Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର: ଅପରିବର୍ତ୍ତିତ ରହିଲା ଦର, ଶୀତଳ ଭଣ୍ଡାରରେ ଚାଷୀଙ୍କ ପାଇଁ ରିହାତି

ଭୁବନେଶ୍ୱର: ଓଡିଶାର ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର ମିଳିଛି। ଚଳିତ ବର୍ଷ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ବିଦ୍ୟୁତ ଦର ଅପରିବର୍ତ୍ତିତ ରଖିଛି। ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍ ଦର କୌଣସି ପରିବର୍ତ୍ତନ କରାଯାଇନାହିଁ।

ଏନେଇ ଓଇଆସି ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବଭଳି ପ୍ରଥମ ୫୦ ୟୁନିଟ ପାଇଁ ୩ ଟଙ୍କା, ୫୦ ରୁ ୨୦୦ ୟୁନିଟ ପାଇଁ ୪ ଟଙ୍କା ୮୦ ପଇସା, ୨୦୦ ରୁ ୪୦୦ ୟୁନିଟ ପାଇଁ ୫.୮୦ ପଇସା ଏବଂ ୪୦୦ ରୁ ଅଧିକ ୟୁନିଟ ପାଇଁ ୬.୨୦ ପଇସା ରହିଛି। ସେହିପରି ଶୀତଳ ଭଣ୍ଡାରରେ ଚାଷୀଙ୍କ ପାଇଁ ୟୁନିଟ ପିଛା ୧ ଟଙ୍କା ୬୦ ପଇସା ରିହାତି ଦିଆଯାଇଛି। ପୂର୍ବରୁ ଏହା ୪ ଟଙ୍କା ୬୦ ଥିବା ବେଳେ ଏବେ ୩ ଟଙ୍କା ଦେବାକୁ ହେବ। ସେହିପରି ସାଧାରଣ ଉପଭୋକ୍ତା ଡିଜିଟାଲ ମୋଡ଼ରେ ପେମେଣ୍ଟ କଲେ ୪ ପ୍ରତିଶତ ରିହାତି ମିଳିବ ପୂର୍ବରୁ ଏହା ୩ ପ୍ରତିଶତ ମିଳୁଥିଲା।