Categories
ଆଜିର ଖବର ଖେଳ ରାଜ୍ୟ ଖବର

ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍: ଦ୍ବିତୀୟ ଦିନରେ ୭ଟି ମ୍ୟାଚ ଅନୁଷ୍ଠିତ

ଭୁବନେଶ୍ଵର: ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍-୨୦୨୫ର ଦ୍ବିତୀୟ ଦିନରେ ୭ ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମ ମ୍ୟାଚ ଉତ୍ତର ପ୍ରଦେଶ ଓ ମହାରାଷ୍ଟ୍ର ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଉତ୍ତର ପ୍ରଦେଶ, ମହାରାଷ୍ଟ୍ର ପୋଲିସ ଦଳକୁ ୯-୦ ଗୋଲ ବ୍ୟବଧାନରେ ପରାସ୍ତ କରିଥିଲା।

ଦ୍ୱିତୀୟ ମ୍ୟାଚ କର୍ଣ୍ଣାଟକ ଓ ଗୁଜରାଟ ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ  କର୍ଣ୍ଣାଟକ, ଗୁଜରାଟ ପୋଲିସ ଦଳକୁ ୨୦-୧ ଗୋଲ ବ୍ୟବଧାନରେ ପରାସ୍ତ କରିଥିଲା।

ସେହିପରି ତେଲେଙ୍ଗାନା ଓ କେରଳ ପୋଲିସ ମଧ୍ୟରେ ତୃତୀୟ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ତେଲେଙ୍ଗାନା, କେରଳ ପୋଲିସ ଦଳକୁ ୯ -୧ ଗୋଲ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛି।

ଚତୁର୍ଥ ମ୍ୟାଚ ସିଆରପିଏଫ ଓ ପୁଡୁଚେରୀ ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ସିଆରପିଏଫ ପୋଲିସ ପଡୁଚେରୀ ପୋଲିସ ଦଳକୁ ୨୧-୧ ଗୋଲ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛି।

ପଞ୍ଚମ ମ୍ୟାଚ ତାମିଲନାଡୁ ଓ ଉତ୍ତରପ୍ରଦେଶ ପ୍ରଦେଶ ମହିଳା ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଉତ୍ତରପ୍ରଦେଶ ପ୍ରଦେଶ ମହିଳା ପୋଲିସ ତାମିଲନାଡୁ ମହିଳା ପୋଲିସ ଦଳକୁ ୬-୧ ଗୋଲ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛି।

ସେହିପରି ପଞ୍ଜାବ ଓ ମଧ୍ୟ ପ୍ରଦେଶ ମଧ୍ୟରେ ଷଷ୍ଠ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ପଞ୍ଜାବ, ମଧ୍ୟପ୍ରଦେଶ ପୋଲିସ ଦଳକୁ ୭ -୧ ଗୋଲ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛି।

ସପ୍ତମ ମ୍ୟାଚ ଏସଏସବି ଓ ହରିୟାଣା ପୋଲିସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ  ଏସଏସବି ପୋଲିସ ହରିୟାଣା ପୋଲିସ ଦଳକୁ ୧୮-୦ ଗୋଲ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛି।

କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବ ଭାସ୍କର ଜ୍ୟୋତି ଶର୍ମା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ସୌମେନ୍ଦ୍ର ପ୍ରିୟଦର୍ଶୀ,ଏସସିଆରବି, ନିର୍ଦ୍ଦେଶକ  ଡ଼ଃ. ସନ୍ତୋଷ ବାଲା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଳବାଇ ଓ ଉପକୂଳ ସୁରକ୍ଷା ବିଭାଗ) ଅରୁଣ ବୋଥ୍ରା, ଆୟୋଜନ କମିଟିର ଉପାଧ୍ୟାକ୍ଷ ଦୟାଲ ଗଙ୍ଗୱାର, ଆଇଜି( ତାଲିମ) ତଥା ଆୟୋଜନ କମିଟିର ସମ୍ପାଦକ ଅନୁପ କୁମାର ସାହୁ, ଆଇଜି (ଅପରେସନ) ଡ଼ଃ. ଦୀପକ କୁମାର, ଆଇଜି (ସଶସ୍ତ୍ର) ଅବିନାଶ କୁମାର ଏବଂ ଖୋର୍ଦ୍ଧା ଏସପି ସାଗରିକା ନାଥ ପ୍ରମୁଖ ବିଭିନ୍ନ ମ୍ୟାଚ ଗୁଡିକରେ ଅତିଥି ଭାବେ ଅଂଶ ଗ୍ରହଣ  କରି ଖେଳାଳିଙ୍କୁ ଉତ୍ସାହିତ କରିଥିଲେ।

Categories
ଆଜିର ଖବର ଖେଳ ରାଜ୍ୟ ଖବର

ସର୍ବଭାରତୀୟ ପୋଲିସ୍ ହକି: “ଲୋଗୋ ଏବଂ ମାସ୍କଟ-ଆଶା” ଲୋକାର୍ପଣ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

ଭୁବନେଶ୍ଵର: ଭୁବନେଶ୍ବର ସ୍ଥିତ ପୋଲିସ୍ ଭବନରେ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ ର Curtain Raiser ସମାରୋହ ଅନୁଷ୍ଠିତ ହୋଇଯାଇଛି।

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର “ଲୋଗୋ ଏବଂ ମାସ୍କଟ-ଆଶା” କୁ ଲୋକାର୍ପଣ କରିଛନ୍ତି।

କେନ୍ଦୁଝର ଜିଲ୍ଲାର ଏକ ଜଙ୍ଗଲରୁ ଗୁରୁତର ଆହତ ଅବସ୍ଥାରେ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର କର୍ମଚାରୀମାନେ ଏକ ଗଜ ଶାବକ (ହାତୀ ଛୁଆ)କୁ ଉଦ୍ଧାର କରିଥିଲେ । ପରେ ତାକୁ ସେଠାରୁ ନନ୍ଦନକାନନକୁ ସ୍ଥାନାନ୍ତର କରାଯାଇଥିଲା। ତାର ଏହି ସଂଘର୍ଷମୟ କାହାଣୀ ଉପରେ “ଆଶା” ଆଧାରିତ। ଯିଏକି ବର୍ତ୍ତମାନ ନନ୍ଦନକାନନରେ ସୁସ୍ଥ ଓ ସୁରକ୍ଷିତ ଅବସ୍ଥାରେ ଅଛି। ଏହି ମାସକଟ୍‌ “ଆଶା” ଦୟା, ସାହସ ଓ ପରିବେଶ ସଂରକ୍ଷଣ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିନିଧିତ୍ୱ କରୁଛି ବୋଲି ଡିଜିପି ନିଜ ଅଭିଭାଷଣରେ କହିଥିଲେ।

ଓଡ଼ିଶା ପୋଲିସ ଏହି ଚାମ୍ପିୟନସିପ୍‌ କୁ ଦ୍ବିତୀୟ ଥର ପାଇଁ ଆୟୋଜନ କରୁଥିବାରୁ ଶ୍ରୀ ଖୁରାନିଆ ଖୁସି ବ୍ୟକ୍ତ କରିବା ସହ ଏଥି ନିମନ୍ତେ ସେ ସର୍ବଭାରତୀୟ ପୋଲିସ୍ କ୍ରୀଡା ନିୟନ୍ତ୍ରଣ ବୋର୍ଡ୍‌ କୁ ଧନ୍ୟବାଦ ଜଣାଇଥିଲେ।

ଏହି ଚାମ୍ପିୟନସିପ୍ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ଠାରେ ଅପ୍ରେଲ ୭ ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି।

ଏଥିରେ ୨୬ଟି ପୁରୁଷ ଦଳ ଓ ୯ଟି ମହିଳା ଦଳ ଅଂଶଗ୍ରହଣ କରୁଥିବା ବେଳେ ମୋଟ ୪୮ଟି ମ୍ୟାଚ୍‌ ଖେଳାଯିବ। ସିଆଇଏସଏଫ୍‌, ସିଆରପିଏଫ୍‌, ବିଏସଏଫ୍‌, ଆଇଟିବିପି ଓ ଏସଏସବି ଭଳି କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ଦଳଗୁଡ଼ିକ ଏହି ପ୍ରତିଯୋଗିତାର ମଧ୍ୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ଡିଜିପି ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର ) ରାଜେଶ କୁମାର, ଆୟୋଜନ କମିଟିର ସମ୍ପାଦକ ତଥା ଆଇଜି(ତାଲିମ) ଅନୁପ କୁମାର ସାହୁ, ସମସ୍ତ ଟିମର ମ୍ୟାନେଜର ଏବଂ ଅଧିନାୟକ, ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।