Categories
ଆଜିର ଖବର ରାଜ୍ୟ ଖବର

ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ  ୧୫ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ଵର: ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି।

ପ୍ରକାଶଯୋଗ୍ୟ ଯେ, ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ ପାଇଁ ଗତ ଜୁଲାଇ ମାସରେ ଅନୁମୋଦନ ଦେଇଥିଲେ। ଏହାସହିତ ଆଜି ଏହି ନୂତନ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ପଦବୀ  ଅନୁମୋଦନ କରିଛନ୍ତି। ଏହି ପଦବୀ ଗୁଡିକ ହେଲା – ଗୋଟିଏ ଷ୍ଟେସନ ଅଫିସର, ଦୁଇଟି ଖରବୟସଦ୍ଭଶ ୠସକ୍ସରଜ୍ଞବଦ୍ଭ, ଗୋଟିଏ ଡ୍ରାଇଭର-ହାବିଲଦାର, ଗୋଟିଏ ଫାୟାରମ୍ୟାନ ଡ୍ରାଇଭର ଏବଂ ୧୦ଟି ଫାୟାରମ୍ୟାନ ପଦବୀ। ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ ହୋଇ ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର କାର‌୍ୟ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର: ନିୟୋଜିତ ହେବେ ୪୫ ନୂଆ କର୍ମଚାରୀ

ଭୁବନେଶ୍ବର: ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର (Fire Station) ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି। ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ। ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଏଣିକି ଭୁବନେଶ୍ୱର ଏମସ୍ ପରିସରରେ ଖୋଲାଯିବ ଅଗ୍ନିଶମ ସେବା କେନ୍ଦ୍ର: ମୁଖ୍ୟମନ୍ତ୍ରୀ ଦେଲେ ମଞ୍ଜୁରୀ

ଭୁବନେଶ୍ୱର: ଭୁବନେଶ୍ୱର ଏମସ୍ ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେଇଛନ୍ତି।

ଏହି କେନ୍ଦ୍ରରେ ଜଣେ ଷ୍ଟେସନ ଅଧିକାରୀଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ। ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି। ଏମସ୍ ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନର ଅଗ୍ନି ନିରାପତ୍ତାକୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ କଟକସ୍ଥିତ ଏସସିବି ମେଡିକାଲ କଲେଜ, ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ କଲେଜ ଏବଂ ବୁର୍ଲା ଭିମସାରରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି। ସାରା ରାଜ୍ୟରେ ବର୍ତ୍ତମାନ ୩୩୮ ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି।