Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ଇସ୍ରାଏଲ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦୁବାଇରେ ସିଓପି ୨୮ ଶିଖର ସମ୍ମିଳନୀ ଅବସରରେ ଇସ୍ରାଏଲ ରାଷ୍ଟ୍ରର ରାଷ୍ଟ୍ରପତି ଆଇଜାକ୍ ହର୍ଜୋଗଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ।

ଏହି କ୍ଷେତ୍ରରେ ଲାଗି ରହିଥିବା ଇସ୍ରାଏଲ – ହମାସ୍ ଯୁଦ୍ଧ ଉପରେ ଦୁଇ ନେତା ମତ ବିନିମୟ କରିଥିଲେ। ଅକ୍ଟୋବର ୭ରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ବନ୍ଧକ ଥିବା ଲୋକମାନଙ୍କର ମୁକ୍ତିକୁ ସ୍ୱାଗତ କରିଥିଲେ।

ପ୍ରଭାବିତ ଲୋକମାନଙ୍କ ପାଇଁ ମାନବିକ ସହାୟତା ନିରନ୍ତର ଏବଂ ସୁରକ୍ଷିତ ଭାବେ ପ୍ରଦାନ କରିବାର ଆବଶ୍ୟକତା ଉପରେ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ। ଆଲୋଚନା ଓ କୂଟନୀତି ମାଧ୍ୟମରେ ଇସ୍ରାଏଲ ପାଲେଷ୍ଟାଇନ ସମସ୍ୟାର ଶୀଘ୍ର ଏବଂ ସ୍ଥାୟୀ ସମାଧାନ ପାଇଁ ଭାରତର ସମର୍ଥନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ରାଷ୍ଟ୍ରପତି ହର୍ଜୋଗ ଭାରତର ଜି – ୨୦ ଅଧ୍ୟକ୍ଷତାର ସଫଳତା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଭାରତ – ମଧ୍ୟ ପୂର୍ବ – ୟୁରୋପ ଅର୍ଥନୈତିକ କରିଡରର ଶୁଭାରମ୍ଭକୁ ସ୍ୱାଗତ କରିଥିଲେ।