Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ନୀଳ ଲୁଙ୍ଗି, ଧଳା ଟି ସାର୍ଟ ପିନ୍ଧି ବ୍ରଜରାଜନଗର ନୂଆ ବିଧାୟିକାଙ୍କୁ ସାକ୍ଷତ କଲେ ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ବ୍ରଜରାଜନଗର ଉପନିର୍ବାଚନରେ ବିଜୟ ଲାଭ କରିଥିବା ଅଳକା ମହାନ୍ତି। ସେ ରବିବାର ଦିନ ନବୀନ ନିବାସକୁ ତାଙ୍କ ପରିବାର ସହିତ ଆସି ନବୀନଙ୍କୁ ସାକ୍ଷାତ କରିଛନ୍ତି। ଅଳକା ଏହି ଉପନିର୍ବାଚନରେ ବିପୁଳ ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ପରେ ଅଳକା କହିଛନ୍ତି ଯେ, ତାଙ୍କ ସ୍ବାମୀଙ୍କର ଯାହା ସ୍ବପ୍ନ ଥିଲା ତାହାକୁ ପୁରଣ କରିବା ପାଇଁ କାର୍ଯ୍ୟ କରିବି। ମୋ ଉପରେ ମୁଖ୍ୟମନ୍ତ୍ରୀଙ୍କ ଆର୍ଶିବାଦ ରହିଛି, ତାହାକୁ ପାଥେୟ କରି ଆଗାମୀ ପଦକ୍ଷେପ ଗ୍ରହଣ କରିବି ବୋଲି ଅଳା କହିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଏକ ସାଧାରଣ ବେଶପୋଷାକରେ ସାକ୍ଷାତ କରିଥିଲେ। ଏକ ନୀଳ ଲୁଙ୍ଗି ସହିତ ଧଳା ଟି ସାର୍ଟ ପିନ୍ଧିଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରାୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ କହିଲେ..

ଭୁବନେଶ୍ବର: ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉପରେ ସୁପ୍ରିମ କୋର୍ଟ ରାୟ ଆସିଛି। ସୁପ୍ରିମକୋର୍ଟ କହିଛନ୍ତି ଯେ, ଏହି ପ୍ରକଳ୍ପ ଉପରେ ରହିତା ଦେଶ ଦିଆଯାଇପାରିବ ନାହିଁ। ମାମଲାକୁ ରଦ୍ଦ କରିଛନ୍ତି। ଭକ୍ତଙ୍କ ସ୍ବାର୍ଥ ଆଗରେ ପ୍ରକଳ୍ପ କାମ ବନ୍ଦ ହେବ ନାହିଁ। ଯେଉଁମାନେ ଏହାକୁ ବିରୋଧ କରି ଆବେଦନ କରିଥିଲେ ସେମାନେ ନିଜ ସ୍ବାର୍ଥ ପାଇଁ କରିଥିଲେ। ଏପରି ମାମଲା କରି କୋର୍ଟର ଅଯଥା ସମୟ ନଷ୍ଟ କରୁଛନ୍ତି ବୋଲି କୋର୍ଟ କହିଛନ୍ତି। ଏପରିକି ଦୁଇ ଆବେଦନକାରୀଙ୍କୁ ଏକ ଲକ୍ଷ ଟଙ୍କା ଲେଖାଏଁ ଜରିମାନା ମଧ୍ୟ କରିଛନ୍ତି।

ଏହି ରାୟ ଆସିବା ପରେ ସାରା ଓଡିଶାରେ ବିଭିନ୍ନ ମହଲରେ ଖୁସି ପ୍ରକଟ କରାଯାଇଛି। ଏହିପରି ଏକ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ, “ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ। ଜୟ ଜଗନ୍ନାଥ” । ନବୀନଙ୍କ ଏହି ଟୁଇଟି ସହିତ ସେ ପୁରୀ ଶ୍ରୀମନ୍ଦିରର ଏକ ଫଟୋ ମଧ୍ୟ ପୋଷ୍ଟ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧୀଙ୍କୁ ପାଠ ପଢାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶାରେ ନବନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିମାନଙ୍କ ଦକ୍ଷତା ବୃଦ୍ଧି ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶୁଭ ଉଦ୍‌ଘାଟିତ ହେବ। ଦିନ ୧୧ଟା ରାଜ୍ୟର ସମସ୍ତ ଜିଲ୍ଲା ପରିଷଦ ସଭାପତି, ଉପସଭାପତି, ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ପ୍ରତ୍ୟେକ ବ୍ଲକ୍‌ରୁ ଜଣେ ସରପଞ୍ଚଙ୍କୁ ନେଇ ଏହି ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କର୍ମଶାଳା କିଟ୍‌ କନ୍‌ଭେନ୍‌ସନ୍‌ ସେଣ୍ଟର, ପଟିଆ, ଭୁବନେଶ୍ୱରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ ।

ଉଦ୍‌ଘାଟନୀ କର୍ମଶାଳାରେ ଓଡ଼ିଶାର ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀଙ୍କ ସମେତ କୃଷି ଓ କୃଷକ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ମିଶନ ଶକ୍ତି, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀଗଣ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ରାଜ୍ୟସ୍ତରୀୟ କର୍ମଶାଳାରେ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ବିଭାଗୀୟ ଶାସନ ସଚିବ ତଥା ଅନ୍ୟାନ୍ୟ ସରକାରୀ ପଦାଧିକାରୀମାନେ ଉପସ୍ଥିତ ରହିବେ।
ରାଜ୍ୟର ନବନିର୍ବାଚିତ ସମସ୍ତ ୧,୦୬,୩୫୨ ପଞ୍ଚାୟତ ଜନପ୍ରତିନିଧିଙ୍କ ‘ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ’ ସେମାନେ କାର୍ଯ୍ୟରେ ଯୋଗଦାନ କରିବାର ୬ ମାସ ମଧ୍ୟରେ ସଂପୂର୍ଣ୍ଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

ଏହି କ୍ରମରେ ଜିଲ୍ଲା ପରିଷଦ ସଭାପତିଙ୍କ ନିମନ୍ତେ ୨ ଦିନ, ପଞ୍ଚାୟତ ସମିତି ଅଧ୍ୟକ୍ଷ ତଥା ସଦସ୍ୟଙ୍କ ନିମନ୍ତେ ୩ ଦିନ, ସରପଞ୍ଚଙ୍କ ନିମନ୍ତେ ୫ ଦିନ ଏବଂ ୱାର୍ଡ ସଦସ୍ୟଙ୍କ ନିମନ୍ତେ ୩ ଦିନର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମଗୁଡ଼ିକ ଆଗାମୀ ଦିନରେ ରାଜ୍ୟ ଓ ଜିଲ୍ଲାସ୍ତରରେ ଅନୁଷ୍ଠିତ ହେବ।

ପ୍ରଥମଥର ପାଇଁ ସାମଗ୍ରିକ ସରକାରୀ ଆଭିମୁଖ୍ୟକୁ ନେଇ ଏହି ପ୍ରଶିକ୍ଷଣରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସହିତ ୧୧ଟି ବିଭାଗ ଯଥା ମିଶନ ଶକ୍ତି, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବକାଶ, କ୍ରୀଡ଼ା ଓ ଯୁବସେବା ଏବଂ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିକାଶ ଏବଂ ଅନ୍ୟାନ୍ୟ ପଛୁଆବର୍ଗ ଓ ସଂଖ୍ୟା ଲଘୁ ସଂପ୍ରଦାୟ କଲ୍ୟାଣ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସଂପର୍କରେ ଆଲୋଚନା କରାଯିବ । ଏହି ବିଭାଗର ଜିଲ୍ଲା ଓ ବ୍ଲକ୍‌ସ୍ତରୀୟ କର୍ମକର୍ତ୍ତାମାନେ ମଧ୍ୟ ପ୍ରଶିକ୍ଷଣ ସହ ଜଡ଼ିତ ରହି ପଞ୍ଚାୟତ ଜନପ୍ରତିନିଧିମାନଙ୍କ ଦକ୍ଷତା ବୃଦ୍ଧି କରବେ ।

Categories
ବିଶେଷ ଖବର ରାଜ୍ୟ ଖବର

ବିଜୁବାବୁଙ୍କ ଶ୍ରାଦ୍ଧୋତ୍ସବରେ ତାଙ୍କ ସୁପୁତ୍ର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ ଏପରି କଥା

ଭୁବନେଶ୍ବର: ମହିଳା ସଶକ୍ତିକରଣ ବିଜୁବାବୁଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ଥିଲା। ଏ ଦିଗରେ ସେ ଅନେକ ମାଇଲ ଷ୍ଟୋନ ସୃଷ୍ଟି କରିଯାଇଛନ୍ତି । ଆଜି ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ବିଜୁ ପଟ୍ଟନାୟକ ଶ୍ରାଦ୍ଧୋତ୍ସବରେ ଭର୍ଚ୍ୟìଆଲ ପ୍ଲାଟଫର୍ମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କରିଛନ୍ତି।

ବିଜୁ ବାବୁଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନିକଟରେ ଅନୁଷ୍ଠିତ ହୋଇଥିବା ପଞ୍ଚାୟତ ଓ ନଗରପାଳିକା ନିର୍ବାଚନରେ ମହିଳାମାନେ ବହୁସଂଖ୍ୟାରେ ଭାଗନେଇ ସଫଳତା ହାସଲ କରିବା ତାଙ୍କ ପାଇଁ ବହୁତ ଖୁସିର କଥା। ମା’ମାନେ ହିଁ ହେଉଛନ୍ତି ଆମ ନୂଆ ଓଡିଶାର ସାରଥି ବୋଲି ମତପ୍ରକାଶ କରି ସେ କହିଥିଲେ ଯେ ସେମାନଙ୍କ ଦକ୍ଷତା ଓ ସଫଳତା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି।

ସେ କହିଥିଲେ ଯେ ବିଜୁ ବାବୁ ଥିଲେ ସବୁବେଳେ ଅନନ୍ୟ। ତାଙ୍କର କାମ କରିବାର ତରିକା ମଧ୍ୟ ଥିଲା ଅନନ୍ୟ। ତାଙ୍କର ଏକମାତ୍ର ଲକ୍ଷ୍ୟ ଥିଲା ଓଡିଶା ଓ ଓଡିଆ ଜାତିର ଉନ୍ନତି। ବିକାଶ, ସଶକ୍ତିକରଣ ଓ ଓଡିଆ ସ୍ୱାଭିମାନ ହିଁ ସବୁବେଳେ ତାଙ୍କର ସବୁ କାର୍ଯ୍ୟକ୍ରମର ଲକ୍ଷ୍ୟ ଥିଲା। ଏସବୁ ସହିତ ସେ କେବେ ବି ସାଲିସ କରୁ ନ ଥିଲେ। ଜଣେ ରାଜନେତା ନୁହେଁ, ବରଂ ଜଣେ ଜନନାୟକ ଭାବରେ ସେ ସାରା ଭାରତରେ ପ୍ରସିଦ୍ଧ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

ମହାନ ଜନନାୟକ ବିଜୁବାବୁଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଲେ ଯେ ଓଡ଼ିଶାର ଅନନ୍ୟ ପରିଚୟ ଥିଲେ ବିଜୁବାବୁ। ଜୀବିତାବସ୍ଥାରେ ସେ ଥିଲେ ଯେତିକି ଚର୍ଚ୍ଚିତ, ଅବର୍ତ୍ତମାନରେ ମଧ୍ୟ ତାଙ୍କ କୃତି ଓ କୃତିତ୍ୱ ପାଇଁ ଏବର ପିଢ଼ି ପାଖରେ ସେ ସେତିକି ଆଦୃତ। ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଭୂମିକା ଯେତିକି ଉଲ୍ଲେଖନୀୟ ଥିଲା, ସ୍ୱାଧୀନୋତ୍ତର ଭାରତରେ ସେତିକି ପ୍ରେରଣାଦାୟୀ ଥିଲା। ଓଡ଼ିଶାର ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ସେ ନିରବଚ୍ଛିନ୍ନ ଉଦ୍ୟମ କରିଥିଲେ। ବିଜୁବାବୁଙ୍କ ଅବଦାନ ଚିରକାଳ ପାଇଁ ଅବିସ୍ମରଣୀୟ।

ଭୁବନେଶ୍ୱର ମହାନଗର ନିଗମର ମେୟର ବିଜୁ ପଟ୍ଟନାୟକଙ୍କୁ ଜଣେ କିମ୍ବଦନ୍ତୀ ପୁରୁଷ ବୋଲି ଅଭିହିତ କରି କହିଲେ ଯେ ଦୀର୍ଘ ଅର୍ଦ୍ଧଶତାବ୍ଦୀ ଧରି ତାଙ୍କ ଦେଶପ୍ରୀତି, ଦୁଃସାହସର କାହାଣୀ ଓ ରାଜ୍ୟର ବିକାଶ ପାଇଁ ନେଇଥିବା ପଦକ୍ଷେପ ତାଙ୍କୁ ଚିରସ୍ମରଣୀୟ କରି ରଖିବ। ମହିଳା ସଶକ୍ତିକରଣ ନିମନ୍ତେ ବିଜୁବାବୁଙ୍କ ଉଦ୍ୟମ ଚିରଦିନ ପାଇଁ ସ୍ମରଣୀୟ ହୋଇ ରହିବ ବୋଲି ସେ ଉଲ୍ଲେଖ କରିଥିଲେ। ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ବିଜୁ ପଟ୍ଟନାୟକଙ୍କ ଅମ୍ଳାନ ସ୍ମୃତି ଓ ମହାନ ଜୀବନାଦର୍ଶ ଓଡ଼ିଆ ଜାତିର ଇତିହାସକୁ ଗୌରବମଣ୍ଡିତ କରିବ ବୋଲି ମତବ୍ୟକ୍ତ କରିଥିଲେ।

ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ମୁକ୍ତିସଂଗ୍ରାମର ଦୁର୍ଦ୍ଦର୍ଷ ଯୋଦ୍ଧା ବିଜୁବାବୁଙ୍କୁ ଓଡ଼ିଆ ଜାତିର ସର୍ବାଧିକ ଲୋକପି୍ରୟ ରାଜନୀତିଜ୍ଞ ବୋଲି ଉଲ୍ଲେଖ କରିଥିଲେ। ଭଣ୍ଡାରିପୋଖରୀ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ ତାଙ୍କ ବକ୍ତବ୍ୟରେ ବିଜୁବାବୁଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିବା ସହ ଶ୍ରମିକଙ୍କ ସ୍ୱାର୍ଥରକ୍ଷାଠାରୁ ଆରମ୍ଭ କରି ନାରୀ ସଶକ୍ତିିକରଣ, ପଞ୍ଚାୟତିରାଜ ବ୍ୟବସ୍ଥା, ଓଡ଼ିଶାରେ ଶିଳ୍ପାୟନ ଆଦି ପ୍ରତ୍ୟେକ କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ ବୋଲି ପ୍ରକାଶ କରିଥିଲେ।

ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭିୟୁର ସଂପାଦକ ଡ. ଲେନିନ୍‌ ମହାନ୍ତି ବିଜୁବାବୁଙ୍କୁ ଓଡ଼ିଶାର ଗର୍ବ ଓ ଗୌରବ ବୋଲି ଅଭିହିତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନ ପରାମର୍ଶଦାତା ଅସୀତ ତ୍ରିପାଠୀ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ପ୍ରବାଦପୁରୁଷ ବିଜୁବାବୁ ଥିଲେ ସ୍ୱଦେଶପ୍ରୀତି, ଅନନ୍ୟ ନାୟକତ୍ୱ ଓ ଅସାଧାରଣ ନେତୃତ୍ୱର ପ୍ରତୀକ।

ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ଧନ୍ୟବାଦ ଅର୍ପଣ କରିଥିଲେ। ସୂଚନା ଓ ଲୋକସଂପର୍କ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ତଥା ବହୁ ବୁଦ୍ଧିଜୀବୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବାବେଳେ ସୂଚନା ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ

Categories
ବିଶେଷ ଖବର ରାଜ୍ୟ ଖବର

ପୁରୀ ମେଡିକାଲ କଲେଜକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଏବଂ ହସପିଟାଲକୁ ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେଲିକାପ୍ଟର ଯୋଗେ ଭୁବନେଶ୍ବରରୁ ପୁରୀରେ ପହଞ୍ଚିଥିଲେ। ସେଠାରେ ପୁରୀ ସାଂସଦ ପିନାକୀ ମିଶ୍ର, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ, ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଂଜୟ ଦାସ ବର୍ମା ପ୍ରମୁଖ ଯୋଗ ଦେଇଥିଲେ।

ପୁରୀ ବାଲିଗୁଆଳି ନିକଟରେ ୫୦୦ କୋଟି ଟଙ୍କା ବ୍ୟୟରେ ଏହି ହସ୍ପିଟାଲ ନିର୍ମାଣ କରାଯାଇଛି। ବର୍ତ୍ତମାନ ଏହି ମେଡିକାଲ କଲେଜରେ ୨୧ଟି ବିଭାଗର ପାଠ୍ୟକ୍ରମ ଖୋଲିଛି। ଏହି ମେଡିକାଲ କଲେଜରେ ପାଞ୍ଚ ତାଲା ବିଶିଷ୍ଟ ହୋଇଛି। ଏଥିରେ ହଷ୍ଟେଲ, ପ୍ରଶାସନିକ ଭବନ, କ୍ୟାଣ୍ଟିନ ସହ କ୍ଲାସରୁମ, ଲ୍ୟାବ ନିର୍ମାଣ ହୋଇଛି । ଏଥିରେ ୧୫୦ ଛାତ୍ରୀ ଓ ୩୦୦ ଛାତ୍ରଙ୍କ ପାଇଁ ସୁବିଧା ରହିଛି ।

ମେଡିକାଲର ଏବେ ୨୧ଟି ବିଭାଗର ପାଠ୍ୟକ୍ରମ ଖୋଲିଛି । ପାଠ ପଢ଼ାଇବାକୁ ୧୫୦ ଜଣ ପ୍ରଫେସର, ବିଶେଷଜ୍ଞ, ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି ଦିଆଯାଇଛି।  ଚଳିତ ୨୦୨୧-୨୦୨୨ ଶିକ୍ଷା ବର୍ଷ ପାଇଁ ଏମବିବିଏସ ପାଠ୍ୟକ୍ରମ ପାଇଁ ନାମ ଲେଖା ସରିଛି। ୧୦୦ଟି ଆସନ ପାଇଁ ଏହି ନାମ ଲେଖା କରାଯାଇଛି। ଏଥିରେ  ୩୦ ଜଣ ଛାତ୍ରୀ ଏବଂ ୭୦ ଜଣ ଛାତ୍ର ନାମ ଲେଖାଇଛନ୍ତି।

ଏହି କଲେଜ ଉଦଘାଟନ ସହିତ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ମଧ୍ୟ ଅନୁଷ୍ଠିତ ହୋଇଛି। ଏହି ଉତ୍ସବରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡବୀୟ ମଧ୍ୟ ଭିଡିଓ କନଫ୍ରେସିଂ ଜରୀଆରେ ଯୋଗ ଦେଇଥିଲେ। ସେ ଛାତ୍ରଛାତ୍ରୀଙ୍କ ସହ ଭର୍ଚ୍ଚୁଆଲରେ ବିଭିନ୍ନ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରିଥିଲେ ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନୀ ଭାଷଣରେ ପୁରୀବାସୀଙ୍କ ପାଇଁ ଏକ ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗାଇ ଦିଆଗଲା ବୋଲି କହିଥିଲେ। ଏଥିସହିତ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କ ସହିତ ମତ ବିନିୟମ ମଧ୍ୟ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସଂସଦରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେଡି ସାଂସଦଙ୍କ ସହିତ କଲେ ଆଲୋଚନା

ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂସଦକୁ ଯାଇ ବିଜେଡି ସାଂସଦଙ୍କ ସହିତ ଆଲୋଚନା କରିଛନ୍ତି। ସେ ସଂସଦ ଭବନରେ ପହଁଞ୍ଚିବା ପରେ ତାଙ୍କୁ ବିଜେଡି ସାଂସଦମାନେ ପାଛୋଟି ନେଇଥିଲେ। ଏପରକି ଆସ୍କା ସାଂସଦ ପ୍ରମିଳା ବିଶ୍ବୋଇ ମୁଖ୍ୟମନ୍ତ୍ରୀଙ୍କୁ ଗେଲ କରି ସ୍ବାଗତ କରିଥିଲେ।

ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ସେ ଗତକାଲି ଅପରାହ୍ନରେ ନୂଆଦିଲ୍ଲୀ ଗସ୍ତ କରିଥିଲେ। ଗତକାଲି ସଂଧ୍ୟାରେ ସେ ବିବିସି ସ୍ପୋର୍ଟ୍ସ ସମ୍ମାନ ଗ୍ରହଣ କରିଥିଲେ। ଏହାପରେ ଆଜି ସେ ଦଳିୟ ସାଂସଦଙ୍କ ସହିତ ସଂସଦ ଭବନରେ ଆଲୋଚନା କରିଛନ୍ତି। ଆଜି ସେ କେତେଜଣ କେନ୍ଦ୍ରୀୟ ମନ୍ତ୍ରୀଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଭୋଟ ଦେବା ପାଇଁ ବୁଥକୁ ଚାଲିଚାଲି ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ପୌର ନିର୍ବାଚନରେ ନିଜର ମତାଧିକାର ସାବସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସକାଳେ ନବୀନ ନିଜ ବାସଭବନ ନିକଟରେ ଥିବା ସ୍କୁଲରେ ଭୋଟ ଦାନ କରିଥିଲେ। ସେ ନବୀନ ନିବାସରୁ ଚାଲିଚାଲି ସ୍କୁଲ ନିକଟକୁ ଯାଇ ମତାଧିକାର ସାବସ୍ତ କରିଥିଲେ।

ନବୀନ ହେଉଛନ୍ତି ଭୁବନେଶ୍ୱର ମହାନଗର ନିଗମର ୫୩ ନମ୍ବର ୱାର୍ଡ଼ର ଭୋଟର। ସେ  ୫୪୪ ନମ୍ବର ବୁଥରେ ଭୋଟ ପ୍ରଦାନ କରିଛନ୍ତି। ଭୋଟ ଦେବା ପରେ ନବୀନ ସେହିପରି ଚାଲିଚାଲି ନବୀନ ନିବାସକୁ ଆସିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ହେଉଛି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ 74ତମ ତିରୋଧାନ ଦିବସ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ଏକ ଟୁଇଟ କରି କହିଛନ୍ତି ଯେ,

‘ସ୍ୱାଧୀନତା ସଂଗ୍ରାମର କର୍ଣ୍ଣଧାର ତଥା ସତ୍ୟ ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି। ଲୋକଙ୍କ କଲ୍ୟାଣ ସହ ସୁସ୍ଥ ସମାଜ ଗଠନ ଏବଂ ବିଶ୍ଵରେ ଶାନ୍ତି ପ୍ରତିଷ୍ଠା ଦିଗରେ ତାଙ୍କ ପ୍ରଦର୍ଶିତ ସତ୍ୟ ଓ ଅହିଂସାର ମାର୍ଗ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।’

Categories
ବିଶେଷ ଖବର ରାଜ୍ୟ ଖବର

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ କହିଲେ ଏପରି କଥା

ଭୁବନେଶ୍ବର: ଆଜି 73 ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି। ଏହି ସମୟରେ ସେ ଦେଶର ତଥା ରାଜ୍ୟର ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ମନେ ପକାଇଛନ୍ତି। ସେ କହିଛନ୍ତି ଯେ,

ପ୍ରିୟ ଭାଇ ଓ ଭଉଣୀମାନେ,

ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ ଜଣାଉଛି।

ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ମା ରମାଦେବୀ, ସହିଦ ବାଜି ରାଉତ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ୍‌ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ସେହିପରି ସହିଦ୍ ହୋଇଥିବା ଆମର କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ଚଳିତ ବର୍ଷ ସାରା ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ମହାନ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ ମଧ୍ୟ ଚଳିତ ବର୍ଷର ଏକ ଗୁରୁତ୍ବପୂର୍ଣ୍ଣ ଘଟଣା।

ଆମର ସ୍ବାଧୀନତା ସଂଗ୍ରାମ କେବଳ ଏକ ରାଜନୈତିକ ସଂଗ୍ରାମ ନ ଥିଲା। ଏହା ଥିଲା ସମତା ଓ ନ୍ୟାୟ ପାଇଁ ସଂଗ୍ରାମ। ହିଂସା ଓ ଶୋଷଣ ବିରୁଦ୍ଧରେ ସଂଗ୍ରାମ। ଆମର ସଂଗ୍ରାମ କେବଳ ଆମ ପାଇଁ ସ୍ବାଧୀନତା ଆଣି ନଥିଲା। ଏହା ଥିଲା ସାରା ବିଶ୍ବ ପାଇଁ ମାନବତାର ସବୁଠାରୁ ବଡ ବିଜୟ। ଆମର ସ୍ବାଧୀନ ମୂଲ୍ୟବୋଧ ହିଁ ସମସ୍ତ ବିବିଧତା ସତ୍ତ୍ବେ ଭାରତକୁ ମଜବୁତ କରି ରଖିଛି। ବିବିଧତା ହିଁ ଆମର ଶକ୍ତି। ଆମ ଜୀବନଧାରାର ଗୁରୁତ୍ବପୂର୍ଣ୍ଣ ଦିଗ। ଏହାକୁ ଆମେ କେବେ ବି ନଷ୍ଟ ହେବାକୁ ଦେବା ନାହିଁ।

ସେହିପରି ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ। ଆମ ଗଣତନ୍ତ୍ରର ଆତ୍ମା। ଏକ ମହାନ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର ହେଉଛି ଆମର ସମ୍ବିଧାନ। ଏକ ସମୃଦ୍ଧ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଏହା ଆମକୁ ସବୁବେଳେ ପ୍ରେରଣା ଦେଇଆସିଛି। ଆମ କଥା ଓ କାର୍ଯ୍ୟରେ ସମ୍ବିଧାନର ମୂଲ୍ୟବୋଧ ପ୍ରତିଫଳିତ ହୋଇପାରିଲେ, ଭାରତ ବିଶ୍ବର ଶ୍ରେଷ୍ଠ ଗଣତାନ୍ତ୍ରିକ ରାଷ୍ଟ୍ର ହୋଇପାରିବ।

ବନ୍ଧୁଗଣ, କରୋନାର ତୃତୀୟ ଲହରୀ ଏବେ ସାରା ବିଶ୍ବରେ ବ୍ୟାପିଛି। ଆମେ ମଧ୍ୟ ଏହାର ମୁକାବିଲା କରୁଛୁ। ମୋର ଅନୁରୋଧ ଆମେ ଭୟଭୀତ ହେବା ନାହିଁ। କରୋନାର ସବୁ ଗାଇଡ ଲାଇନ୍‌ସକୁ ଠିକ୍‌ ଭାବରେ ପାଳନ କରିବା ଏବଂ କରୋନାକୁ ହରାଇବା । ମୋର ବିଶ୍ବାସ, ସମସ୍ତଙ୍କ ସହଯୋଗରେ କରୋନା ଶୀଘ୍ର ଦୂର ହେବ ଏବଂ ଜୀବନ ଜୀବିକା ଆଗଭଳ ପୁଣି ସ୍ବାଭାବିକ ହେବ।    ଜୟହିନ୍ଦ୍

Categories
ବିଶେଷ ଖବର ରାଜ୍ୟ ଖବର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କୁ 3 ହଜାର ଟଙ୍କା ଲେଖାଏଁ ବାଣ୍ଟିବେ, ଜାଣନ୍ତୁ କାହିଁକି

ଭୁବନେଶ୍ବର: ନୂଆ ବର୍ଷରେ ଓଡିଶାର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନୂଆ ଉପହାର ଦେବାକୁ ଯାଉଛନ୍ତି। ଆଜି ସେ ଲୋକଙ୍କୁ ଘର ମରାମତି ପାଇଁ ପ୍ରତ୍ୟେକଙ୍କୁ 3 ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବେ। ଏଥିରେ ଯେଉଁମାନେ ପକ୍କାଘର ପାଇଥିବେ ଏବଂ ଯେଉଁମାନେ ପକ୍କାଘର ପାଇ ନ ଥିବେ ସେମାନେ ମଧ୍ୟ ଏହି ଟଙ୍କା ପାଇପାରିବେ।

ଆଜି ହିତାଧିକାରୀଙ୍କ ଆକାଉଣ୍ଟରେ ଏହି ସହାୟତା ରାଶି ସିଧାସଳଖ ଜମା ହେବ।  ଯେଉଁଥିରେ ୩୦ ଲକ୍ଷ ପରିବାର ଉପକୃତ ହେବେ। ଏଥିପାଇଁ ୧୪ ଶହ ୪୪ କୋଟି ଟଙ୍କା ଖର୍ଚ୍ଚ ହେବ। ବିଜୁ ପକ୍କାଘର ଯୋଜନାରୁ ଏହି ଟଙ୍କା ଖର୍ଚ୍ଚ କରାଯିବ ବୋଲି ନିଷ୍ପତି ହୋଇଛି।

ଏ ନେଇ ଗତ ଡିସେମ୍ବର ମାସରେ ରାଜ୍ୟ କ୍ୟାବିନେଟରେ ଏହି ନିଷ୍ପତି କରାଯାଇଛି। ସେହି ଅନୁସାରେ ବିଜୁ ପକ୍କାଘର ଯୋଜନା ଅନ୍ତର୍ଗତ ଘର ମରାମତି ପାଇଁ ରାଜ୍ୟ ସରକାର ଏହି ସହାୟତା ଦେବେ।  ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ପକ୍କା ଘର ଓ ଖଣି ଅଞ୍ଚଳ ପକ୍କା ଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଘର ମରାମତି ପାଇଁ ମଧ୍ୟ ଏହି ୩ ହଜାର ଟଙ୍କା ସହାୟତା ମିଳିବ।

ଏହା ସହିତ କେନ୍ଦ୍ରୀୟ ଯୋଜନାରେ ବଞ୍ଚିତ ଥିବା ଲୋକଙ୍କୁ ମଧ୍ୟ ଆଜି ସହାୟତା ମିଳିବ। ଆବାସ ଯୋଜନାରୁ ବଞ୍ଚିତ ଥିବା ଲୋକଙ୍କୁ ଘର ମରାମତି ପାଇଁ ୫ ହଜାର ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବରୁ ଘୋଷଣା କରିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ଓଡିଶାର ଫୁଟପାଥ୍ ବ୍ୟବସାୟୀଙ୍କୁ ୩୦ କୋଟି ୩୦ ଲକ୍ଷ ଟଙ୍କା କୋଭିଡ ସହାୟତା ଦେଲେ ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତି ଦିଆଯାଇଥିଲା । ଏହାସହିତ ସେମାନଙ୍କ ବଜାର ସୁବିଧା ପାଇଁ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ମୁକ୍ତା ଯୋଜନାରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଛନ୍ତି ।

ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ପଥପାର୍ଶ୍ବ ବିକ୍ରେତା ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି । ‘ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି। ମୁଁ କହିବାକୁ ଚାହେଁ ଯେ ସରକାର ସବୁବେଳେ ଆପଣମାନଙ୍କ ସାଥିରେ ଅଛନ୍ତି।’

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସହାୟତା ଆପଣମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ। ଗୋଟିଏ ସହରର ଅର୍ଥନୀତିରେ ପଥପାର୍ଶ୍ବ ବିକ୍ରେତା ହେଉଛନ୍ତି ଗୁରୁତ୍ବପୂର୍ଣ୍ଣ ଅଂଶ । ବଡ ବଡ ମଲ୍‌ ଓ ଦୋକାନ ଥିବା ସତ୍ତ୍ବେ, ପଥପାର୍ଶ୍ବ ବିକ୍ରେତା ମାନଙ୍କର ଗୁରୁତ୍ବ ରହିଛି ଓ ରହିବ ବୋଲି ସେ କହିଥିଲେ।

କୋଭିଡ ସଂପର୍କରେ ସେମାନଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡ ଭୟ ଏବେ ବି ଯାଇନାହିଁ। ତେଣୁ ସେମାନେ ସତର୍କ ରହିବା ସହ କୋଭିଡର ନିୟମ ପାଳନ କରି ସୁରକ୍ଷିତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ଗରିବଙ୍କ ମନର କଥା ବୁଝୁଥିବା ଜଣେ ଜନନେତା । ଅଭିନବ ଉପାୟରେ ସେ ସମସ୍ତଙ୍କୁ ସବୁ ସମୟରେ ସାହାଯ୍ୟ କରିଆସିଛନ୍ତି । ମନ୍ତ୍ରୀ ଜେନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ଘର ମରାମତି ସହାୟତା ସହିତ ରାଜ୍ୟର ଅନେକ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ ।

ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଉପସ୍ଥିତ ପଥପାର୍ଶ୍ବ ବିକ୍ରେତାମାନେ ସେମାନଙ୍କ ମନ କଥା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ଭୁବନେଶ୍ବରରୁ ଅକ୍ଷୟ ମହାନ୍ତି, ରାଉରକେଲାରୁ କୃଷ୍ଣଚନ୍ଦ୍ର ମୁଖାର୍ଜୀ, ସମ୍ବଲପୁରରୁ ରବିନାରାୟଣ ପ୍ରଧାନ, କଟକର ଶ୍ରୀଧର ରାୟ ଓ ବ୍ରହ୍ମପୁରରୁ ଟୁନି ବେହେରା ସେମାନଙ୍କର ମତବ୍ୟକ୍ତ କରି କହିଲେ ଯେ ଲକ୍‌ଡାଉନ ହେବା ପରେ ସେମାନଙ୍କର ଆର୍ଥିକ ଅବସ୍ଥା ଶୋଚନୀୟ ହୋଇଯାଇଥିଲା । ମୁଖ୍ୟମନ୍ତ୍ରୀ ସେମାନଙ୍କ ଦୁଃଖ ବୁଝି ଠିକ୍‌ ସମୟରେ ସେମାନଙ୍କୁ ସାହାଯ୍ୟ କରିଛନ୍ତି । ଦୁଇ ଥର ସାହାଯ୍ୟ ପାଇବା ପରେ ଆଜି ତୃତୀୟ ଥର ସହଯୋଗର ହାତ ବଢାଇଛନ୍ତି। ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଜୀବନ କାମନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ହଜାର ହଜାର ଧନ୍ୟବାଦ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ, ମ୍ୟୁନିସ୍‌ପାଲ ଆଡମିନିଷ୍ଟ୍ରେସନ ଧନ୍ୟବାଦ ଅର୍ପଣ କରିଥିଲେ ।

କାର୍ଯ୍ୟକ୍ରମରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ବିଭିନ୍ନ ଜିଲ୍ଲାର ଆୟୋଜିତ କାର୍ଯ୍ୟକ୍ରମରେ ମହାନଗର ନିଗମ କମିଶନରମାନେ ଏବଂ ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଓ ପୌରାଞ୍ଚଳ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଓଡିଶାରେ ଆଉ ୧୧୪୦୩ ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର:  ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।

ନିକଟରେ ଗୋଟିଏ ଦିନରେ ୬୧୩୧ ଜଣ ଶିକ୍ଷକକୁ ନିଯୁକ୍ତି ଦିଆଯାଇଥିଲା । ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୬୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡା ଶିକ୍ଷକ ପଦବୀ ପୂରଣ ନିମନ୍ତେ ଅଗଷ୍ଟ ୧୩ରେ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ୬୭୨୦ ଜଣ TGT କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ ତାରିଖରେ ବିଜ୍ଞାପନ ପ୍ରକାଶିତ ହୋଇଥିଲା ।

ଶିକ୍ଷକତା ପାଇଁ ଆବଶ୍ୟକ ସଂଖ୍ୟକ ପ୍ରାର୍ଥୀ ମିଳୁ ନ ଥିବାରୁ ଯେପରି ଅଧିକ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିପାରିବେ ତାକୁ ଦୃଷ୍ଟିରେ ରଖି ପରୀକ୍ଷା ଓ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯାଇଛି। ଏହାସହିତ ବର୍ଦ୍ଧିତ ଛାତ୍ରଛାତ୍ରୀ ସଂଖ୍ୟା ଦୃଷ୍ଟିରୁ ଅଧିକ ୩୪୬୨ଟି ଶିକ୍ଷକ ପଦବୀ ମଧ୍ୟ ମଂଜୁର କରାଯାଇଛି।

ଏବେ ଖାଲି ପଦବୀ ତଥା ନୂତନ ମଂଜୁରୀପ୍ରାପ୍ତ ପଦବୀକୁ ମିଶାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଅପ୍ରେଲ ୨୦୨୨ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷ କରି ବିଦ୍ୟାଳୟ ମାନଙ୍କରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି ।

୪ ମାସ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଏତେ ସଂଖ୍ୟକ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସୂଚାରୁରୂପେ ଶେଷ କରିବା ତଥା ଆଉ ଏକ ପର୍ଯ୍ୟାୟ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ, ଶିକ୍ଷା କ୍ଷେତ୍ରରେ ରୂପାନ୍ତର ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି ।

Categories
ଆଜିର ଖବର ସଂସ୍କୃତି

“ଗଜପତି – ଏ କିଙ୍ଗ୍ ଉଇଦାଉଟ୍ ଏ କିଙ୍ଗଡମ୍‌” ପୁସ୍ତକକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବରିଷ୍ଠ ଅର୍ଥନୀତିଜ୍ଞ ଅଶୋକ କୁମାର ବଳଙ୍କ ଦ୍ୱାରା ଲିଖିତ ପୁସ୍ତକ “ଗଜପତି – ଏ କିଙ୍ଗ୍ ଉଇଦାଉଟ୍ ଏ କିଙ୍ଗଡମ୍‌” ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉନ୍ମୋଚନ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ବକ୍ତା ବାବେ ବିଶିଷ୍ଟ ଲେଖକ ହରପ୍ରସାଦ ଦାଶ, ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ଇଂରାଜୀ ପ୍ରଫେସର ଡ.ଯତୀନ ନାୟକ, ଅଧ୍ୟାପକ ଡ.ସଂଜୟ ଆଚାର୍ଯ୍ୟ ଏବଂ ବିଶିଷ୍ଟ ଶିକ୍ଷାବିତ୍ ପ୍ରୀତିଶ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।

ଗଙ୍ଗାଠାରୁ କାବେରୀ ପର୍ଯ୍ୟନ୍ତ ରାଜୁତି ବିସ୍ତାର କରିଥିବା ଗଙ୍ଗବଂଶ ରାଜା କପିଳେନ୍ଦ୍ର ଦେବଙ୍କଠୁ ଆରମ୍ଭ କରି ଚୋଡଗଙ୍ଗଦେବ ପର୍ଯ୍ୟନ୍ତ ମହାରାଜାମାନେ କେବେହେଲେ ନିଜକୁ ରାଜା ବୋଲି କହୁନଥିଲେ ବରଂ ରାଜ୍ୟକୁ ପୁରୁଷୋତମ ରାଜ୍ୟ ଏବଂ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ରାଜାର ମାନ୍ୟତା ଦେଇଥିଲେ ।

ଓଡିଶା ଏବଂ ଓଡିଆ ସଂସ୍କୃତି ତଥା ଗଜପତି ମହାରାଜଙ୍କ ସଂସ୍କୃତି, ପରଂପରା ଏବଂ ଇତିହାସକୁ ଆଧାର କରି ଏହି ପୁସ୍ତକଟି ଲେଖା ହୋଇଛି । ଗଜପତି କପିଳେନ୍ଦ୍ରଙ୍କଠାରୁ ଆରମ୍ଭ କରି ବର୍ତମାନର ଗଜପତିଙ୍କ ବିଷୟରେ ଲେଖା ହୋଇଥିବା ଏହି ପୁସ୍ତକରେ ପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ପ୍ରଭୁଙ୍କ ମୁଖ୍ୟ ସେବକ ଗଜପତି ମହାରାଜାଙ୍କ ସଂପର୍କରେ ବହୁ ନୁତନ ତଥ୍ୟ ଉଲ୍ଲେଖ ହୋଇଛି । ପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ଗଜପତି ମହାରାଜଙ୍କ ଭିତରେ ଥିବା ଆଧ୍ୟାତ୍ମିକ ସଂପର୍କ ବିଷୟରେ ବହୁ ତଥ୍ୟ ଏହି ପୁସ୍‌ତକରେ ଉଲ୍ଲେଖ ରହିଛି । ଓଡିଶା ଏବଂ ଓଡିଶା ଇତିହାସ ଜାଣିବା ସଂପର୍କରେ ପାଠକପାଠିକାମାନଙ୍କ ପାଇଁ ଏହି ପୁସ୍ତକଟି ବହୁ ଉପାଦେୟ ହେବ ।

୨ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ଗବେଷଣା କରି ଏହି ପୁସ୍ତକଟି ଲେଖା ହୋଇଛି । ବର୍ତମାନ ଇଂରାଜୀ ଭାଷାରେ ଲିଖିତ ହୋଇଥିବା “ଗଜପତି – ଏ କିଙ୍ଗ୍ ଉଇଦାଉଟ୍ ଏ କିଙ୍ଗଡମ୍‌” ପୁସ୍ତକଟି ଆଗାମୀ ଦିନରେ ଓଡିଆ ଏବଂ ହିନ୍ଦୀ ଭାଷାରେ ପ୍ରକାଶ ପାଇବ ବୋଲି ପୁସ୍ତକର ଲେଖକ ଅଶୋକ ବଳ ସୂଚନା ଦେଇଛନ୍ତି ।

Categories
ବିଶେଷ ଖବର ରାଜ୍ୟ ଖବର

ଶେଷରେ ମମିତା ମେହେର ହତ୍ୟା ଘଟଣାରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କଣ କହିଲେ

ଭୁବନେଶ୍ବର: ଦୀର୍ଘ ନିରବତା ପରେ ଶେଷରେ ମମିତା ହତ୍ୟା ଘଟଣାରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ବିଧାନସଭାରେ ମମିତା ହତ୍ୟା ଘଟଣାରେ ବିବୃତି ରଖିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି ଯେ ଏହି ଘଟଣାଟି ଏକ ବଡ ସମ୍ବେଦେନଶୀଳ ଘଟଣା। ଓଡିଶା କନ୍ୟା ମମିତା ହତ୍ୟା ଘଟଣାରେ ଯେଉଁମାନେ ଜଡିତ ସେମାନେ ନିଶ୍ଚିତ ଦଣ୍ଡ ପାଇବେ। ହେଲେ ଏପରି ଏକ ସମ୍ବେଦେନଶୀଳ ଘଟଣାରେ ଅଯଥା ରାଜନୀତି କରାଯାଉଛି ବୋଲି ନବୀନ ବିବୃତି ରଖିଛନ୍ତି।

ଏକ ଦୀର୍ଘ ଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ହତ୍ୟା ଘଟଣାରେ ଜଣେ ଅବସରପ୍ରାପ୍ତ ବିଚାରପତି ନିଯୁକ୍ତ ହୋଇଛନ୍ତି। ତଦନ୍ତ କରିବା ପାଇଁ ଉଚ୍ଚ ନ୍ୟାୟାଳୟକୁ ଜଣେ ବିଚାରପତିଙ୍କୁ ନିଯୁକ୍ତ କରିବା ପାଇଁ ରାଜ୍ୟ ସରକାର ଅନୁରୋଧ କରିଥିଲେ। ସେହି ଅନୁସାରେ ଏହି ଘଟଣା ଜଣେ ନିରପେକ୍ଷ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ବାରା ତଦନ୍ତ ହେବ। ଆମର ନ୍ୟାୟିକ ତଦନ୍ତ ପ୍ରତି ବିଶ୍ବାସ ରହିଛି। ବିରୋଧୀମାନେ ମଧ୍ୟ ମଧ୍ୟ ସେଥିରେ ବିଶ୍ବାସ କରି ତଦନ୍ତକୁ ଅପେକ୍ଷା କରିବା ଉଚିତ।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିରୋଧୀ ଦଳ ଜଣେ ନିର୍ବାଚିତ ପ୍ରତିନିଧୀଙ୍କୁ ତାଙ୍କର ଅଧିକାରକୁ କାର୍ଯ୍ୟକାରୀ କରିବା ପାଇଁ ସୁଯୋଗ ଦେଉ ନାହାଁନ୍ତି। ନବୀନ ଦିବ୍ୟଶଙ୍କର ନାମ ନ ନେଇ କହିଲେ ଯେ, ସେହି ବିଧାୟକଙ୍କୁ ବିଧାନସଭାରେ ତାଙ୍କ କାମ କରିବା ପାଇଁ ପ୍ରତିରୋଧ କରୁଛନ୍ତି। ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ଏହା ଠିକ ନୁହେଁ ବୋଲି ନବୀନ ତାଙ୍କ ବିବୃତିରେ କହିଛନ୍ତି।

ସେ କହିଛନ୍ତି ଯେ, ପୂର୍ବରୁ ଅନେକ ଘଟଣା ସିବିଆଇ ତଥା ଅନ୍ୟ ସଂସ୍ଥା ତଦନ୍ତ କରିଛନ୍ତି। ସେହିପରି ରାଜ୍ୟ ପୋଲିସ ମଧ୍ୟ ବହୁ ଘଟଣା ତଦନ୍ତ କରିଛି। ହେଲେ କେଉଁଠାରେ ହେଲେ ମଧ୍ୟ ରାଜ୍ୟ ପୋଲିସ ତାହାର ବିଫଳତା ପ୍ରକାଶ କରି ନାହିଁ। ତେଣୁ ବିରୋଧୀଙ୍କୁ ମୁଁ ପ୍ରତିଶୃତି ଦେଉଛି ଯେ, ମୋ ସରକାର ସଠିକ ତଦନ୍ତ କରି ମେହେର ପରିବାରକୁ ନ୍ୟାୟ ପ୍ରଦାନ କରିବ।

ଶେଷରେ ନବୀନ କହିଛନ୍ତି ଯେ ବିରୋଧୀ ଦଳକୁ ମୁଁ ଅନୁରୋଧ କରୁଛି ଯେ, ଏପରି ଏକ ସମ୍ବେଦନଶୀଳ ଘଟଣାରେ ରାଜନୀତି ନ କରି ଗୃହରେ ଶାନ୍ତିଶୃଙ୍ଖଳା ରକ୍ଷା କରନ୍ତୁ। ଯଦି ବିରୋଧୀଙ୍କ ପାଖରେ ଏହି ଘଟଣା ସହିତ କୌଣସି ପ୍ରମାଣ ଅଛି ତେବେ କୋର୍ଟରେ ଦାଖଲ କରନ୍ତୁ। ହେଲେ ଗୃହ କାର୍ଯ୍ୟରେ ସଂପୂର୍ଣ୍ଣ ସହଯୋଗ କରନ୍ତୁ ବୋଲି ନବୀନ ବିରୋଧୀ ଦଳଙ୍କୁ ଅନୁରୋଧ କରିଛନ୍ତି। ( ଏଥିରେ ଥିବା ଫଟୋଟି ଏକ ପୁରୁଣା ଫଟୋ)

Categories
ବିଶେଷ ଖବର ରାଜ୍ୟ ଖବର

ବାଲେଶ୍ବର ଜିଲ୍ଲା ପାଇଁ ୧୫୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଜିଲ୍ଲାର ସ୍ମାର୍ଟ କାର୍ଡର ଶୁଭାରମ୍ଭ ଅବସରରେ  ୧୫୦୦ କୋଟି ଟଙ୍କାର ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ପାଖରେ ଭଲ ପିଇବା ପାଣି ପହଞ୍ଚାଇବା ଆମର ଏକ ମୁଖ୍ୟ ଲକ୍ଷ୍ୟ । ବାଲେଶ୍ବରର ୬ଟି ବ୍ଲକ୍‌ରେ ୯୦୦ କୋଟିରୁ ଅଧିକ ଟଙ୍କାର ବିନିଯୋଗରେ ମେଗା ପାଇପ ପାଣି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି । ଏହାଦ୍ବାରା ୬୬୦ଟି ଗାଁର ୬.୫୦ ଲକ୍ଷ ଲୋକ ଭଲ ପିଇବା ପାଣି ପାଇପାରିବେ ।

ମାଛ ଉତ୍ପାଦନରେ ବାଲେଶ୍ବର ଏକ ଆଗୁଆ ଜିଲ୍ଲା ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାର ମତ୍ସ୍ୟଜୀବୀ ମାନଙ୍କ ସୁବିଧା ପାଇଁ ବସ୍ତା ଠାରେ ୨୦ ଏକର ଜମିରେ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଏକ ବଡ Whosesale Fish Market କରାଯିବ। ଏହାଦ୍ବାରା ବାଲେଶ୍ବର ସହିତ କେନ୍ଦ୍ରାପଡା ଓ ଜଗତସିଂହପୁରର ମତ୍ସ୍ୟଜୀବୀମାନେ ଉପକାର ପାଇବେ । ଏହାପରେ ମାଛ ବିକିବା ପାଇଁ ସ୍ଥାନୀୟ ମତ୍ସ୍ୟଜୀବୀ ମାନଙ୍କୁ ଆଉ ଦିଘା ମାଛ ମାର୍କେଟ ଉପରେ ନିର୍ଭର ହେବାକୁ ପଡିବ ନାହିଁ ।

ପ୍ରଥମେ ମୁଖ୍ୟମନ୍ତ୍ରୀ ବ୍ୟାସକବି ଫକୀରମୋହନ ଓ କବିବର ରାଧାନାଥ ରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଓଡିଶାର ଭାଷା ଓ ସାହିତ୍ୟର ଗୌରବ ବୃଦ୍ଧି କ୍ଷେତ୍ରରେ ଏହି ଦୁଇ ମହାରଥୀଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ । ସେହିପରି ସ୍ବାଧୀନତା ସଂଗ୍ରାମରେ ବାଲେଶ୍ବରର ସ୍ବତନ୍ତ୍ର ଅବଦାନ ବିଷୟରେ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାଲେଶ୍ବର ଜିଲ୍ଲା କୃଷି, ଶିଳ୍ପ, ପର୍ଯ୍ୟଟନ ସବୁ କ୍ଷେତ୍ରରେ ଆଗୁଆ ।

ଆମର ୮୦ କିଲୋମିଟର ବେଳାଭୂମି କେବଳ ବାଲେଶ୍ବରରେ ଅଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଧାନ, ପାନ, ମୀନ ପାଇଁ ବାଲେଶ୍ବର ଜଣାଶୁଣା। ବାଲେଶ୍ବରରେ ୬୦୦ ମିଶନ ଶକ୍ତିର ମା ମାନେ ମାଛ ଚାଷରେ ସାମିଲ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ । ଏହାସହିତ ବିଭିନ୍ନ ସରକାରୀ ଯୋଜନାରେ ମଧ୍ୟ ସେମାନେ ସହଭାଗୀ ହୋଇଛନ୍ତି ଏବଂ ସେମାନଙ୍କୁ ଅଧିକ କାମ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, କେନ୍ଦୁଝରର ସବୁ ପରିବାରକୁ ଡିସେମ୍ବର ୨୦୨୨ ସୁଦ୍ଧା ପାଇପ ପାଣି ସଂଯୋଗ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଇଁ ୧୪ ଶହ ୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।

କେନ୍ଦୁଝରକୁ ଏକ ସମୃଦ୍ଧ ଜିଲ୍ଲା ଭାବରେ ଗଢିବା ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଆସୁଛନ୍ତି । କେନ୍ଦୁଝରର ସବୁ ଗାଁ, ସବୁ ସହର ଓ ସବୁ ପରିବାରକୁ ଡିସେମ୍ବର ୨୦୨୨ ସୁଦ୍ଧା ପାଇପ ପାଣି ସଂଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଜନଜାତି ଭାଇ ଭଉଣୀ ମାନଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର ୩୬ କୋଟି ଟଙ୍କାରେ ବୃହତ କୁକୁଡା ପାଳନ ପ୍ରକଳ୍ପ (Mega Poultry Project) ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ୩୦ ହଜାର ଜନଜାତି ଭାଇ ଭଉଣୀ ଉପକାର ପାଇବେ ବୋଲି ସେ କହିଥିଲେ ।

Categories
ବିଶେଷ ଖବର ରାଜ୍ୟ ଖବର

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ କେନ୍ଦୁଝର ଜିଲ୍ଲା, ୪ ଲକ୍ଷ ୨୦ ହଜାର ପରିବାର ହେବେ ଉପକୃତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୪.୨୦ ଲକ୍ଷ ପରିବାରଏହି ସୁବିଧା ପାଇବେ । କେନ୍ଦୁଝର ସହିତ ରାଜ୍ୟର ୧୩ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।

ଏହି ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସାରା ଦେଶକୁ ବାଟ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୪ ଲକ୍ଷ ୨୦ ହଜାର ପରିବାର ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ । ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶିଶୁ ଦିବସ ଦିନ ୧୦୦ଟି ରୂପାନ୍ତରୀତ ସ୍କୁଲର ଲୋକାର୍ପଣ ପାଇଁ ଖୁସି ବ୍ୟକ୍ତ ପାଇଁ ଏଥିପାଇଁ କାମ କରିଥିବା ଲୋକ ମାନଙ୍କୁ ଧନ୍ୟବାଦ ଦେଇଥିଲେ। ଗୋଟିଏ ଦିନରେ ୧୦୦ଟି ସ୍କୁଲର ଲୋକାର୍ପଣ ସାରା ରାଜ୍ୟରେ ଏକ ରେକର୍ଡ ବୋଲି ସେ କହିଥିଲେ। ପୁଷ୍ଟି ନିରାପତ୍ତା କ୍ଷେତ୍ରରେ କେନ୍ଦୁଝର ଜିଲ୍ଲା ଭଲ ପ୍ରଦର୍ଶନ କରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ, କେନ୍ଦୁଝର ସାଂସଦ ଶ୍ରୀମତୀ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ଶ୍ରୀ ବଦ୍ରୀ ନାରାୟଣ ପାତ୍ର ଓ କେନ୍ଦୁଝର ପାଟଣା ବିଧାୟକ ଶ୍ରୀ ଜଗନ୍ନାଥ ନାୟକ ଯୋଗ ଦେଇ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସାରା ଦେଶରେ ଓଡିଶାର ମର୍ଯ୍ୟାଦା ବୃଦ୍ଧି କରିଛି ବୋଲି କହିଥିଲେ।

ବିଶେଷକରି, କୋଭିଡ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ସାରା ଦେଶରେ ଅନେକ ଜୀବନ ବଞ୍ଚାଇବାରେ ସଫଳ ହୋଇଥିଲା ବୋଲି ସେମାନେ କହିଥିଲେ । କେନ୍ଦୁଝରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଇଛନ୍ତିଢ଼ ବୋଲି ପ୍ରକାଶ କରି ସେମାନେ ବିଭିନ୍ନ କ୍ଷେତ୍ରରେ କେନ୍ଦୁଝର ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ସ୍ମାର୍ଟ ହେଲ୍‌ଥ କାର୍ଡରେ ଝାରସୁଗୁଡା ଜିଲ୍ଲାର ୧ ଲକ୍ଷ ହିତାଧିକାରୀଙ୍କୁ ସୁବିଧା, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ। ବର୍ତ୍ତମାନ ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ । ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମହାନ୍‌ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ତାଙ୍କର ଆଦର୍ଶ, ସଂଗ୍ରାମ ଓ ଦେଶପ୍ରେମ ଯୁଗ ଯୁଗ ଧରି ଆମକୁ ପ୍ରେରଣା ଦେଉଥିବ। ସ୍ବାଧୀନତା ସଂଗ୍ରାମୀ ବିହାରୀ ରାମ ତନ୍ତୀ, ଲକ୍ଷ୍ମୀ ନାରାୟଣ ମିଶ୍ର ଓ ଚିନ୍ତାମଣି ପୂଜାରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ, ବରଗଡ ସାଂସଦ ଶ୍ରୀ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ ଶ୍ରୀ କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡା ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆ ସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି, ତାହା ସମଗ୍ର ଦେଶରେ ବିରଳ।

Categories
ଆଜିର ଖବର ରାଜ୍ୟ ଖବର

ବରଗଡରେ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଏହି ଅବସରରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ।

ଆଜି ମୁଖ୍ୟମନ୍ତ୍ରୀ ବରଗଡରେ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ସେହିପରି ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଏଥିରେ ରହିଛି – ୨୦୯୦ କୋଟି ଟଙ୍କାର ଗୁରୁତ୍ବପୂର୍ଣ୍ଣ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ । ଏହି ପ୍ରକଳ୍ପ ୨୦୨୩ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ ଏବଂ ଚାଷୀମାନେ ଏଥିରୁ ପାଣି ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Categories
ବିଶେଷ ଖବର ରାଜ୍ୟ ଖବର

ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ବରଗଡ ସହିତ ରାଜ୍ୟର ୧୧ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବରଗଡ ହେଉଛି ମା ଲକ୍ଷ୍ମୀଙ୍କ ପବିତ୍ର ଭୂମି । ଓଡିଶାର ଭାତ ହାଣ୍ଡି । ବରଗଡର ବୁଣାକାର ମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି କହିଲେ ଯେ ଚାଷୀଙ୍କ ପରି ବରଗଡର ବୁଣାକାର ମଧ୍ୟ ସାରା ବିଶ୍ବକୁ ସମ୍ବଲପୁରୀ ଶାଢୀ ଉପହାର ଦେଇଛନ୍ତି । ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ମୋର ପ୍ରଣାମ ବୋଲି ସେ କହିଥିଲେ । ବରଗଡ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଉପକାର ପାଇବେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଏମ୍ ପି.ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା
ଶ୍ରୀମତୀ ରୀତା ସାହୁ,ଶ୍ରୀମତ ସ୍ନେହାଙ୍ଗୀନୀ ଛୁରିଆ ପ୍ରମୁଖ ଉଦ୍ ବୋଧନ ଦେଇ ବିଭିନ୍ନ କ୍ଷେତ୍ରରେ ବିଜେପୁରର ବିକାଶ ଉପରେ ଆଲୋକପାତ କରିଥିଲେ। ଯେଉଁଭଳି ଦୂରଦର୍ଶିତାର ପରିଚୟ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ସ୍ମାର୍ଟ କାର୍ଡ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ସେଭଳି ବ୍ୟବସ୍ଥା ଭାରତବର୍ଷରେ ଆଉ କେଉଁ ଠାରେ ନାହିଁ ବୋଲି ସେମାନେ କହିଥିଲେ । ଏହି ଯୋଜନା ଗରିବ ଲୋକଙ୍କର, ବିଶେଷ କରି ମହିଳା ମାନଙ୍କର ଏକ ବଡ ଚିନ୍ତା ଦୂର କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ସ୍ବାଗତ ଭାଷଣ ଦେଇଥିଲେ । ମନ୍ତ୍ରୀ ଶ୍ରୀ ନିରଞନ ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ ପାଇଁ ଆଜି ବରଗଡ ଯିବେ ମୁଖ୍ୟମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ସେ ଜିଲ୍ଲାବାସୀଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ବିଜେପୁରରେ ଆୟୋଜିତ ଏହି ସମାରୋହରେ ଯୋଗ ଦେବେ। ମନ୍ତ୍ରୀ ସୁଶାନ୍ତ ସିଂ ଏବଂ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ କାର୍ଯ୍ୟକ୍ରମର ସଫଳତା ପାଇଁ ତଦାରଖ କରୁଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦେଖି ବରଗଡରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।  ପ୍ରାୟ 18 ପ୍ଲାଟୁନ ପୋଲିସ ଫୋର୍ସ, 6 ଜଣ ଡିଏସପି, 15 ଜଣ ଇନ୍ସପେକ୍ଟର, 20 ଜଣ ସବ ଇନ୍ସପେକ୍ଟର, 40 ଜଣ ଏଏସଆଇ ମୁତୟନ ହୋଇଥିବା ବେଳେ ଏସଓଜି ଟିମ ଯବାନଙ୍କୁ ମଧ୍ୟ ମୁତୟନ କରାଯାଇଛି ।