Categories
ବିଶେଷ ଖବର

ଯାଜପୁର ରୋଡ ଷ୍ଟେସନରେ ଛ୍ଅ ଶ୍ରମିକଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର: ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ଛ୍ଅ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତ ଦୁଇ ଜଣଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Categories
ଆଞ୍ଚଳିକ

ଚିଲିକା ବିଧାୟକଙ୍କ ଆଶୁ ଆରୋଗ୍ୟ କାମନା କରି ମା’ ଭଗବତୀଙ୍କ ନିକଟରେ ସାମୂହିକ ଦ୍ବୀପ ଦାନ କଲା ବାଣପୁର ବିଜୁ ଜନତା ଦଳ

ସୀତାରାମ ଅଗ୍ରୱାଲ

ବାଣପୁର: ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ବର୍ତ୍ତମାନ କରୋନାରେ ଆକ୍ରାନ୍ତ ହୋଇ ସଙ୍ଗରୋଧରେ ଅଛନ୍ତି। ଏହି ଖବର ତାଙ୍କର ହଜାର ହଜାର ଅନୁଗାମୀମାନଙ୍କୁ ବ୍ୟଥିତ କରିଛି। ସେପ୍ଟେମ୍ବର ୨୮ ତାରିଖରେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ସମେତ ଓଡିଶା ବିଧାନସଭାର ୧୨ ଜଣ ବିଧାୟକ ଏବଂ ମନ୍ତ୍ରୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିଲା। ସେହିଦିନ ଠାରୁ ବିଧାୟକ ବର୍ତ୍ତମାନ ସଙ୍ଗରୋଧରେ ଅଛନ୍ତି। ପ୍ରତିଦିନ ନିଜର ପ୍ରିୟ ନେତାଙ୍କ ଆଶୁ ଆରୋଗ୍ୟ କାମନା କରୁଛନ୍ତି ବହୁ କର୍ମୀମାନେ। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ବାଣପୁର ବ୍ଲକ ବିଜେଡି ଯୁବ ସଭାପତି ତଥା ବିଷ୍ଣୁଡିହ ଗ୍ରାମ ପଞ୍ଚାୟତ ସରପଞ୍ଚ ଶେଷଦେବ ପ୍ରଧାନଙ୍କ ନେତୃତ୍ୱରେ ବାଣପୁର ବିଜୁ ଜନତା ଦଳ ତରଫରୁ ଚିଲିକା ବିଧାୟକଙ୍କ ଆଶୁ ଆରୋଗ୍ୟ କାମନାକରି ମା’ ଭଗବତୀଙ୍କ ନିକଟରେ ସାମୂହିକ ଦ୍ବୀପ ଦାନ ଓ ପ୍ରାର୍ଥନା କରାଯାଇଥିଲା।

ବିଧାୟକ ଶୀଘ୍ର କରୋନାରୁ ସୁସ୍ଥ ହୋଇ ଚିଲିକା ନିର୍ବାଚନମଣ୍ଡଳୀରେ ବିଗତ ଏକ ବର୍ଷ ମଧ୍ୟରେ କରିଥିବା ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ବାଣପୁର ବ୍ଲକ ବିଜେଡି ଯୁବ ସଭାପତି ଶେଷଦେବ ପ୍ରଧାନ ମା’ ଭଗବତୀଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

ଏଥି ସହ ଚିଲିକା ତଥା ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଜନସାଧାରଣ ବିଧାୟକଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା ଜାରି ରଖିଛନ୍ତି ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଥିଲେ। କରୋନା କଟକଣାକୁ ଦୃଷ୍ଟିରେ ରଖି କର୍ମୀମାନଙ୍କ ଦ୍ୱାରା ଉକ୍ତ କାର୍ଯ୍ୟକ୍ରମ କରାଯାଇଥିଲା।

ସାମୂହିକ ଦ୍ବୀପ ଦାନ କାର୍ଯ୍ୟକ୍ରମରେ ଚିଲିକା ବିଧାୟକଙ୍କ ପ୍ରତିନିଧି ଗୋପୀନାଥ ମହାରଣା, ପୁରୀ ସାଂସଦ ପ୍ରତିନିଧି ମାନସ ରଞ୍ଜନ ପ୍ରଧାନ, କୁମାରାଙ୍ଗ ଗ୍ରାମ ପଞ୍ଚାୟତ ସରପଞ୍ଚ ମନୋଜ ପ୍ରଧାନ, ଗାଲୁଆ ଗ୍ରାମ ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ଚିତ୍ତରଞ୍ଜନ ସାମନ୍ତରାୟ, ବାଣପୁର ବ୍ଲକର ବରିଷ୍ଠ ବିଜେଡି ନେତା ଦିବାକର ଶାସମଲ୍, ଯୁବ ନେତା ନିରଞ୍ଜନ ପ୍ରଧାନ, ଆଲୋକ ପ୍ରଧାନ, ରଂଜିତ ନାୟକ, ସମ୍ବିତ ବରାଳ, ଅଶୋକ ନରେନ୍ଦ୍ର ସିଂ ଏବଂ ବହୁ ନେତା ଓ କର୍ମୀ ମାନେ ଯୋଗଦେଇଥିଲେ।