Categories
ଆଜିର ଖବର

ନବୀନ ଓଡିଶା ଏବଂ 5ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନଙ୍କୁ ସ୍ବାଗତ କରିବା ପାଇଁ ପ୍ରବଳ ଭିଡ

ଭୁବନେଶ୍ବର:  5ଟି ଏବଂ ଆମ ଓଡିଶା ନବୀନ ଓଡିଶାର ଅଧ୍ୟକ୍ଷ ଭାବେ ଭି କେ ପାଣ୍ଡିଆନଙ୍କୁ ନିଯୁକ୍ତି ମିଳିବା ପରେ ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଏହି ନୂଆ ନିଯୁକ୍ତି ଘୋଷଣା ପରେ ରାଜ୍ୟର ବିଭିନ୍ନ ସଂଗଠନ ତରଫରୁ ତାଙ୍କୁ ସ୍ବାଗତ କରିବା ପାଇଁ ଲୋକଙ୍କ ମଧ୍ୟରେ ଆଗ୍ରହ ପରିଲକ୍ଷିତ ହୋଇଛି। ମଙ୍ଗଳବାର ଦିନ ନବୀନ ନିବାସରେ ତାଙ୍କୁ ସାକ୍ଷାତ କରିବା ପାଇଁ ସେହିପରି ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା।

ତାଙ୍କୁ ସ୍ବାଗତ କରିବା ପାଇଁ 27ଟି ସରକାରୀ ସେବା ସଂଘ ଏବଂ କେତେକ ଘରୋଇ ସଂଘ ତରଫରୁ ନବୀନ ନିବାସରେ ଭିଡ କରିଥିଲେ। ଏହି ସଂଗଠନ ମଧ୍ୟରେ ଅଛନ୍ତି ଓଡିଶା ମେଡିକାଲ ସେବା ସଂଘ, ଓଡିଶା ସୂଚନା ସେବା ସଂଘ, ଓଡିଶା ବିଦ୍ୟୁତ ସେବା କର୍ମଚାରୀ ସଂଘ, ନିଖିଳ ଓଡିଶା ବିଦ୍ୟୁତ ମଞ୍ଚ, ଓଡିଶା ଭେଟନାରୀ ସେବା ସଂଘ, ଓଡିଶା ଟାକ୍ସ ଏବଂ ଆକାଉଣ୍ଟ ସେବା ସଂଘ, ଓଡିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ସଂଘ ପ୍ରଭୃତି ଅଛନ୍ତି।

ସମସ୍ତେ ପାଣ୍ଡିଆନଙ୍କ କାର୍ଯ୍ୟଶୈଳୀ ଏବଂ ଓଡିଶା ବିକାଶର କର୍ଣ୍ଣଧାର ହୋଇ କାମ କରିଥିବାରୁ ତାଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଓଡିଶା ରୂପାନ୍ତରଣ କାର୍ଯ୍ୟ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବପ୍ନକୁ ସାକାର କରିଥିବାରୁ ପାଣ୍ଡିଆନଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ବର୍ତ୍ତମାନ ରାଜ୍ୟ ଏକ ଭଲ ସମୟରେ ଗତି କରୁଥିବା ବେଳେ ଭବିଷ୍ୟତରେ ଏହା ଜାରୀ ରହିବ ବୋଲି ସମସ୍ତେ ଆଶା ବ୍ୟକ୍ତ କରିଛନ୍ତି।

ନବୀନ ଓଡିଶା ଏବଂ 5ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଓଡିଶାର ବିକାଶ ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ସେ କହିଥିଲେ ଯେ, ଆମେ ସମସ୍ତେ ଟିମ ଓଡିଶା ହୋଇ କାମ କରିବା। ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବା କାର୍ଯ୍ୟରେ ସମସ୍ତେ ନିଜକୁ ନିୟୋଜିତ ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ।

