Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସକୁ “ରାଷ୍ଟ୍ରୀୟ ବେରୋଜଗାର ଦିବସ” ରୂପେ ପାଳନ କଲା ଯୁବ କଂଗ୍ରେସ

ଭୁବନେଶ୍ୱର, ଅଖିଳ ଭାରତ ଯୁବ କଂଗ୍ରେସର ଆହ୍ୱାନକ୍ରମେ ଆଜି ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସଭାପତି ଡ. ସ୍ମୃତିରଂଜନ ଲେଙ୍କାଙ୍କ ନେତୃତ୍ୱରେ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଂଟିନ୍ ଛକରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ଜନ୍ମ ଦିବସକୁ ‘ରାଷ୍ଟ୍ରୀୟ ବେରୋଜଗାର ଦିବସ’ ଭାବେ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ଏକ ନିଆରା ଢଙ୍ଗରେ ଯୁବ କଂଗ୍ରେସ କର୍ମୀମାନେ ପକୁଡି ଛାଣି ଏବଂ ତାକୁ ବିକ୍ରୟ କରି ଏହି ଦିବସକୁ ପାଳନ କରିଥିଲେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ନିର୍ବାଚନୀ ଭାଷଣରେ ବର୍ଷକୁ ଦୁଇ କୋଟି ନିଯୁକ୍ତି ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇ ଦେଶର ନିରୀହ ଯୁବ ସମାଜର ଭୋଟ ଲୁଟି ନେଲେ । ପ୍ରଧାନମନ୍ତ୍ରୀ ମୋଦିଙ୍କର “ପକୋଡା ବିକ୍ରୀ ନିଯୁକ୍ତି” ମନ୍ତବ୍ୟକୁ ପୁଣି ଥରେ ଯୁବ ସମାଜକୁ ମନେପକାଇବା ପାଇଁ ଆଜି ଯୁବ କଂଗ୍ରେସ ପକ୍ଷରୁ ପକୋଡା ବିକ୍ରୀ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଥିଲା ।