Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

Breaking News: ସମ୍ବଲପୁର ଆଇଆଇଏମ ର ନୂଆ କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ସମ୍ବଲପୁର: ଆଇଆଇଏମ ସମ୍ବଲପୁରର ନୂଆ କ୍ୟାମ୍ପସର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଉଦଘାଟନରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ବିଶେଶ୍ବର ଟୁଡୁ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି।

ପ୍ରଧାନମନ୍ତ୍ରୀ ଉଦଘାଟନ କରିବା ପରେ ସେ ନୂଆ କ୍ୟାମ୍ପସ ବୁଲି ଦେଖିଥିଲେ।  ଆଇଆଇଏମ ନିର୍ଦ୍ଦେଶକ ପ୍ରଧାନମନ୍ତ୍ରୀଙ୍କୁ ବିଭିନ୍ନ ପ୍ରକଳ୍ପକୁ ବୁଲି ଦେଖାଇଥିଲେ। ଏହାପରେ ଏକ ସାଧାରଣ ସଭାରେ ସେ ଭାଗ ନେଇଛନ୍ତି। ଏଥିରେ ସ୍ଥାନୀୟ ସାଂସଦ, ବିଧାୟକ ପ୍ରମୁଖ ଉପସ୍ଥିତ ରହିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ଫୁଙ୍କିବେ ନିର୍ବାଚନ ବିଗୁଲ

ସମ୍ବଲପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ଦ୍ଧାରିତ ସମୟରେ ଓଡିଶାରେ ପହଞ୍ଚିଛନ୍ତି। ସେ ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଝାରସୁଗୁଡାରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ସାଂସଦ ସୁରେଶ ପୂଜାରୀ, ବିଧାୟକ ସାରଦା ନାୟକ ଏବଂ ବରିଷ୍ଠ ଅଧିକାରୀ ସ୍ବାଗତ କରିିଥିଲେ।

ଏହାପରେ ସେଠାରୁ ମୋଦି ସ୍ବତନ୍ତ୍ର ହେଲିକାପ୍ଟରରେ ସମ୍ବଲପୁରରେ ପହଞ୍ଚିଛନ୍ତି। ସେଠାରେ ଆଇଆଇଏମ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଉଦବୋଧନ ଦେବେ। ସେଠାରେ ସେ ଆସନ୍ତା ନିର୍ବାଚନ ପାଇଁ ବିଗୁଲ ଫୁଙ୍କିବେ ବୋଲି ଅନୁମାନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଇଆଇଏମ ସମ୍ବଲପୁର ଏବଂ ଏନଆଇଟି ରାଉରକେଲା ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଇଆଇଏମ୍‌ ସମ୍ବଲପୁର ପକ୍ଷରୁ ଜି-୨୦ ଜନଭାଗିଦାରି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କ୍ରମରେ ଆଜି ସମ୍ବଲପୁର ଜବାହାର ନବୋଦୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସ୍ୱଚ୍ଛତା ଅଭିଯାନ ଆୟୋଜନ କରାଯାଇଥିଲା। ଏଥିରେ ଯୋଗ ଦେଇଥିବା ଛାତ୍ରଛାତ୍ରୀ ସ୍କୁଲ ପରିସର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସଫେଇ କରିଥିଲେ।

ସେହିପରି ଆଇଆଇଏମ୍‌ ସମ୍ବଲପୁର ଆନୁକୂଲ୍ୟରେ ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଛାତ୍ରଛାତ୍ରୀମାନେ ଆଖପାଖ ଅଞ୍ଚଳରେ ସଫେଇ କରିବା ସହ ସ୍ୱଚ୍ଛତାର ବାର୍ତ୍ତା ପ୍ରସାର କରିଥିଲେ।

ଅନ୍ୟପକ୍ଷରେ ଆଜି ଏନଆଇଟି ରାଉରକେଲା ପକ୍ଷରୁ ଜି -୨୦ ଜନଭାଗିଦାରି ଅନ୍ତର୍ଗତ ସ୍ୱଚ୍ଛତା ଅଭିଯାନ ଆୟୋଜନ କରାଯାଇଥିଲା। ଏଥିରେ ଏନଆଇଟିର ଛାତ୍ରଛାତ୍ରୀ, ଅଧ୍ୟାପକ, ଗବେଷକମାନେ ଯୋଗଦେଇ କ୍ୟାମ୍ପସ ପରିସରରେ ସଫେଇ କରିଥିଲେ। ସେହିପରି ଜି-୨୦ ବିଷୟବସ୍ତୁକୁ ନେଇ ଏନଆଇଟିର ରସାୟନ ଇଞ୍ଜିନିୟରିଂ ବିଭାଗ ପକ୍ଷରୁ ଏକ ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ: ଆଇଆଇଏମ ସମ୍ବଲପୁର ପକ୍ଷରୁ ପ୍ରବନ୍ଧ ଲିଖନ ଓ ପ୍ରଶ୍ନୋତ୍ତର ପ୍ରତିଯୋଗିତା

ଭୁବନେଶ୍ୱର: ଆଇଆଇଏମ ସମ୍ବଲପୁର ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନ୍ତର୍ଗତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଭିନ୍ନ ଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଆଇଆଇଏମ ସହଯୋଗରେ ଜି-୨୦ ବିଷୟବସ୍ତୁକୁ ନେଇ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମିଳିତ ପ୍ରୟାସ ଜରିଆରେ ଜଳବାୟୁ ପରିବର୍ତ୍ତନ, ଆତଙ୍କବାଦ ଓ ମହାମାରୀ ଭଳି ସମସ୍ୟାର ସମାଧାନ କରାଯାଇପାରିବ, ଏହି ବିଷୟକୁ ନେଇ ଆୟୋଜିତ ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ ଆଗ୍ରହର ସହିତ ଅଂଶଗ୍ରହଣ କରିଥିଲେ।

ସେହିପରି ଆଇଆଇଏମ ସହଯୋଗରେ ‘‘ଜଳବାୟୁ ପରିବର୍ତ୍ତନ, ବନୀକରଣ, ଅକ୍ଷୟଶକ୍ତି ଏବଂ ଇନ୍ଧନ ପରିଦୃଶ୍ୟ’’ ବିଷୟବସ୍ତୁକୁ ନେଇ ସମ୍ବଲପୁର ନବୋଦୟ ବିଦ୍ୟାଳୟ ଏବଂ ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଏକ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ସୂଚନାଯୋଗ୍ୟ ଯେ, ଭାରତର ଜି-୨୦ ଅଧ୍ୟକ୍ଷତା ଅଧୀନରେ ଦେଶବ୍ୟାପୀ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଓ ବୈଠକମାନ ଆୟୋଜନ କରାଯାଉଛି । ଏହି କ୍ରମରେ ଭୁବନେଶ୍ୱର ଠାରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ରାଜ୍ୟବ୍ୟାପୀ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।

Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ ରାଜ୍ୟ ଖବର

ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ସମାରୋହରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ପୋଖରିୟାଲ ‘ନିଶଙ୍କ’, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ମନ୍ତ୍ରୀ  ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଇଆଇଏମ ସମ୍ବଲପୁରର ଏହି ସ୍ଥାୟୀ କ୍ୟାମ୍ପସ କେବଳ ଓଡ଼ିଶାର ସଂସ୍କୃତି ଏବଂ ପ୍ରାକୃତିକ ସମ୍ପଦକୁ ପ୍ରଦର୍ଶିତ କରିବ ନାହିଁ ବରଂ ମ୍ୟାନେଜମେଂଟ କ୍ଷେତ୍ରରେ ଓଡ଼ିଶାକୁ ବିଶ୍ୱସ୍ତରରେ ଏକ ପରିଚୟ ପ୍ରଦାନ କରିବ । ସେ କହିଥିଲେ ଯେ ପୂର୍ବରୁ ବାହାରୁ ବହୁରାଷ୍ଟ୍ରୀୟ ସଂସ୍ଥାଗୁଡ଼ିକ ଭାରତକୁ ଆସୁଥିବା ବେଳେ ନିକଟ ଅତୀତରେ ଭାରତୀୟ ବହୁରାଷ୍ଟ୍ରୀୟ ସଂସ୍ଥାଙ୍କର ସଂଖ୍ୟା ବୃଦ୍ଧି ପାଇଛି । ଦ୍ୱିତୀୟ ଏବଂ ତୃତୀୟ ଶ୍ରେଣୀ ସହରରେ ଷ୍ଟାର୍ଟଅପଗୁଡ଼ିକ ମୁଣ୍ଡ ଟେକୁଥିବା ବେଳେ ଭାରତରେ ସଙ୍କଟଜନକ ପରିସ୍ଥିତି ସତ୍ୱେ ଅଧିକ ‘ୟୁନିକର୍ଣ୍ଣ’ଗୁଡ଼ିକୁ ଦେଖିବାକୁ ମିଳିଛି ।