Categories
ଆଜିର ଖବର ରାଜ୍ୟ ଖବର

ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ପର୍କରେ ଏବେ ସୁଦ୍ଧା କୌଣସି ଆକଳନ କରାଯାଇନାହିଁ: ପାଣିପାଗ ବିଭାଗ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏବେ ସୁଦ୍ଧା କୌଣସି ଆକଳନ କରାଯାଇନାହିଁ। ନିର୍ଦ୍ଦିଷ୍ଟ ଗଣମାଧ୍ୟମରେ ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ ମାଡ଼ ହେବା ନେଇ ପ୍ରକାଶ ପାଇଥିବା ଖବରକୁ ଭାରତୀୟ ପାଣିପାଗ ବିଭାଗ ଅଧୀନ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଖଣ୍ଡନ କରାଯାଇଛି।

ସମ୍ପୃକ୍ତ ଖବରରେ ‘ଆଇଏମଡିର ଆକଳନ’’ ସମ୍ଭାବ୍ୟ ବାତ୍ୟା ‘‘ଓଡ଼ିଶାରେ ସ୍ଥଳଭାଗ’’ ଛୁଇଁବ ବୋଲି ଯାହା ଦର୍ଶାଯାଇଛି ତାହା ତଥ୍ୟ ଆଧାରିତ ନୁହେଁ। ପାଣିପାଗ ବିଭାଗ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ପର୍କରେ ଆଜି ସୁଦ୍ଧା କୌଣସି ଆକଳନ କରାଯାଇନାହିଁ ବୋଲି ବିଭାଗ ତରଫରୁ ସ୍ପଷ୍ଟୀକରଣ ଦିଆଯାଇଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଏଥର ଆଗୁଆ ଆସିବ ମୌସୁମୀ!: ସ୍ଵାଭାବିକ ହୋଇପାରେ ବର୍ଷା

ଭୁବନେଶ୍ୱର: ଚଳିତ ବର୍ଷ ମୌସୁମୀ ଶୀଘ୍ର ଆସିପାରେ। ଏବର୍ଷ ୩/୪ ଦିନ ପୂର୍ବରୁ କେରଳ ଉପକୂଳ ଛୁଇଁପାରେ। ଆସନ୍ତା ୨୭ ତାରିଖବେଳକୁ ମୌସୁମୀ କେରଳ ଛୁଇଁବ ବୋଲି ଅନୁମାନ କରାଯାଉଛି। ସେହି ହିସାବରେ ଓଡ଼ିଶାକୁ ମଧ୍ୟ ମୌସୁମୀ ଶୀଘ୍ର ଛୁଇଁପାରେ। ଓଡିଶାକୁ ଜୁନ୍‌ ପ୍ରଥମ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସିବ ବୋଲି ଅନୁମାନ କରାଯାଉଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ଦେଶରେ ମୌସୁମୀରେ ବର୍ଷା ସ୍ୱାଭାବିକ ରହିବ ବୋଲି ଆଇଏମଡି ପୂର୍ବରୁ ଆକଳନ କରିଛି।