Categories
Cyclone ବିଶେଷ ଖବର ରାଜ୍ୟ ଖବର

Cyclone Alert: ବାତ୍ୟା ନିଶ୍ଚିତ, ଆସିଲା ପାଞ୍ଚଦିନିଆ ଗତିବିଧିର ସମୟ, ଜାଣନ୍ତୁ କେଉଁଦିନ କଣ

ଭୁବନେଶ୍ବର: ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସ୍ପଷ୍ଟ ଅବପାତରେ ପରିଣତ ହୋଇଛି। ତେବେ ଆଜି ଦିନ ସୁଦ୍ଧା ଏହା ଗୋଟିଏ ସ୍ଥାନରେ ଘନିଭୂତ ହେବାରେ ଲାଗିଛି। ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ଏହା ବର୍ତ୍ତମାନ ନିକୋବର ଦୀପପୁଞ୍ଜଠାରୁ ୧୭୦ କିମି ଦୂରରେ ରହିଛି। ସେହିପରି ଆଣ୍ଡାମାନ ଦୀପପୁଞ୍ଜଠାରୁ ଏହା ୩୦୦ କିମି, ବିଶାଖାପାଟନାମଠାରୁ ୧୨୭୦ କିମି ଏବଂ ପୁରୀଠାରୁ ୧୩୦୦ କିମି ଦୂରରେ ରହିଛି।

ଏହା ଉପରେ କ୍ଲିକ କରନ୍ତୁ ପଢନ୍ତୁ- ବଢିଲା ରନ୍ଧନ ଗ୍ୟାସ ସିଲିଣ୍ଡର ମୂଲ୍ୟ, ଜାଣନ୍ତୁ କେତେ

ଆସନ୍ତାକାଲି ତାରିଖ ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ ବୋଲି ଅନୁମାନ କରାଯାଇଛି। ତେବେ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହା ସୃଷ୍ଟି ହେବ। ଏହା ୧୦ ତାରିଖ ସନ୍ଧ୍ୟା ବେଳକୁ ଆନ୍ଧ୍ର ଏବଂ ଓଡିଶା ଉପକୂଳରେ ଛୁଇଁବ ବୋଲି ପାଣିପାଗ ବିଭାଗ କହିଛି।

ଏହାର ପ୍ରଭାବରେ ୧୦ ଏବଂ ୧୧ ତାରିଖ ଦୁଇଦିନ ଧରି ରାଜ୍ୟରେ ବର୍ଷା ସମ୍ଭାବନା ରହିଛି।୧୦ ତାରିଖରେ ଉପକୂଳ ଓଡିଶା ସହିତ ଗଜାମ, ଗଜପତି ଏବଂ ପୁରୀ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ୧୧ ତାରିଖରେ ଉପକୂଳ ଓଡିଶା ସହିତ ଗଂଜାମ, ଖୋର୍ଦ୍ଧା, ପୁରୀ, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ରହିଛି।

ଆହୁରି ପଢିବାକୁ ଏହା ଉପରେ କ୍ଲିକ କରନ୍ତୁ- ଆଇପିଏସ ହେଲେ ମଧ୍ୟ ପିନ୍ଧି ନ ଥିଲେ ପୋଲିସ ପୋଷାକ, କାହିଁକି ???

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନି ଯିବା ପାଇଁ ପରାମର୍ଶ ରହିଛି। ମୁଖ୍ୟତଃ ୯, ୧୦ ଏବଂ ୧୧ ତାରିଖରେ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ୧୧ ତାରିଖ ପରେ କେବେ ଯିବ ସେ ନେଇ ପାଣିପାଗ ପରାମର୍ଶକୁ ଅପେକ୍ଷା କରିବା ପାଇଁ କୁହାଯାଇଛି। ସେହିପରି ବନ୍ଦରଗୁଡିକରେ ଏକ ନମ୍ବର ବିପଦ ସଙ୍କେତ ପ୍ରଦାନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

BREAKING: ପାଣିପାଗ ନେଇ ଆସିଲା ଖୁସି ଖବର, ୪ ମେ’ରେ ସୃଷ୍ଟି ହେବ ଏକ ଲଘୁଚାପ

ଭୁବନେଶ୍ବର: ଦୀର୍ଘ ଦିନ ଧରି ଓଡିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଫଳରେ ଜନଜୀବନ ବେଶ୍ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ଭିତରେ ଆସିଛି ଏକ ଖୁସି ଖବର। ତାହା ହେଲା ଯେ, ଖୁବ ଶିଘ୍ର ଆସୁଛି ଏକ ଲଘୁଚାପ। ଏ ନେଇ ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ ବିଭାଗ।

ସୂଚନା ଅନୁସାରେ ଆସନ୍ତା ୪ ମେ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହି ଲଘୁଚାପ ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ କହିଛି। ଏହାଦ୍ବାରା ରାଜ୍ୟର ପାଗରେ ପରିବର୍ତ୍ତନ ହେବ ବୋଲି ଅନୁମାନ କରାଯାଉଛି।

Categories
ବିଶେଷ ଖବର ରାଜ୍ୟ ଖବର

ବାତ୍ୟା ୟଶ୍ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ, କେହି ଭୟଭୀତ ହୁଅନ୍ତୁ ନାହିଁ: ଏସଆରସି ପ୍ରଦୀପ ଜେନା

ଭୁବନେଶ୍ୱର: ଆସନ୍ତାକାଲି ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୪ ତାରିଖରେ ଏହା ସାମୁଦ୍ରିକ ବାତ୍ୟାରେ ପରିଣତ ହେବ। ପରେ ଏହା ୨୬ ତାରିଖ ସକାଳ ସୁଦ୍ଧା ସ୍ଥଳ ଭାଗ ଛୁଇଁବା ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ ବୋଲି ଅନୁମାନ କରାଯାଇଛି।

