣା ସ୍ୱାସ୍ଥ୍ୟ ଶିବିର, ଆୟୁଷ୍ମାନ ଆରୋଗ୍ୟ ଶିବିର, ସମନ୍ଵିତ ଶିଶୁ ବିକାଶ ଯୋଜନା ପ୍ରଭୃତି ବିଭିନ୍ନ ଷ୍ଟଲ ର ପ୍ରଦର୍ଶନ କରାଯାଇଥିଲା । ଆଜିର ମିଳିତ ଜନଶୁଣାଣି ଶିବିରରେ ରାଜ୍ୟ ସରକାରଙ୍କ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମୂଖ୍ୟ ଅତିଥି ଥିବାବେଳେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିଥିଲେ।

ଉକ୍ତ ଶିବିରରେ ଏସପି ସାଗରିକା ନାଥ, ଅତିରିକ୍ତ ଜିଲ୍ଲାପାଳ( ପ୍ରଶାସନ ) ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କସ୍ତୁରୀ ବାଳା ଜେନା, ସିଡ଼ିଏମ୍ଓ ଡଃ ରାଜ୍ୟଶ୍ରୀ ପଟ୍ଟନାୟକ, ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର, ଅବକାରୀ ଅଧିକ୍ଷକା ସୁମତି ତ୍ରିପାଠୀ, ବାଣପୁର ବିଡିଓ ଶୀତଲ ଅଗ୍ରୱାଲ ,ତହସିଲଦାର ଟି ପଦ୍ମନାଭ ଦୋରା, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ମନ୍ତ୍ରୀ ହରିଚନ୍ଦନ ବିଭିନ୍ନ ଷ୍ଟଲ ପରିଦର୍ଶନ କରି ଲୋକମାନଙ୍କ ସମସ୍ୟା ପଚାରି ବୁଝିଥିଲେ।

Categories
ଆଞ୍ଚଳିକ

ବାଣପୁର ପଞ୍ଚାୟତ ସମିତିର ତୃତୀୟ ସାଧାରଣ ବୈଠକ ଅନୁଷ୍ଠିତ

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ପଞ୍ଚାୟତ ସମିତିର ତୃତୀୟ ସାଧାରଣ ବୈଠକ ବ୍ଲକ ସଭାଗୃହରେ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସମିତି ବୈଠକରେ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ ବିଡ଼ିଓ ଅନୁପସ୍ଥିତ ଥିବାରୁ ଅତିରିକ୍ତ ମତ୍ସ୍ୟ ଅଧିକାରୀ ପର୍ଶୁରାମ ଶବର ଦାଇତ୍ୱ ନିର୍ବାହ କରିଥିଲେ। ବିଡ଼ିଓଙ୍କ ଅନୁପସ୍ଥିତି ହେତୁ ବିଭିନ୍ନ ପ୍ରଶ୍ନର ଉତ୍ତର ଦେବାରେ ଅସୁବିଧା ଉପୁଜି ଥିବାବେଳେ ଉପସ୍ଥିତ ସଭ୍ୟମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ।

ତତସହିତ ଜଙ୍ଗଲ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ମୃତ୍ତିକା ସଂରକ୍ଷଣ ଭଳି ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ଅଧିକାରୀମାନେ ବୈଠକରେ ଅନୁପସ୍ଥିତ ଥିବାରୁ ସେମାନଙ୍କ ବିରୁଦ୍ଧରେ ଜିଲ୍ଲାପାଳ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାପାଇଁ ସର୍ବସହମତି କ୍ରମେ ପ୍ରସ୍ତାବ ଗୃହୀତ ହୋଇଥିବାର ବ୍ଲକ ଅଧ୍ୟକ୍ଷ ଶ୍ରୀ ରଣସିଂହ ପ୍ରକାଶ କରିଛନ୍ତି।

ଶିକ୍ଷା ବିଭାଗର ଆଲୋଚନାରେ ଭାଗ ନେଇ ସରକାରୀ ବିଦ୍ୟାଳୟ ତୁଳନାରେ ଘରୋଇ ବିଦ୍ୟାଳୟ ଗୁଡିକରେ ଅଧିକ ଛାତ୍ରଛାତ୍ରୀ ପାଠ ପଢ଼ୁଥିବାରୁ କିପରି ଅଭିଭାବକ ମାନେ ନିଜର ପିଲାଙ୍କୁ ସରକାରୀ ବିଦ୍ୟାଳୟରେ ପାଠ ପଢ଼ାଇବାକୁ ଆଗ୍ରହ ପ୍ରକାଶ କରିବେ ବ୍ଲକ ଶିକ୍ଷା ଅଧିକାରୀ ସେ ବିଷୟରେ ଧ୍ୟାନ ଦେବାକୁ ସଭ୍ୟମାନେ ଗୁରୁତ୍ୱାରୋପ କରିଥିଲେ।  ନରେନ୍ଦ୍ରପୁର ଗ୍ରାମ ପଞ୍ଚାୟତ ଅଧିନସ୍ଥ ବେଣୁଆବାଡି ଗ୍ରାମରେ ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ଥିବା ମନ୍ଦିର କାର୍ଯ୍ୟରେ ବିଶୃଙ୍ଖଳା ସୃଷ୍ଟି ହୋଇଥିବାରୁ ସଭ୍ୟମାନେ ଉଦବେଗ ପ୍ରକାଶ କରିଥିଲେ।