Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର ସ୍ବାସ୍ଥ୍ୟ

ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ବେଡ୍ ସଂଖ୍ୟା ୩୦୦କୁ ବୃଦ୍ଧି: ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଜିଲ୍ଲାବାସୀ

ରମେଶ ମହାନ୍ତି
ଜଗତସିଂହପୁର: ରାଜ୍ୟ ସରକାରଙ୍କ ତରଫରୁ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ବେଡ୍ ସଂଖ୍ୟା ୩୦୦କୁ ବୃଦ୍ଧି କରାଯାଇଛି। ଏହି ଚିକିତ୍ସାଳୟରେ ପ୍ରଥମରୁ ୧୨୬ଟି ବେଡ୍ ରହିଥିବା ବେଳେ ବର୍ତ୍ତମାନ ଏହାକୁ ୩୦୦କୁ ବୃଦ୍ଧି କରାଯାଇଛି। ଏଥିସହିତ ଚିକିତ୍ସାଳୟର ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାର ଉନ୍ନତି କରାଯିବ ବୋଲି ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି।

କିଛିଦିନ ପୂର୍ବରୁ ରାଜ୍ୟ ସରକାରଙ୍କ ତରଫରୁ ଜଗତସିଂହପୁରରେ (ଏମ୍.ସି.ଏଚ୍) ୧୦୦ ବେଡ୍ ହସପିଟାଲର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ଏହାର କାର୍ଯ୍ୟ ଆଗେଇ ଚାଲିଛି। ଏନେଇ ଜିଲ୍ଲାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାପାଳ ଧନ୍ୟବାଦ ଜ୍ଞାପନ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ଡାକ୍ତରଙ୍କ ଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଚାରି ବୁଝିଛନ୍ତି। ପ୍ରଦୀପ୍ତ କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସେ କୋଭିଡ ନେଗେଟିଭ ଅଛନ୍ତି ବୋଲି ଡାକରମାନେ ସୂଚନା ଦେଇଛନ୍ତି।

ଫୁସଫୁସରେ ସଂକ୍ରମଣ ଯୋଗୁଁ ସେ ଏବେ ଭେଣ୍ଟିଲେଟରରେ ଅଛନ୍ତି। ପ୍ରଦୀପ୍ତଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି। ଏନେଇ ଏସସିବି ଏବଂ ଏମ୍ସ ଡାକ୍ତରଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇଛନ୍ତି। ପ୍ରଦୀପ୍ତଙ୍କୁ ସର୍ବୋତ୍କୃଷ୍ଟ ଚିକିତ୍ସା ଯୋଗାଇଦେବା ପାଇଁ ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଦୀପ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଲେ ମୁଖ୍ୟମନ୍ତ୍ରୀ ନବୀନ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଷୋହଳ ଜିଲ୍ଲାରେ ଆରଟିପିସିଆର ଟେଷ୍ଟିଂ ପରୀକ୍ଷାଗାର ପାଇଁ ୨୦କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସଂକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଷୋହଳ ଟି ଜିଲ୍ଲା ଯଥା ଭଦ୍ରକ, ବୌଦ୍ଧ, ଢେ଼ଙ୍କାନାଳ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ନବରଙ୍ଗପୁର, ମାଲକାନଗିରି, ନୂଆପଡା, ସୋନପୁର, କନ୍ଧମାଳ, ସୁନ୍ଦରଗଡ, ରାୟଗଡ଼ା ଓ ବରଗଡର ସଦର ମହକୁମାରେ ଗୋଟିଏ ଗୋଟିଏ ଆରଟିପିସିଆର ଟେଷ୍ଟିଂ କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହି ଟେଷ୍ଟିଂ କେନ୍ଦ୍ରଗୁଡିକ ସବୁଦିନ ଲୋକଙ୍କୁ ସେବା ଯୋଗାଇ ଦେବ। ଏଥିନିମନ୍ତେ ପ୍ରତି ଜିଲ୍ଲାରେ ଜଣେ ଲେଖାଏ ମାଇକ୍ରୋବାଇଓଲୋଜିଷ୍ଟ ଓ ତିନି ଜଣ ଲ୍ୟାବ ଟେକ୍ନିସିଆନଙ୍କୁ ନିୟୋଜିତ କରାଯିବ। କରୋନା ସକ୍ରମଣକୁ ରୋକିବା ଓ ତୁରନ୍ତ ଚିକିତ୍ସା ଆରମ୍ଭ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ଆଶା କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର

କୋଭିଡ ପରିଚାଳନା ପାଇଁ ୩ ଜିଲ୍ଲାକୁ ୭ କୋଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ କୋଭିଡ ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ଉପରେ ଦାୟିତ୍ଵ ଦେଉଛନ୍ତି। ପ୍ରଭାବିତ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ଅଲଗା ଅଲଗା ଆର୍ଥିକ ଅନୁଦାନ ମଧ୍ୟ ପ୍ରଦାନ କରୁଛନ୍ତି।

ତେବେ ଆଜି ମୁଖ୍ୟମନ୍ତ୍ରୀ ୩ ଟି ଜିଲ୍ଲାକୁ ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି। ସମ୍ବଲପୁର, ପୁରୀ ଏବଂ ସୋନପୁର   ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି। ସମ୍ବଲପୁର ଜିଲ୍ଲା ପାଇଁ ୪ କୋଟି ୬୨ ଲକ୍ଷ, ପୁରୀ ପାଇଁ ୨ କୋଟି ଏବଂ ସୋନପୁର ପାଇଁ ୧ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ସିଏମଆରଏଫରୁ ଦେଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ ପରିଚାଳନା ପାଇଁ ସମ୍ବଲପୁର ଜିଲ୍ଲାକୁ ମୋଟ ୧୬ କୋଟି ୧୨ ଲକ୍ଷ ପ୍ରଦାନ କରାଯାଇଥିବା ବେଳେ  ପୁରୀ ଜିଲ୍ଲା ପାଇଁ ୧୬ କୋଟି ୫୯ ଲକ୍ଷ ଏବଂ ସୋନପୁର ଜିଲ୍ଲା ପାଇଁ ୩  କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଖଲ୍ଲିକୋଟ ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ମିଳିଲା ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଖଲ୍ଲିକୋଟ ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଏକା ବିଶ୍ଵବିଦ୍ୟାଳୟ ଭାବେ ମାନ୍ୟତା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ରାଜ୍ୟର ଏକ ପୁରାତନ ଏବଂ ପ୍ରସିଦ୍ଧ ମହାବିଦ୍ୟାଳୟ ଭାବେ ଖଲ୍ଲିକୋଟ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିଚିତ।

Categories
ଆଜିର ଖବର ରାଜ୍ୟ ଖବର

ସାମ୍ବାଦିକଙ୍କୁ ଆଗ ଧାଡିର କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ସାମ୍ବାଦିକଙ୍କୁ ଆଗ ଧାଡିର କରୋନା ଯୋଦ୍ଧା ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ଵାରା ୬ ହଜାର ୯୪୪ ଜଣ ସାମ୍ବାଦିକ ଉପକୃତ ହେବେ। ଏହି ଅବସରରେ ସାମ୍ବାଦିକମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ଏହି ମହାମାରୀ ସମୟରେ ସାମ୍ବାଦିକମାନଙ୍କ ଅନବରତ ସେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କୋଭିଡ଼ ସମୀକ୍ଷା ବୈଠକ: ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳମାନଙ୍କ ସହ କୋଭିଡ଼ ସମୀକ୍ଷା କରିଛନ୍ତି। ଏହି ବୈଠକରେ ଜିଲ୍ଲାପାଳମାନଙ୍କୁ କୋଭିଡ଼ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ରାଜ୍ୟରେ ଲକଡାଉନ ଆରମ୍ଭ ହୋଇଛି। ତେଣୁ ପ୍ରବାସୀ ଫେରିବା ସମ୍ଭାବନାଥିବାରୁ ସମସ୍ତେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ତଥ୍ୟ ସଂଗ୍ରହ ସହ  ପୂର୍ବ ପ୍ରୋଟୋକଲ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସବୁ ଆକ୍ରାନ୍ତ ଯେଭଳି ସଠିକ ଭାବେ ଚିକିତ୍ସା ପାଇବେ ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ଔଷଧ ଥିଲେ ମଧ୍ୟ ଆହୁରି ଅଧିକ ଔଷଧ ମହଜୁଦ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ହସ୍ପିଟାଲରେ ବେଡ଼ ଏବଂ ଅକ୍ସିଜେନ ସଂଖ୍ୟା ବଢାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିଭଳି ଲକଡାଉନ ଟାଳିବାକୁ ହେଲେ ଲୋକମାନଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକମାନଙ୍କୁ ସହଯୋଗ ପାଇଁ ନିବେଦନ କରିବା ସହ ବିନା ଲକଡାଉନରେ ଆମେ କରୋନାକୁ ପରାସ୍ତ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେଣୁ ସମସ୍ତେ କରୋନା ନିୟମକୁ ମାନିବା ପାଇଁ ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ଅପରାହ୍ଣ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ଣ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ। ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଏନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ କିଛି ପରାମର୍ଶ ଦେଇପାରନ୍ତି ବୋଲି କୁହାଯାଉଛି।

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ସମ୍ପର୍କରେ ଆଲୋଚନା କରିଥିଲେ। ଅଧିକ ଟେଷ୍ଟିଙ୍ଗ ଏବଂ ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଗୁରୁତ୍ଵ ଦେବାକୁ ମୁଖ୍ୟମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଥିଲେ। ଭୟଭୀତ ନ ହୋଇ କରୋନା ବିରୋଧରେ ମିଳିମିଶି ଲଢେଇ କରିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ଵାନ ଦେଇଥିଲେ। ଏହାସହ ଦେଶରେ ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଟିକା ଉତ୍ସବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀମାନଙ୍କୁ କହିଥିଲେ।

ତେବେ ଏହି ବୈଠକରେ କରୋନା ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦ କୋଟି ଟଙ୍କା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଓଡ଼ିଶା ଏନେଇ କେନ୍ଦ୍ର ସରକାରକୁ ୪୦୦ କୋଟି ଟଙ୍କା ମାଗିଥିବା ବେଳେ ଏପର୍ଯ୍ୟନ୍ତ ମାତ୍ର ୧୪୬ କୋଟି ଟଙ୍କା ମିଳିଥିବା ମୁଖ୍ୟମନ୍ତ୍ରୀ କହିଥିଲେ।

Categories
ଆଜିର ଖବର ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ମୋ କଲେଜ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ

ସିତରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅନ୍ତର୍ଗତ ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ମୋ କଲେଜ ଅଭିଯାନର ଶୁଭାରମ୍ଭ ହୋଇଯାଇଅଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତ ଅଭିଯାନକୁ ଭିଡ଼ିଓ କନଫରେନ୍ସ ଜରିଆରେ ଲୋକାର୍ପିତ କରିଛନ୍ତି।  କଲେଜ ସହିତ ପୂର୍ବତନ ଛାତ୍ରଛାତ୍ରୀ ମାନଙ୍କୁ ଯୋଡିବା ସହ କଲେଜ ଉନ୍ନତିରେ ସେମାନଙ୍କୁ ଭାଗିଦାର କରିବାପାଇଁ ଏହା ମୁଖ୍ୟମନ୍ତ୍ରୀଙ୍କ ଏକ ଅଭିନବ ପ୍ରୟାସ ବୋଲି ଗୋଦାବରୀଶ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ା ପ୍ରମୋଦ କୁମାର ପାଢ଼ୀ ପ୍ରକାଶ କରିଛନ୍ତି।

ଆଜି ଅପରାହ୍ନରେ ମହାବିଦ୍ୟାଳୟ ଅଡ଼ିଟୋରିଅମ ହଲରେ ଉକ୍ତ ଅଭିଯାନର ଶୁଭାରମ୍ଭ ନିମନ୍ତେ କଲେଜ ପ୍ରଶାସନ ପକ୍ଷରୁ ଏକ ଛୋଟ ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ କଲେଜ ଅଧ୍ୟକ୍ଷଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ପୁରାତନ ଛାତ୍ର ଛାତ୍ରୀ, ସାମ୍ବାଦିକ ଏବଂ ବୁଦ୍ଧିଜୀବୀମାନେ ଯୋଗ ଦେଇଥିଲେ।

ଉକ୍ତ କାର୍ଯ୍ୟକ୍ରମର ସଂଯୋଜନା ପ୍ରାଧ୍ୟାପକ ଡ଼ା ସୁର ପ୍ରତାପ ନରେନ୍ଦ୍ର ସିଂ ବର୍ମା କରିଥିବାବେଳେ ପ୍ରାଧ୍ୟାପକ ଲକ୍ଷ୍ମୀ ପ୍ରସାଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଏଣିକି ୧୧୨ କୁ ଡାଏଲ କଲେ ମିଳିବ ତିନୋଟି ପ୍ରମୁଖ ସେବା: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ରାଜ୍ୟରେ ଏଣିକି ଗୋଟିଏ ନମ୍ବରକୁ ଡାଏଲ କଲେ ମିଳିବ ତିନୋଟି ପ୍ରମୁଖ ସେବା। ପୋଲିସ, ଅଗ୍ନିଶମ ଏବଂ ଆମ୍ବୁଲାନ୍ସ ସେବା ପାଇଁ ଏଣିକି ୧୧୨ କୁ ଡାଏଲ କରିବାକୁ ପଡ଼ିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ସେବାର ଶୁଭାରମ୍ଭ କରିଛନ୍ତି।

ପୂର୍ବରୁ ଏହି ସେବାଗୁଡିକ ପାଇଁ ଭିନ୍ନ ଭିନ୍ନ ନମ୍ବରକୁ ଡାଏଲ କରିବାକୁ ପଡୁଥିଲା। ଲୋକଙ୍କ ସୁବିଧା ପାଇଁ ଏବେ ଗୋଟିଏ ନମ୍ବରକୁ ପରିବର୍ତ୍ତନ କରାଯାଇଛି। ଯାହା ଦ୍ଵାରା ଲୋକଙ୍କ ସମସ୍ୟାର ସମାଧାନ ହୋଇପାରିବ।

ତେବେ ଏହି ସେବା ପାଇଁ ୧୦୯୮ ପଦବୀକୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି। ଏଥିରେ ୪ ଡିଏସ୍‌ପି, ୧୫୧ ଏସଆଇ, ୨୦୩ ଏଏସଆଇ ଓ ୭୪୦ କନଷ୍ଟେବଳ ନିୟୋଜିତ ହେବେ।

Categories
ବିଶେଷ ଖବର ରାଜ୍ୟ ଖବର

ରାଜ୍ୟରେ ଆଉ ୬ ଟି ପ୍ଲାନେଟାରିଅମ ଓ ୩୦ ଟି ଜିଲ୍ଲା ବିଜ୍ଞାନ କେନ୍ଦ୍ର ସ୍ଥାପନ କରାଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନ ଶିକ୍ଷାରେ ମନୋନିବେଶ କରିବା ସହିତ ବୈଜ୍ଞାନିକ ମନୋବୃତ୍ତି ନେଇ ଜୀବନରେ ଆଗକୁ ବଢିବା ପାଇଁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଦୁଇଟି ପ୍ଲାନେଟାରିଅମ ଅଛି। ଏହାସହିତ ଆଉ 6 ଟି ପ୍ଲାନେଟାରିଅମ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୩୦ ଟି ଜିଲ୍ଲା ରେ ମଧ୍ୟ ୩୦ ଟି ଜିଲ୍ଲା ବିଜ୍ଞାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏଥିପାଇଁ ୧୦୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ବରର ପଠାଣୀ ସାମନ୍ତ ପ୍ଲାନେଟାରିଅମ୍‌କୁ ଏକ ୩-ଡ଼ି ପ୍ଲାନେଟାରିଅମରେ ପରିଣତ କରାଯିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମଣିଷ ସଭ୍ୟତାର ବିକାଶରେ ବିଜ୍ଞାନ ଓ ବୈଷୟିକ ଜ୍ଞାନର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ବିଜ୍ଞାନ ବିନା ଆଜି ଜୀବନଯାପନ କରିବା ସମ୍ଭବ ନୁହେଁ। ଯଦି ଆଜି ମଣିଷ ସଭ୍ୟତାର ଶିଖରରେ ପହଞ୍ଚିପାରିଛି, ତେବେ ଏହା ହେଉଛି ବିଜ୍ଞାନର ଅବଦାନ। ବିଜ୍ଞାନ ଓ ବିକାଶ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଓଡିଶା ଆଜି ବିକାଶ ପଥରେ ଅଗ୍ରଗତି କରି ବିଜ୍ଞାନ ଓ ବୈଷୟିକ ଶକ୍ତିର ପ୍ରୟୋଗରେ ଏକ ଜ୍ଞାନ ଅର୍ଥନୀତି (ନଲେଜ ଇକୋନୋମି) ଦିଗରେ ଅଗ୍ରସର ହେଉଛି। ବିକାଶର ଏହି ପ୍ରକ୍ରିୟାକୁ ଜାରି ରଖିବା ପାଇଁ ଛାତ୍ରଛାତ୍ରୀ ଓ ସାଧାରଣ ଲୋକଙ୍କ ଭିତରେ ବୈଜ୍ଞାନିକ ମନୋବୃତି, ଅନୁସନ୍ଧିତ୍ସୁ ମନୋଭାବ ଏବଂ ଯୁକ୍ତିଯୁକ୍ତ ଚିନ୍ତାଧାରା ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ରାଜ୍ୟ ସରକାର ଓଡିଶାରେ ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା, ଇଞ୍ଜିନିୟରିଂ ଓ ଗଣିତ ଶିକ୍ଷାରେ ଅଧିକରୁ ଅଧିକ ଛାତ୍ରଛାତ୍ରୀ ମାନଙ୍କୁ ଆକୃଷ୍ଟ କରିବା ପାଇଁ ପଦକ୍ଷେପ ନେଉଛନ୍ତି।

ବିଜ୍ଞାନ ଶିକ୍ଷା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପ ଦ୍ବାରା ସମାଜରେ ବୈଜ୍ଞାନିକ ମନୋଭାବ ବୃଦ୍ଧି ପାଇବା ସହିତ ପିଲାମାନଙ୍କ ମଧ୍ୟରେ ତର୍କସଙ୍ଗତ ଚିନ୍ତାଧାରା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାୟଗଡ଼ା ଠାରେ ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ କହିଲେ ଯେ ବିକାଶର ଧାରାରେ ବିଜ୍ଞାନର ସହାୟତା ସବୁବେଳେ ଜରୁରୀ। ରାୟଗଡାରେ ପ୍ଲାନେଟାରିଅମ୍‌ ସ୍ଥାପନ ଦ୍ବାରା ସ୍ଥାନୀୟ ପିଲାମାନଙ୍କ ମଧ୍ୟରେ ବୈଜ୍ଞାନିକ ଚିନ୍ତାଧାରା ବୃଦ୍ଧି ପାଇବ ବୋଲି ସେ ଆଶାପ୍ରକାଶ କରିଥିଲେ।

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟରେ ବିଜ୍ଞାନ ଶିକ୍ଷାର ପ୍ରସାର ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ଲାନେଟାରିଅମ୍‌ ଓ ଜିଲ୍ଲା ଗୁଡିକରେ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା କରାଯାଉଛି। ଭୁବନେଶ୍ବରର ପ୍ଲାନେଟାରିଅମ୍‌କୁ ଆହୁରି ବଡ କରାଯାଇ ଏଥିରେ ୧୨୦ ଜଣ ବସିବାର ବ୍ୟବସ୍ଥା କରାଯାଉଛି ବୋଲି ସେ କହିଥିଲେ।

ସେହିପରି ଜୟପୁର ଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କହିଲେ ଯେ ଜୟପୁରରେ ପ୍ଲାନେଟାରିଅମ୍‌ ପ୍ରତିଷ୍ଠା ସମଗ୍ର କୋରାପୁଟ ଜିଲ୍ଲା ପାଇଁ ଖୁସିର କଥା। ଆଧୁନିକ ସମାଜରେ ବିଜ୍ଞାନଭିତ୍ତିକ ଜୀବନଶୈଳୀ ବହୁତ ଜରୁରୀ ବୋଲି ପ୍ରକାଶ କରି ଏହି ପଦକ୍ଷେପ ଦ୍ବାରା ବିଜ୍ଞାନ କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ଅଗ୍ରହ ବୃଦ୍ଧି ପାଇବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ପ୍ଲାନେଟାରିଅମ ଓ ଜିଲ୍ଲା ବିଜ୍ଞାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଏନ୍‌. ଭାସ୍କର ରାଓ, ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ ୩ଟି ଚିଠି ଲେଖି ଦାବୀ ଜଣାଇଲେ ବିଧାୟକ ବାହିନିପତି

ଜୟପୁର: ଜୟପୁର ବିଧାୟକ ତାରା ପ୍ରସାଦ ବାହିନିପତି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୩ଟି ଚିଠି ଲେଖିଛନ୍ତି। ଉକ୍ତ ଚିଠିରେ ଜୟପୁର ର ସର୍ବ ପୁରାତନ ବିକ୍ରମ ଦେବ ସ୍ୱଂୟ ଶାସିତ ମହାବିଦ୍ୟାଳୟକୁ ବିଶ୍ୱ ବିଦ୍ୟାଳୟର ମାନ୍ୟତା ଦେବା, ଜୟପୁର ନର୍ସିଂ ମହାବିଦ୍ୟାଳୟ ଖୋଲିବା ଓ କୋରାପୁଟରେ କୃଷି ବିଶ୍ୱ ବିଦ୍ୟାଳୟ ଖୋଲିବାକୁ ଦାବୀ କରିଛନ୍ତି। ଜୟପୁର ବିକ୍ରମଦେବ କଲେଜ ରାଜ୍ୟର ବହୁ ପୁରାତନ ମହାବିଦ୍ୟାଳୟ ଅଟେ।

ଏହି କଲେଜକୁ ବିଶ୍ୱ ବିଦ୍ୟାଳୟ ଦାବି କରାଯାଇଥିବା ବେଳେ ବିଧାନସଭାରେ ମଧ୍ୟ ମନ୍ତ୍ରୀ ପ୍ରତିଶ୍ରୃିତି ଦେଇଥିଲେ। ଦୁଃଖ ଓ ପରିତାପର ବିଷୟ ଯେ ବିକ୍ରମ ଦେବ କଲେଜ ଠାରୁ ପରେ ପ୍ରତିଷ୍ଠା ହୋଇଥିବା କଲେଜ ଗୁଡିକ ବିଶ୍ୱ ବିଦ୍ୟାଳୟ ମାନ୍ୟତା ପାଇଥିଲେ ମଧ୍ୟ ଏହି କଲେଜକୁ ରାଜ୍ୟ ସରକାର ଜାଣି ଶୁଣି ଅଣଦେଖା କରିଥିବା ଅଭିଯୋଗ ହୋଇଛି। ତେଣୁ ରାଜ୍ୟ ସରକାର ତୁରନ୍ତ ବିକ୍ରମ ଦେବ କଲେଜକୁ ବିଶ୍ୱ ବିଦ୍ୟାଳୟ ମାନ୍ୟତା ଘୋଷଣା କରନ୍ତୁ। ନହେଲେ ବିଧାୟକ ବାହିନିପତିଙ୍କ ନେତୃତ୍ଵରେ ଏକ ବିଶାଳ ଜନ ଆନ୍ଦୋଳନ କରାଯିବ ବୋଲି ଚେତାବନି ଦେଇଛନ୍ତି।

ସେହିପରି କୋରାପୁଟ ରେ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ ଗଠନ କରିବାକୁ ଦାବୀ କରିଛନ୍ତି। କାରଣ ପୃଥିବିରେ ବିରଳ ଧାନ କୋରାପୁଟ ରେ ଚିହ୍ନଟ ହୋଇଥିବା ବେଳେ ଏହାର ସ୍ୱତନ୍ତ୍ର ସ୍ଥାନ ରହିଛି। କୋରାପୁଟରେ ତୁରନ୍ତ ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା ଦାବି ହୋଇଛି। ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲା ଜୟପୁରରେ ନର୍ସିଂ କଲେଜ ଓ ଫାର୍ମାସି କଲେଜ କରାଯାଉ। ଏହା ପ୍ରତିଷ୍ଠା ହେଲେ ଆଦିବାସୀ ଅଧ୍ୟୁଷିତ କୋରାପୁଟର ଆଦିବାସୀ ଯୁବତୀମାନେ ତାଲିମର ସୁବିଧା ପାଇବା ସହ ସ୍ୱାବଲମ୍ବି ହୋଇପାରିବେ ବୋଲି ବିଧାୟକ ବାହିନିପତି ଯୁକ୍ତି ଦର୍ଶାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ହିଞ୍ଜିଳି ପୌରାଞ୍ଚଳରେ ୨୮ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ ୨୮ କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଏ ଜାତିର, ଏ ଦେଶର ଭବିଷ୍ୟତ। ଶିକ୍ଷା ହେଉଛି ପରିବର୍ତ୍ତନର ଚାବିକାଠି। ଶିକ୍ଷା ହେଉଛି ପ୍ରକୃତ ସଶକ୍ତିକରଣ। ତେଣୁ ହିଞ୍ଜିଳିରେ ଶିକ୍ଷାର ବିକାଶ ଉପରେ ସେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ହିଞ୍ଜିଳିକୁ ଶିକ୍ଷା କ୍ଷେତ୍ରରେ ଏକ ଆଗୁଆ ଅଞ୍ଚଳ ଭାବେ ବିକଶିତ କରିବା ତାଙ୍କର ଲକ୍ଷ୍ୟ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ମହାମାରୀ ଯୋଗୁ ସେ ବହୁତ ଦିନ ହେଲା ହିଞ୍ଜିଳି ଯାଇପାରି ନାହାନ୍ତି। ଏବେ ପରିସ୍ଥିତିରେ ଉନ୍ନତି ଆସିଥିବାରୁ ସେ ଖୁବ ଶୀଘ୍ର ହିଞ୍ଜିଳି ଗସ୍ତ କରି ଜନସାଧାରଣଙ୍କୁ ଭେଟିବେ।

କୋଭିଡ ଯୁଦ୍ଧରେ ଗଞ୍ଜାମବାସୀଙ୍କ ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ “କରୋନା ମହାମାରୀ ସହ ଆପଣମାନେ ଯେପରି ଲଢିଲେ, ଗଞ୍ଜାମ ଯେପରି ଲଢିଲା, ତାହା ସାରା ବିଶ୍ବ ଦେଖିଛି। ଆପଣମାନଙ୍କ ସହଯୋଗରେ ଆଜି କରୋନାକୁ ନିୟନ୍ତ୍ରଣ କରିବାରେ ଆମେ ସଫଳ ହୋଇଛୁ। ଏ ଦିଗରେ ଗଞ୍ଜାମର ସଫଳତା ସାରା ବିଶ୍ବର ପ୍ରଶଂସା ପାଇଥିଲା। ସେଥିପାଇଁ ମୁଁ ଆପଣମାନଙ୍କୁ ସମସ୍ତଙ୍କୁ, ଆମର ପଞ୍ଚାୟତ ପ୍ରତିନିଧି ମାନଙ୍କୁ, ମିଶନ ଶକ୍ତିର ମା ମାନଙ୍କୁ ଓ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଉଛି। ଟୀକାକରଣ ଆରମ୍ଭ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ବିପଦ ପୁରା ଦୂର ହୋଇନାହିଁ । ତେଣୁ ଆମକୁ ସାବଧାନ ରହିବାକୁ ହେବ।”

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ହିଞ୍ଜିଳିର ଜନସାଧାରଣଙ୍କ ସୁଖଦୁଃଖ, ସବୁଥିରେ ସେ ସେମାନଙ୍କ ସହିତ ରହିଛନ୍ତି ଓ ରହିଥିବେ। ସାରା ଓଡିଶା ସହିତ ହିଞ୍ଜିଳି ନିର୍ବାଚନମଣ୍ଡଳୀ ଅଞ୍ଚଳର ବିକାଶ ଉପରେ ସେ ନଜର ରଖିଛନ୍ତି ବୋଲି କହିଥିଲେ।

ହିଞ୍ଜିଳି ସହରର ବିକାଶ ପାଇଁ ୨୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଗଲା ବୋଲି ପ୍ରକାଶ କରି ସେ କହିଥିଲେ ଯେ ଆଧୁନିକ ସହର ମାନଙ୍କରେ ମିଳୁଥିବା ବିଭିନ୍ନ ସୁବିଧା ହିଞ୍ଜିଳିବାସୀ ଯେପରି ପାଇପାରିବେ, ସେଥିପାଇଁ ସେ ଉଦ୍ୟମ ଜାରି ରଖିଛନ୍ତି। ରାଜ୍ୟର ଛୋଟ ଛୋଟ ସହରର ବିକାଶ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ସେ ପ୍ରକାଶ କରିଥିଲେ।

ଏହି ଅବସରରେ ହିଞ୍ଜିଳିର ନୂତନ ପ୍ରକଳ୍ପ ଗୁଡିକ ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ଆସ୍କା ସାଂସଦ  ପ୍ରମିଳା ବିଷୋଇ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ.ମହାପାତ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାତନନ୍, ଗଞ୍ଜାମ ଜିଲ୍ଲାପାଳ ଓ ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ସଂନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ଏବଂ ମନ୍ତ୍ରୀପରିଷଦ ବୈଠକ

ଭୁବନେଶ୍ୱର: ଆଜି ସଂନ୍ଧ୍ୟାରେ ୫ ଟା ୩୦ ମିନିଟରେ  ରାଜ୍ୟ କ୍ୟାବିନେଟ ବୈଠକ ବସିବାକୁ ଯାଉଛି। ଏହାସହିତ ଆଜି ମନ୍ତ୍ରୀପରିଷଦ ବୈଠକ ମଧ୍ୟ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ଦୁଇ ବୈଠକ ଅନୁଷ୍ଠିତ ହେବ।

ତେବେ ଆଜିର କ୍ୟାବିନେଟ ବୈଠକରେ ପ୍ରାୟ ୨୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ। ସେହିପରି ମନ୍ତ୍ରୀ ପରିଷଦ ବୈଠକରେ ୨୦୨୧-୨୨ ବର୍ଷର ବଜେଟକୁ ମଞ୍ଜୁରୀ ମିଳିବ।

Categories
ଆଜିର ଖବର ରାଜ୍ୟ ଖବର

ନେତାଜୀ ବସ ଟର୍ମିନାଲର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ

କଟକ: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକର ଖାନନଗର ଠାରେ ଏକ ବସ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି। ନେତାଜୀଙ୍କ ନାମରେ ଏହି ନୂତନ ବସ ଟର୍ମିନାଲର ନାମାକାରଣ କରାଯାଇଛି। ୧୨ ଏକର ଜମିରେ ଏହି ନୂଆ ବସ ଟର୍ମିନାଲକୁ ପ୍ରସ୍ତୁତ କରାଯିବ। ଯାହାର ବ୍ୟୟ ଅଟକଳ ୬୫ କୋଟି ଟଙ୍କା ରହିଛି। ଶିଳାନ୍ୟାସ ସହ ନେତାଜୀଙ୍କ ବଳିଦାନର ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନେତାଜୀଙ୍କ ସଂଗ୍ରାହଳୟକୁ ଯାଇଥିଲେ ଏବଂ ସେଠାରେ ନେତାଜୀଙ୍କ ପ୍ରତ୍ତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରିଥିଲେ। ଏହା ସହିତ ମୁଖ୍ୟମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ  କରି ନୂଆ ବସ ଟର୍ମିନାଲ ଉଦ୍ଦେଶ୍ୟରେ ଖାନନଗରରେ ପହଞ୍ଚିଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

୨୭ଟି ଜିଲ୍ଲା ପାଇଁ ଆଉ ୮୪ ଟି ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ ଆଉ ଏକ ପଦକ୍ଷେପ ନେଇଛନ୍ତି। ନୂଆ ବର୍ଷରେ ମୁଖ୍ୟମନ୍ତ୍ରୀ ୨୭ଟି ଜିଲ୍ଲା ପାଇଁ ୮୪ଟି ଆମ୍ବୁଲାନ୍ସ ଲୋକାର୍ପିତ କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆମ୍ବୁଲାନ୍ସକୁ ଲୋକାର୍ପଣ କରିଛନ୍ତି। ତନ୍ମଧ୍ୟରୁ ବାଲେଶ୍ୱର ଜିଲ୍ଲାକୁ ସର୍ବାଧିକ ୧୧ଟି ଆମ୍ବୁଲାନ୍ସ ଯିବ ବୋଲି ଜଣାଯାଇଛି।

ଏଥିପାଇଁ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ୫ବର୍ଷ ପାଇଁ ୧୦୪କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଆମ୍ବୁଲାନ୍ସରେ ୩ଜଣ ଲେଖାଏଁ ଦୁଇଟି ସିଫ୍ଟରେ ୬ଜଣ ହିସାବରେ ୮୪ଟି ଗାଡି ପାଇଁ ୫୦୪ଜଣ କର୍ମଚାରୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦିଆଯାଇଛି ।

ଉଲ୍ଲେଖ ଯୋଗ୍ୟ ଯେ, ରାଜ୍ୟର ମାଗଣା ୧୦୮ଆମ୍ବୁଲାନ୍ସ ସେବା ୨୦୧୩ ମାର୍ଚ୍ଚ ୫ତାରିଖରୁ ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୦ଟି ଜିଲ୍ଲାରେ ୬ଟି ବୋଟ ଆମ୍ବୁଲାନ୍ସ ସମେତ ମୋଟ ୫୧୮ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ଷମ ରହିଛି। ଏତଦବ୍ୟତୀତ ରାଜ୍ୟରେ ଗର୍ଭବତୀ ମା ଓ ଶିଶୁଙ୍କ ପାଇଁ ୫୦୦ଟି ଜନନୀ ଏକ୍ସପ୍ରେସ କାର୍ଯ୍ୟକ୍ଷମ ଅଛି।

Categories
ଆଜିର ଖବର ବିଶେଷ ଖବର ରାଜ୍ୟ ଖବର

ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ: ଦୁଇଜଣଙ୍କୁ ବାଧ୍ୟତାମୂଳକ ଅବସର, ଛଅଜଣଙ୍କ ପେନ୍‌ସନ୍‌ ସୁବିଧାକୁ ସ୍ଥାୟୀ ବନ୍ଦ

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରର ପଞ୍ଚମ କାର୍ଯ୍ୟକାଳରେ ଦୁର୍ନୀତି ବିରୋଧରେ କଡା ଆଭିମୁଖ୍ୟ ପୋଷଣ କରିଛନ୍ତି। ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା ନୀତି ଉପରେ ଗୁରୁତ୍ବ ଦେଇ ଆସୁଛନ୍ତି। ଦୁର୍ନୀତି ବିରୁଦ୍ଧରେ ତାଙ୍କ କଡା କାର୍ଯ୍ୟନୁଷ୍ଠାନ ଅଂଶ ସ୍ବରୂପ ମୁଖ୍ୟମନ୍ତ୍ରୀ ଆଜି 6ଜଣ ଅଧିକାରୀଙ୍କ ପେନସନ୍‌ ସୁବିଧା ସ୍ଥାୟୀ ଭାବରେ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌ବ୍ୟତୀତ ୨ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଗତ ଅଗଷ୍ଟ ମାସରୁ ଏ ପର୍ଯ୍ୟନ୍ତ ୭୪ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବାବେଳେ ୧୫ ଜଣଙ୍କ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଆଜି ଦୁର୍ନୀତି ବିରୋଧୀ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଥିବା ଲାଞ୍ଚୁଆ ଅଧିକାରୀମାନଙ୍କ ମଧ୍ୟରେ ରହିଛନ୍ତି ଓବିସିସିର ପୂର୍ବତନ ଯନ୍ତ୍ରୀ ମୁଖ୍ୟ ତଥା ପରିଚାଳନା ନିର୍ଦ୍ଦେଶକ ସୁଧୀର କୁମାର ବଜେନ୍ଦ୍ର ନାରାୟଣ, ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଓବିସିସିର ବରିଷ୍ଠ ପ୍ରୋଜେକ୍ଟ ମ୍ୟାନେଜର୍‌ ଅରୁଣ ଚରଣ ପରିଡା, ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ସବ୍‌ ଡିଭିଜନ୍‌ କାମାକ୍ଷାନଗରର ପ୍ରମୋଦ କୁମାର ବେହେରା, ପୁରୀ ଗ୍ରାମ୍ୟ ଉନ୍ନୟନ ବିଭାଗର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ବ୍ରଜସୁନ୍ଦର ପଟ୍ଟନାୟକ, କଟକ ମହାନଗର ନିଗମର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଖଗେଶ୍ବର ସ୍ବାଇଁ ଏବଂ ସମ୍ବଲପୁର ରାସ୍ତା ଓ କୋଠାବାଡି ଡିଭିଜନର ଅବସରପ୍ରାପ୍ତ ଅଧୀକ୍ଷଣ ବିବେକାନନ୍ଦ ମହାନ୍ତି।

ସେହିପରି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଦୁଇଜଣ ଅଧିକାରୀ ହେଉଛନ୍ତି କଳାହାଣ୍ଡି ଜିଲ୍ଲା କୋକସରା ତହସିଲର ରେଭେନ୍ୟୁ ଇନ୍ସିପେକ୍ଟର ଈଶ୍ବରୀ ପ୍ରସାଦ ପୁରୋହିତ ଏବଂ ସୋନପୁର ଜିଲ୍ଲା ବୀରମହାରାଜପୁର ତହସିଲର ରେଭେନ୍ୟୁ ଇନ୍ସପେକ୍ଟର ଅରୁଣ କୁମାର ପୁରୋହିତ। ଏହି ଦୁଇ ରାଜସ୍ବ ବିଭାଗ ଅଧିକାରୀ ଏକାଧିକବାର ଭିଜିଲାନ୍ସ ଦ୍ବାରା ଧରା ପଡି ଜେଲ୍‌ ମଧ୍ୟ ଯାଇଥିଲେ।

 

Categories
ଆଜିର ଖବର

ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ ବୈଠକ, କୃଷିନୀତି 2019କୁ ମିଳିବ ମଞ୍ଜୁରୀ

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର, 17 ଡିସେମ୍ବର: ଆଜି ଅପରାହ୍ନ 5ଟା 45 ମିନିଟରେ ଲୋକସେବା ଭବନରେ ବସିବ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ରାଜ୍ୟ କୃଷି ନୀତି 2019କୁ ମଂଜୁରୀ ମିଳିବାର ପ୍ରସ୍ତାବ ରହିଛି। ଏହି ବୈଠକରେ ଦଶଟି ପ୍ରସ୍ତାବ ଉପରେ ମୋହର ବାଜିବ ବୋଲି ଜଣାପଡିଛି। ମୁଖ୍ୟତଃ ପୌର ନିର୍ବାଚନ ପାଖେଇ ଆସୁଥିବାର ସେ ସଂକ୍ରାନ୍ତ ଉପରେ କିଛି ପ୍ରସ୍ତାବକୁ କ୍ୟାବିନେଟ ମଂଜୁରୀ ପ୍ରଦାନ କରିବେ। ଏଥିସହିତ ସତ୍ୟବାଦୀ ଓଡିଆ ବିଶ୍ବବିଦ୍ୟାଳୟର ମୁଖ୍ୟାଳୟ, ଲିଙ୍ଗରାଜ ମନ୍ଦିର ପାରିପାଶ୍ବିକ ଉନ୍ନତି ପାଇଁ ଉଚ୍ଛେଦ ପ୍ୟାକେଜ ପ୍ରସଂଗରେ ମଧ୍ୟ କ୍ୟାବିନେଟ ଅନୁମତି ନିଆଯିବ। ଏହି ବୈଠକରେ କୃଷି ବିଭାଗ ସହ ଉଚ୍ଚ ଶିକ୍ଷା ବିଭାଗ, ରାଜସ୍ବ, ସ୍କୁଲ ଓ ଗଣଶିକ୍ଷା ବିଭାଗ, ଶିଳ୍ପ ବିଭାଗ ସଂପର୍କିତ କେତେକ ପ୍ରସ୍ତାବ ଉପରେ ନିଷ୍ପତି ନିଆଯିବ।