ଆସନ୍ତା ୨୬ ଅପରାହ୍ନରେ ଭଦ୍ରକ କିମ୍ବା ବାଲେଶ୍ୱର ଉପକୂଳ କିମ୍ବା ଏହାର ସୀମାନ୍ତବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳର ଦୀଘା ବା କଣ୍ଟାଇ ପାଖରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ। ସ୍ଥଳଭାଗ ଛୁଇଁବା ପରେ ଏହା ମୟୂରଭଞ୍ଜ, ଝାଡ଼ଖଣ୍ଡ ଦେଇ ବିହାର ଆଡ଼କୁ ଗତି କରିପାରେ। ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ। କଟକର ସାଲେପୁର, ନିଶ୍ଚିନ୍ତକୋଇଲି, ମାହାଙ୍ଗାରେ ବି ପ୍ରବଳ ବର୍ଷା ଆଶଙ୍କା ରହିଛି। ୨୪ ତାରିଖ ରାତିରୁ ବାଲେଶ୍ୱର ଓ ଆଖାପାଖ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇପାରେ। ୨୫ ଓ ୨୬ରେ ଉତ୍ତର ପୂର୍ବ ଓଡ଼ିଶାରେ ବର୍ଷା, ପବନ ଅଧିକ ରହିବ। ଏହି ସମ୍ଭାବ୍ୟ ବାତ୍ୟା ଅଧିକ ଘନୀଭୂତ ହେଲେ ଭୀଷଣ ବାତ୍ୟା (ଭେରି ସିଭିୟର) ରୂପ ନେଇପାରେ। ଏହା ବାତ୍ୟା ସ୍ଥିତିରେ ରହିଲେ ଘଣ୍ଟା ପ୍ରତି ୬୫ରୁ ୯୦ କିମି ଓ ଭୀଷଣ ବାତ୍ୟା ହେଲେ ୯୦ରୁ ୧୨୦ କିମି ବେଗରେ ପବନ ବହିବା ଆଶଙ୍କା ଅଛି।

ତେବେ ଏହାକୁ ନେଇ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ପ୍ରାକ ଆକଳନ କରିବା ସହ ସତର୍କ ରହିବାକୁ କହିଛନ୍ତି। ସେଥିପାଇଁ ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ଵତନ୍ତ୍ର ରିଲିଫ କମିଶନର ଏକ ପ୍ରସ୍ତୁତି ବୈଠକ କରିଛନ୍ତି। ଏହି ବୈଠକ ପରେ ଏସଆରସି ପୂର୍ବ ପ୍ରସ୍ତୁତି ନେଇ ସୂଚନା ଦେଇଛନ୍ତି। ଏହି ସମୟରେ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ମଧ୍ୟରେ ରହିଯାଇଛନ୍ତି, ସେମାନଙ୍କୁ ଫେରାଇ ଅଣାଯାଉଛି। ଓଡ୍ରାଫ,  ଅଗ୍ନିଶମ  ଏବଂ ଏନଡିଆରଏଫ ଟିମକୁ ପଠାଯାଉଛି। ଗୁଜୁରାଟ ଯାଇଥିବା ୫ଟି ଏନଡିଆରଏଫର ଟିମ ଏଥିରେ ନିୟୋଜିତ ହେବେ। ସହରରେ ଲାଗିଥିବା ହାଇମାଷ୍ଟ ଲାଇଟ ତଳକୁ ଖସାଇ ଦିଆଯାଇଛି। ବିଜ୍ଞାପନ ଲାଗିଥିବା ବିଭିନ୍ନ ହୋର୍ଡିଂ, ବୋର୍ଡ ଖୋଲିବାକୁ କୁହାଯାଇଛି। କୋଭିଡ ସଙ୍କଟ ଥିବାରୁ ଅଧିକ ସଂଖ୍ୟାରେ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

ବାତ୍ୟା ଆଶ୍ରୟସ୍ଥଳୀକୁ ଯେପରି ଠିକ୍‌ ବ୍ୟବସ୍ଥାରେ ଲୋକଙ୍କୁ ସ୍ଥାନାନ୍ତରିତ କରାଯିବ, ସେ ଦିଗରେ ଗୁରୁତ୍ୱ ଦିଆଯାଇଛି। ବୟସ୍କ, ଅସୁସ୍ଥ, ଶିଶୁ, ଗର୍ଭବତୀ, ଭିନ୍ନକ୍ଷମଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା କରିବାକୁ କୁହାଯାଇଛି। ଡାକ୍ତରଖାନାରେ ଜେନେରେଟର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଭାବିତ ଲୋକଙ୍କ ପାଖରେ ପିଇବା ପାଣି ପହଞ୍ଚାଇବା ପାଇଁ ନଗର ଉନ୍ନୟନ ଓ ପଞ୍ଚାୟତିରାଜ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ପାଣି ଯୋଗାଣ ସ୍ୱାଭାବିକ ରହିବାକୁ ଆବଶ୍ୟକ ମୁତାବକ ଜେନେରୋଟ ମହଜୁଦ ରଖିବାକୁ କୁହାଯାଇଛି। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତିର ତ୍ୱରିତ ପୁନରୁଦ୍ଧାର ପାଇଁ ପ୍ରସ୍ତୁତ ରହିବାକୁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସରକାର ସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି। ତେଣୁ କେହି ଆତଙ୍କିତ ନ ହେବା ପାଇଁ ଶ୍ରୀ ଜେନା ଅନୁରୋଧ କରିଛନ୍ତି।