Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଜାରି ରହିବ କାଳବୈଶାଖି: ଏହି ଜିଲ୍ଲାଗୁଡିରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା

ଭୁବନେଶ୍ଵର: ରାଜ୍ୟରେ ଅସହ୍ୟ ତାତିରୁ ମିଳିଛି ଆଶ୍ଵସ୍ତି। କାଳ ବୈଶାଖି ଯୋଗୁଁ ରାଜ୍ୟରେ ଏବେ ତାପମାତ୍ରା ହ୍ରାସ ପାଉଥିବା ବେଳେ ଆଗାମୀ ଦୁଇ ଦିନ ପାଇଁ କାଳ ବୈଶାଖି ଜାରି ରହିବ ବୋଲି ଅନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହା ସହିତ କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ମଧ୍ୟ ଅନୁମାନ କରାଯାଉଛି।

ଏହି କାଳ ବୈଶାଖି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଏବଂ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷାର ସମ୍ଭବାନା ରହିଛି। ତେବେ ଆଜି ପାଇଁ ୧୩ ଟି ଜିଲ୍ଲାକୁ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା କଳାହାଣ୍ଡି, ରାୟଗଡା, କୋରାପୁଟ, କନ୍ଧମାଳ, ବୌଦ୍ଧ, ଗଂଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି।

ସେହିଭଳି ଆସନ୍ତାକାଲି ପାଇଁ ୯ ଟି ଜିଲ୍ଲାକୁ ଅଂରେଜ ୱାର୍ଣ୍ଣିଂ ଓ ୧୩ ଟି ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା!: ୭ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ତେବେ ଆସନ୍ତାକାଲିଠାରୁ ୭ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲିଠାରୁ ଅଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଅନୁଗୁଳ, ବରଗଡ଼, କଟକ, ଢେଙ୍କାନାଳ, ଜଗତ୍‌ସିଂହପୁର, ପୁରୀ ଓ ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ସେହିଭଳି ଆସନ୍ତା ରବିବାର ଓ ସୋମବାର ଦିନ ମଧ୍ୟ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

Categories
ଆଜିର ଖବର ରାଜ୍ୟ ଖବର

ଲଘୁଚାପ ସକ୍ରିୟ: ୮ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ଛତିଶଗଡ଼ ଏବଂ ଉତ୍ତର- ପୂର୍ବ ମଧ୍ୟପ୍ରଦେଶରେ ଲଘୁଚାପ ସକ୍ରିୟ ରହିଛି। ଏହି ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପିଛି। ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଅଧିକ ସକ୍ରିୟ କରିଛି। ଏହାର ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ସେଥିପାଇଁ ରାଜ୍ୟର ୪ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିଭଳି ୧୧ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ଦେବଗଡ଼, ଗଜପତି, କଟକ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ପୁରୀ, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆସୁଛି ଆଉ ଏକ ଲଘୁଚାପ: ଜାଣନ୍ତୁ କେଉଁ ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟ ପାଇଁ ଆଉ ଏକ ଲଘୁଚାପ ବିପଦ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଓଡିଶା ଓ ଆଖପାଖ ଅଞ୍ଚଳରେ ମଧ୍ୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ୮ ଟା ୩୦ ଯାଏଁ ବାଲେଶ୍ଵର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାର ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ସମ୍ଭାବନା ରହିଛି।

ସେହିଭଳି ୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ ଓ ଯାଜପୁର ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ତେବେ ଏହି ଉପରୋକ୍ତ ଜିଲ୍ଲାଗୁଡିକରେ ବର୍ଷା ହେବା ସହ ବଜ୍ରପାତ ସମ୍ଭାବନା ରହିଛି। କେବଳ ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲାଗୁଡିକ ହେଲେ କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଝାରସୁଗୁଡା, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲା।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା: ୯ ଟି ଜିଲ୍ଲାକୁ ଅରେଞ୍ଜ ଏବଂ ୧୬ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ଆସନ୍ତାକାଲି ସକାଳ ୮ ଟା ୩୦ ପର୍ଯ୍ୟନ୍ତ ୯ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ସତର୍କ ସୁଚାନା ଜାରି କରିଛି।

ନୂଆପଡା, ବଲାଙ୍ଗୀରି, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

ସେହିଭଳି ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ୧୬ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରପଡା, ଯାଜପୁର, ଭଦ୍ରକ, ବାଲେଶ୍ଵର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ ନେଇ ସତର୍କ ସୂଚନା ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଲଘୁଚାପଜନିତ ବର୍ଷା: ୬ ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାର ଆଖପାଖ ଓଡିଶା ଏବଂ ଗାଙ୍ଗିୟ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଲଘୁଚାପ ସକ୍ରିୟ ହୋଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହିତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପ୍ରବଳଋ ଅତି ପ୍ରବଳ ବର୍ଷା ହେବା ଅନୁମାନ କରାଯାଇଛି।

ସେଥିପାଇଁ ୬ ଟି ଜିଲ୍ଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେଡ ୱାର୍ଣ୍ଣିଂ ଜାରି କରିଛି। ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼ ଓ ଅନୁଗୋଳ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ରେଡ ୱାର୍ଣ୍ଣିଂ ଜାରି କରିଛି। ସେହିଭଳି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି।

ଲଘୁଚାପଜନିତ ବର୍ଷା ଯୋଗୁଁ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବ ବୋଲି ଆଶଙ୍କା କରାଯାଉଛି। ରାଜ୍ୟରେ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ୍ କମିଶନରଙ୍କୁ ଏନେଇ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି।