Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଘୂର୍ଣ୍ଣିଝଡରେ ପରିଣତ ହେବା ଆଶଙ୍କା

ଭୁବନେଶ୍ୱର: ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଥିବା ବେଳେ ବୁଧବାର ପାରାଦୀପ ଠାରୁ ଦକ୍ଷିଣ -ପୂର୍ବ ପ୍ରାୟ ୬୫୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବିଷୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରାରମ୍ଭିକ ତଥ୍ୟାନୁଯାୟୀ ଶୁକ୍ରବାର ଏହା ଉତର-ପଶ୍ଚିମ ଦିଗରେ ଆନ୍ଧ୍ର ପ୍ରଦେଶ ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଥିବାବେଳେ ପରବର୍ତ୍ତୀ କାଳରେ ଗଭୀର ଅବପାତର ରୂପ ନେଇ ପାରେ ବୋଲି ସିଇସି ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ କହିଛି।

ପରେ ଏହାର ଗତିପଥରେ ପରିବର୍ତନ ହେବା ସହ ଉତର କିମ୍ବା ଉତର-ପୂର୍ବ ଦିଗକୁ ଗତି କରି ଓଡ଼ିଶା ଉପକୂଳ ମୁହାଁ ହେବା ସହ ନଭେମ୍ବର ୧୭ରେ ଏକ ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସମୁଦ୍ରରେ ପବନର ବେଗ ଘଂଟା ପ୍ରତି ୮୦ ରୁ ୯୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ । ତେବେ ପୁରୀ, ଜଗତସିଂହପୁର ଏବଂ ଭଦ୍ରକ ଜିଲ୍ଲା ଉପକୂଳରେ ପବନର ବେଗ ଏହି ସମୟରେ ଘଂଟା ପ୍ରତି ୫୫ ରୁ ୭୦ କିଲୋମିଟର ରହିପାରେ ବୋଲି କୁହାଯାଇଛି।

ନଭେମ୍ବର ୧୮ତାରିଖ ସକାଳେ ବାଲେଶ୍ୱର ଉପକୂଳ ଠାରୁ କିଛି ଦୂରରେ ରହିବ ଯେଉଁ ସମୟରେ ପବନର ବେଗ ଘଂଟା ପ୍ରତି ୬୦ରୁ ୭୫ କିଲୋମିଟର ରହିବାର ସମ୍ଭାବନା ରହିଛି। ତେବେ ଏହି ସମୟରେ ଖୋର୍ଦ୍ଧା ଏବଂ କଟକ ଜିଲ୍ଲାରେ ପବନର ବେଗ କମ୍ ରହିବ।
ଏହାର ପ୍ରଭାବରେ ନଭେମ୍ବର ୧୫ ରାତିରୁ ଭୁବନେଶ୍ୱର ସମେତ ଉପକୂଳ ଓଡିଶାରେ ମଧ୍ୟମରୁ ଭାରି ବର୍ଷା ଜାରି ରହିବ। ତେବେ ନଭେମ୍ବର ୧୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କାରଣ ଏହି ସିଷ୍ଟମ ସାରାଦିନ ଭଦ୍ରକ ଉପକୂଳରେ ସ୍ଥ୍‌ିର ରହିବ । ନଭେମ୍ବର ୧୬ ଏବଂ ୧୭ ତାରିଖରେ ଭୁବନେଶ୍ୱରରେ ୪୦ ରୁ ୬୦ ମିଲିମିଟର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଖୋର୍ଦ୍ଧାରେ ୩୦ ରୁ ୪୫ ମିମି ର ବର୍ଷା ହୋଇପାରେ।

ନଭେମ୍ବର ୧୬ ତାରିଖରୁ ବାଲେଶ୍ୱର, ଭଦ୍ରକ, ଯାଜପୁର , ଢେଙ୍କାନାଳ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ୨୪ ଘଂଟା ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ଧିରେଧିରେ ବଳିଷ୍ଠ ହେଉଛି ଅବପାତ, ହୋଇପାରେ ବାତ୍ୟା !!

