Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ଉତ୍ତମ ମହାନ୍ତିଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୋକ

ନୂଆଦିଲ୍ଲୀ: ପ୍ରଖ୍ୟାତ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ସେ ଓଡିଆ ଚଳଚିତ୍ର ପାଇଁ ଯେଉଁ ଅବଦାନ ଦେଇଛନ୍ତି ତାହା ସବୁଦିନ ପାଇଁ ଚିରସ୍ମରଣୀୟ ହୋଇ ରହିବ। ସେଥିପାଇଁ ତାଙ୍କ ପ୍ରଶଂସକଙ୍କଠାରୁ ଆରମ୍ଭ କରି ନେତା ଅଭିନେତା ପ୍ରଯ୍ୟନ୍ତ ସମସ୍ତେ ଶୋକପ୍ରକାଶ କରିଛନ୍ତି।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉତ୍ତମ ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ,  “ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଶ୍ରୀ ଉତ୍ତମ ମହାନ୍ତିଙ୍କ ବିୟୋଗ ସମ୍ବାଦ ଜାଣି ମୁଁ ମର୍ମାହତ। ଶ୍ରୀ ମହାନ୍ତି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ। ଓଡ଼ିଆ ଚଳଚ୍ଚିତ୍ର ବିକାଶ କ୍ଷେତ୍ରର ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ। ଜଣେ ମିଷ୍ଟଭାଷୀ ଓ ଅମାୟିକ ଭଦ୍ରବ୍ୟକ୍ତି ଭାବରେ ସେ ସମସ୍ତଙ୍କର ଶ୍ରଦ୍ଧାଭାଜନ ଥିଲେ। ତାଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି ହୋଇଛି। ତାଙ୍କ ପରିବାରବର୍ଗ ଓ ପ୍ରଶଂସକମାନଙ୍କୁ ସମବେଦନା ଜଣାଉଛି।