Categories
ଆଜିର ଖବର ରାଜ୍ୟ ଖବର

ସୋଆରେ ନଭେଲ ମ୍ୟାଟେରିଆଲ୍‌ସ ଫର୍ ଇଞ୍ଜିନିୟରିଂ ଆପ୍ଲିକେସନ୍ ସମ୍ପର୍କିତ ଫ୍ୟାକଲ୍‌ଟି ଡେଭଲପ୍‌ମେଂଟ ପ୍ରୋଗ୍ରାମ୍ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଠାରେ ଡିସେମ୍ବର ୧୮ ରୁ ୨୩ ତାରିଖ ପର୍ଯ୍ୟନ୍ତ ୬ ଦିନି ଧରି ‘ନଭେଲ ମ୍ୟାଟେରିଆଲ୍‌ସ ଆଣ୍ଡ ଇଟ୍‌ସ ଇଞ୍ଜିନିୟରିଂ ଆପ୍ଲିକେସନ୍‌ସ’ ଶୀର୍ଷକ ଏକ ଫ୍ୟାକଲ୍‌ଟି ଡେଭଲପ୍‌ମେଂଟ ପ୍ରୋଗ୍ରାମ୍ (ଏଫଡିପି) ଆୟୋଜିତ ହୋଇଯାଇଛି।
ଏଆଇସିଟିଇ ଟ୍ରେନିଂ ଆଣ୍ଡ ଲର୍ଣ୍ଣିଂ ଏକାଡେମୀ (ଅଟଳ) ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉଦ୍‌ଘାଟିତ କରିଥିଲେ। ଆଇଟିଇଆର୍‌ର ମେକାନିକାଲ୍ ଇଞ୍ଜିନିୟରିଂ ବିଭାଗ ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ଥିବା ବୈଷୟିକ ଶିକ୍ଷାନୁଷ୍ଠାନର ପ୍ରତିନିଧି ମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ବେଳେ ଜାତୀୟ ସ୍ତରୀୟ ବୈଷୟିକ ଅନୁଷ୍ଠାନ, ଗବେଷଣା କେନ୍ଦ୍ର ଓ ଶିଳ୍ପର ବିଶେଷଜ୍ଞ ମାନେ କାର୍ଯ୍ୟକ୍ରମରେ ଯୋଗ ଦେଇ ନିଜର ମତ ରଖିଥିଲେ।

ନଭେଲ ମ୍ୟାଟେରିଆଲ୍‌ସ କ୍ଷେତ୍ରରେ ଉତ୍ପନ ହେଉଥିବା ଆହ୍ୱାନ ଏବଂ ଇଞ୍ଜିନିୟରିଂ କ୍ଷେତ୍ରରେ ଏହାର ବିଭିନ୍ନ ପ୍ରୟୋଗକୁ ନେଇ ଏହି କାର୍ଯ୍ୟକ୍ରମରେ ମତ ବିନିମୟ ହୋଇଥିଲା। ଏହାର ବିଭିନ୍ନ ଅଧିବେଶନରେ ଥ୍ରୀ ଡି ପ୍ରିଂଟିଙ୍ଗ୍ ଅଫ୍ ନଭେଲ ମ୍ୟାଟେରିଆଲ୍‌ସ, ଷ୍ଟ୍ରେସ୍ ମ୍ୟାନେଜମେଂଟ ଏବଂ ୱେଷ୍ଟ ଟୁ ୱର୍ଥ ଆପ୍ରୋଚ୍ ଇନ୍ ଇଣ୍ଡଷ୍ଟ୍ରି ଫର ସଷ୍ଟେନେବିଲିଟି ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ମେକାନିକାଲ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ପ୍ରଫେସର ସରୋଜ କୁମାର ଆଚାର୍ଯ୍ୟ, କାର୍ଯ୍ୟକ୍ରମର ସଂଯୋଜକ ପ୍ରଫେସର ଶଙ୍କର ନାରାୟଣ ଦାସ ଏବଂ ସହ ସଂଯୋଜକ ଡକ୍ଟର ତପସ୍ୱିନୀ ଦାସ ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଟାଇମ୍ସ ଇଞ୍ଜିନିୟରିଂ ସର୍ଭେ: ଦେଶରେ ୫ମ ସ୍ଥାନରେ ଆଇଟିଇଆର

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଟାଇମ୍ସ ଇଞ୍ଜିନିୟରିଂ ର‌୍ୟାଙ୍କିଙ୍ଗ୍ ସର୍ଭେ ୨୦୨୨ରେ ଦେଶର ଶ୍ରେଷ୍ଠ ୫ଟି ଇଞ୍ଜିନିୟରିଂ କଲେଜ ମଧ୍ୟରେ ସ୍ଥାନ ହାସଲ କରିଛି।

ଦେଶବ୍ୟାପୀ ୧୭୦ଟି ଶିକ୍ଷାନୁଷ୍ଠାନକୁ ନେଇ କରାଯାଇଥିବା ଏହି ସର୍ଭେରେ ଆଇଟିଇଆର୍ ୫ମ ସ୍ଥାନ ହାସଲ କରିଥିବା ବେଳେ ୧୨୫ଟି ଘରୋଇ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନଗୁଡ଼ିକର ଅନ୍ୟ ଏକ ତାଲିକାରେ ଦ୍ୱିତୀୟ ସ୍ଥାନ ଓ ପୂର୍ବାଂଚଳରେ ଏକ ନମ୍ବର ସ୍ଥାନ ହାସଲ କରିଛି। ଗବେଷଣା ଦକ୍ଷତାକୁ ନେଇ ଶ୍ରେଷ୍ଠ ୩୦ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ଆଇଟିଇଆର୍ ୫ମ ସ୍ଥାନରେ ରହିଥିବା ବେଳେ ପ୍ଲେସ୍‌ମେଂଟ କ୍ଷେତ୍ରରେ ଶ୍ରେଷ୍ଠ ୭୦ଟି ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ ୧୦ମ ସ୍ଥାନରେ ରହିଛି।

