Categories
ଆଜିର ଖବର ରାଜ୍ୟ ଖବର

ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ ହେବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ସାରସ୍ୱତ ସାଧକ ବୀଣାପାଣି ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ବୀଣାପାଣି ମହାନ୍ତି ତାଙ୍କ ଗଳ୍ପ ଓ ଉପନ୍ୟାସରେ ନାରୀ ଜୀବନର ସଂଘର୍ଷକୁ ସଫଳତାର ସହ ଉପସ୍ଥାପନା କରିଯାଇଛନ୍ତି।

ତାଙ୍କର କାଳଜୟୀ ରଚନା ନାରୀ ସଶକ୍ତିକରଣ ପାଇଁ ସବୁବେଳେ ପ୍ରେରଣା ଯୋଗାଇ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୀଣାପାଣି ମହାନ୍ତିଙ୍କ ବିୟୋଗ ଓଡ଼ିଆ ସାରସ୍ୱତ ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି। ସ୍ବର୍ଗତ ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ପ୍ରତିଷ୍ଠିତ ସାହିତ୍ୟିକା ବୀଣାପାଣି ମହାନ୍ତି ଆଉ ନାହାଁନ୍ତି,ଓଡିଆ ସାହିତ୍ୟ ଜଗତରେ ଶୋକର ଛାୟା

କଟକ:  ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତି ୮୫ବର୍ଷ ପରଲୋକ ଗମନ କରିଛନ୍ତି। କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିବା ବିଶିଷ୍ଟ ସାହିତ୍ୟିକାଙ୍କ ହୃଦଘାତରେ ପରଲୋକ ଘଟିଛିଓଡିଆ ସାହିତ୍ୟ ଜଗତରେ ସେ ବେଶ୍ ପ୍ରତିଷ୍ଠିତ। ‘ପାଟଦେଇ’, ‘ଖେଳ ଘର’, ‘କସ୍ତୁରୀ ମୃଗ’ ପରି କାଳଜୟୀ ସୃଜନ ପାଇଁ ସେ ସାହିତ୍ୟ ଏକାଡେମୀ, ସାରଳା ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଯୁବ ଓଡିଆ ଲେଖିକାଙ୍କ ପାଇଁ ସେ ଏକ ପ୍ରେରଣାର ଉତ୍ସ ଥିଲେ।ବେଶ ପାଠକୀୟ ଆଦୃତି ଲାଭ କରିଛି।

୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ତାଙ୍କର ବିୟୋଗରେ ସାରା ଓଡିଆ ସାହିତ୍ୟ ଜଗତ ସ୍ତବ୍ଧ ହୋଇଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଲେଖିକା ବୀଣାପାଣି ମହାନ୍ତିଙ୍କୁ ଦିଆଗଲା ୨୦୧୯ ମସିହା ପାଇଁ ‘ଅତିବଡି ଜଗନ୍ନାଥ ଦାସ ପୁରସ୍କାର’

ଭୁବନେଶ୍ବର: ବିଶିଷ୍ଚ କଥାକାର, ଔପନାସିକା ତଥା ସୁଲେଖିକା ବୀଣାପାଣି ମହାନ୍ତିଙ୍କୁ ୨୦୧୯ ମସିହା ପାଇଁ ଅତିବଡି ଜଗନ୍ନାଥ ଦାସ ସମ୍ମାନ ପ୍ରଦାନ କରାଯାଇଛି। ଆଜି ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ସମାରୋହ ଅବସରରେ ଔପନାସିକାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ପର୍ଯ୍ୟଟନ, ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଶନିବାର ଦିନ ବୀଣାପାଣିଙ୍କୁ ତାଙ୍କ କଟକ ବାସଭବନରେ ମାନପତ୍ର, ଉତ୍ତରୀୟ ସହିଚ ଏକ ଲକ୍ଷ ଟଙ୍କାର ଏକ ଚେକ୍ ପ୍ରଦାନପୂର୍ବକ ସମ୍ମାନିତ କରିଛନ୍ତି।

ଏକାଡେମୀର ସଚିବ ଶ୍ରୀମତୀ ସୁଚିସ୍ମିତା ମନ୍ତ୍ରୀ ପ୍ରଶସ୍ତିପତ୍ର ପାଠ କରିଥିଲେ। ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ ସୁଲେଖିକାଙ୍କୁ ଶୁଭେଚ୍ଛା ଜଣାଇବା ସହ ଅନ୍ୟ ଲେଖକ ଲେଖିକାମାନଙ୍କୁ ସାରସ୍ବତ ସାଧିକା ବୀଣାପାଣି ମହାନ୍ତିଙ୍କ ଭଳି ଲେଖନୀ ଚାଳନାକୁ ତୀବ୍ର କରିବାକୁ ଆହ୍ବାନ ଜଣାଇଥିଲେ। ବୀଣାପାଣି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏହା ତାଙ୍କ ପାଇଁ ଗର୍ବର ବିଷୟ ଯେ, ମନ୍ତ୍ରୀ , ସଚିବ, ନିର୍ଦେଶକ ଏବଂ କଟକ ଜିଲ୍ଲାପାଳ ତାଙ୍କୁ ଘରକୁ ଆସି ସମ୍ବର୍ଦ୍ଧିତ କରିଛନ୍ତି।

ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ସମାରୋହ ଅବସରରେ ଏକାଡେମୀ ପକ୍ଷରୁ ପ୍ରକାଶିତ ୧୭ଟି ପୁସ୍ତକ ଏବଂ ତ୍ରୈମାସିକ ମୁଖପାତ୍ର କୋଣାର୍କ ଲୋକାର୍ପିତ ହୋଇଥିଲା।