Categories
ଖେଳ ଜାତୀୟ ଖବର ବିଶେଷ ଖବର ବ୍ୟକ୍ତିତ୍ୱ

ଭୁବନେଶ୍ବରରେ କ୍ରୀଡ଼ାବିତ୍‌ ଅଭିନବ ବିନ୍ଦ୍ରା, ଅଲିମ୍ପିକ ସମ୍ପର୍କିତ ଶିକ୍ଷା କାର୍ଯ୍ୟକ୍ରମର କଲେ ସମୀକ୍ଷା

ଭୁବନେଶ୍ୱର : ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଚଳିତ ବର୍ଷ ଭୁବନେଶ୍ୱର ଓ ରାଉରକେଲାର ୯୦ଟି ବିଦ୍ୟାଳୟରେ ଅଲିମ୍ପିକ୍‌ ମୂଲ୍ୟବୋଧ ସମ୍ପର୍କିତ ଶିକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଅଛି।

ଏହି ଅବସରରେ ଗତ ମଙ୍ଗଳବାର ଦିନ ବିଶିଷ୍ଟ ଅଲିମ୍ପିଆନ୍‌-ତଥା-ଅଭିନବ ବିନ୍ଦ୍ରା ଫାଉଣ୍ଡେସନ ଟ୍ରଷ୍ଟର ଫାଉଣ୍ଡର ତଥା ବିଶିଷ୍ଟ କ୍ରୀଡ଼ାବିତ୍‌ ଅଭିନବ ବିନ୍ଦ୍ରା ଓ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା ଭୁବନେଶ୍ୱର ଲକ୍ଷ୍ମୀସାଗରସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିବା ସହିତ ଅଲିମ୍ପିକ୍‌ ମୂଲ୍ୟବୋଧ ସମ୍ପର୍କିତ ଶିକ୍ଷା କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ।

ଏହି ପରିପ୍ରେକ୍ଷୀରେ ଉଭୟ ଅତିଥି ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ଅଲିମ୍ପିକ୍‌ ମୂଲ୍ୟବୋଧ ସମ୍ପର୍କିତ ଫଟୋ ପ୍ରଦର୍ଶନୀ ଓ ବିଦ୍ୟାଳୟ ଖେଳ ପଡ଼ିଆରେ ଆୟୋଜିତ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍‌ ମ୍ୟାଚ୍‌ ବୁଲି ଦେଖିବା ସହିତ ଛାତ୍ରଛାତ୍ରୀମାନଙ୍କ ସହ ଅଲିମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମ ସମ୍ପର୍କରେ ଆଲେଚନା କରିଥିଲେ।

ଉପସ୍ଥିତ ଛାତ୍ରଛାତ୍ରୀ ତଥା ବିଦ୍ୟାଳୟ କର୍ତ୍ତୃପକ୍ଷ କ୍ରୀଡା ତାରକା ଅଭିନବ ବିନ୍ଦ୍ରା ତଥା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଅତି ନିକଟରେ ପାଇ ଖୁସି ହେବା ସହିତ ବିଭିନ୍ନ ପ୍ରସଙ୍ଗରେ ବାର୍ତ୍ତାଳାପ କରି ଖୁବ୍‌ ଉତ୍ସାହିତ ହୋଇଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ନିର୍ଦ୍ଦେଶକ, ଓସେପା, ବରିଷ୍ଠ ମଣ୍ଡଳ ଶିକ୍ଷା ଅଧିକାରୀ, ଭୁବନେଶ୍ୱର, ପ୍ରଧାନ ଶିକ୍ଷୟିତ୍ରୀ, ସରକାରୀ ଉଚ୍ଚ ବିଦ୍ୟାଳୟ, ଲକ୍ଷ୍ମୀସାଗର ଏବଂ ବିଭିନ୍ନ ବିଦ୍ୟାଳୟର ଖେଳ ଶିକ୍ଷକ ଉପସ୍ଥିତ ଥିଲେ। ଅତିଥିମାନେ ପିଲାମାନଙ୍କ ମଧ୍ୟରେ ଅଲିମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମର ସକରାତ୍ମକ ପ୍ରଭାବ ଦେଖି ସନ୍ତୋଷ ବ୍ୟକ୍ତ କରିଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଛାତ୍ରୀନିବାସ ସୁରକ୍ଷା ନେଇ ନିୟମାବଳୀ ଜାରୀ

ଭୁବନେଶ୍ୱର: କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଛାତ୍ରୀନିବାସରେ ରହୁଥିବା ବାଳିକାମାନଙ୍କର ସୁରକ୍ଷା ଓ ନିରାପତ୍ତା ନିମନ୍ତେ ଏକ ପରାମର୍ଶ ବୈଠକ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱସ୍ଥୀ ଏସ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା ବୈଠକରେ ସମୀକ୍ଷା ପୂର୍ବକ ମତାମତ ପ୍ରଦାନ କରିଥିଲେ।

ଏଥିରେ ୟୁନିସେଫ୍‌, ଏନ୍‌ଏଡବ୍ଲୁ, ମହିଳା ଓ ଶିଶୁ ବିକାଶ ବିଭାଗର ପଦାଧିକାରୀ, ରେଭେନ୍ସା କଲିଜିଏଟ୍‌ ସ୍କୁଲର ଅଧ୍ୟକ୍ଷା, କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଦୁଇଜଣ ପ୍ରଧାନ ଶିକ୍ଷୟିତ୍ରୀ, ଓସେପାର ବାଳିକା ଶିକ୍ଷା ବିଭାଗର ଯୁଗ୍ମ ନିର୍ଦ୍ଦେଶିକା, ରାଜ୍ୟ ବାଳିକା ଶିକ୍ଷା ସଂଯୋଜିକା ପ୍ରମୁଖ ଯୋଗଦାନ କରି ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ। ଉପରୋକ୍ତ ବିଭାଗୀୟ କର୍ମକର୍ତ୍ତାମାନଙ୍କ ମତାମତକୁ ନେଇ ଏକ ନିୟମାବଳୀ (ଗାଇଡ୍‌ଲାଇନ୍‌) ପ୍ରସ୍ତୁତ କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ।