Categories
ଆଜିର ଖବର ରାଜ୍ୟ ଖବର

ଆଜି ପୁଣି ଭିଜିଲାନ୍ସ ଜାଲରେ ବଡ ମାଛ, ୮ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ବର: ଆଜି ପୁଣି ଭିଜିଲାନ୍ସ ଜାଲରେ ଫସିଛି ଏକ ବଡ ମାଛ। ସେ ହେଉଛନ୍ତି କଟକ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ତାଙ୍କର ଏକକାଳୀନ ୮ଟି ସ୍ଥାନରେ ଚଢାଉ ଚାଲିଛି । ଆୟବହୂର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରୁଛି ଭିଜିଲାନ୍ସ । ଏଥିରେ ୬ ଜଣ ଡ଼ିଏସପି, ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ଏହି ଚଢ଼ାଉରେ ନିୟୋଜିତ ଅଛନ୍ତି।

ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମ ନଗରରେ ଥିବା ଶ୍ରୀଇନକ୍ଲେଭ ଆପାର୍ଟମେଣ୍ଟର ଦ୍ବିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ତିନି ମହଲା କୋଠା ଓ ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ, କ୍ବାର୍ଟର୍ସ ଆଦି ସ୍ଥାନରେ ରେଡ୍ ଚାଲିଛି ।