ସୀତାରାମ ଅଗ୍ରଓ୍ବାଲ
ବାଣପୁର : ସାନ ନଈରୀ ଗ୍ରାମରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସେହି ଗ୍ରାମର ସରପଞ୍ଚ ଶ୍ରାବଣୀ ଘଡେଇ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ଗ୍ରାମ ପଞ୍ଚାୟତକୁ ସଟ୍ଡାଉନ୍ ଘୋଷଣାକରିଛନ୍ତି । ଏହି କ୍ରମରେ ଏହି ପଞ୍ଚାୟତଟି ଆଜି 2 ଘଟିକାଠାରୁ ଆସନ୍ତା 19 ତାରିଖ ରାତ୍ରି 9 ଘଟିକା ପର୍ଯ୍ୟନ୍ତ ସଟ୍ଡାଉନ୍ ରହିବ । ଏହି ସମୟରେ ସମ୍ପୃକ୍ତ ଗ୍ରାମ ପଞ୍ଚାୟତକୁ ଅବରୁଦ୍ଧ କ୍ଷେତ୍ର ରୂପେ ଘୋଷଣା କରାଯାଇଛି ।
ଏହି ସମୟରେ କୌଣସି ବ୍ୟକ୍ତି ଗ୍ରାମ ପଞ୍ଚାୟତରୁ ବାହାରକୁ ଯାଇପାରିବ ନାହିଁ କିମ୍ବା ବାହାରର କୌଣସି ବ୍ୟକ୍ତି ଗ୍ରାମ ପଞ୍ଚାୟତକୁ ପ୍ରବେଶ କରିପାରିବେ ନାହିଁ । ଏହ ସହ ଏହି ଅଞ୍ଚଳରେ ଥିବା ସମସ୍ତ ଦୋକାନ ବଜାର ବନ୍ଦ ରହିବ । ଯଦି ଏହି ସମୟରେ କେହି ଏହି ନିୟମର ଉଲ୍ଲଂଘନ କରନ୍ତି ତେବେ ତାଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ରହିଛି ।