Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ: ୭୫ ଜଣ ସୁସ୍ଥ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ୫୭ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୧ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୬ ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି ୭୫ ଜଣ ସୁସ୍ଥ ହୋଇଛନ୍ତି। ନୂତନ ୫୭ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ୧୨୭ ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ୨୯ ହଜାର ୨୨୦ ଜଣ ସୁସ୍ଥ ହୋଇଥିବାବେଳେ ୧୯୬ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବର ମହାନଗରରେ ଏବେବି ୬୯୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବରରେ ଉଦ୍‌ଘାଟିତ ହେଲା ସର୍ଜିକାଲ୍‌ ମାସ୍କ ତିଆରି କାରଖାନା

ଭୁବନେଶ୍ବର: ପ୍ରଥମ ଥର ପାଇଁ ଓଡ଼ିଶାର ରାଜଧାନୀ ଭୁବନେଶ୍ବର ଠାରେ ସର୍ଜିକାଲ୍‌ ମାସ୍କ ତିଆରି କରାଖାନାର ଉଦ୍‌ଘାଟନ ହୋଇଛି। ଭୁବନେଶ୍ୱର ସ୍ଥିତ ଚନ୍ଦକା ଶିଳ୍ପାଞ୍ଚଳରେ କରୋନା ମୁକାବଲା ଓ ବାୟୁ ପ୍ରଦ୍ୟୁଷଣକୁ ଆଖି ଆଗରେ ରଖି ଏନ-୯୫ , କେ ଏନ ୯୫ ଓ ସର୍ଜିକାଲ ମାସ୍କ ତିଆରି କରିବା କାରଖାନା ଉଦ୍‌ଘାଟିତ ହୋଇଛି। ଆଜି ଦିବା ୧୦ ଘଟିକାବେଳେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ଦ୍ଵାରା ଏହି କାରଖାନା ଉଦ୍ଘାଟିତ ହୋଇଛି।

ଏହି ଉଦ୍‌ଘାଟନୀ ଉତ୍ସବରେ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ, ଡ.ନିତ୍ୟାନନ୍ଦ ପଟ୍ଟନାୟକ, ଶିକ୍ଷାବିତ୍‌ ଇଂ. ପ୍ରଭାତ ରଞ୍ଜନ ମଲ୍ଲିକ ଓ ବିଶିଷ୍ଟ ଶିଳ୍ପପତି ଜୀବନ କୁମାର ବଡୁ ଉପସ୍ଥିତ ରହିଥିଲେ। ସର୍ଜିକାଲ୍‌ ମାସ୍କ କାରଖାନା ଲାଗି କମ୍ପାନୀ ଟୁପିୟୁ ସର୍ଜିକାଲ୍‌ ପ୍ରାଇଭେଟ୍‌ ଲିମିଟେଡକୁ ଶୁଭେଚ୍ଛା ଜଣାଇଥିଲେ ଅତିଥିବୃନ୍ଦ।

ଏହି ସମାରୋହରେ କମ୍ପାନୀର ନିର୍ଦ୍ଦେଶକ ତପନ କୁମାର ବଳିଆରସିଂ ଅଭିଭାଷଣ ପ୍ରଦାନ କରିଥିଲେ। ସୁଖ ଓ ସୁସ୍ଥ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବା ନିମନ୍ତେ ସେ ବାର୍ତ୍ତା ଦେଇଥିବା ବେଳେ ଅନ୍ୟତମ ନିର୍ଦେଶକ ସତ୍ୟସ୍ୱରୂପ ଦାସ କର୍ମ ହିଁ ଭଗବାନ ଓ ସମସ୍ତେ କର୍ମ ଯୋଗୀ ହେଵା ନେଇ ମତ ରଖିଥିଲେ। କମ୍ପାନୀର ଅନ୍ୟତମ ନିର୍ଦ୍ଦେଶକ ଚିନ୍ମୟ ଦାସଙ୍କ ଅନୁପସ୍ଥିତି ହେତୁ ତାଙ୍କୁ ସାମଗ୍ରିକ ଭାବେ ବଧେଇ ଜଣେଇଥିଲେ। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ କମ୍ପାନୀର ନିର୍ଦ୍ଦେଶକ ସତ୍ୟସ୍ବରୂପ ଦାସ ଯୋଗ ଦେଇଥିବାବେଳେ ସାଧାରଣ ପ୍ରବନ୍ଧକ ବିଶ୍ବମ୍ବର ନାଥ ଏହି ସଭାକୁ ପରିଚାଳନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବର ପାଇଁ ସ୍ବତନ୍ତ୍ର ଗାଇଡଲାଇନ୍‌ ଜାରି କଲା ବିଏମ୍‌ସି

ଭୁବନେଶ୍ୱର: ଶୀତ ଆସୁଛି । ବିବାହ ତିଥି ବି ଅଛି । ଏହି ସମୟରେ ବିବାହ ଉତ୍ସବ ପାଇଁ ସହରରେ ଭିଡ଼ ଜମିବ । ସମ୍ଭାବ୍ୟ ଦ୍ବିତୀୟ ପର୍ୟ୍ୟାୟ ସଂକ୍ରମଣ ଆଶଙ୍କା ନେଇ ବିଏମସି ଗାଇଡ ଲାଇନ ଜାରି କରିଛି । ବିବାହ, ଶୁଦ୍ଧି କ୍ରିୟା ଓ ଶବ ସଂସ୍କାର ପାଇଁ ବିଏମସି ଜାରି କଲା ସ୍ୱତନ୍ତ୍ର ଗାଇଡ ଲାଇନ  । ରାଜଧାନୀରେ ବିବାହ ଓ ଅନ୍ୟ ସାମାଜିକ କାର୍ଯ୍ୟକ୍ରମରେ 100 ଜଣରୁ ଅଧିକ ଲୋକ ଏକାଠି ହୋଇପାରିବେନି । ଗତ 6 ତାରିଖରେ ସ୍ୱତନ୍ତ୍ର ରିଲିଫ କମିଶନର ବିବାହରେ 200 ଲୋକ ଏକାଠି ହେବାକୁ ଅନୁମତି ଦେଇଥିଲେ । କିନ୍ତୁ ରାଜଧାନୀରେ ସର୍ବାଧିକ 100 ଲୋକ ଏକାଠି ହୋଇପାରିବେ ବୋଲି ବିଏମ୍‌ସି ତା’ର ନୂତନ ଗାଇଡଲାଇନ୍‌ରେ ସୂଚନା ଦେଇଛି । ବିବାହ ଆୟୋଜନ ସହ କଲ୍ୟାଣ ମଣ୍ଡପ, କନଭେନସନ ହଲ ଓ ମ୍ୟାରେଜ ହଲ ପାଇଁ ବିଏମସି ବିସ୍ତୃତ ଗାଇଡଲାଇନ ଆଣିଛି ।

ବିବାହ ମଣ୍ଡପରେ କାର୍ଯ୍ୟକ୍ରମ ଆୟୋଜନ ପାଇଁ ସ୍ଥାନୀୟ ପୁଲିସ ଥାନା ଓ ବିଏମସିରୁ ଅନୁମତି ନେବାକୁ ପଡ଼ିବ । ସମସ୍ତ ବିବାହ ଶୋଭାଯାତ୍ରାକୁ ନିଷିଦ୍ଧ ଘୋଷଣା କରାଯାଇଛି । ଫ୍ଲୁ ଲକ୍ଷଣ ଥିବା ଲୋକଙ୍କୁ ବିବାହ ହଲକୁ ପ୍ରବେଶ କରାଯିବନି । ସେହିପରି ଶୁଦ୍ଧି କ୍ରିୟାରେ 50 ଜଣଙ୍କୁ ଅନୁମତି ଦେଇଛି ବିଏମସି। ସେହିପରି ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ 10 ବର୍ଷରୁ କମ ଶିଶୁଙ୍କ ସମେତ ଗୁରୁତର ରୋଗରେ ଆକ୍ରାନ୍ତ ରୋଗୀ ଏହି କାର୍ଯ୍ୟକ୍ରମକୁ ଆସିବେନି । କାର୍ଯ୍ୟକ୍ରମ ଆୟୋଜନର ପ୍ରବେଶ ପଥରେ ସମସ୍ତ ଆଗନ୍ତୁକଙ୍କ ଥର୍ମାଲ  ସ୍କି୍ରନିଂ ବ୍ୟବସ୍ଥା ରଖାଯିବ । ଉତ୍ସବରେ ସମସ୍ତଙ୍କ ଭିତରେ 6ଫୁଟ ବ୍ୟବଧାନ ରହିବ । ଖାଇବା ସମୟରେ ଛାଡ଼ି ବାକି ସମୟରେ ସମସ୍ତ ବାଧ୍ୟତାମୂଳକ ଭାବେ ମାସ୍କ ପିନ୍ଧିବେ । ଏହା ପରିସରରେ ପାନ, ଗୁଟଖାକୁ ବାରଣ କରାଯାଇଛି । ହାତ ସଫା ପାଇଁ ବ୍ୟବସ୍ଥା ସହ ହ୍ୟାଣ୍ଡ ସାନିଟାଇଜର ରହିବ । ଆସନ୍ତା 25 ତାରିଖରୁ ଏହି ସମସ୍ତ କଟକଣା ଲାଗୁ ହେବ ବୋଲି ସୂଚନା ରହିଛି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 74 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 214

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 74 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 88 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 16 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 58 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି 214 ଜଣ ସୁସ୍ଥ ହୋଇଛନ୍ତି । ନୂତନ 74 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 29 ହଜାର 310ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 27 ହଜାର 958ଜଣ ସୁସ୍ଥ ହୋଇଥିବାବେଳେ 168ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 1 ହଜାର 163ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୮୭ ଜଣ ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୨୩୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ୮୭ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୯ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୮ ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି ୨୩୭ ଜଣ ସୁସ୍ଥ ହୋଇଛନ୍ତି। ନୂତନ ୮୭ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯ ହଜାର ୭୨ ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ୨୭ ହଜାର ୩୧୭ ଜଣ ସୁସ୍ଥ ହୋଇଥିବାବେଳେ ୧୬୪ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବର ମହାନଗରରେ ଏବେବି ୧ ହଜାର ୫୭୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 88 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 230

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 88 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 88 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 17 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 71 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି 230 ଜଣ ସୁସ୍ଥ ହୋଇଛନ୍ତି । ନୂତନ 88 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 28 ହଜାର 782ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 26 ହଜାର 607ଜଣ ସୁସ୍ଥ ହୋଇଥିବାବେଳେ 158ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 1 ହଜାର 996ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀରୁ 229 କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 308

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି 229 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ନୂତନ 229 ଆକ୍ରାନ୍ତଙ୍କ ମଧ୍ୟରୁ 47 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ 182ଜଣ ରହିଛନ୍ତି ବୋଲି ବିଏମସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

ସେହିପରି ଆଜି ରାଜଧାନୀରୁ 308 ଜଣ ସୁସ୍ଥ ହୋଇଛନ୍ତି । ନୂତନ ଚିହ୍ନଟ 229 କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିଙ୍କ ସଂଖ୍ୟା 27 ହଜାର 670ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 24 ହଜାର 758ଜଣ । ସେହିପରି 142ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 2ହଜାର749ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1152କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  କଟକ ଓ ଭୁବନେଶ୍ବରରୁ ସର୍ବାଧିକ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ସୁବର୍ଣ୍ଣପୁର, ବଲାଙ୍ଗିର, ଝାରସୁଗୁଡା, ଜିଲ୍ଲାରୁ 2 ଜଣ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।  ବୌଦ୍ଧ, ବରଗଡ, ମୟୂରଭଞ୍ଜ, ଜଗତସିଂହପୁର ନୂଆପଡା ଆଦି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1152କୁ ବୃଦ୍ଧି ହୋଇଛି ।

ଭୁବନେଶ୍ବରର ତିନି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ, 54,75 ଓ 65 । କଟକର ତିନି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 60 41, 47 ବର୍ଷ ବୋଲି ସୂଚନା ରହିଛି ।

ସେହିପରି ସୁବର୍ଣ୍ଣପୁରରୁ  ଜଣେ 64 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଆନ୍ୟ ଜଣେ 71 ବର୍ଷୀୟ ପୁରୁଷଆକ୍ରାନ୍ତ ରହିଛନ୍ତି । ଝାରସୁଗୁଡାରୁ 54 ବର୍ଷ ଓ 52 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗିରରୁ 70 ବର୍ଷ ଓ 55 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।  ସେହିପରି ବୌଦ୍ଧରୁ 40 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବଳେ ବରଗଡରୁ 52 ବର୍ଷୀୟ ପୁରୁଷ, ମୟୂରଭଞ୍ଜରୁ 45 ବର୍ଷ ପୁରୁଷ, ନୂଆପଡାରୁ 82 ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି ।  ଜଗତସିଂହପୁରରୁ ଜଣେ 82 ବର୍ଷୀୟ ବୃଦ୍ଧ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 974କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 4 ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ମୟୂରଭଞ୍ଜ ଓ ନୟାଗଡ ଓ କଳାହାଣ୍ଡି ଜିଲ୍ଲାରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଝାରସୁଗୁଡା ଓ ସୁନ୍ଦରଗଡରୁ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 974କୁ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ବରରୁ ଆଜି ସର୍ବାଧିକ ଚାରିଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ 68 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ତିନିଜଣ ପୁରୁଷ ସେମାନଙ୍କ ବୟସ ଯଥାକ୍ରମେ, 50, 72, 39 । ସେହିପରି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ମୃତକ ଭୁବନେଶ୍ବରର ବୋଲି ସୂଚନା ରହିଛି । ଭୁବନେଶ୍ବରରୁ ଚାରି ମୃତକଙ୍କ ବୟସ ଯଥାକ୍ରମେ, 39, 61, 88, 71, ସେହିପରି କଳହାଣ୍ଡିର ଦୁଇ ମୃତକଙ୍କ ମଧ୍ୟରେ ଜଣେ 52 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 30 ବର୍ଷୀୟା ମହିଳା । ମୟୂରଭଞ୍ଜର ଦୁଇ ମୃତକଙ୍କ ମଧ୍ୟରେ92 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 57 ବର୍ଷୀୟ ବ୍ୟକ୍ତି ରହିଛନ୍ତି । ନୟାଗଡରୁ ଜଣେ 55 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 70 ବର୍ଷୀୟ ପୁରୁଷ ରହିଛନ୍ତି। ଝାରସୁଗୁଡାରୁ 60 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ସୁନ୍ଦରଗଡରୁ 54 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 924କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ ଓ କଟକ ଜିଲ୍ଲାରୁ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବର, ବୌଦ୍ଧ ଓ ଖୋର୍ଦ୍ଧାରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 924କୁ ବୃଦ୍ଧି ହୋଇଛି ।

କଟକ ଜିଲ୍ଲାର 60 ଓ 38 ବର୍ଷୀୟ ମହିଳା ଓ 85 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀର ତିନି ମୃତକଙ୍କ  ବୟସ ଯଥାକ୍ରମେ 75, 62 ଓ 40 ବର୍ଷୀୟ ପୁରୁଷ ରହିଛନ୍ତି । ବାଲେଶ୍ବରର ଦୁଇ ମୃତକ ହେଲେ 58 ଓ 25 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବୌଦ୍ଧର 64 ଓ 44 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାର ଦୁଇ ମୃତକ ଭୁବନେଶ୍ବରର ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 78 ଓ 60 ବର୍ଷୀୟ ପୁରୁଷ । ଅନୁଗୁଳରୁ 40 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ନବରଙ୍ଗପୁର ଓ କେନ୍ଦୁଝରର 45 ବର୍ଷୀୟ ପୁରୁଷ, ରାୟଗଡାରୁ 45 ବର୍ଷୀୟ ମହିଳା , ସୁନ୍ଦରଗଡର 67 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ତିରିଶ ଲକ୍ଷର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ବର : ନିଶା କାରବାରରେ କେନ୍ଦ୍ରବିନ୍ଦୁ ପାଲଟିଛି ରାଜଧାନୀ ଭୁବନେଶ୍ବର । ଭୁବନେଶ୍ବର ଉପକଣ୍ଠ ପାହାଳରୁ 30 ଲକ୍ଷର ବ୍ରାଉନ୍‌ସୁଗାର ଜବତ ହୋଇଛି । ଏହି ଜବତ ହୋଇଥିବା ବ୍ରାଉନ୍‌ସୁଗାରର ଆନୁମାନିକ ମୂଲ୍ୟ 30 ଲକ୍ଷ ହେବ ବୋଲି  ସୂଚନା ରହିଛି । ଜଳେଶ୍ବର ଓ ଭୁବନେଶ୍ବର ବେପାରୀଙ୍କୁ ପିଛା କରି କ୍ବାଟ୍‌ ଧରିବାରେ ସଫଳ ହୋଇଛି । ସେହିପରି ଆଜି ରାଜଧାନୀ ଭୁବନେଶ୍ବର ଉପକଣ୍ଠରୁ 700 କେଜି ଗଞ୍ଜେଇ ଜବତ କରିଛି ଏନ୍‌ସିବି ।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବର ଉପକଣ୍ଠରୁ ଅଧ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର:  ଆଜି ଭୁବନେଶ୍ୱର ଉପକଣ୍ଠରୁ ସାତଶହ କେ.ଜି ଗଞ୍ଜେଇ ଜବତ ହୋଇଛି । ଆଜି ଭୋର୍‌ ସମୟରେ ଭୁବନେଶ୍ୱର – ଖୋର୍ଦ୍ଧା ରୋଡ଼ ଗୋଡିପଦା ଟୋଲଗେଟ୍ ନିକଟରୁ ଏହାକୁ ଜବତ କରାଯାଇଛି । ଟ୍ରକ୍ ଦ୍ୱାରା ନଡ଼ିଆ କତା ଭିତରେ ଲୁଚାଇ ଚାଲାଣ ହେଉଥିଲା ଅଧ କୋଟି ଟଙ୍କାର ଗଞ୍ଜେଇ । ଆନ୍ଧ୍ରରୁ ଭାୟା ଭୁବନେଶ୍ବର ଦେଇ ବାଲେଶ୍ବର ଯିବାବେଳେ ଧରାପଡିଛି ଏହି ଟ୍ରକ୍‌ଟି । ଏହି ମାମଲାରେ ଜଣକୁ ଗିରଫ କରି ଟ୍ରକ୍‌ ଜବତ କରିଛି ଏନସିବି । ଜବତ ଗଞ୍ଜେଇର ମୂଲ୍ୟ ପାଖାପାଖି 50 ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବରରେ ଆଉ 340 ଆକ୍ରାନ୍ତ ଚିହ୍ନଟ, 337 ସୁସ୍ଥ

ଭୁବନେଶ୍ବର : ଭୁବନେଶ୍ବର ମହାନଗରରୁ ଆଜି ଆଉ 340 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଆଜି ଚିହ୍ନଟ ହୋଇଥିବା ମୋଟ୍‌ 340 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ରୁ 84ଜଣ ରହିଥିବାବେଳେ 256ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ଚିହ୍ନଟ ହୋଇଥିବାର ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

Image

ଶହୀଦ୍‌ ନଗର, ନୟାପଲ୍ଲୀ, ଶୈଳଶ୍ରୀବିହାର, ୟୁନିଟ୍‌-9ରୁ 10 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ପଟିଆରୁ 13 ଜଣ, ରସୁଲଗଡରୁ 5 ଜଣ, ମଞ୍ଚେଶ୍ବରରୁ 7ଜଣ, ଚନ୍ଦ୍ରଶେଖରପୁରରୁ 13 ଜଣ, ଆଇଆରସି ଭିଲେଜରୁ 12ଜଣ ଚିହ୍ନଟ ହୋଇଛନ୍ତି ।

Image

ସେହିପରି ଆଜି ରାଜଧାନୀ ଭୁବନେଶ୍ବରରୁ 337ଜଣ ସୁସ୍ଥ ହୋଇଛନ୍ତି । ନୂତନ 340 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 22 ହଜାର 235ରେ ପହଞ୍ଚିଥିବାବେଳେ ସୁସ୍ଥଙ୍କ ସଂଖ୍ୟା 18 ହଜାର 585ରେ ପହଞ୍ଚିଛି । ସେହିପରି 96 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 3 ହଜାର 536ଜଣ ।

Categories
ଫଟୋ ଖବର

ଭୁବନେଶ୍ବରର ଏକ୍ରାମ କାନନ କୁ ନବକଳେବର କରିବା ପରେ ଏବେ ଏହା ବେଶ୍ ଆକର୍ଷିତ ହୋଇଛି

ଭୁବନେଶ୍ବର, ବିଭିନ୍ନ ସମୟରେ ଜଙ୍ଗଲ ବିଭାଗ ତରଫରୁ ଏକ୍ରାମ କାନନକୁ ସୌନ୍ଦର୍ଯ୍ୟ କରଣ କରିବା ପାଇଁ ଚେଷ୍ଠା କରାଯାଇଛି। ସେହି ପରିପ୍ରେକ୍ଷୀରେ ବର୍ତ୍ତମାନ କମ ଶେଷ ହେବା ପରେ ଏହା ହେଉଛି ଏକ୍ରାମ କାନନର ଦୃଶ୍ୟ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଦିନକରେ ୪୭ ହଜାର ୬୩୪ କରୋନା ପରୀକ୍ଷା

ଭୁବନେଶ୍ବର: ରାଜ୍ୟରେ ଦିନକରେ ୪୭ ହଜାର ୬୩୪ କରୋନା ପରୀକ୍ଷା କରାଯାଇଛି। ୪୭ ହଜାର ୬୩୪ଟି ପରୀକ୍ଷା ମଧ୍ୟରୁ ୬ ହଜାର ୬୪୮ ଟି ଆରଟିପିସିଆର ପରୀକ୍ଷା, ୪୦ ହଜାର ୯୪୫ ଟି ଆଣ୍ଟିଜେନ ପରୀକ୍ଷା ଏବଂ ୪୧ ଟି ଟ୍ରୁନଟ ପରୀକ୍ଷା ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 783କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବରରୁ ସର୍ବାଧିକ 4 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ କୋରାପୁଟ ଓ ପୁରୀରୁ 3 ଜଣ ଲେଖାଏଁଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ବର, ବଲାଙ୍ଗିର, କଟକ, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 783କୁ ବୃଦ୍ଧି

ଭୁବନେଶ୍ବରରୁ ଆଜି ସର୍ବାଧିକ ଚାରି ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ତିନିଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି । 59 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃ୍ତ୍ୟୁ ହୋଇଥିବାବେଳେ ଅନ୍ୟ ତିନି ପୁରଷ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 51, 37, 50 ବର୍ଷ ।

ସେହିପରି ପୁରୀର ତିନି ମୃତକଙ୍କ ମଧ୍ୟରେ ଜଣେ 80 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ 62 ବର୍ଷୀୟା ମହିଳା ଓ ଅନ୍ୟ ଜଣେ 42 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି । କୋରାପୁଟର ତିନି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 64, 48, ଓ 50 ବର୍ଷ । ବାଲେଶ୍ବରରୁ 45 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ବଲାଙ୍ଗିରରୁ 58 ବର୍ଷୀୟ ବ୍ୟକ୍ତି, କଟକରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 58 ବର୍ଷ ବୋଲି ସୂଚନା ରହିଛି । ସେହିପରି ଜଗତସିଂହପୁରରୁ 64 ବର୍ଷୀୟ ପୁରୁଷ, ଯାଜପୁରରୁ 52 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ମୟୂରଭଞ୍ଜରୁ 53 ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବର ମହାନଗରରେ ଆଜି ଚିହ୍ନଟ ହେଲେ ୩୪୯: ସୁସ୍ଥ ହେଲେ ୩୭୩

ଭୁବନେଶ୍ଵର: ଆଜି ଭୁବନେଶ୍ଵର ମହାନଗରରେ ୩୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୩୪୯ ମଧ୍ୟରୁ  କ୍ଵାରେଣ୍ଟିନରୁ ୧୨୦ ଜଣ ଥିବା ବେଳେ ଲୋକାଲ ସଂକ୍ରମଣ ୨୨୯ ରହିଛି। ନଯାପଲ୍ଲୀରୁ ୨୦, ରସୁଲଗଡରୁ ୧୨, ୟୁନିଟ-୮ରୁ ୧୨, ସହିଦନଗରରୁ ୧୧, ପଞ୍ଚସଖା ନଗରରୁ ୧୧, ପଟିଆରୁ ୯, ମଞ୍ଚେଶ୍ବରରୁ ୭, ଶୈଳଶ୍ରୀ ବିହାରରୁ ୭, ୟୁନିଟ-୮ ରୁ ୭, ଚନ୍ଦ୍ରଶେଖରପୁରରୁ ୬, ପାତ୍ରପଡାରୁ ୬, ଓ ୟୁନିଟ-୯ରୁ ୬ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ମହାନଗରରୁ ୩୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଭୁବନେଶ୍ବରରେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୮୯୩ ରହିଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୬୧୧୯। ତେବେ ୩୬୮୩ ଜଣ ଚିକିତ୍ସିତ ହେଉଥିବା ବେଳେ ୭୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବର ନାବାଳିକା ଗଣଦୁଷ୍କର୍ମ ମାମଲା: ମହିଳା କମିଶନ ପକ୍ଷରୁ ଓଟିଭି ଏମଡିଙ୍କୁ ପୁଣି ସମନ

ଭୁବନେଶ୍ବର: ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ମହିଳା କମିଶନ ପକ୍ଷରୁ ଓଟିଭି ଏମଡିଙ୍କୁ  ସମନ କରାଯାଇଛି। ଭୁବନେଶ୍ବର ଡିସିପିଙ୍କ ଜରିଆରେ ସମନ କଲେ ମହିଳା କମିଶନ। ଅକ୍ଟୋବର ମାସର ଏକ ତାରିଖରେ ହାଜର ହେବା ପାଇଁ ସମନ କରାଯାଇଛି। ଏହା ପୂର୍ବରୁ  ଓଟିଭି ଏମଡିଙ୍କୁ ଆଉଥରେ ନୋଟିସ କରାଯାଇଥିଲା। ଗତକାଲି ଏହି ନୋଟିସ ଆଧାରରେ  ଓଟିଭି ଏମଡି ହାଜର ହୋଇଥିଲେ। କିନ୍ତୁ  ଗତକାଲି ଶୁଣାଣି ହୋଇପାରିନଥିଲା।

ସେପଟେ ଏହି ଗଣଦୁଷ୍କର୍ମ ମାମଲାର ତଦନ୍ତ ପାଇଁ ପୁଣି ସମୟ ମାଗିଲା କମିଶନରେଟ ପୋଲିସ। ରିପୋର୍ଟ ଦାଖଲ ପାଇଁ ୨୧ ଦିନ ସମୟ ନେଲା ପୋଲିସ। ଏନେଇ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି 14ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 600 ଟପିଲା

ଭୁବନେଶ୍ବର : ଆଜି ରାଜ୍ୟରୁ 14 ଜଣଙ୍କ ଜୀବନ ନେଲା କରୋନା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 5 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀରୁ 3ଜଣ ଓ ମୟୂରଭଞ୍ଜରୁ 2 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ସମ୍ବଲପୁର, କଟକ, କୋରାପୁଟର, କଳାହାଣ୍ଡିରୁ ଜଣେ ଲେଖାଏଁଙ୍କର ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ 5ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 4ଜଣ ଭୁବନେଶ୍ବରର ବୋଲି ସୂଚନା ରହିଛି ।  ଭୁବନେଶ୍ବରରୁ ଆଜି 2ଜଣ ପୁରୁଷ ଓ 2 ଜଣ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ 49 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ 2 ମହିଳା ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 71 ଓ 74 ବର୍ଷ ବୋଲି ସୂଚନା ରହିଛି । ସେହିପରି ଅନ୍ୟ ଦୁଇ ଆକ୍ରାନ୍ତଙ୍କ ବୟସ 51 ଓ 56 ବର୍ଷ ।

ସେହିପରି ପୁରୀରୁ ମୃତ୍ୟୁବରଣ କରିଥିବା ତିନି ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 86, 72, 43 ବୋଲି ସୂଚନା ରହିଛି । କଟକରୁ ଆଜି ଜଣେ 80 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ କୋରାପୁଟରୁ 60 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ସେହିପରି ମୟୂରଭଞ୍ଜରୁ ଆଜି ମୃତ୍ୟୁବରଣ କରିଥିବା ଦୁଇ ଆକ୍ରାନ୍ତଙ୍କ ମହିଳା ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 65 ଓ 45 ବର୍ଷ ବୋଲି ସୂଚନା ରହିଛି ।  ସମ୍ବଲପୁରୁର 45 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡିରୁ 61 ବର୍ଷୀୟ ପୁରୁଷ, କୋରାପୁଟରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 60 ବର୍ଷ ବୋଲି ସୂଚନା ରହିଛି ।

ଆଜି 14ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 605କୁ ବୃଦ୍ଧି ହୋଇଛ ।

Categories
ଆଜିର ଖବର ରାଜ୍ୟ ଖବର

କରୋନା ନିୟନ୍ତ୍ରଣ ପାଇଁ ଭୁବନେଶ୍ବରରେ ଲାଗୁ ହେବ ଗଞ୍ଜାମ ଫର୍ମୁଲା

ଭୁବନେଶ୍ବର : ଭୁବନେଶ୍ବରରେ କରୋନା ନିୟନ୍ତ୍ରଣ ନେଇ ବିଏମ୍‌ସି ପଦକ୍ଷେପ ଗ୍ରହଣ କରିଛି । ଭୁବନେଶ୍ବରରେ ଗଞ୍ଜାମ ଫର୍ମୁଲା ଲାଗୁ କରିବା ନେଇ ନିଷ୍ପତ୍ତି ହୋଇଛି । ସହରରେ ବ୍ୟାପକ ହେଲ୍‌ଥ ସ୍କ୍ରିନିଂ ପାଇଁ 565ଟି ରାପିଡ୍‌ ରେସ୍‌ପନ୍ସ ଟିମ୍‌ କାର୍ଯ୍ୟ କରିବେ। ସେହିପରି ବସ୍ତି ଓ ଅନ୍ୟାନ୍ୟ ଅଞ୍ଚଳରେ ହେଲ୍‌ଥ ସ୍କ୍ରିନିଂ କରିବ ରାପିଡ୍‌ ରେସପନ୍ସ ଟିମ୍‌ । ହୋମ୍‌ ଆଇସୋଲେସନ୍‌ରେ ଥିବା ଘରୁ ବର୍ଜ୍ୟବସ୍ତୁ ସଂଗ୍ରହ କରିବ ବିଏମ୍‌ସି ।  ଆକ୍ରାନ୍ତମାନେ କରୋନା ନିୟମ ମାନୁଛନ୍ତି କି ନାହିଁ, ତାହା ଉପରେ କଡା ନଜର ରହିବ । କରୋନାକୁ ନେଇ ସନ୍ଦେହ ହେଲେ 1929କୁ କଲ୍‌ କରି ତଥ୍ୟ ପାଇପାରିବେ । ଏନେଇ ସୂଚନା ଦେଇଛନ୍ତି କୋଭିଡ୍‌ ଦାୟିତ୍ବରେ ଥିବା ଆଇଏଏସ୍‌ ପାରୁଲ୍‌ ପଟ୍‌ଓ୍ବାରୀ ।

ସୂଚନାଯୋଗ୍ୟ, ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଭୁବନେଶ୍‌ବର ମହାନଗରରେ ମଧ୍ୟ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କ୍ବାରେଣ୍‌ଟାଇନ୍‌ କେସଠାରୁ ଏଠାରେ ଲୋକାଲ୍‌ କେସ୍‌ ଅଧିକ ରହୁଛି । ଖୋର୍ଦ୍ଧା ଜିଲ୍ଲାରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 24 ହଜାରରୁ ଉର୍ଦ୍ଧ୍ବ ରହିଥିବାବେଳେ 17ହଜାର 115ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା 6 ହଜାର 812 ଜଣ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ 82ଜଣଙ୍କର ମୃତ୍ୟୁ ହେଲାଣି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ 11ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର : ଆଜି ରାଜ୍ୟରୁ 11ଜଣଙ୍କ ଜୀବନ ନେଇଛି କରୋନା । ଭୁବନେଶ୍ବର, କଟକ, ପୁରୀରୁ 2 ଜଣ ଲେଖାଏଁ ରହିଥିବାବେଳେ ରାୟଗଡା, ନୟାଗଡ, ଗଞ୍ଜାମ, କୋରାପୁଟ ଓ ଭଦ୍ରକରୁ ଜଣେ ଲେଖାଏଁ ରହିଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଭଦ୍ରକରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 51 ବର୍ଷ ହୋଇଥିବାବେଳେ ଭୁବନେଶ୍‌ବରର ଆଜି ଦୁଇ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମୃତ ଆକ୍ରାନ୍ତ ଦ୍ବୟଙ୍କ ବୟସ ଯଥାକ୍ରମେ 70 ବର୍ଷ ଓ 57 ବର୍ଷ । ସେହିପରି କଟକରୁ ଜଣେ 80 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 49 ବର୍ଷୀୟ ପୁରୁଷ ଥିବାବେଳେ ଗଞ୍ଜାମରୁ 75 ବର୍ଷୀୟ ପୁରୁଷ ରହିଛନ୍ତି । କୋରାପୁଟରୁ 71 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ  ନୟାଗଡରୁ 68 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ପୁରୀରୁ ଦୁଇ ମୃତ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 60 ବର୍ଷୀୟ ପୁରୁଷ ରହିଥିବାବେଳେ ଅନ୍ୟ ଜଣେ 17ବର୍ଷୀୟା ଯୁବତୀ ରହିଛନ୍ତି । ସେହିପରି ରାୟଗଡାରୁ 65 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭଦ୍ରକର 51 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ ମୋଟ୍‌ ମୃତ୍ୟୁସଂଖ୍ୟା 591କୁ ବୃଦ୍ଧି ହୋଇଛି ।