Categories
ବିଶେଷ ଖବର

ସହିଦ୍ ଦେବାଶିଷ ବିଶ୍ବାଳଙ୍କ ପରିବାରକୁ ପଚିଶ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜାମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଦେବାଶିଷ ବିଶ୍ବାଳଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଷ୍ୟରେ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହିତ ସହିଦ୍ ଦେବାଶିଷ ବିଶ୍ଵାଳଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପଚିଶ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ସହିଦ ଦେବାଶିଷ ବିଶ୍ବାଳଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଧୈର୍ଯ୍ୟ ଓ ସାହସ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର

କାନପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଟ୍ରାକ୍ଟର ଓଲଟି ୨୬ ମୃତ, ପ୍ରଧାନମନ୍ତ୍ରୀଙ୍କ ଶୋକ

କାନପୁର: ଉତ୍ତରପ୍ରଦେଶର କାନପୁରରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଏପର୍ଯ୍ୟନ୍ତ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୮ ଜଣ ଆହତ ହୋଇଛନ୍ତି, ସେଥିମଧ୍ୟରୁ ତିନି ଜଣ ଡାକ୍ତରଖାନାରେ ମୃତ୍ୟୁ ବରଣ କରିଛନ୍ତି। ତଥାପି କିଛି ଲୋକଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତେ ନବରାତ୍ରୀ ଅବସରରେ ଉନ୍ନାଓର ଚନ୍ଦ୍ରିକା ଦେବୀ ମନ୍ଦିର ଦର୍ଶନ କରିବା ପରେ କୋରଥା ଗ୍ରାମକୁ ଫେରୁଥିଲେ।

ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ରାଜ୍ୟ ସରକାର ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ଏହି ଟ୍ରାକ୍ଟରରେ ୫୦ ରୁ ଅଧିକ ଲୋକ ଯାଉଥିଲେ।

Categories
ଆଜିର ଖବର ଜାତୀୟ ଖବର

ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଭଣ୍ଡାରାସ୍ଥିତ ହସ୍ପିଟାଲରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ମଞ୍ଜୁର କରିଛନ୍ତି। ଏହି ଅଗ୍ନିକାଣ୍ଡରେ ଗୁରୁତର ଭାବେ ଆହତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ମଧ୍ୟ ସେ ଅନୁମୋଦନ କରିଛନ୍ତି।