ଟାଇମ୍‌ସ ଅଫ୍ ଇଣ୍ଡିଆ ପକ୍ଷରୁ କରାଯାଇଥିବା “ଦ ଟାଇମ୍ସ ଅଲ୍ ଇଣ୍ଡିଆ ଇଞ୍ଜିନିୟରିଂ ଇନ୍‌ଷ୍ଟିଚ୍ୟୁଟ୍‌ସ ର‌୍ୟାଙ୍କିଙ୍ଗ ସର୍ଭେ ୨୦୨୨” ମୁଖ୍ୟତଃ ୩ ଟି ମାପଦଣ୍ଡ ଯଥା: ଡେସ୍କ ରିସର୍ଚ୍ଚ, ଅବଧାରଣାତ୍ମକ ଓ ବାସ୍ତବ ଅନୁସନ୍ଧାନକୁ ନେଇ କରାଯାଇଥିଲା।

ଏହି ସର୍ଭେରେ ଭିତିଭୂମୀ, ଫ୍ୟାକଲ୍ଟି, ପାଠ୍ୟକ୍ରମ, ଶିଳ୍ପଜଗତ ସହ ସମ୍ପର୍କ, ନିଯୁକ୍ତି ଇତ୍ୟାଦିକୁ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା।

୧୯୯୬-୯୭ ଶିକ୍ଷାବର୍ଷରେ ଆରମ୍ଭ ହୋଇଥିବା ଆଇଟିଇଆର୍ ମୁଖ୍ୟତଃ ଗୁଣାତ୍ମକ ଶିକ୍ଷା ପ୍ରଦାନ, ଗବେଷଣା ଉପରେ ଗୁରୁତ୍ୱ, ନିଯୁକ୍ତି କ୍ଷେତ୍ରରେ ଅଧିକ ମନୋନିବେଶ ଓ କୌଶଳ ବିକାଶ କ୍ଷେତ୍ରକୁ ନେଇ ବେଶ ପରିଚିତ। ବୈଷୟିକ ଶିକ୍ଷା କ୍ଷେତ୍ରରେ ବିଶ୍ୱର ସମ୍ମାନଜନକ ସ୍ୱୀକୃତି ପ୍ରଦାନକାରୀ ଅନୁଷ୍ଠାନ ୟୁଏସ୍‌ଏର ଆକ୍ରିଡିଟେସନ୍ ବୋର୍ଡ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଆବେଟ୍‌) ଦ୍ୱାରା ଆଇଟିଇଆର ଇଞ୍ଜିନିୟରିଂ ପ୍ରୋଗ୍ରାମଗୁଡ଼ିକ ସ୍ୱୀକୃତି ଲାଭ କରିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଇଟିଇଆରରେ ରକ୍ତଦାନ ଶିବିର: ପ୍ରାୟ ୩୮୨ ୟୁନିଟ୍ ରକ୍ତ ସଂଗ୍ରହ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ କମିଶନରେଟ୍ ପୋଲିସ୍‌ର ମିଳିତ ସହଭାଗିତାରେ ବୁଧବାର ଦିନ ସୋଆର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଆଇଟିଇଆର୍‌) ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ରକ୍ତଦାନ ଶିବିରକୁ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନ ସମୟରେ ସୋଆ କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର, ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇଟିଇଆର୍‌ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ଏବଂ ଆଇଟିଇଆର୍ ଡିନ୍ ପ୍ରଫେସର ପି.କେ. ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଅବସରରେ ଯୁବପୀଢ଼ି ରକ୍ତଦାନ ପ୍ରତି ଅଧିକ ଆଗ୍ରହ ପ୍ରକାଶ କରିବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ପୋଲିସ୍ କମିଶନର ଆହ୍ୱାନ ଦେଇଥିଲେ। ସେହିପରି ରକ୍ତଦାନ ମହତଦାନ ତେଣୁ ଏହି ପୂଣ୍ୟ କାର୍ଯ୍ୟରେ ଛାତ୍ରଛାତ୍ରୀମାନେ ଅଧିକ ମାତ୍ରାରେ ସାମିଲ ହୁଅନ୍ତୁ ବୋଲି କହିଥିଲେ ସୋଆ କୁଳପତି ପ୍ରଫେସର ମହାପାତ୍ର।

ଏହି ଶିବିରରେ ସୋଆର ଛାତ୍ରଛାତ୍ରୀମାନେ ରକ୍ତଦାନ କରିଥିଲେ। ପ୍ରାୟ ୩୮୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ଏହି ରକ୍ତଦାନ ଶିବିରରେ କ୍ୟାପିଟାଲ୍ ହସ୍ପିଟାଲ୍‌, ରେଡକ୍ରସ ଓ ବିଏମ୍‌ସି ସାମିଲ୍‌ ହୋଇଥିଲେ। ଏହି ଶିବିରକୁ ଆଇଟିଇଆର୍‌ର ଆସିଷ୍ଟାଂଟ ପ୍ରଫେସର ଡଃ ସତୀଶ କୁମାର ସାମଲ ପରିଚାଳନା କରିଥିଲେ।