ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ବସୁଛି ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତି ସମ୍ମିଳନୀ। ଏହି ସମ୍ମିଳନୀକୁ ଭାରତର ମୁଖ୍ୟ ବିଚାରପତି ଏବଂ ପ୍ରଧାନମନ୍ତ୍ରୀ ଉଦଘାଟନ କରିବେ। ଏଥିରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟର ମୁଖ୍ୟ ବିଚାରପତି ଯୋଗଦେବେ।
ଶେଷ ଥର ଲାଗି ଏହି ବୈଠକ ଗତ ୨୦୧୬ ଏପ୍ରିଲ ୨୪ରେ ଆୟୋଜିତ ହୋଇଥିଲା । ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ମୁଖ୍ୟ ବିଚାରପତି, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଆଇନ ମନ୍ତ୍ରୀ ଯୋଗଦେବେ ।ଏହି ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି।