Categories
ଆଜିର ଖବର ରାଜ୍ୟ ଖବର

ଚଳିତ ବର୍ଷ ତାପମାତ୍ରା ବଢିବ: ସତର୍କ ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ

ଭୁବନେଶ୍ୱର: ଏବର୍ଷ ତାପମାତ୍ରା ବଢିବ। ସ୍ଵାଭାବିକ ତାପମାତ୍ରା ଠାରୁ ଚଳିତ ବର୍ଷ ତାପମାତ୍ରାରେ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଇଛି। ମାର୍ଚ୍ଚ ମାସଠାରୁ ମେ’ ମାସ ପର୍ଯ୍ୟନ୍ତ ଦିନର ତାପମାତ୍ରା ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ। ଭାରତୀୟ ପାଣିପାଗ ବିଭାଗ ଏନେଇ ସତର୍କ ସୂଚନା ଦେଇଛି। ପାଣିପାଗ ବିଭାଗ ଅନୁଯାୟୀ ଖୋର୍ଦ୍ଧା, କଟକ, ଅନୁଗୁଳ, ବୌଦ୍ଧ, ଯାଜପୁରରେ ପ୍ରବଳ ଖରା ଅନୁଭୂତ ହେବ।

ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ନୟାଗଡ଼ ପାଇଁ ମଧ୍ୟ ଆଇଏମଡ଼ି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅଂଶୁଘାତର ସମ୍ଭାବନା ଥିବାରୁ ବାହାରକୁ ଯାଉଥିଲେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।