Categories
Hockey Worldcup23 ଆଜିର ଖବର ଖେଳ ରାଜ୍ୟ ଖବର

ରମାଦେବୀ ମହିଳା ବିଶ୍ୱବିଦ୍ୟାଳରେ, ମହିଳା ହକି ପ୍ରତିଯୋଗିତା ଆରମ୍ଭ

ଭୁବନେଶ୍ୱର: ଆସନ୍ତା ବର୍ଷ ଜାନୁଆରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବାକୁ ଯାଉଛି । ଭୁବନେଶ୍ୱର ସମେତ ରାଉରକେଲା ସହରରେ ଆୟୋଜିତ ହେବାକୁ ଥିବା ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାକୁ ଆକର୍ଷଣୀୟ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି ଜାରି ରହିଛି ।

ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ସ୍ତରରେ ହକି ଖେଳର ପ୍ରସାର ପାଇଁ ସରକାରଙ୍କ ପକ୍ଷରୁ ପ୍ରୋତ୍ସାହନ ମଧ୍ୟ ପ୍ରଦାନ କରାଯାଉଛି । ଆଜି ଏହି ପରିପ୍ରେକ୍ଷୀରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ମହିଳା ହକି ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଛି। ଏଥି ସହିତ ଦସ୍ତଖତ ଅଭିଯାନ ଓ ଗଣପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି ।

ରମାଦେବୀ ବିଶ୍ୱବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ ଯୋଗ ଦେଇ ଖେଳ ନୀତି ନିର୍ଦ୍ଧାରଣ କରିବାକୁ ଉଦ୍ୟମ କରାଯିବ ବୋଲି କହିଥିଲେ। ଗୃହ ତଥା କ୍ରୀଡ଼ା ଓ ଯୁବସେବା, ଇଲେକ୍‌ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା କ୍ରୀଡ଼ା ବିଭାଗ ତରଫରୁ ସୁନ୍ଦରଗଡ଼ର ୧୭ଟି ବ୍ଲକରେ ହକି ଷ୍ଟାଡ଼ିୟମ ନିର୍ମାଣ କରାଯାଇଛି ବୋଲି ସୂଚନା ଦେଇଥିଲେ।