ଏଥିସହିତ ସେ କହିଥିଲେ ଯେ, ସମସ୍ତେ ଏକାଠି କାମ କରି ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବା ସହିତ ଏକ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ କରିବା। ସମସ୍ତେ ଲୋକଙ୍କ ସେବା କାର୍ଯ୍ୟ କରିବାକୁ ଆଗ୍ରହ ପ୍ରକାଶ କରିବା ଉଚିତ ବୋଲି ପାଣ୍ଡିଆନ କହିଥିଲେ। ପୂର୍ବରୁ ବିଭିନ୍ନ ବର୍ଗର ଲୋକ ତଥା ରାଜ୍ୟର ବିଭିନ୍ନ ସଂଗଠନ ପାଣ୍ଡିଆନଙ୍କୁ ସାକ୍ଷାତ କରି ନୂଆ ଦାୟିତ୍ବ ନେଇ ଥିବାରୁ ଅଭିନନ୍ଦନ ଜଣାଇଥିଲେ।

Categories
ବିଶେଷ ଖବର

‘ଆମ ଓଡିଶା ନବୀନ ଓଡିଶା’ ଯୋଜନା: ପୁରୀ ଓ ନୟାଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଦ୍ବିତୀୟ ଦିନରେ ପୁରୀ ଓ ନୟାଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। ଏଥିପାଇଁ ପୁରୀ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୩୪ କୋଟି ଟଙ୍କା ଏବଂ ଏଥିରେ ୪୧୩୦ଟି ପ୍ରକଳ୍ପ ହେବ। ସେହିପରି ନୟାଗଡ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୭ କୋଟି ଟଙ୍କା ଏବଂ ଏଥିରେ ୨୯୨୪ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଏହି ଯୋଜନାରେ ସଂସ୍କୃତି ସହିତ ଆଧୁନିକତାର ହେବ ସମନ୍ବୟ। ଏହି ସମନ୍ବୟରେ ଗାଁ ଗାଁ ରେ ଆସିବ ସମୃଦ୍ଧି। ଏହି ହେଉଛି ଏକବିଂଶ ଶତାଦ୍ଦୀର ଓଡିଶା ପାଇଁ ଆମର ସଂକଳ୍ପ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ ପୁରୀର ୬ଟି ନିର୍ବାଚନମଣ୍ଡଳୀ ଓ ନୟାଗଡର ୪ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପୁରୀର ୬ଟି ନିର୍ବାଚନ ମଣ୍ଡଳୀର ୨୬୮ଟି ଗ୍ରାମ ପଞ୍ଚାୟତର ୪୧୩୦ଟି ପ୍ରକଳ୍ପ ପାଇଁ ୧୩୪ କୋଟି  ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ନୟାଗଡ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀର ୧୯୪ଟି ଗ୍ରାମ ପଞ୍ଚାୟତର  ୨୯୨୪ଟି ପ୍ରକଳ୍ପ ପାଇଁ ୯୭ କୋଟି ଟଙ୍କା ମଞ୍ଜୁର କରାଯାଇଛି।

୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମନ୍ତ୍ରୀ ତୃଷାରକାନ୍ତି ବେହେରା, ବିଧାୟକ ସମୀର ରଞ୍ଜନ ଦାଶ, ବିଧାୟକ ରୁଦ୍ରପ୍ରତାପ ମହାରଥୀ, ବିଧାୟକ ଉମାକାନ୍ତ ସାମନ୍ତରାୟ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ। ନୟାଗଡ ଜିଲ୍ଲା କାର୍ଯ୍ୟକ୍ରମରେ ବିଧାୟକ ସତ୍ୟନାରାୟଣ ପ୍ରଧାନ, ରମେଶଚନ୍ଦ୍ର ବେହେରା ଓ ଡଃ ଅରୁଣ କୁମାର ସାହୁଙ୍କ ସମେତ ଜିଲ୍ଲା ପରିଷଦ ଅଧ୍ୟକ, ବ୍ଲକ ଅଧ୍ୟକ୍ଷ ଓ ସରପଞ୍ଚମାନେ ଯୋଗ ଦେଇ ମତାମତ ରଖିଥିଲେ। ୫-ଟି ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ।

ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ, ଶ୍ରୀ ଲିଙ୍ଗରାଜ  ମନ୍ଦିର  ଏକାମ୍ର  ପ୍ରକଳ୍ପ, ତାଳଦଣ୍ଡା କେନାଲ ଆଦି ପ୍ରମୁଖ ରୂପାନ୍ତର କାର୍ଯ୍ୟକ୍ରମର  ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ଏହି ରୂପାନ୍ତର ନବୀନ ଓଡିଶାର ଗୋଟିଏ ଗୋଟିଏ ନମୁନା ବୋଲି ୫-ଟି ସଚିବ ମତ ଦେଇଥିଲେ। ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆମ ଓଡିଶା ନବୀନ ଓଡିଶାକୁ ନେଇ ବିରୋଧୀଙ୍କ ବିରୋଧ, ଜୟନାରାୟଣ କହିଲେ ଏପରି କଥା

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ଆରମ୍ଭ କରିଥିବା ‘ଆମ ଓଡିଶା ନବୀନ ଓଡିଶା ଯୋଜନା’କୁ ସମାଲୋଚନା କରିଛନ୍ତି ବିରୋଧୀ ବିଜେପି। ଆଜି ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ଏହି କାର୍ଯ୍ୟକ୍ରମକୁ ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର ତୀବ୍ର ବିରୋଧ କରିଛନ୍ତି।

ଏହି ଯୋଜନାକୁ ଜୟନାରାୟଣ କଟାକ୍ଷ କରି କହିଛନ୍ତି ଯେ ଏହା ବାସ୍ତବରେ ହେଉଛି ନବୀନ ଓଡିଶା ଲୁଟ୍ ଓଡିଶା। ଏହି ଯୋଜନାରେ ଖର୍ଚ୍ଚ ହେବାକୁ ଥିବା ୪୦୦୦କୋଟି ଟଙ୍କାରୁ ୫୦ପ୍ରତିଶତ ପିସି ହାରରେ ୨୦୦୦କୋଟି ଟଙ୍କା ବିଜୁ ଜନତା ଦଳ ସରକାର ଲୁଟ୍ କରିବା ପାଇଁ ଷଡଯନ୍ତ୍ର କରିଛନ୍ତି। ଖାଲି ସେତିକି ନୁହେଁ, ସରକାରୀ ବିଜ୍ଞାପନରେ ବିଜୁ ଜନତା ଦଳର ଦଳୀୟ ଚିହ୍ନକୁ ବ୍ୟବହାର କରି ଏକ ଘୃଣ୍ୟ ପରମ୍ପରା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।

ବିଜ୍ଞାପନରୁ ଗୋଟିଏ କଥା ସ୍ପଷ୍ଟ ହେଉଛି ଯେ, ବିଜୁ ଜନତା ଦଳର ଲୋକପ୍ରିୟତା ରସାତଳ ହୋଇଛି। ସେଥିପାଇଁ ସେମାନେ ଏବେ ସରକାରୀ ଯୋଜନାରେ ନିଜର ଦଳୀୟ ଚିହ୍ନକୁ ଥୋପିବା ପାଇଁ ଅପଚେଷ୍ଟା କରିଛନ୍ତି । ସରକାରୀ ବିଜ୍ଞାପନରେ କୌଣସି ବି ହାଲତରେ ଦଳୀୟ ଚିହ୍ନ, ଦଳୀୟ ପ୍ରଚାର କରାଯାଇ ପାରିବନାହିଁ।

ଆଜି ରାଜ୍ୟ ସରକାର ସମସ୍ତ ନୀତିନିୟମକୁ ଭାଙ୍ଗି ଯେଉଁ ଭଳି ଭାବରେ ସରକାରୀ ଅର୍ଥରେ ବିଜୁ ଜନତା ଦଳର ଚିହ୍ନର ପ୍ରଚାର କରିଛନ୍ତି ଏହାର ଜବାବ ଆଗାମୀ ଦିନରେ ଦିଆଯିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି।

ଏହି ଅବସରରେ ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲ୍ଲୀପ ମଲ୍ଲିକ ଓ ରାଜ୍ୟ ମୁଖପାତ୍ର ଅନିଲ ବିଶ୍ୱାଳ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ, ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା

ଭୁବନେଶ୍ବର: ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ।

ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ। ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ। ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା। ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ପ୍ରସାରିତ କରିବ ଏବଂ ଗଢିବ ଆମ ଓଡିଶା ନବୀନ ଓଡିଶା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି ।

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ, ଦକ୍ଷତା ବିକାଶ କେନ୍ଦ୍ର, ବ୍ୟାଙ୍କିଂ ବ୍ୟବସ୍ଥା ସୁବିଧା ମିଳିବ।ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ସ୍କୁଲ ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ।

ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ କେନ୍ଦୁଝରର ୬ଟି ନିର୍ବାଚନମଣ୍ଡଳୀ ଓ ଭଦ୍ରକର ୫ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି।

5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲ୍ଲାର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନପ୍ରତିନିଧି ମାନେ ଯଥା ବିଧାୟକଗଣ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି ବୋଲି ସେମାନେ କହିଥିଲେ। 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ।

ଆଲୋଚନାରେ ଭାଗ ନେଇ 5T ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସ୍ଥାନୀୟ ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର। ଓଡିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ଦୃଢ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ନିର୍ବାଚନ ପୂର୍ବରୁ ବିରୋଧୀଙ୍କୁ ନବୀନ ବାଣ, ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଅନୁଦାନ ଘୋଷଣା

ଭୁବନେଶ୍ବର: ଓଡିଶାର ବିଧାନସଭା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରିଛନ୍ତି ଏକ ବାଣ। ଯାହା ଦ୍ବାରା ବିରୋଧୀ ଦଳଙ୍କର କାନ ଭାଁ ଭାଁ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ତାହା ହେଲା ଏଣିକି ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁଦାନ। ସେହିପରି ଗୋଟିଏ ଗାଁକୁ ପ୍ରାୟ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯିବ।

ଏହି ଯୋଜନାର ନାମ ରଖାଯାଇଛି ‘ଆମ ଓଡିଶା ନବୀନ ଓଡିଶା’। ଫଳରେ ପଞ୍ଚାୟତ ସ୍ତରରେ ଲୋକମାନେ ଓଡିଶା ଅର୍ଥ, ନବୀନ ଓଡିଶା ବୋଲି ଭାବି ନେବେ। ସେଥିପାଇଁ ଏହି ଯୋଜନାର ନାମ ବେଶ୍ ଚିନ୍ତା କରାଯାଇଛି। ଯାହା ନିର୍ବାଚନରେ ପ୍ରଭାବ ପକାଇବ। ଗତ ନିର୍ବାଚନ ପୂର୍ବରୁ ସେହିପରି ନବୀନ ‘ଆମ ଗାଁ ଆମ ବିକାଶ’ କରି ବେଶ ଲୋକପ୍ରିୟତା ହାସଲ କରିପାରିଥିଲେ।

ଏଥର ଏହି ଯୋଜନାରେ ପଞ୍ଚାୟତ ସ୍ତରରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ସହିତ ଗାଁ ଗାଁରେ ଥିବା ପୂଜାସ୍ଥଳ ଓ ଐତିହାସିକ ଗୁରୁତ୍ବ ବହନ କରୁଥିବା ସ୍ଥାନ ଗୁଡିକର ସୁରକ୍ଷା କରାଯିବ। ଓଡିଶାର ଗାଁ ଗୁଡିକରେ ଥିବା ପୂଜାସ୍ଥଳ ତଥା ଅନ୍ୟାନ୍ୟ ଐତିହାସିକ ଗୁରୁତ୍ବ ଥିବା ସ୍ଥାନର ବିକାଶ ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ପାଇଁ ଏହି ଯୋଜନା କରିଛନ୍ତି ନବୀନ।

ଏହି ଯୋଜନାର ଅଂଶ ସ୍ବରୂପ ପୂଜା ଓ ଐତିହାସିକ ସ୍ଥାନର ବିକାଶ ତଥା ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସୁବିଧାର ବିକାଶ ନିମନ୍ତେ ପ୍ରତ୍ୟେକ ଗାଁରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟଙ୍କା ଖର୍ଚ୍ଚ କରାଯାଇ ପାରିବ। ପଞ୍ଚାୟତ ଗୁଡିକରେ ଆଧୁନିକ ଭିତ୍ତିଭୂମିର ବିକାଶ ପାଇଁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ହୋଇପାରିବ। ରାଜ୍ୟ କ୍ୟାବିନେଟ ଏହି ଯୋଜନାକୁ ଅନୁମୋଦନ କରାଯାଇଛି।

ମୁଖ୍ୟତଃ ଗାଁ ଲୋକଙ୍କର ନିଜ ଗାଁର ମନ୍ଦିର ତଥା ଦେବାଦେବୀଙ୍କ ପ୍ରତି ରହିଛି ପ୍ରଗାଢ ଭକ୍ତି ଓ ବିଶ୍ବାସ। ଅନେକ ଗ୍ରାମରେ ପ୍ରାଚୀନ ଯୁଗର ମନ୍ଦିର ତଥା ସ୍ଥାପତ୍ୟ ମଧ୍ୟ ରହିଛି। ହେଲେ ସେଗୁଡିକର ଅବସ୍ଥା ଭଲ ନାହିଁ। ଏହି ନୂଆ ଯୋଜନା ମାଧ୍ୟମରେ ସେଗୁଡିକର ପୁନଃଉଦ୍ଧାର ସହିତ ସଂରକ୍ଷଣ ମଧ୍ୟ କରାଯାଇପାରିବ। ଏହା ଦ୍ବାରା ଗ୍ରାମାଞ୍ଚଳ ଲୋକଙ୍କର ନବୀନ ଓଡିଶା ଯୋଜନା, ଓଡିଶା ପାଇଁ ନବୀନ ବୋଲି ନିଶ୍ଚିତ ଭାବାବେଗ ରହିବ।

ଫଳରେ ଏହି ନୂଆ ଯୋଜନା ଆଗାମୀ ନିର୍ବାଚନରେ ନିଶ୍ଚିତ ପ୍ରଭାବ ନିଶ୍ଚିତ ପକାଇବ ଏଥିରେ ସନ୍ଦେହ ନାହିଁ। କେବଳ ଏହି ଯୋଜନା ନୁହେଁ ନିର୍ବାଚନ ଯେତିକି ପାଖେଇବ ନବୀନ ସେହିପରି ଆଉ କିଛି ନୂଆ ଯୋଜନାର ଶୁଭାରମ୍ଭ ମଧ୍ୟ କରିବେ। ଯାହାକୁ ନେଇ ବିରୋଧୀ ଆଗୁଆ ଆଭାସ ମଧ୍ୟ ପାଇସାରିଲେଣି। ଫଳରେ ନବୀନଙ୍କ ଏହି ବାଣ ତାଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।

Categories
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ପଦକ୍ଷେପ: ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା

ଭୁବନେଶ୍ବର: ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ସହିତ ଗାଁ ଗାଁରେ ଥିବା ପୂଜାସ୍ଥଳ ଓ ଐତିହାସିକ ଗୁରୁତ୍ବ ବହନ କରୁଥିବା ସ୍ଥାନ ଗୁଡିକର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଦେଇଛନ୍ତି। ଓଡିଶାର ଗାଁ ଗୁଡିକରେ ଥିବା ପୂଜାସ୍ଥଳ ତଥା ଅନ୍ୟାନ୍ୟ ଐତିହାସିକ ଗୁରୁତ୍ବ ଥିବା ସ୍ଥାନର ବିକାଶ ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି ଏକ ନୂଆ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’।

ଏହି ଯୋଜନାର ଅଂଶ ସ୍ବରୂପ ପୂଜା ଓ ଐତିହାସିକ ସ୍ଥାନର ବିକାଶ ତଥା ଭକ୍ତ ଓ ପର‌୍ୟ୍ୟଟକଙ୍କ ପାଇଁ ସୁବିଧାର ବିକାଶ ନିମନ୍ତେ ପ୍ରତ୍ୟେକ ଗାଁରେ ୧୦ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଟଙ୍କା ଖର୍ଚ୍ଚ କରାଯାଇପାରିବ। ପଞ୍ଚାୟତ ଗୁଡିକରେ ଆଧୁନିକ ଭିତ୍ତିଭୂମିର ବିକାଶ ପାଇଁ ୫୦ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଖର୍ଚ୍ଚ ହୋଇପାରିବ। ଆଜି ରାଜ୍ୟ କ୍ୟାବିନେଟ ଏହି ଯୋଜନାକୁ ଅନୁମୋଦନ ଦେଇଛି।

ଯୋଜନା ଉପରେ ନିଜର ଆଭିମୁଖ୍ୟ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଯୋଜନାରେ ରହିଛି ଏକ  ନୂଆ ଓଡିଶା, ଏକ ଆକାଂକ୍ଷୀ ଓଡିଶା ଗଠନର ପରିକଳ୍ପନା–  ଏଭଳି ଏକ ଆଧୁନିକ ଓଡିଶା ଯାହା କି ଆମର ମୌଳିକ ମୂଲ୍ୟବୋଧ ଉପରେ ପର‌୍ୟ୍ୟବେସିତ।

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ ଓଡିଶା ସବୁବେଳେ ତା’ର ସଂସ୍କୃତି, ତା’ର ପରମ୍ପରା ଓ ଇତିହାସ ସହିତ ଦୃଢ ଭାବରେ ଯୋଡି ହୋଇ ରହିଛି । ଓଡିଶା ହେଉଛି ସେହି ଭୂମି ଯେ କି ସାରା ବିଶ୍ୱକୁ ଜଗନ୍ନାଥ ସଂସ୍କୃତି ପରି ମହାନ ସଂସ୍କୃତି  ସହ ପରିଚିତ କରାଇଛି । ଜଗନ୍ନାଥ ସଂସ୍କୃତି ବିଶ୍ବପ୍ରେମ, ସେବା ଓ ସମାନତାକୁ ଗୁରୁତ୍ବ ଦେଇଛି।   ସମସ୍ତଙ୍କୁ ସମାନ ଭାବରେ ଆଦରି ନେଇଛି।  ଜାତି ଓ ସଂପ୍ରଦାୟ ନିର୍ବିଶେଷରେ  ସମସ୍ତଙ୍କୁ ନିଜର କରିପାରିଛି ବୋଲି ସେ କହିଛନ୍ତି।

ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ପାଇଁ ଆମେ ଏହି ଯୋଜନାରେ ଏକ ଐତିହାସିକ ପଦକ୍ଷେପ ନେଇଛୁ ବୋଲି ପ୍ରକାଶ କରି ସେ କହିଲେ ଯେ ଏଥିରେ  ସ୍ଥାନୀୟ  ପୂଜାସ୍ଥଳୀ ତଥା ଐତିହାସିକ ଗୁରୁତ୍ୱ ଥିବା ସ୍ଥାନମାନଙ୍କର ସୁରକ୍ଷା ଏବଂ ଭକ୍ତ ଓ ପର‌୍ୟ୍ୟଟକ ମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର  ବିକାଶ ପାଇଁ ବିଶେଷ ଗୁରୁତ୍ବ ଦିଆଯାଇଛି। ପ୍ରତ୍ୟେକ ଗ୍ରାମପଞ୍ଚାୟତ ଏହି ଯୋଜନାରେ ୧୦ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଖର୍ଚ୍ଚ କରି କାମ କରିପାରିବେ।

ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଇତିହାସ ଓ ଆଧ୍ୟାତ୍ମିକତା ସହ ଯୋଡି ହୋଇ   ଅନେକ ଗୁରୁତ୍ବପୂର୍ଣ୍ଣ ସ୍ଥାନ ରହିଛି ବୋଲି ମତ ଦେଇ ସେ କହିଥିଲେ ଯେ ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ସେସବୁ ସ୍ଥାନମାନଙ୍କର ସଂରକ୍ଷଣ ଓ ସୁରକ୍ଷା ଜରୁରୀ। ‘ଆମ ଓଡିଶା ନବୀନ ଓଡିଶା’ କାର‌୍ୟ୍ୟକ୍ରମ ଜରିଆରେ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକ ହିଁ  ଏହି କାମକୁ ଅଧିକ ଦକ୍ଷତାର ସହ କରିପାରିବ ବୋଲି ସେ ଦୃଢ ବିଶ୍ବାସ ପ୍ରକଟ କରିଥିଲେ।

ନୂଆ ଓଡିଶା ତା’ର ମୂଳ ଭିତ୍ତିକୁ ସୁଦୃଢ ରଖିବା ସହିତ ଦୂର ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ତାର ଡେଣାକୁ ଅଧିକ ପ୍ରସାରିତ କରିବ ବୋଲି ସେ ମତ ଦେଇଥିଲେ।

ଆମର ଗାଁ ଗୁଡିକରେ ଯୁବ ସମାଜ ପାଇଁ ଇଣ୍ଟରନେଟ ସଂଯୋଗ ଦରକାର। ଖେଳ ପଡିଆ ଦରକାର। ବିଜ୍ଞାନ ପାର୍କ ଦରକାର। ସେମାନଙ୍କ ପାଇଁ ତାଲିମ ସୁବିଧା ମଧ୍ୟ ଦରକାର। ୱାର୍କ ହବସ୍ ଦରକାର। ଗାଁର ଉଦ୍ୟୋଗୀ ବିଶେଷକରି, ମା’ ମାନଙ୍କ ପାଇଁ ଦକ୍ଷତା ବିକାଶ କେନ୍ଦ୍ର ଦରକାର ବୋଲି ସେ କହିଥିଲେ।

ଗାଁରେ ଆଧୁନିକ ମୌଳିକ ସୁବିଧାର ବିକାଶ ଉପରେ ମତ ଦେଇ ସେ କହିଥିଲେ ଯେ, “ମୁଁ ଚାହେଁ, ଶିକ୍ଷା ଭିତ୍ତିଭୂମି କ୍ଷେତ୍ରରେ ଥିବା ପ୍ରଭେଦ  ଦୂର  ହେଉ। ସମସ୍ତଙ୍କ ପାଇଁ ବ୍ୟାଙ୍କିଙ୍ଗ ସୁବିଧା ମିଳୁ। ଡିଜିଟାଲ ଭିତ୍ତିଭୂମି ର ବିକାଶ ହେଉ। ତା ସହିତ ଅନ୍ୟ ଆଧୁନିକୀକରଣ କାମ ମଧ୍ୟ ହେଉ। ‘ଆମ ଓଡିଶା ନବୀନ ଓଡିଶା’ କାର‌୍ୟ୍ୟକ୍ରମ ପଞ୍ଚାୟତ ସ୍ତରରେ ଏସବୁ ପରିକଳ୍ପନାକୁ ଆଗେଇ ନେବା ପାଇଁ ସୁଯୋଗ ସୃଷ୍ଟି କରିବ। ‘ଆମ ଓଡିଶା ନବୀନ ଓଡିଶା’ କାର‌୍ୟ୍ୟକ୍ରମ ଅଧିନରେ ଗାଁର ମନ୍ଦିର ମାନଙ୍କର ପୁନରୁଦ୍ଧାର ଠାରୁ ଆରମ୍ଭ କରି ଊସଶସଗ୍ଧବକ୍ଷ ଡିଜିଟାଲ ଭିତ୍ତିଭୂମି କାମ ପରି ଭବିଷ୍ୟମୁଖୀ ଯୋଜନା କରାଯିବ। ଉଭୟ କାମ ଏକ ସମୟରେ ଚାଲିବ।”

ଏହା ଓଡିଶାରେ ଏକ ନୂଆ ଯୁଗର ଆରମ୍ଭ କରିବ ବୋଲି ଦୃଢ ବିଶ୍ବାସ ପ୍ରକଟ କରି ସେ କହିଲେ ଯେ   ଆମର ଯୁବସମାଜ ପାଇଁ, ଆମର ମା ମାନଙ୍କ ପାଇଁ, ପିଲା ମାନଙ୍କ ପାଇଁ, ଉଦ୍ୟୋଗୀମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ, ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ଏକ ଆଧୁନିକ ପ୍ରଗତୀଶିଳ ଓ ସମ୍ବେଦନଶୀଳ ଓଡିଶା ଗଠନରେ ସହାୟକ ହେବ।

ଏହି ଯୋଜନା ଏଭଳି ଏକ ନୂଆ ଓଡିଶାର ସୂତ୍ରପାତ କରିବ, ଯାହାର ଭିତ୍ତି ହେବ ସୁଦୃଢ ଓ ଡେଣା ହେବ ଶକ୍ତ।