Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ଉର୍ସୁଲା ଭନ୍ ଡେର୍ ଲେୟେନ୍‌ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ୟୁରୋପୀୟ କମିଶନର ଅଧ୍ୟକ୍ଷ ଭାବେ ପୁନଃନିର୍ବାଚିତ ହୋଇଥିବାରୁ ଉର୍ସୁଲା ଭନ୍ ଡେର୍ ଲେୟେନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅଭିନନ୍ଦନ ଜଣାଇଛନ୍ତି।

ଶ୍ରୀ ମୋଦୀ କହିଛନ୍ତି ଯେ, ଭାରତୀୟ ଏବଂ ୟୁରୋପୀୟ ୟୁନିଅନ୍‌ର ରଣନୀତିକ ଭାଗିଦାରୀକୁ ମଜବୁତ କରିବା ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ ସେ ଆଗ୍ରହୀ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ଯେ;

“ୟୁରୋପୀୟ କମିଶନର ଅଧ୍ୟକ୍ଷ ଭାବେ ପୁନଃନିର୍ବାଚିତ ହୋଇଥିବାରୁ ଭନ୍ ଡେର୍ ଲେୟେନ୍ ଆପଣଙ୍କୁ ଅଭିନନ୍ଦନ। ବିଶ୍ୱର ହିତ ପାଇଁ ରଣନୀତିକ ଭାଗିଦାରୀକୁ ମଜବୁତ କରିବା ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ ଆଗ୍ରହୀ।”