Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆସୁଛି ଆଉ ଏକ ଲଘୁଚାପ, ଏଥର ବଡଦିନରେ ଭିଜିବ ଓଡିଶା

ଭୁବନେଶ୍ବର: ରାଜ୍ୟରେ ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଆଜି କମିଥିବା ବେଳେ ଆସିଛି ଆଉ ଏକ ଲଘୁଚାପ। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ହୋଇପାରେ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ ଯୋଗେ  ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ଗତି କରି ଆଗାମୀ ୨୪ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ତାମିଲନାଡୁ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ନିକଟସ୍ଥ ହେବାର ସମ୍ଭାବନା ରହିଛି।ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସମ୍ଭାବନା ରହିଥିବା ବେଳେ ୭ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ଆକଳନ କରିଛି ବିଭାଗ ।

କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡା ଜିଲ୍ଲାରେ ହେବ ବର୍ଷା । ସେହିପରି ୯ ଜିଲ୍ଲାକୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ, ମାଲକାନଗିରି ।

ସେହିପରି ୨୫ ତାରିଖରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ଦେଇଛି ବିଭାଗ। ଆଜି ଏବଂ କାଲି ଘନ କୁହୁଡି ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ୫ ଜିଲ୍ଲା କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଅନୁଗୁଳ ଓ କଳାହାଣ୍ଡିକୁ କୁହୁଡି ପାଇଁ ସତର୍କତା ଜାରି କରିଛି ବିଭାଗ। ୫ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା। ସେହିପରି ୨୬ରୁ ୨୮ ତାରିଖ ଯାଏଁ ରହିବ ଶୁଖିଲା ପାଗ। ୨୯ ତାରିଖରୁ ପୁଣି କୋହଲା ପାଗ ସହ ବର୍ଷା ସମ୍ଭାବନା ରହିଥିବା ବେଳେ ଆଗାମୀ ୩ ଦିନ ପରେ ବଢିବ ଶୀତର ପ୍ରଭାବ ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Categories
ଆଜିର ଖବର ରାଜ୍ୟ ଖବର

ଗଞ୍ଜାମ ଜିଲ୍ଲାରେ ୯. ୫ ପ୍ରତିଶତ ହାରରେ ୨୪୪. ୭ ମିଲିମିଟର ବର୍ଷା ରେକର୍ଡ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ପାଗ ପୂରା ଓଲଟି ଯାଇଛି। ଲଘୁଚାପ ଜନିତ ଅଦିନିଆ ବର୍ଷା ପଶି ଆସିଛି। ଚାଷୀ କୁଳ ଉପରେ ଦାଉ ସାଜିଛି, ଜିଲ୍ଲାରେ ଝିପି ଝିପି ବର୍ଷା ଲାଗିରହିଛି। କେଉଁଠି ଅସରାଏ, କେଉଁଠି ଲାଗି ରହିଛି ଝିପିଝିପି ବର୍ଷା। ବାତାବରଣ ପୂରା ଥଣ୍ଡା, ପ୍ରବଳ ଶୀତ।

ଗତ ୨୪ଘଣ୍ଟା ମଧ୍ୟ ରେ ଗଞ୍ଜାମ ଜିଲ୍ଲାରେ ୯. ୫ ପ୍ରତିଶତ ହାର ରେ ୨୪୪. ୭ ମିଲିମିଟର ବର୍ଷା ହୋଇଥିବା ସୂଚନା ମିଳିଛି, ଛତ୍ରପୁରରେ ୧୭. ୨ ମିଲି ମିଟର ବର୍ଷା ହୋଇଥିବା ବେଳେ ଗଞ୍ଜାମ ରେ ୧୭. ୨ମିଲି ମିଟର, ପୁରୁଷୋତ୍ତମପୁର ରେ ୧୫ ମିଲି ମିଟର କବିସୂର୍ଯ୍ୟନଗର ରେ ୧୬ ମିଲି ମିଟର ବର୍ଷା ରେକର୍ଡ ହୋଇଛି।

ସେହିଭଳି ପୋଲସରାରେ ୧୪. ୪ମିଲି ମିଟର, କୋଦଳା ରେ ୫ ମିଲି ମିଟର, ଖଲ୍ଲିକୋଟ ରେ ୫ ମିଲି ମିଟର, ହିଞ୍ଜିଳିକାଟୁରେ ୧୫ ମିଲି ମିଟର, ରଙ୍ଗେଈଲୁଣ୍ଡା ରେ ୪ ମିଲି ମିଟର, କୁକୁଡ଼ାଖଣ୍ଡି ରେ ୬ ମିଲି ମିଟର, ଚିକିଟି ରେ ୧୮. ୮ ମିଲି ମିଟର, ପାତ୍ରପୁର ରେ ୨୪ ମିଲି ମିଟର, ଦିଗପହଣ୍ଡି ରେ ୬ ମିଲି ମିଟର, ଭଞ୍ଜନଗର ରେ ୨. ୮ ମିଲି ମିଟର, ବେଲଗୁଣ୍ଠା ରେ ୩.୨ ମିଲି ମିଟର, ଜଗନ୍ନାଥପ୍ରସାଦ ରେ ୨ ମିଲି ମିଟର, ବୁଗୁଡ଼ା ରେ ୪ ମିଲି ମିଟର, ଆସ୍କା ରେ ୧୨.୬ ମିଲି ମିଟର, ଶେରଗଡ଼ ରେ ୧୬. ୫ମିଲି ମିଟର, ସୋରଡ଼ା ରେ ୭ ମିଲି ମିଟର, ଗୋପାଳପୁର ଏ ନଏସି ରେ ୫ମିଲି ମିଟର, ବିଏମସି (ଗାନ୍ଧୀନଗର ) ରେ ୧୭ମିଲି ମିଟର ଓ ବିଏମସି (ବ୍ରଜ ନଗର ) ରେ ୧୭ ମିଲି ମିଟର ବର୍ଷା ହୋଇଥିବା ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା, ଚାଷୀଙ୍କ ଉପରେ ଚଡକ, ଆହୁରି ଦୁଇଦିନ ଲାଗି ରହିବ

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସକାଳୁ ଝିପିଝିପି ବର୍ଷା ଲାଗିରହିଛି। ଫଳରେ ପାଗ କୋହଲା ରହିବା ସହିତ ଲୋକେ ଘରୁ ବାହାରିପାରୁ ନାହାଁନ୍ତି। ଗୋଟିଏ ପଟେ ଦୀର୍ଘଦିନ ଧରି ଶୀତ ଲାଗିରହିଥିବା ବେଳେ ଆଜି ବର୍ଷା ଲୋକଙ୍କୁ ହନ୍ତସନ୍ତ କରିଦେଇଛି। ତେବେ ଏହି ବର୍ଷା ଆହୁରି ଦୁଇଦିନ ଧରି ଲାଗିରହିବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଏହି ବର୍ଷା ଲାଗିରହିଛି। ଆସନ୍ତା ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ ଏବଂ ତା’ପରବର୍ତ୍ତୀ ୨୪ ଘଣ୍ଟା ଯାଏ ସେହି ଅବପାତ ହୋଇ ରହିବ। ଏହାର ପ୍ରଭାବରେ ଆସନ୍ତାକାଲି ମଧ୍ୟ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ତେବେ ଏହି ବର୍ଷା ଚାଷୀଙ୍କ ପାଇଁ କାଳ ହୋଇଛି। କାରଣ ବର୍ତ୍ତମାନ ଧାନ ଅମଳ ହେଉଥିବା ବେଳେ ତାହା ଓଦା ହୋଇ ଗଜା ହେବାର ସମ୍ଭାବାନା ସୃଷ୍ଟି ହୋଇଛି। ଫଳରେ ବର୍ଷା ଦାଉରୁ ଧାନକୁ କିପରି ରକ୍ଷା କରାଯିବ ସେହି ଚିନ୍ତାରେ ଚାଷୀକୂଳ।

Categories
ଆଜିର ଖବର ରାଜ୍ୟ ଖବର

ଆହୁରି ଦୁଇଦିନ ଧରି ଛେଚିବ ବର୍ଷା, ଲଘୁଚାପ ରହିଛି ସକ୍ରିୟ,୬ଟି ଜିଲ୍ଲାକୁ ସତର୍କତା ଜାରି

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ପ୍ରବଳ ବର୍ଷା। ତେବେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏଭଳି ବର୍ଷା ଜାରି ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ବର୍ତ୍ତମାନ ଲଘୁଚାପ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ରହିଛି। ପ୍ରଭାବରେ ଆଜି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ସତର୍କତା ଜାରି ହୋଇଛି । ତେବେ ୬ଟି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସେଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ।

 

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା, ଦେଲେ ଏହି ନିର୍ଦ୍ଦେଶ

ଭୁବନେଶ୍ୱର: ଆଜି ବିଧାନସଭା ପ୍ରକୋଷ୍ଠ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଙ୍ଗୋପ ସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କ ରେ ସମୀକ୍ଷା କରିଛନ୍ତି।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଏସଆରସି ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀ ଙ୍କୁ ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧ ରେ ଅବଗତ କରାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୁଦ୍ର କୁ ଠିକ୍ ଭାବେ ଜଳ ନିଷ୍କାସନ ହୋଇପାରୁ ନ ଥିବାରୁ ବହୁ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି। ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀ ବର୍ଷା ଯୋଗୁଁ ଅଧିକମାତ୍ରାରେ ପ୍ରଭାବିତ ହୋଇଛନ୍ତି।

ଅନେକ ଜାଗା ରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜଳବନ୍ଦୀ ସମସ୍ୟା ମଧ୍ୟ ଘଟିଛି। ଓଡରାଫ୍, ଏନଡିଆରଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ଲୋକଙ୍କ ଅସୁବିଧାକୁ ତତ୍ପରତ ର ସହ ଦୂର କରିବା ପାଇଁ ସେ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ। ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରା ରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବାପାଇଁ ସେ କହିଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଲଘୁଚାପକୁ ସମ୍ମୁଖୀନ ହେବା ପାଇଁ ପ୍ରସ୍ତୁତି ଆରମ୍ଭ, ଆଜି ରାତିରେ ପୁରୀ ଦୀଘା ମଧ୍ୟରେ କରିବ ଅତିକ୍ରମ

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର–ପଶ୍ଚିମ ବଙ୍ଗୋପସାଗର ରେ ଅବପାତ କ୍ଷେତ୍ର ସୃଷ୍ଟି ହୋଇଛି । ଫଳରେ ଏହା ଉତ୍ତର ଓଡିଶା, ପଶ୍ଚିମ ବଙ୍ଗ ଉପକୂଳରେ ଗତିଶୀଳ ହୋଇ ଆଗାମୀ ୨୪ଘଣ୍ଟାରେ ଗଭୀର ଅବପାତର ରୂପ ନେଇପାରେ।

ଏହା ପୁରୀ ଏବଂ ଦିଘା ମଧ୍ୟରେ ଆସନ୍ତା କାଲି ୯ ତାରିଖ ରାତି ସୁଦ୍ଧା ଅତିକ୍ରମ କରିପାରେ। ଏହି ପରିପ୍ରେକ୍ଷୀରେ ଓଡିଶା ଉପକୂଳରେ ସମ୍ଭାବ୍ୟ ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ପ୍ରସ୍ତୁତି ରହିବାକୁ ନିର୍ଦ୍ଦେଶ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।

ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଦୃଷ୍ଟିରୁ ପୁରୀ , ଜଗତସିଂହପୁର, ଖୋର୍ଦ୍ଧା, କଟକ, ଢେଙ୍କାନାଳ ଜିଲ୍ଲାକୁ ପ୍ରସ୍ତୁତି ସହ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆହୁରି ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ  ଜିଲ୍ଲାକୁ ପ୍ରସ୍ତୁତି ପାଇଁ ସଜାଗ କରାଯାଇଛି। ଏ ସଂପର୍କରେ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ଅବଗତ କରାଯାଇଛି।

ସମ୍ଭାବ୍ୟ ଲଗାଣ ବର୍ଷା ଫଳରେ ବିଭିନ୍ନ ତଳିଆ ଅଂଚଳରେ ବର୍ଷା ଜମି ରହିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯିବା, ଆବଶ୍ୟକସ୍ଥଳେ ଅତ୍ୟଧିକ ବର୍ଷା ହେଲେ ତଳିଆ ଅଂଚଳ ଲୋକଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

କ୍ଷେତ୍ରସ୍ତରରେ ଥିବା ଯନ୍ତ୍ରୀମାନଙ୍କୁ ନଦୀ ବନ୍ଧ ପ୍ରତି ସତର୍କ ଦୃଷ୍ଟି ରଖିବାକୁ କୁହାଯାଇଛି। ମହାନଗର ନିଗମ ଓ ପୌରାଂଚଳ କର୍ତ୍ତୃପକ୍ଷମାନଙ୍କୁ ଡ୍ରେନେଜ ସମସ୍ୟା ଉପୁଜିଲେ ତୁରନ୍ତ ପ୍ରତିକାର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଗ୍ନିଶମ ସେବା ବିଭାଗ ଏବଂ  ଓଡ୍ରାଫ୍ ମୁତୟନ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହାର ପ୍ରଭାବରେ…

ଭୁବନେଶ୍ବର: ଶେଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୫ଦିନ ଯାଏ ଲଗାତର ବର୍ଷା ଜାରୀ ରହିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ଆଡକୁ ଗତି କରିବ ବୋଲି ଜଣାପଡିଛି।

ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ଅର୍ଥାତ୍ ୭ ରୁ ୧୧ ସେମି ବର୍ଷାର ଆଶଙ୍କା ରହିଛି।

 

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ, ତିନିଦିନ ଧରି ପ୍ରବଳ ବର୍ଷା, ୱାର୍ଣ୍ଣିଂ ଜାରୀ

ଭୁବନେଶ୍ବର: ଆସନ୍ତାକାଲି ବୁଧବାର ଦିନ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ବର୍ତ୍ତମାନ ସୃଷ୍ଟି ହୋଇଥିବା ଟ୍ରପଲାଇନ ଧିରେ ଧିରେ ସକ୍ରିୟ ହେବାରେ ଲାଗିଛି। ତାହା ଲଘୁଚାପକୁ ପରିବର୍ତ୍ତନ ହେବ ବୋଲି ଅନୁମାନ କରାଯାଉଛି। ଏହାଫଳରେ ରାଜ୍ୟରେ ପୁଣି ବର୍ଷା ଲାଗିରହିବ ବୋଲି କୁହାଯାଇଛି।

ବର୍ତ୍ତମାନ ଟ୍ରପଲାଇନ ଯୋଗୁଁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିଛି। ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ, ବରଗଡ଼, ସମ୍ବଲପୁର,ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡା ଜିଲ୍ଲାକୁ ସତର୍କ କରାଯାଇଛି ।

ସେହିଭଳି ଆସନ୍ତାକାଲି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ଼କୁ ସତର୍କତା ଜାରି କରାଯାଇଛି। ଏହି ୪ଟି ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।

Categories
ଆଜିର ଖବର ରାଜ୍ୟ ଖବର

ଅବପାତର ରୂପ ନେଇପାରେ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳରେ ୧୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି।

ଏହାର ଗତି ଉତର ପଶ୍ଚିମ ମୁହାଁ ହେବା ସମ୍ଭାବନା ଥିବା ବେଳେ ଶନିବାର ପୂର୍ବାହ୍ଣ ସୁଦ୍ଧା ପୁରୀ ନିକଟରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ସିଇସି ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଦକ୍ଷିଣ ଏବଂ ପଶ୍ଚିମ ଅଂଚଳରେ ଶୁକ୍ରବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆଜି ରାତିରୁ ଉପକୂଳ, ଉତର ଏବଂ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଶନିବାର ସନ୍ଧ୍ୟା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ। ସେହିପରି ମଙ୍ଗଳବାର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି।

ଆସନ୍ତା ମଙ୍ଗଳବାର ଠାରୁ ଉତର ଓଡ଼ିଶା ଏବଂ ଝାଡଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା କାରଣରୁ ଉତର ଓ ପଶ୍ଚିମ ଓଡ଼ିଶାରେ ତଥା ମହାନଦୀ, ବୈତରଣୀ, ବ୍ରାହ୍ମଣୀ, ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଅବବାହିକାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଯାହାକି ଆଗାମୀ ଶୁକ୍ରବାର ପର୍ଯ୍ୟନ୍ତ ଜାରି ରହିବ।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ଘନିଭୂତ ହେଉଛି ଲଘୁଚାପ: ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ବାରଣ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଘନିଭୂତ ହେଉଛି। ଏହାର ପ୍ରଭାବ ରାଜ୍ୟର ଅନେକ ସ୍ଥାନରେ ଦୃଶ୍ୟମାନ ହେଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଏହା ଯୋଗୁଁ ବର୍ଷା ଆରମ୍ଭ ହୋଇଛି। ତେବେ ଏହାକୁ ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଆସନ୍ତା ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ମଧ୍ୟମ ଧରଣ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ସତର୍କ କରାଯାଇଛି।

ତେବେ ଆସନ୍ତା ୧୨ ଘଣ୍ଟାରେ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅବପାତରେ ରୂପ ନେଇପାରେ। ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ବାହୁଡ଼ାରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଜୁଲାଇ ୧୫ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ସୋଆର ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି।

ଜୁଲାଇ ୧୪ରେ ସେହି ଅଂଚଳରେ ଏକ ଅପର୍ ଏୟାର ସାଇକ୍ଲୋନିକ୍ ସର୍କୁଲେସନ୍ ର ସୃଷ୍ଟି ହେବା ଫଳରେ ଏହି ଲଘୁଚାପ ରୂପ ନେଇପାରେ।

ଏହାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଜୁଲାଇ ୧୪ରୁ ୧୭ ମଧ୍ୟରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି।

ଉତ୍ତର ପ୍ରଦେଶରୁ ଦକ୍ଷିଣ ଓଡ଼ିଶା ଉପକୂଳ ପର୍ଯ୍ୟନ୍ତ ବ୍ୟାପ୍ତ ହୋଇଥିବା ଦୂର୍ବଳ ଅପର୍ ଏୟାର ଟ୍ରଫ୍ ଲାଇନ୍ ଯୋଗୁଁ ଉତର ଏବଂ ଉପକୂଳ ଜିଲ୍ଲାଗୁଡ଼ିକରେ ଜୁଲାଇ ୧୨ ଏବଂ ୧୩ ମଧ୍ୟରେ କେତେକ ସ୍ଥାନରେ ମଧ୍ୟମ ଧରଣର ଏବଂ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଜୁଲାଇ ୧୮ କିମ୍ବା ୧୯ ତାରିଖ ବେଳକୁ ଅବପାତର ରୂପ ନେବା ସହ ଜୁଲାଇ ୨୦ ତାରିଖ ସନ୍ଧ୍ୟାରେ ଉତର ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହା ଫଳରେ ଜୁଲାଇ ୨୧ ତାରିଖ ପର୍ଯ୍ୟନ୍ତ ଉତର, ପଶ୍ଚିମ ଏବଂ ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସିଇସି ସୂଚନା ଦେଇଛି।

Categories
ଆଜିର ଖବର ରାଜ୍ୟ ଖବର

Big News: ବଙ୍ଗୋପସାଗରରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବାତ୍ୟା ସମ୍ଭାବନା

ଭୁବନେଶ୍ବର: ଶେଷରେ ଅନୁମାନ ସତ ହେଲା। ବଙ୍ଗୋପସାଗରରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବାତ୍ୟା ସମ୍ଭାବନା ସୃଷ୍ଟି ହୋଇଛି। କାରଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶେଷର ଗଭୀର ଅବପାତରେ ପରିଣତ ହୋଇଛି। ଏଥିସହିତ ଏହା ଧିରେଧିରେ ବଳିଷ୍ଠ ହେବାରେ ମଧ୍ୟ ଲାଗିଛି। ଯାହା ବାତ୍ୟା ସୃଷ୍ଟିର ସଙ୍କେତ ପ୍ରଦାନ କରିଛି।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା କାଲି ୩ ତାରିଖରୁ ୭ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ୫ ରୁ ବର୍ଷାର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ। ଏପରିକି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ସକ୍ରିୟ ଅବପାତ, ଓଡ଼ିଶାରେ ବର୍ଷା ସମ୍ଭାବନା : ସିଇସି

ଭୁବନେଶ୍ୱର: ଦକ୍ଷିଣ – ପୂର୍ବ ବଙ୍ଗୋପ ସାଗର ଓ ତତ୍ ସଂଲଗ୍ନ ତାମିଲନାଡୁ ଉପକୁଳରେ ସୃଷ୍ଟି
ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ସୂଚନା ଦେଇଛି।

ତଥ୍ୟ ଅନୁଯାୟୀ ଡିସେମ୍ବର ୩ ତାରିଖ ଅପରାହ୍ଣ ସୁଦ୍ଧା ପୂର୍ବ ତାମିଲନାଡୁରୁ ଉପକୂଳର ୪୦୦ କିମି ଦୂରରେ ଏହି ଅବପାତ ଘୂର୍ଣ୍ଣିଝଡ଼ରେ ପରିଣତ ହୋଇ ଉତର-ପ୧⁄୨ିମ ଦିଗରେ ଗତି କରିବା ସହ ଡିସେମ୍ବର ୪ ତାରିଖ ରାତି କିମ୍ବା ଡିସେମ୍ବର ୫ ତାରିଖ ସକାଳେ ଆନ୍ଧ୍ର ପ୍ରଦେଶର ମଛଲିପଟନମ୍ ଠାରେ ଉପକୂଳ ଅତିକ୍ରମ କରିବ ବୋଲି ସିଇସି ବୁଲେଟିନ୍ ପ୍ରକାଶ କରିଛି।

ପରବର୍ତୀ ସମୟରେ ଏହା ନିଜର ଗତିପଥ ବଦଳାଇ ଉତର-ଉତରପୂର୍ବ ଦିଗରେ ସ୍ଥଳ ଭାଗରେ ଆନ୍ଧ୍ରପ୍ରଦେଶ ଉପକୂଳରେ ଗତି କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯେପରିକି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ୍‌ରେ ଡିସେମ୍ବର ୫ ତାରିଖରେ ପବନର ବେଗ ଘଂଟା ପ୍ରତି ୭୫ କିମି ରହିବାର ସମ୍ଭାବନା ରହିଛି ।

ଏଥି ସହିତ ଏହି ସବୁ ଜିଲ୍ଲା ସମେତ କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସି କହିଛି। ଏହି ସବୁ ଜିଲ୍ଲାଗୁଡ଼ିକରେ ଡିସେମ୍ବର ୫ ଓ ୬ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବା ବେଳେ ଡିସେମ୍ବର ୫ ରୁ ୭ ତାରିଖ ମଧ୍ୟରେ ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ କଟକ ଜିଲ୍ଲା ସମେତ ଏହାର ନିକଟବର୍ତୀ ଅଂଚଳଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ, ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସିଇସି କହିଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ବନ୍ଦର ଗୁଡିକ ପାଇଁ ବିପଦ ସଂକେତ-୧ ଜାରି

ଭୁବନେଶ୍ବର: ବଙ୍ଗୋପ ସାଗରରେ ବାତ୍ୟା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ତରଫରୁ କୌଣସି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ଘରୋଇ ବିଶେଷଜ୍ଞ ଅନୁମାନ କରିଛନ୍ତି। ବର୍ତ୍ତମାନ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେଧିରେ ଅବପାତରେ ପରିଣତ ହୋଇଛି। ଏହା ପରବର୍ତ୍ତି ସମୟରେ ସକ୍ରିୟ ଅବପାତକୁ ପରିଣତ ହୋଇଛି। ଏ ନେଇ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି।

ଆସନ୍ତାକାଲି ଶନିବାରରେ ପାଗ ମେଘୁଆ ରହିବା ସହିତ ଝିପିଝିପ ବର୍ଷା ସମ୍ଭାବନା ରହିଛି। ସେହିପରି 3 ଓ 4 ତାରିଖ ବେଳକୁ ଏହା ଅଧିକ ଅନୁଭୂତ ହେବ। 4 ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ତରଫରୁ ସାତୋଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣି ଜାରି କରାଯାଇଛି।

ଓଡ଼ିଶାର ସମସ୍ତ ସାମୁଦ୍ରିକ ବନ୍ଦର ଗୁଡିକ ପାଇଁ ବିପଦ ସଂକେତ-୧ ଜାରି କରାଯାଇଛି। ୪ ତାରିଖ ସନ୍ଧ୍ୟା ରୁ ଓଡିଶା ଉପକୂଳର ଆଖପାଖ ଅଞ୍ଚଳକୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ଧିରେଧିରେ ବଳିଷ୍ଠ ହେଉଛି ଅବପାତ, ହୋଇପାରେ ବାତ୍ୟା !!

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସଦୃଶ୍ୟ ଅବପାତ ଧିରେ ଧିରେ ବଳିଷ୍ଠ ହେବାରେ ଲାଗିଛି। ଏହାଦ୍ବାରା ପରବର୍ତ୍ତି ସମୟରେ ଏହା ବାତ୍ୟା ସମ୍ଭାବନାକୁ ଏଡାଇ ଦେଇ ହେବ ନାହିଁ। ତେବେ ବାତ୍ୟା ସମ୍ଭାବନା ନେଇ ପାଣିପାଗ ବିଭାଗ ତରଫରୁ କୌଣସି ସୂଚନା ନ ଥିଲେ ମଧ୍ୟ ପାଣିପାଗ ବିଶେଷଜ୍ଞ ଏହାକୁ ଏଡାଇ ଯାଇ ନାହାଁନ୍ତି।

ପାଣିପାଗ ବିଭାଗ ସୂଚନା ଅନୁସାରେ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତକୁ ରୂପାନ୍ତରିତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଧିରେଧିରେ ଘନିଭୂତ ହେବାରେ ଲାଗିଛି। ଏହାଦ୍ବାରା ଆସନ୍ତାକାଲି 11 ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଶୁକ୍ରବାର ଦିନ ମଧ୍ୟ 7 ଟି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

ଆସନ୍ତାକାଲି 11 ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସେହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ପୁରୀ ,କେନ୍ଦ୍ରାପଡ଼ା,କଟକ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର, ମାଲକାନାଗିରି, କୋରାପୁଟ, ରାୟଗଡା,ଗଜପତି ଏବଂ କନ୍ଧମାଳ।

Categories
ଆଜିର ଖବର ରାଜ୍ୟ ଖବର

ନଭେମ୍ବର ମଧ୍ୟ ଭାଗରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ନଭେମ୍ବର ୧୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାୟୁ ମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତା’ ପରବର୍ତ୍ତୀ ଦିନ ଏହା ଲଘୁଚାପର ରୂପ ନେଇପାରେ ବୋଲି ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ସୂଚନା ଦେଇଛି।

ମିଳିଥିବା ପ୍ରାରମ୍ଭିକ ତଥ୍ୟାନୁଯାୟୀ ଏହି ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଥିବା ବେଳେ ଏହା ଦିଗ ପରିବର୍ତନ କରି ନଭମ୍ବେର ୧୬ ସୁଦ୍ଧା ଉତର ଦିଗ ଆଡ଼କୁ ମୁହାଁଇ ପାରେ ବୋଲି ସିଇସି ପକ୍ଷରୁ ଜାରୀ ହୋଇଥିବା ବୁଲେଟିନ୍ କହିଛି। ଏହାର ପ୍ରଭାବରେ ନଭେମ୍ବର ୧୫ ରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ଏହାର ପରବର୍ତ୍ତୀ ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ଘୂର୍ଣ୍ଣିବଳୟ ଉତ୍ତର ଦିଗ ଆଡ଼କୁ ମୁହାଁଉଥିବାରୁ ଉପକୂଳ ଓ ଉତର ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ନଭେମ୍ବର ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ନଭେମ୍ବର ୧୬ ରୁ ୧୮ ମଧ୍ୟରେ ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର ଓ କେନ୍ଦୁଝର ପ୍ରଭୃତି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

କେନ୍ଦ୍ରୀୟ ଭାରତରେ ଆଂଟି ସାଇକ୍ଲୋନ୍ ପରିସ୍ଥିତି ରହିଥିବାରୁ ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ରାତିର ତାପମାତ୍ରା ହ୍ରାସ ପାଇବ ଓ ଦିନର ତାପମାତ୍ରା ବୃଦ୍ଧି ପାଇବ। ନଭେମ୍ବର ୧୩ ତାରିଖରୁ ରାତିର ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଘନିଭୂତ ହେବାରେ ଲାଗିଛି ଲଘୁଚାପ, ରବିବାର ଦିନ ନେବ ଅବପାତ ରୂପ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରଧିରେ ଘନିଭୂତ ହେବାରେ ଲାଗିଛି। ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶଃ- ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି।

ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୨ ତାରିଖ ସୁଦ୍ଧା ଏକ ଅବପାତ ରେ ପରିଣତ ହେବ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରୀ କରିଛି।

Categories
ଆଜିର ଖବର ରାଜ୍ୟ ଖବର

ଅନୁମାନ ସତ ହେଲା, ଦଶହରାରେ ହେବ ପ୍ରବଳ ବର୍ଷା, ୨୧ରେ ଲଘୁଚାପ

ଭୁବନେଶ୍ବର: ଯାହା ପୂର୍ବରୁ ଅନୁମାନ କରାଯାଉଥିଲା ତାହା ସତ ହେଲା। ଦଶହରାକୁ ଏଥର ହେବ ପ୍ରବଳ ବର୍ଷା। ଏ ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଏଥିରେ କୁହାଯାଇଛି ଯେ,  ଗତକାଲିର ଘୂର୍ଣ୍ଣିବଳୟ ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରିବ।

ଆସନ୍ତା ୨୧ ତାରିଖ ସକାଳ ବେଳକୁ ଏହା ପ୍ରଭାବରେ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ୨୩ରେ ଆହୁରି ଘନୀଭୂତ ହୋଇ ଅବପାତ ରୂପ ନେବ। ତେବେ ଏହା ବାତ୍ୟା ହେବ କି ନାହିଁ ବର୍ତ୍ତମାନ କହିହେବ ନାହିଁ ବୋଲି ପାଣିପାଗ ବିଭାଗ କହିଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ସଦୃଶ୍ୟ ଲଘୁଚାପ, ଆଜିଠାରୁ ପ୍ରବଳ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ସ୍ପଷ୍ଟ ଭାବେ ପ୍ରତିୟମାନ ହୋଇଛି। ଫଳରେ ପୂର୍ବ ଅପେକ୍ଷା ଏହା ବେଶ୍ ସକ୍ରିୟ ହୋଇପଡିଛି। ବର୍ତ୍ତମାନ ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗ ଆଡକୁ ଗତି କରିବ ବୋଲି ଜଣାପଡିଛି। ଏହା ପରେ ଏହି ଲଘୁଚାପ ଉତ୍ତର ଓଡିଶା ମୁହାଁ ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।

ତେବେ ଏହି ସଦୃଶ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲା। ଆଜି କେତେକ ସ୍ଥାନରେ ପ୍ରବଳ ଘଡଘଡି ସହିତ ବଜ୍ରପାତ ମଧ୍ୟ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଦ ସୂଚନା ଦେଇଛି। ଏଥିରେ କୁହାଯାଇଛି ଯେ, ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହୋଇଛି।

ଏହି ଲଘୁଚାପ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଏହାଦ୍ବାରା ଆଜିଠାରୁ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଜଣାପଡିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଲଘୁଚାପ ହେବ ବୋଲି କହିଲା ପାଣିପାଗ ବିଭାଗ, ବାତ୍ୟା ହେବାର ରହିଛି ସମ୍ଭାବନା

ଭୁବନେଶ୍ବର: ଅକ୍ଟୋବରରେ ଏକ ବାତ୍ୟା ହେବ ବୋଲି ବିଦେଶୀ ପାଣିପାଗ ସଂସ୍ଥା ଯେଉଁ ଆକଳନ କରିଥିଲେ ତାହା ସତ ହେବ ବୋଲି ଅନୁମାନ କରାଯାଉଛି। କାରଣ  ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଏହା ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବ ବୋଲି ବିଭାଗ କହିଛି।

ତେବେ ଏହା ପରବର୍ତ୍ତି ସମୟରେ ବାତ୍ୟା ହେବ କି ନାହିଁ ତାହା ପାଣିପାଗ ବିଭାଗ କହି ନାହିଁ। ପୂର୍ବରୁ ବିଦେଶୀ ସଂସ୍ଥା ବଙ୍ଗୋପସାଗରରେ ବାତ୍ୟା ସୂଚନାକୁ ଭାରତୀୟ ପାଣିପାଗ ବିଭାଗ ଖଣ୍ଡନ ମଧ୍ୟ କରିଛି। ହେଲେ ବର୍ତ୍ତମାନ ଯାହା ସ୍ଥିତି ଜଣାପଡିଛି ପରବର୍ତ୍ତି ସମୟରେ ଏହି ଲଘୁଚାପ ବାତ୍ୟାକୁ ସୃଷ୍ଟି ହେବ ବୋଲି ସମ୍ଭାବନାକୁ ଏଡାଇ ହେବ ନାହିଁ।