Categories
ବିଶେଷ ଖବର ରାଜ୍ୟ ଖବର

‘ଆଜିର ଦିନଟି ମୋର’ ଓ ‘ଉର୍ବଶୀର ଗାଁ’ ପୁସ୍ତକକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଦୁଇଟି ପୁସ୍ତକ ‘ଆଜିର ଦିନଟି ମୋର’ ଏବଂ ‘ଉର୍ବଶୀର ଗାଁ’ ଉନ୍ମୋଚନ କରିଛନ୍ତି।

ପ୍ରଥମ ପୁସ୍ତକ ‘ଆଜିର ଦିନଟି ମୋର’ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଦ୍ଵାରା ରଚିତ। ଏଥିରେ ସେ ତାଙ୍କ ଜୀବନର ସଂଘର୍ଷ ଓ ସଫଳତାକୁ ଅତି ଜୀବନ୍ତ ଭାବରେ ଉପସ୍ଥାପନ କରିଛନ୍ତି। ସଫଳତା ଉପରେ ସମସ୍ତଙ୍କର ଅଧିକାର ଅଛି। କିନ୍ତୁ ତାକୁ ଛୁଇଁବା ପାଇଁ ଦରକାର ଉଦ୍ୟମଶୀଳତା, ସାଧନା ଓ ପ୍ରତିବଦ୍ଧତା। ପୁସ୍ତକଟି ଯୁବ ସମାଜ ପାଇଁ ପ୍ରେରଣାଦାୟୀ ହେବା ସହିତ ପାଠକୀୟ ଆଦର ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

କବି ରବିପ୍ରିୟ ଦାଶଙ୍କ କବିତା ସକଳନ ‘ଉର୍ବଶୀର ଗାଁ’ ପୁସ୍ତକଟିରେ ପ୍ରକୃତିର ମହନୀୟତା ସହିତ ତାଙ୍କ ଜୀବନ ଯାତ୍ରାର ଅନୁଭବର ସାବଲୀଳ ଉପସ୍ଥାପନା କବିତା ଗୁଡିକୁ ଅଧିକ ଆକର୍ଷଣୀୟ କରିପାରିଛି। ମୁଖ୍ୟମନ୍ତ୍ରୀ ପୁସ୍ତକର ସଫଳତା କାମନା କରିଛନ୍ତି।