Categories
ଆଜିର ଖବର ରାଜ୍ୟ ଖବର

ଯୋଗାଣ ମନ୍ତ୍ରୀଙ୍କ ବୌଦ୍ଧ ଓ ସୋନପୁର ଗସ୍ତ: ଅଚାନକ ଯାଞ୍ଚ କଲେ ବିଭିନ୍ନ ମିଲ୍‌ ଓ ଗୋଦାମ

ଭୁବନେଶ୍ୱର: ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବୌଦ୍ଧ ଓ ସୋନପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ଗୋଦାମ ଓ ମିଲ୍‌କୁ ଅଚାନକ ପରିଦର୍ଶନ କରିଛନ୍ତି। ବୌଦ୍ଧ ଜିଲ୍ଲାର ରାଣୀସତୀ ମିଲ୍‌ ଓ ସେଣ୍ଟ୍ରାଲ ପିଇଜି ଗୋଦାମ ଅଚାନକ ପରିଦର୍ଶନ କରି ସେଠାରେ ହେଉଥିବା ବିଭିନ୍ନ ଅନିୟମିତତା ଅଭିଯୋଗର ଯାଞ୍ଚ କରିଥିଲେ। ଉକ୍ତ ମିଲ୍‌ରେ ନିମ୍ନ ମାନର ପୋକରା ଚାଉଳକୁ ରିସାଇକିଲିଂ କରି ପଞ୍ଚାୟତକୁ ପଠାଇବା ଓ ଓଜନ ମାପରେ ଠକେଇ ଅଭିଯୋଗର ଯାଞ୍ଚ କରିବା ସହ ମିଲ୍‌ ପରିଚାଳନାକୁ ନେଇ ମନ୍ତ୍ରୀ ଶ୍ରୀ ପାତ୍ର ଅସନ୍ତୋଷ ବ୍ୟକ୍ତ କରିଥିଲେ।

ସେହିପରି ସୋନପୁର ଜିଲ୍ଲାର ଶିଆଳିଜୁରିସ୍ଥିତ ଲଳିତା ରାଇସ୍‌ ମିଲ୍‌ ଓ ଶୀତଳ ରାଇସ୍‌ ମିଲ୍‌ ଅଚାନକ ପରିଦର୍ଶନ କରିଥିଲେ। ସେଠାରେ ବିଭିନ୍ନ ଅନିୟମିତତା ଅଭିଯୋଗର ଯାଞ୍ଚ କରିଥିଲେ। ନିମ୍ନ ମାନର ଚାଉଳ ଯୋଗାଣକୁ ନେଇ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସଂପୃକ୍ତ ଅଧିକାରୀମାନଙ୍କୁ ମନ୍ତ୍ରୀ ଶ୍ରୀ ପାତ୍ର ନିର୍ଦ୍ଦେଶ ଦେଇଥିଲେ। ପରେ ମନ୍ତ୍ରୀ ଶ୍ରୀ ପାତ୍ର ସମୀକ୍ଷା ବୈଠକରେ ଯୋଗଦେଇ ଅଧିକାରୀ ମାନଙ୍କ ସହ ଜିଲ୍ଲା ସ୍ୱାର୍ଥ ଜଡିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ।

ଏହି ଗସ୍ତ ଅବସରରେ ଯୋଗାଣ ଅଧିକାରୀ, ମାର୍କେଟିଂ ଇନ୍ସପେକ୍ଟର ଓ ଅନ୍ୟାନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆଉ ଏକ ମାଇଲ ଖୁଣ୍ଟ ହାସଲ କଲା ପୂର୍ବତଟ ରେଳପଥ: ବୌଦ୍ଧକୁ ଗଡ଼ିଲା ପରୀକ୍ଷଣ ଟ୍ରେନ ଇଞ୍ଜିନ

ଭୁବନେଶ୍ଵର: ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ମୋଟ 301 କିଲୋମିଟର ମଧ୍ୟରୁ 183 କିଲୋମିଟର ରେଳ ଲାଇନ ବର୍ତ୍ତମାନ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇଛି। ପ୍ରକଳ୍ପର ଶୀଘ୍ର ସମାପ୍ତ ହେବା ସୁନିଶ୍ଚିତ କରିବାକୁ ରେଳବାଇ ଉଭୟ ପାର୍ଶ୍ୱରୁ ଅର୍ଥାତ୍ ଖୋର୍ଦ୍ଧା ରୋଡ୍ ଏବଂ ବଲାଙ୍ଗୀର ପାର୍ଶ୍ୱରୁ ଏହି ଲାଇନ ନିର୍ମାଣ କରୁଛି। ଅଦ୍ୟାବଧି ଖୋର୍ଦ୍ଧା ରୋଡରୁ ଦଶପଲ୍ଲା ପର୍ଯ୍ୟନ୍ତ 106 କିଲୋମିଟର ଏବଂ ବଲାଙ୍ଗୀରରୁ ଝରମୁଣ୍ଡା ପର୍ଯ୍ୟନ୍ତ 77 କିଲୋମିଟର ରେଳ ମାର୍ଗ କାର୍ଯ୍ୟକ୍ଷମ ହୋଇଛି। ଏହା ବ୍ୟତୀତ ଝରମୁଣ୍ଡା ଠାରୁ ବୌଦ୍ଧ ପର୍ଯ୍ୟନ୍ତ 16.27 କିଲୋମିଟର ଦୈର୍ଘ୍ୟ ରେଳ ମାର୍ଗର ନିର୍ମାଣ କାର୍ଯ୍ୟ ମଧ୍ୟ ସମାପ୍ତ ହୋଇଛି। ପ୍ରାୟ 27 କିଲୋମିଟର ଦୈର୍ଘ୍ୟ ରେଳ ମାର୍ଗ ବୌଦ୍ଧ ଠାରୁ ପୁରୁଣାକଟକ ପର୍ଯ୍ୟନ୍ତ ଏହି ରେଳ ସେକ୍ସନ ଆସନ୍ତା କିଛି ମାସ ମଧ୍ୟରେ ଶେଷ ହେବ ବୋଲି ଆଶା କରାଯାଉଛି।

ସୋନପୁର-ପୁରୁଣାପାଣି-ଝରମୁଣ୍ଡା ରେଳ ସେକ୍ସନରେ ଗୋଟିଏ ଅତି ଗୁରୁତ୍ୱପୂର୍ଣ୍ଣ ବ୍ରିଜ୍, 07 ଗୁରୁତ୍ୱପୂର୍ଣ୍ଣ ବ୍ରିଜ୍, 04 ରୋଡ୍ ଓଭର ବ୍ରିଜ୍ (ROBs), 22 ରୋଡ୍ ଅଣ୍ଡର ବ୍ରିଜ୍ (RUBs) / ସୀମିତ ଉଚ୍ଚତା ସବୱେ (LHS) ଏବଂ 65 ଟି ଛୋଟ ବ୍ରିଜ୍ ଅନ୍ତର୍ଭୁକ୍ତ। ଏହା ବ୍ୟତୀତ, ଝରମୁଣ୍ଡା-ବୌଦ୍ଧ ରେଳ ସେକ୍ସନ ମଧ୍ୟରେ 06 ଗୁରୁତ୍ୱପୂର୍ଣ୍ଣ ବ୍ରିଜ୍, 01 ରୋଡ୍ ଓଭର ବ୍ରିଜ୍, 12 ରୋଡ୍ ଅଣ୍ଡର ବ୍ରିଜ୍ (RUBs) / ସୀମିତ ଉଚ୍ଚତା ସବୱେ (LHS) ଏବଂ 37 ଟି ଛୋଟ ବ୍ରିଜ୍ ସହିତ 16.05 ଲକ୍ଷ କମ ମାଟି କାର୍ଯ୍ୟ ଅନ୍ତର୍ଭୁକ୍ତ। ଏହା ଦ୍ୱାରା ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ ବର୍ତ୍ତମାନ ରେଳ ନେଟୱର୍କ ମାଧ୍ୟମରେ ପଶ୍ଚିମ ଓଡିଶା ସହିତ ସଂଯୋଗ ହୋଇପାରିଛି।

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପକୁ ଧାର୍ଯ୍ୟ ସମୟସୀମା ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଗୁରୁତ୍ୱ ଦିଆଯାଉଛି। ଏହି ସାର୍ବଜନୀନ କେନ୍ଦ୍ର ପ୍ରକଳ୍ପ, ଦୂରବର୍ତ୍ତୀ ଉପାନ୍ତ ଅଞ୍ଚଳ ସହିତ ସଂଯୋଗ କରାଯାଇଛି ଏହାକୁ ରେଳ ମନ୍ତ୍ରଣାଳୟ ଦ୍ୱାରା ତୀକ୍ଷ୍ଣ ନଜର ରଖାଯାଇଛି। ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଏବଂ ପ୍ରକଳ୍ପର ଶୀଘ୍ର ସମାପ୍ତିକୁ ଲକ୍ଷ୍ୟ କରି ରେଳବାଇ ପାର୍ଶ୍ୱରୁ ଏହି ପ୍ରକଳ୍ପ ନିର୍ମାଣ କରୁଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ତାମିଲନାଡୁରେ ଦୁର୍ଘଟଣା ଯୋଗୁଁ ଓଡିଶା କନଷ୍ଟେବଳଙ୍କ ମୃତ୍ୟୁ: ଶୋକ ବ୍ୟକ୍ତ କଲେ ଆରକ୍ଷୀ ମହାନିର୍ଦ୍ଦେଶକ

କଟକ: ତାମିଲନାଡୁ ରାଜ୍ୟର ତ୍ରିଚୀ ଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା କନଷ୍ଟେବଳ ପ୍ରମୋଦ କୁମାର ମାଝୀ ( C/222)ଙ୍କ ଅକାଳ ବିୟୋଗ ଘଟିଛି। ତ୍ରିଚୀଠାରେ ନିଜର କର୍ତ୍ତବ୍ୟ ସମ୍ପାଦନ କରୁଥିବା ବେଳେ ଦୁର୍ଘଟଣାରେ ଶିକାର ହୋଇ ତାଙ୍କର ମୃତ୍ୟୁ ଘଟିଛି। ସେ 5ମ IRBN ବାଟାଲିୟନ, ବୌଦ୍ଧଠାରେ କାର୍ଯ୍ୟରତ ଥିଲେ। ତାଙ୍କର ନିଜ ଘର ନୂଆପଡା ଜିଲ୍ଲା ଧର୍ମବନ୍ଧା ଗାଁରେ। ସେ 2009 ମସିହାରେ ରାଜ୍ୟ ପୋଲିସ ବିଭାଗରେ ଯୋଗ ଦେଇଥିଲେ।

ଉଲ୍ଲେଖଯୋଗ୍ୟ ଯେ, ଆଗକୁ ତାମିଲନାଡୁରେ ସାଧାରଣ ନିର୍ବାଚନ ରହିଛି। ଏହାର ସୁପରିଚାଳନା ନିମନ୍ତେ ରାଜ୍ୟ ପୋଲିସର 30ଟି କମ୍ପାନୀ ତାମିଲନାଡୁ ଗସ୍ତରେ ଯାଇଛନ୍ତି। ଗତ 4 ତାରିଖରେ ଶ୍ରୀ ମାଝୀ ନିଜର କର୍ତ୍ତବ୍ୟ ସମ୍ପାଦନ କରୁଥିବା ବେଳେ ଏକ ଗାଡି ତାଙ୍କୁ ପଛ ପଟୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ସେଠାରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଗତ କାଲି ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା।

ତାଙ୍କର ମୃତ୍ୟୁ ଖବର ଶୁଣି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଗଣ ଶୋକ ବ୍ୟକ୍ତ କରିଛନ୍ତି। ଏହା ସହ ଶ୍ରୀ ମାଝୀଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

BREAKING: ଆଜି ରାଜ୍ୟରେ ଅନୁଭୂତ ହେଲା ଏ ବର୍ଷର ସର୍ବାଧିକ ତାପମାତ୍ରା, ଜାଣନ୍ତୁ କେଉଁ ସହର

ଭୁବନେଶ୍ବର: ଆଜି ଏ ବର୍ଷ ରାଜ୍ୟର ସର୍ବାଧିକ ତାପମାତ୍ରା ଅନୁଭୂତ ହୋଇଛି। ଚଳିତ ବର୍ଷର ସର୍ବାଧିକ ତାପମାତ୍ରା ୪୫ ଡ଼ିଗ୍ରୀ ସହ ଆଜି ବୌଦ୍ଧ ରାଜ୍ୟର ଉତ୍ତପ୍ତ ସହର ହୋଇଛି। ସେହିପରି ଆଜି ୮ ସହର ରେ ତାତି ୪୪ ଡ଼ିଗ୍ରୀରୁ ଅଧିକ ରେକର୍ଡ କରାଯାଇଛି। ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ରାଜ୍ୟର ୨୫ ସହରରେ ତାତି ୪୦ ଡ଼ିଗ୍ରୀ କିମ୍ବା ଅଧିକ ଉପରେ ରେକର୍ଡ ହୋଇଛି

ସେହିପରି ୧୩ ସହର ରେ ତାତି ୪୩ ଡ଼ିଗ୍ରୀ ଉପରେ ତାପମାତ୍ରା ରହିଛି। ପାଣିପାଗ ବିଭାଗ ଅନୁସାରେ ରାଜ୍ୟରେ ଆହୁରି ୩ ଦିନ ଗ୍ରୀଷ୍ମ ପ୍ରବାହ ଲାଗି ରହିବ।

Categories
ଆଜିର ଖବର ରାଜ୍ୟ ଖବର

ସାବଧାନ: ଆଜିଠାରୁ ରାଜ୍ୟରେ ବଢିବ ତାତି, ୩ ରୁ ୫ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା

ଭୁବନେଶ୍ବର: ଆଜି ରାଜ୍ୟରେ ତାପମାତ୍ରା ଆହୁରି ଅଧିକ ହେବ। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। କୁହାଯାଇଛି ଯେ, ଆଜି ଓଡ଼ିଶାର ଅନେକ ସ୍ଥାନରେ ୩ ରୁ ୫ ଡ଼ିଗ୍ରୀ ଯାଏଁ ଦିନ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି। ଫଳରେ କେତେକ ସ୍ଥାନରେ ତାପମାତ୍ରା ୪୪ ଡିଗ୍ରୀ ପାଖାପାଖି ହେବ ବୋଲି ଅନୁମାନ କରାଯାଇଛି।

ଗତକାଲି ବୌଦ୍ଧ ଏବଂ ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପାମାତ୍ରା ଅନୁଭୂତ ହୋଇଥିଲା। ଏହି ଦୁଇ ସହରର ଦିନ ତାପମାତ୍ରା ୪୧ ଡ଼ିଗ୍ରୀ ରହିଥିଲା। ସେହିପରି ଭୁବନେଶ୍ବରରେ ସର୍ବାଧିକ ତାତି ୪୦.୮ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଏହା ହେଉଛି ଚଳିତ ବର୍ଷର ସର୍ବାଧିକ ତାପମାତ୍ରା।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲି ମଧ୍ୟ ଜାରି ରହିବ ଶୀତର ପ୍ରକୋପ, ସାତୋଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତାକାଲି ମଧ୍ୟ ରାଜ୍ୟରେ ଶୀତର ପ୍ରକୋପ ଜାରୀ ରହିବ। ତେବେ ସାରା ଓଡିଶାର ନ ହୋଇ କେତେକ ଜିଲ୍ଲାରେ ଏହା ଅନୁଭୂତ ହେବ। ଏ ନେଇ ପାଣିପାଗ ବିଭାଗ ସତର୍କ କରାଇଛି। ତେବେ ସାତୋଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ଝାରସୁଗୁଡା, ସୁନ୍ଦରଗଡ, ବୌଦ୍ଧ, ସୋନପୁର, ବଲାଙ୍ଗିର ଏବଂ ନୂଆପଡା ଜିଲ୍ଲା।

ଗତି 4ଦିନ ଧରି ଓଡିଶାରେ ପ୍ରବଳ ଶୀତ ଅନୁଭୂତ ହେବାରେ ଲାଗିଛି। ଫଳରେ ସଂଧ୍ୟାରୁ ରାସ୍ତାଘାଟ ସବୁ ଶୂନଶାନ ହୋଇପଡୁଛି। କେତେକ ସ୍ଥାନରେ ତୁଷାରପାତ ହେବାର ଜଣାପଡିଛି। ଫୁଲବାଣୀରେ ସବୁଠାରୁ ବେଶୀ ଶୀତ ଅନୁଭୂତ ହୋଇଛି। ତେବେ ଶୁକ୍ରବାର ପରେ ଶୀତର ପ୍ରକୋପ ହ୍ରାସ ପାଇବାର ସମ୍ଭାବନା ରହିଛି।

Categories
ବିଶେଷ ଖବର ରାଜ୍ୟ ଖବର

ସୋନପୁରରେ ୩୦୦ କୋଟି ଓ ବୌଦ୍ଧରେ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ସୋନପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ସୋନପୁର ପାଇଁ ମୁଖ୍ୟମନ୍ତ୍ରୀ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସୋନପୁରକୁ ମନ୍ଦିର ନଗରୀ ଭାବେ ବର୍ଣ୍ଣନା କରି ଏହାର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରିଥିଲେ। ସୋନପୁରର ବୁଣାକାରମାନେ ନିଜ ଦକ୍ଷତା ଦ୍ବାରା ଓଡିଶାର ଗୌରବକୁ ଦେଶ ବିଦେଶରେ ପହଞ୍ଚାଇଛନ୍ତି ବୋଲି ସେ କହିଥିଲେ।

ଜିଲ୍ଲାର ବିକାଶ ପାଇଁ ସେ ସମର୍ପିତ ବୋଲି ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ କହିଲେ ଯେ, ସୋନପୁରରେ MSME ପାର୍କ ପ୍ରତିଷ୍ଠା ଜରିଆରେ ଶିଳ୍ପ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ସେ କହିଥିଲେ। ତା ସହିତ ଜଳସେଚନ ଓ ସ୍ବାସ୍ଥ୍ୟ ସୁବିଧାର ବିକାଶ ପାଇଁ ପଦକ୍ଷେପ ନିଆଯାଉଛି। ଜିଲ୍ଲା ମୁଖ୍ୟାଳୟରେ ଏକ ହସ୍‌ପିଟାଲ ପ୍ରତିଷ୍ଠା କରାଯାଉଛି। ଏହାଦ୍ବାରା ସ୍ବାସ୍ଥ୍ୟ ସେବାରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିଭଳି ବୌଦ୍ଧ ଜିଲ୍ଲା ପାଇଁ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ବୌଦ୍ଧ ଜିଲ୍ଲାର ପ୍ରାକୃତିକ ପରିବେଶର ବହୁତ ପ୍ରଶଂସା କରିଥିଲେ। ବୌଦ୍ଧରେ ପର୍ଯ୍ୟଟନର ବିକାଶ ପାଇଁ ଥିବା ବିପୁଳ ସୁଯୋଗକୁ ଉପଯୋଗ କରାଯିବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦ କୋଟି ଟଙ୍କାରେ ନନ୍ଦନ ବନ ସଫାରୀ କରାଯିବ, ଯାହାଦ୍ବାରା ଇକୋ-ଟୁରିଜିମ୍‌ର ବିକାଶ ସହିତ ଜିଲ୍ଲାର ୪୦୦ ପରିବାରକୁ ରୋଜଗାର ମିଳିବ। ସେହିପରି ୪ କୋଟି ଟଙ୍କାରେ ୩୭ଟି ପର୍ଯ୍ୟଟନ ସ୍ଥଳୀର ବିକାଶ କରାଯିବ ବୋଲି ସେ କହିଥିଲେ।

ଦୁଗ୍‌ଧ ଉତ୍ପାଦନରେ ବୌଦ୍ଧ ଜିଲ୍ଲାର ସଫଳତାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଏକ ବର୍ଷରେ ୨୦ ହଜାର ଲିଟର କ୍ଷମତା ବିଶିଷ୍ଟ ଏକ ଦୁଗ୍‌ଧ ଶୀତଳୀକରଣ ପ୍ଲାଣ୍ଟ ନିର୍ମାଣ କରାଯିବ। ଏହାଦ୍ବାରା ୧୦ ହଜାର ଚାଷୀ ଏଥିରେ ରୋଜଗାର ପାଇପାରିବେ ବୋଲି ସେ କହିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋବ ସାଗରରେ ଘୂର୍ଣ୍ଣିବଳୟ ହେଲା ସକ୍ରିୟ, ଆଜି ରାଜ୍ୟର ୧୫ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣ ବଳୟ ସକ୍ରିୟ ହେବାରେ ଲାଗିଛି। ଫଳରେ ଏହାର ପ୍ରଭାବରେ ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼ ଓ କେନ୍ଦୁଝର।

ଫଟୋ- ଆଜି ସକାଳେ ଉପଗ୍ରହରୁ ମିଳିଥିବା ଚିତ୍ର

Categories
ଆଜିର ଖବର ରାଜ୍ୟ ଖବର

ଆଜି 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 900 ଟପିଲା

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କେନ୍ଦ୍ରାପଡା ଜିଲ୍ଲାରୁ 2 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ବୌଦ୍ଧ, ଜଗତସିଂହପୁର ଓ ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ମାଲକାନଗିରି, କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 907କୁ ବୃଦ୍ଧି ହୋଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ଆଜି ତିନିଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ 2 ଜଣ ଭୁବନେଶ୍ବରରେ ରହିଥିବାବେଳେ ଜଣେ  47 ବର୍ଷୀୟା ମହିଳା ଥିବାବେଳେ 63 ବର୍ଷୀୟ ପୁରୁଷ ରହିଛନ୍ତି । ସେହିପରି ଅନ୍ୟ ମୃତକଙ୍କ ମଧ୍ୟରେ 74 ବର୍ଷୀୟ ପୁରୁଷ ଆକ୍ରାନ୍ତ ରହିଛନ୍ତି ।

କଟକରୁ ତିନି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ  ମୃତକଙ୍କ ମଧ୍ୟରେ ଜଣେ 60 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଦୁଇ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 60ଓ 70 ବର୍ଷ ବୋଲି ସୂଚନା ରହିଛି ।

ସେହିପରି କେନ୍ଦ୍ରାପଡା ଜିଲ୍ଲାର ଜଣେ 48 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 85 ବର୍ଷୀୟ ବୃଦ୍ଧ ବୋଲି ସୂଚନା ରହିଛି ।

ସେହିପରି ବୌଦ୍ଧରୁ 71 ବର୍ଷୀୟ ଆକ୍ରାନ୍ତଙ୍କର ରହିଥିବାବେଳେ ଢେଙ୍କାନାଳରୁ 70 ବର୍ଷୀୟ ଆକ୍ରାନ୍ତ ଓ ସମ୍ବଲପୁରରୁ 73 ବର୍ଷୀୟ ମିହଳା ଆକ୍ରାନ୍ତ ରହିଛନ୍ତି । ଜଗତସିଂହପୁରୁର 48 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । କୋରାପୁଟରୁ 55 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ କେଉଁଝରରୁ 65 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ରୁ ହୋଇଛି । ସେହିପରି ମାଲକାନଗିରିରୁ 65 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

 

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରାଜ୍ୟରେ ପୁଣି 23 କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ପୁଣି 23 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ  ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।  ବାଲେଶ୍ବରରୁ ସର୍ବାଧିକ 15ଜଣ ଚିହ୍ନଟ ହୋଇଥିବାବେଳେ  ଗଞ୍ଜାମ ଓ ଯାଜପୁରରୁ ତିନିଜଣ ଲେଖାଏଁ ପୁରୀ ଓ ବୌଦ୍ଧରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାର ସୂଚନା ମିଳିଛି । ଏବେ  ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 437କୁ ବୃଦ୍ଧି ହୋଇଛି ।

ଗତକାଲି37 ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଆଜି ସକାଳୁ 23 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ସର୍ବାଧିକ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାରୁ ହିଁ ଚିହ୍ନଟ ହୋଇଛନ୍ତି ।  ଗଞ୍ଜାମରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା 157ରେ ପହଞ୍ଚିଥିବାବେଳେ ବାଲେଶ୍ବରରେ ଏହା 57କୁ ବୃଦ୍ଧି ହୋଇଛି । ସେହିପରି ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା 64ରେ ପହଞ୍ଚିଛି । ପୁରୀ ଓ ବୌଦ୍ଧରେ ଯଥାକ୍ରମେ ଆକ୍ରାନ୍ତଙ୍କ ସଂଖ୍ୟା 4 ଓ 5କୁ ବୃଦ୍ଧି ହୋଇଛି ।

 

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ କୋଡିଏ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ଓଡ଼ିଶାରୁ ଚିହ୍ନଟ ହେଲେ ଆଉ 20 ଜଣ ପଜିଟିଭ୍‌  । ଏହି ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ 17, ସୁନ୍ଦରଗଡରୁ ଦୁଇ, ବୌଦ୍ଧରୁ ଜଣେ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି । ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 400 ଟପିଛି ।  ଆଜି ଗୋଟିଏ ଦିନରେ 37 ଜଣ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖା 414ରେ ପହଞ୍ଚିଛି ।

ସେହିପରି ଗଞ୍ଜାମରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 154ରେ ପହଞ୍ଚିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 16କୁ ବୃଦ୍ଧି ହୋଇଥିବାବେଳେ  ବୌଦ୍ଧରେ ଆକ୍ରାନ୍ତଙ୍କ ସଂଖ୍ୟା 4କୁ ବୃଦ୍ଧି ହୋଇଛି । ସେହିପରି ରାଜ୍ୟରେ ଆଜି 17 ଜଣ ସୁସ୍ଥ ହୋଇଥିବାବେଳେ ରାଜ୍ୟରେ ସର୍ବମୋଟ୍‌ 85 ଜଣ ସୁସ୍ଥ ହୋଇଛନ୍ତି । ସୁନ୍ଦରଗଡରୁ ଆଜି 7ଜଣ ସୁସ୍ଥ ହୋଇଥିବା ବେଳେ ଦୁଇ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ଜିଲ୍ଲାରେ ସକ୍ରିୟ ରୋଗୀଙ୍କ ସଂଖ୍ୟା 6 ରହିଛି । ଏବେ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 326 ରହିଥିବାବେଳେ ମୃତ୍ୟ ସଂଖ୍ୟା 3 ରହିଛି ।

Categories
ଆଜିର ଖବର ରାଜ୍ୟ ଖବର

ଦୁଇ ଦଫା ଦାବିରେ 12ଘଣ୍ଟିଆ ବୌଦ୍ଧ ଜିଲ୍ଲା ବନ୍ଦ

ସମୀକ୍ଷା ବ୍ୟୁରୋ

ବୌଦ୍ଧ : ଦୁଇ ଦଫା ଦାବି ନେଇ ଆଜି 12 ଘଣ୍ଟିଆ ବୌଦ୍ଧ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ଖୋର୍ଦ୍ଧା – ବଲାଙ୍ଗିର ରେଳ ପ୍ରକଳ୍ପ କ୍ଷତିଗ୍ରସ୍ତ ପୂଜା ସଂଗ୍ରାମ ସମିତି ଏହି ବନ୍ଦ ଡାକରା ଦେଇଛି । କ୍ଷତିଗ୍ରସ୍ତ ଜମି ମାଲିକଙ୍କୁ ଉଚିତ ଦର, କ୍ୟାମ୍ପ୍‌ କୋର୍ଟ ଖୋଲିବା ଦାବିରେ ଏହି ବନ୍ଦ ପାଳନ କରାଯାଉଛି । ସମିତି ସଦସ୍ୟମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରୁଥିବାବେଳେ ଗାଡି ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି ।