Categories
ଆଜିର ଖବର ରାଜ୍ୟ ଖବର

ନବରଙ୍ଗପୁର ଜିଲ୍ଲା ଗସ୍ତରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ

ନବରଙ୍ଗପୁର: ଜନସାଧାରଣଙ୍କ ହିତ ପାଇଁ ଉଦ୍ଦିଷ୍ଟ ପାନୀୟ ଜଳ ଯୋଗାଣ ଭଳି ଲୋକଆଭିମୁଖୀ ଯୋଜନାର ପ୍ରକଳ୍ପ କାର୍ଯ୍ୟରେ ଅହେତୁକ ବିଳମ୍ବ ଓ ଖାମ ଖିଆଲି ମନୋଭାବ ପୋଷାଣକୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି ରାଜ୍ୟ ପଞ୍ଚାୟତ ରାଜ ଓ ପାନୀୟ ଜଳ ଯୋଗାଣ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ପ୍ରକାଶ କରିଛନ୍ତି। ଠିକ ରୂପେ କାର୍ଯ୍ୟ କଲେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣକାରୀ ସଂସ୍ଥା ବିରୁଦ୍ଧରେ ଆଇନ ମୁତାବକ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ନାୟକ କହିଛନ୍ତି।

ଦିନିକିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଆସିଥିବା ମନ୍ତ୍ରୀ ଶ୍ରୀ ନାୟକ ନବରଙ୍ଗପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବିଭିନ୍ନ ବିଭାଗର ସମୀକ୍ଷା କରିଥିଲେ। ବିଶେଷତଃ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା, ହରଘର ଜଲ, ଜଲ ଜୀବନ ମିଶନ ଯୋଜନା ସମ୍ପର୍କ ରେ ଆଲୋଚନା ହେବା ସହ ପ୍ରକଳ୍ପ ଗୁଡିକ ର ଅଗ୍ରଗତି ନେଇ ସମୀକ୍ଷା ହୋଇଥିଲା। ଜନକଲ୍ୟାଣକାରୀ ଯୋଜନା ଗୁଡିକର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ସହ ଏହାର ସୁଫଳ ଯେପରି ତ୍ରୁଣମୂଳ ସ୍ତରରେ ପହଂଚିବ ସେଥିପ୍ରତି ଗୁରୁତ୍ୱ ଦେବାକୁ ମନ୍ତ୍ରୀ ଶ୍ରୀ ନାୟକ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନବରଙ୍ଗପୁର ଜିଲ୍ଲାରେ ମକା ଫସଲ ଉତ୍ପାଦନ ହେଉଥିବା ବେଳେ ମକାକୁ ନେଇ ଏକ ପ୍ରକଳ୍ପ ପ୍ରସ୍ତାବ ରହିଛି ଓ ଖୁବ ଶୀଘ୍ର ଏହାର ଅଗ୍ରଗତି ପ୍ରତି ଦୃଷ୍ଟି ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ନାୟକ ଏହି ଅବସରରେରେ ସୂଚନା ଦେଇଥିଲେ।

ଏହି ସମୀକ୍ଷା ବୈଠକରେ ବିଧାୟକ ଗୌରୀ ଶଙ୍କର ମାଝୀ, ନରସିଂହ ଭତରା, ଜିଲ୍ଲପାଳ ଡ଼ା ଶୁଭଙ୍କର ମହାପାତ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ଆଜି ବିଭାଗ ଅଧିନସ୍ଥ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଉକ୍ତ ସମୀକ୍ଷା ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତି ଥିଲେ।

ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭାଗର କାର୍ଯ୍ୟଧାରା ସମ୍ବନ୍ଧରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। #ବିକାଶିତଓଡ଼ିଶା ଲକ୍ଷ୍ୟ ହାସଲ ନିମନ୍ତେ ଗ୍ରାୟ ଉନ୍ନୟନ ବିଭାଗର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ଏଥିପାଇଁ ବିଭାଗ ଅଧିନସ୍ଥ ପ୍ରକଳ୍ପଗୁଡିକର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହିତ ନୂତନ ପ୍ରକଳ୍ପ ନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବାକୁ ମନ୍ତ୍ରୀ ଶ୍ରୀ ନାୟକ ନିର୍ଦ୍ଦେଶ ଦେଇଥିଲେ।