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସଦୃଶ୍ୟ ଅବପାତ ଧିରେ ଧିରେ ବଳିଷ୍ଠ ହେବାରେ ଲାଗିଛି। ଏହାଦ୍ବାରା ପରବର୍ତ୍ତି ସମୟରେ ଏହା ବାତ୍ୟା ସମ୍ଭାବନାକୁ ଏଡାଇ ଦେଇ ହେବ ନାହିଁ। ତେବେ ବାତ୍ୟା ସମ୍ଭାବନା ନେଇ ପାଣିପାଗ ବିଭାଗ ତରଫରୁ କୌଣସି ସୂଚନା ନ ଥିଲେ ମଧ୍ୟ ପାଣିପାଗ ବିଶେଷଜ୍ଞ ଏହାକୁ ଏଡାଇ ଯାଇ ନାହାଁନ୍ତି।

ପାଣିପାଗ ବିଭାଗ ସୂଚନା ଅନୁସାରେ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତକୁ ରୂପାନ୍ତରିତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଧିରେଧିରେ ଘନିଭୂତ ହେବାରେ ଲାଗିଛି। ଏହାଦ୍ବାରା ଆସନ୍ତାକାଲି 11 ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଶୁକ୍ରବାର ଦିନ ମଧ୍ୟ 7 ଟି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

ଆସନ୍ତାକାଲି 11 ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସେହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ପୁରୀ ,କେନ୍ଦ୍ରାପଡ଼ା,କଟକ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର, ମାଲକାନାଗିରି, କୋରାପୁଟ, ରାୟଗଡା,ଗଜପତି ଏବଂ କନ୍ଧମାଳ।

Categories
ଆଜିର ଖବର ରାଜ୍ୟ ଖବର

ଘନିଭୂତ ହେବାରେ ଲାଗିଛି ଲଘୁଚାପ, ରବିବାର ଦିନ ନେବ ଅବପାତ ରୂପ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରଧିରେ ଘନିଭୂତ ହେବାରେ ଲାଗିଛି। ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶଃ- ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି।

ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୨ ତାରିଖ ସୁଦ୍ଧା ଏକ ଅବପାତ ରେ ପରିଣତ ହେବ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରୀ କରିଛି।

Categories
Cyclone ଜାତୀୟ ଖବର ବିଶେଷ ଖବର

ବାତ୍ୟାର ପୂର୍ବବର୍ତ୍ତି ରୂପ ନେଲା ଲଘୁଚାପ, ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଅବପାତ ରୂପ ନେଇଛି। ଏହାପରେ ଗଭୀର ଅବପାତ ଏବଂ ପରେ ବାତ୍ୟା ରୂପ ନେବ। ପାଣିପାଗ ବିଭାଗ ଅନୁସାରେ ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏହି ଅବପାତ ସୃଷ୍ଟି ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତାକାଲି ଏହି ଗଭୀର ଅବପାତକୁ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଏହାପରେ ଏହି ଅବପାତ ବାତ୍ୟାକୁ ପରିବର୍ତ୍ତନ ହେବ। ଯାହାର ନାମ ରହିଛି ସିତ୍ରାଙ୍ଗ।

ଏହି ସମ୍ଭାବ୍ୟ ବାତ୍ୟା ସିତ୍ରାଙ୍ଗ ପରିପ୍ରେକ୍ଷୀରେ ସୁରକ୍ଷା ଦୃଷ୍ଟିରୁ ଅକ୍ଟୋବର ୨୨ ତାରିଖରୁ ଅକେଫାବର ୨୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଓଡ଼ିଶା ଉପକୂଳ ଏବଂ ଚିଲିକାକୁ ଡଙ୍ଗାନେଇ ମାଛ ଧରିବାକୁ ଯିବା ପାଇଁ ନିଷେଧ କରାଯାଇଛି । କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅନୁମୋଦନ କ୍ରମେ ଓଡ଼ିଶା ମାରାଇନ୍‌ ଫିସ୍‌ ରେଗୁଲେସନ୍‌ ଆକଫ ୧୯୮୨ ଅନୁଯାୟୀ ଆଜି ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗ ପକ୍ଷରୁ ଏ ସଂପର୍କରେ ବିଜ୍ଞପ୍ତି ଜାରି କରାଯାଇଛି।

ମତ୍ସ୍ୟଜୀବୀମାନଙ୍କ ଧନଜୀବନର ସୁରକ୍ଷା ପାଇଁ ରାଜ୍ୟର ସମଗ୍ର ଉପକୂଳରେ ଏବଂ ଚିଲିକା ହ୍ରଦରେ ଯନ୍ତ୍ରଚାଳିତ ତଥା ମୋଟରଚାଳିତ ଡଙ୍ଗା ଏବଂ ଦେଶୀ ଡଙ୍ଗା ନେଇ ମାଛ ଧରିବା ପାଇଁ ବାରଣ କରାଯାଇଛି। ଅକ୍ଟୋବର ୨୨ରୁ ୨୬ ତାରିଖ ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ମାଛ ଧରିବା ପାଇଁ ସମୁଦ୍ର ଓ ଚିଲିକାକୁ ନଯିବା ପାଇଁ କୁହାଯାଇଛି।
ସମ୍ଭାବ୍ୟ ବାତ୍ୟା ଯୋଗୁଁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ମତ୍ସ୍ୟ ଅଧିକାରୀମାନଙ୍କୁ ଏ ଦିଗରେ ସମସ୍ତ ପ୍ରକାର ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ପରିପ୍ରେକ୍ଷୀରେ ମତ୍ସ୍ୟ ବିଭାଗ ପକ୍ଷରୁ ମାଇକ ଯୋଗେ ଘୋଷଣା କରାଯାଇ ସମୁଦ୍ର ଭିତରକୁ ନଯିବା ପାଇଁ ସତର୍କ କରାଯାଇଛି। ବିଭାଗୀୟ ଅଧିକାରୀ ଏବଂ ମାରାଇନ୍‌ ପୋଲିସ୍‌ଙ୍କ ଦ୍ୱାରା ମିଳିତ ଭାବେ ଉପକୂଳରେ ପାଟ୍ରୋଲିଂ କରାଯାଉଛି। ଏଥି ସହିତ କୋଷ୍ଟାଗାର୍ଡ ପକ୍ଷରୁ ମଧ୍ୟରୁ ପାଟ୍ରୋଲିଂ କରାଯାଉଛି।

କୌଣସି ମାଛଧରା ଡଙ୍ଗା ଯେପରି ସମୁଦ୍ର ଭିତରକୁ ନଯାଇପାରିବ ସେଥି ନିମନ୍ତେ ସାଗର ମିତ୍ର ଏବଂ ମତ୍ସ୍ୟ ବିଭାଗର ଅଧିକାରୀଙ୍କ ଦ୍ୱାରା ଉପକୂଳରେ ସତର୍କ ଦୃଷ୍ଟି ରଖାଯାଇଛି। ଅନ୍ୟ ରାଜ୍ୟର ମାଛଧରା ଡଙ୍ଗାଗୁଡ଼ିକୁ ରାଜ୍ୟର ମାଛଧରା ବନ୍ଦର ଓ ମତ୍ସ୍ୟ ଅବତରଣ କେନ୍ଦ୍ରଗୁଡ଼ିକରେ ନିରାପଦ ଆଶ୍ରୟ ନିମନ୍ତେ ଅନୁମତି ଦିଆଯାଇଛି। ସାମୁଦ୍ରିକ ମତ୍ସ୍ୟ ସମବାୟ ସମିତି ଏବଂ ମାଛଧରା ଡଙ୍ଗା ଆସୋସିଏସନ୍‌ ପକ୍ଷରୁ ବୈଠକ କରାଯାଇ ସମ୍ଭାବ୍ୟ ବାତ୍ୟା ନିମନ୍ତେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଅବପାତକୁ ପରିବର୍ତ୍ତନ ହେଲା ସଦୃଶ୍ୟ ଲଘୁଚାପ, ଆଜି ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଦକ୍ଷିଣ ଓଡିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତ ରେ ପରିଣତ ହୋଇଛି। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ଫଳରେ ଆଜି ୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ କହିଛି।

ପୂର୍ବର ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଗୁଡିକରେ ଲାଗି ରହିଛି ବର୍ଷା। ଆଜି ମଧ୍ୟ ରାଜ୍ୟରେ ବିସ୍ତୃତି ବର୍ଷା ସହ ୧୦ଟି ଜିଲ୍ଲାରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ର ସମ୍ଭାବନା ରହିଛି। ସେଗୁଡିକ ହେଲା ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଂଗପୁର, ବଲାଙ୍ଗିର, କୋରାପୁଟ, ବୌଦ୍ଧ ଏବଂ ନୟାଗଡ।

ଏହାର ପ୍ରଭାବରେ ଓଡିଶା ଉପକୂଳରେ ସମୁଦ୍ର ଅଶାନ୍ତ ଥିବାରୁ ୧୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ମନା କରାଯାଇଛି।