Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ୧୩ ତାରିଖରେ ଲଘୁଚାପ, ଦକ୍ଷିଣ ଓଡିଶାରେ ଆରମ୍ଭ ହୋଇଗଲାଣି ବର୍ଷା

ଭୁବନେଶ୍ବର: ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୭୨ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ।

ପୂର୍ବାନୁମାନ ଅନୁଯାୟୀ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲାଗିରହିଛି ବର୍ଷା। ଆଜି ସନ୍ଧ୍ୟା ୫ ଟା ୩୦ ସୁଦ୍ଧା କୋରାପୁଟ ସହରରେ ୭୭ ମିମି ବର୍ଷା ରେକର୍ଡ ହୋଇଛି। ତେବେ ଲଘୁଚାପ ସୃଷ୍ଟି ହେବା ପରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ବନ୍ୟା ମୁହଁରୁ ଖସିଲା ଓଡିଶା, ଛତିଶଗଡ ମୁହାଁଇଲା ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଓଡିଶା ପାଇଁ ଆଉ ବିପଦ ନାହିଁ। ଏହି ସକ୍ରିୟ ଲଘୁଚାପ ଧିରଧିରେ ଛତିଶଗଡ ମୁହାଁଇବାରେ ଲାଗିଛି। ଫଳରେ ଓଡିଶାରେ ଯେଉଁ ପ୍ରବଳ ବର୍ଷା ହେବାର ଥିଲା ତାହା ହ୍ରାସ ପାଇବ ବୋଲି ଜଣାପଡିଛି।

ଆଜିଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବା ସହିତ ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

Breaking News: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଶେଷରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପାଣିପାଗ ବିଭାଗ ପୂର୍ବରୁ ଯାହା ଅନୁମାନ କରୁଥିଲା ତାହା ସତ ହେଲା। ଆଜି ସଂଧ୍ୟାରେ ଏହି ଲଘୁଚାପ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗରରଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଥିଲା। ଏହାପରେ ଏହା ଘନିଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି।

ଏହି ଲଘୁଚାପ ପ୍ରଭାବରେ ସାତୋଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଦିଆଯାଇଛି। ସେଗୁଡିକ ହେଲା ମାଲକନାଗିରି, କୋରାପୁଟ, ନବରଂଗପୁର, କଳାହାଣ୍ଡି, କନ୍ଧାମାଳ, ବଲାଙ୍ଗିର ଏବଂ ନୂଆପଡା ଜିଲ୍ଲା। ଏହି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହିତ ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

Breaking News: ପୁଣି ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ, ଜାଣନ୍ତୁ କେବେ

ଭୁବନେଶ୍ବର:ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ କରାଇଛି। ବିଭାଗର ସୂଚନା ଅନୁସାରେ ଆସନ୍ତା ୧୮ ତାରିଖ ବେଳକୁ ଲଘୁଚାପ ସମ୍ଭାବନା ରହିଛି।

ଉତ୍ତର-ପୂର୍ବ ତତ-ସଂଲଗ୍ନ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ରର ବାୟୁମଣ୍ଡଳରେ ୪.୫ ରୁ ୭.୬ କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ୧୮ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାପରେ ଏହା ଲଘୁଚାପରେ ପରିଣତ ହେବ ବୋଲି କୁହାଯାଇଛି।

ନିକଟରେ ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ସୃଷ୍ଟି ହୋଇଥିଲା। ତାହା ଥମିବା ପରେ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହେବା ଆଉ ଏକ ବିପଦକୁ ଡାକିଆଣିଛି।

Categories
ବିଶେଷ ଖବର ରାଜ୍ୟ ଖବର

ବାତ୍ୟା ହେବା ନେଇ ବଢିଲା ଆଶଙ୍କା, ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ବର: ପାଣିପାଗ ବିଭାଗ ତରଫରୁ ପୂର୍ବରୁ ଯେଉଁ ଅନୁମାନ କରାଯାଉଥିଲା ତାହା ସତ ହେବାକୁ ଯାଉଛି। ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣବଳୟ। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଏଥିରେ କୁହାଯାଇଛି ଯେ, ଏହି ଘୂର୍ଣ୍ଣିବଳୟ ସକ୍ରିୟ ହେବା ପରେ ଆସନ୍ତା ଆଠ ତାରିଖରେ ଲଘୁଚାପ ସୃଷ୍ଟି ହେବ।

ଏହି ଲଘୁଚାପ ଶକ୍ତିଶାଳୀ ହେଲେ ତାହା ଅବପାତ ରୂପ ନେବ ବୋଲି କୁହାଯାଇଛି। ସେତେବେଳେ ଏହା ବାତ୍ୟା ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହେବ। ତେବେ ଏହି ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି। ଏପରିକି ୬୦ କିଲୋମିଟର ପର୍ଯ୍ୟନ୍ତ ପବନ ପ୍ରବାହିତ ହେବ ବୋଲି ଅନୁମାନ କରାଯାଇଛି।

ତେବେ ବିଶ୍ବର ବିଭିନ୍ନ ପାଣିପାଗ ବିଭାଗ ସୁତ୍ର ଅନୁସାରେ ବଙ୍ଗୋପସାଗରରେ ଏକ ବାତ୍ୟା ସୃଷ୍ଟି ହେବ। ଏହି ବାତ୍ୟା ୯ ତାରିଖରେ ସମୁଦ୍ର ଗର୍ଭରେ ଆରମ୍ଭ ହୋଇ ସ୍ଥଳଭାଗ ଆଡକୁ ଗତି କରିବ। ତେବେ ଆସନ୍ତା ୧୨ ତାରିଖ ଅପରାହ୍ନ ୨ଟା ପରେ ଏହା ବଙ୍ଗଳାଦେଶ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ବୋଲି କୁହାଯାଇଛି।

Categories
Cyclone ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରୀ

ଭୁବନେଶ୍ବର: ଆଗାମୀ ୨୪ଘଣ୍ଟା ସୁଦୃଶଃ-ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।  ସେହି ଜିଲ୍ଲାଗୁଡିକ ହେଲା ଭଦ୍ରକ, ବାଲେଶ୍ୱର,ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, କେନ୍ଦ୍ରାପଡା, ମୟୁରଭଞ୍ଜ ଏବଂ କେନ୍ଦୁଝର। ଏହି ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପ୍ରବଳ ବର୍ଷା ପାଇଁ ୟଲୋ ୱାର୍ଣ୍ଣି ଜାରୀ କରିଛି।

ସେହିପରି ସମୁଦ୍ର ଅଶାନ୍ତ ରୁ ଅତ୍ୟଧିକ ଅଶାନ୍ତ ସ୍ଥିତି ରହିବ। ସେଥିପାଇଁ ୧୯ ଏବଂ ୨୦ ତାରିଖରେ ମତ୍ସ୍ୟଜୀବୀମାନଙ୍କୁ ଓଡିଶା ଉପକୂଳର ଆଖପାଖ ଅଞ୍ଚଳର ସମୁଦ୍ର ଭିତରକୁ ନି ଯିବା ପାଇଁ ସତର୍କ ସୂଚନା ପ୍ରଦାନ କରାଯାଇଛି। ଆଜି ସଂଧ୍ୟାରେ ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର ଜିଲ୍ଲାର କିଛି ଅଞ୍ଚଳରେ ହାଲକା ବର୍ଷା ଆରମ୍ଭ ହୋଇଯାଇଛି। ଏହି ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଆହୁରି ଗମ୍ଭିର ହେବ ବୋଲି ଜଣାପଡିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପୁଣି ଆସୁଛି ଆଉ ଏକ ଲଘୁଚାପ, ଅଗଷ୍ଟ ୧୯ ବେଳକୁ ଉତ୍ତର ବଙ୍ଗୋପସାଗର ହେବ ସୃଷ୍ଟି

ଭୁବନେଶ୍ବର: ଗତ କିଛି ଦିନ ଧରି ଓଡିଶାର ଲଗାତର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏପରି ପରିସ୍ଥିତିରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖା ଦେଇଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କହିଛି।

ସେହି ଅନୁସାରେ ଆସନ୍ତା ୧୯ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ଅଗଷ୍ଟରୁ ପୁଣି ଥରେ ବର୍ଷାର ପ୍ରକୋପ ଆରମ୍ଭ ହେବ। ଏହା ୧୯ ଏବଂ ୨୦ ତାରିଖରେ ପ୍ରବଳରୁ ପ୍ରବଳତର ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆସୁଛି ଆଉ ଏକ ଲଘୁଚାପ: ଜାଣନ୍ତୁ କେଉଁ ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟ ପାଇଁ ଆଉ ଏକ ଲଘୁଚାପ ବିପଦ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଓଡିଶା ଓ ଆଖପାଖ ଅଞ୍ଚଳରେ ମଧ୍ୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ୮ ଟା ୩୦ ଯାଏଁ ବାଲେଶ୍ଵର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାର ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ସମ୍ଭାବନା ରହିଛି।

ସେହିଭଳି ୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ ଓ ଯାଜପୁର ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ତେବେ ଏହି ଉପରୋକ୍ତ ଜିଲ୍ଲାଗୁଡିକରେ ବର୍ଷା ହେବା ସହ ବଜ୍ରପାତ ସମ୍ଭାବନା ରହିଛି। କେବଳ ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲାଗୁଡିକ ହେଲେ କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଝାରସୁଗୁଡା, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲା।