Categories
ଅନ୍ତରାଷ୍ଟ୍ରୀୟ ବିଶେଷ ଖବର

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୪ ଜୁଲାଇ ୨୦୨୩ ରେ ପ୍ୟାରିସର ଏଲିସି ପ୍ୟାଲେସରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍‌ଙ୍କ ସହିତ ଏକ ବୈଠକରେ ବ୍ୟକ୍ତିଗତ ଏବଂ ପ୍ରତିନିଧି ସ୍ତରୀୟ ଆଲୋଚନା କରିଛନ୍ତି।

ଉଭୟ ନେତା ପ୍ରତିରକ୍ଷା ଏବଂ ନିରାପତ୍ତା, ବେସାମରିକ ଆଣବିକ, ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା, ଶକ୍ତି, ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ, ମହକାଶ ବିଜ୍ଞାନ, ଜଳବାୟୁ ପରିବର୍ତ୍ତନ ଏବଂ ଲୋକ ସମ୍ପର୍କ ସହିତ ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ କ୍ଷେତ୍ର ଉପରେ ବ୍ୟାପକ ଆଲୋଚନା କରିଥିଲେ।

ଆଲୋଚନାରେ ଭାରତର ଜି -୨୦ ଅଧ୍ୟକ୍ଷତା, ଭାରତ-ପ୍ରଶାନ୍ତ ମହାସାଗରୀୟ ଏବଂ ପାରସ୍ପରିକ ସ୍ୱାର୍ଥର ଆଞ୍ଚଳିକ ତଥା ବିଶ୍ୱସ୍ତରୀୟ ପ୍ରସଙ୍ଗଗୁଡ଼ିକ ମଧ୍ୟ ସାମିଲ ହୋଇଥିଲା।

“ହରାଇଜନ ୨୦୪୭: ଭାରତ-ଫ୍ରାନ୍ସ ରଣନୀତିକ ସହଯୋଗର ଭବିଷ୍ୟତ ଉପରେ ଆଲୋଚନା ସହିତ ଉଚ୍ଚାଭିଳାଷୀ ଫଳାଫଳର ଦସ୍ତାବିଜ୍‍ ଗୁଡିକ ଗ୍ରହଣ କରାଯାଇଥିଲା।

ପ୍ରଧାନମନ୍ତ୍ରୀ ଅବଗତ କରିଛନ୍ତି ଯେ ସେପ୍ଟେମ୍ବର ୨୦୨୩ ରେ ନୂଆଦିଲ୍ଲୀରେ ହେବାକୁ ଥିବା ଜି -୨୦ ନେତାଙ୍କ ସମ୍ମିଳନୀ ପାଇଁ ସେ ରାଷ୍ଟ୍ରପତି ମାକ୍ରୋନଙ୍କୁ ସ୍ୱାଗତ କରିବାକୁ ଅପେକ୍ଷା କରିଛନ୍ତି।

Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ପ୍ୟାରିସରେ ସିଇଓ ଫୋରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ପ୍ୟାରିସ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ ମିଳିତ ଭାବରେ ୧୪ ଜୁଲାଇ ୨୦୨୩ ରେ ପ୍ୟାରିସର କ୍ୱାଇ ଦେ ଅର୍ସେ ଠାରେ ଭାରତୀୟ ଏବଂ ଫ୍ରାନ୍ସର ସିଇଓ ମାନଙ୍କୁ ସମ୍ବୋଧିତ କରିଛନ୍ତି।

ଏହି ଫୋରମରେ ବିମାନ ଚଳାଚଳ, ଉତ୍ପାଦନ, ପ୍ରତିରକ୍ଷା, ପ୍ରଯୁକ୍ତିବିଦ୍ୟା, ଶକ୍ତି ସହିତ ବିଭିନ୍ନ କ୍ଷେତ୍ରର ସିଇଓମାନେ ଉପସ୍ଥିତ ରହିଥିଲେ।

ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ଏବଂ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଅର୍ଥନୈତିକ ସହଯୋଗକୁ ପ୍ରୋତ୍ସାହିତ କରିବାରେ ଏହି ଶିଳ୍ପପତିମାନଙ୍କ ଭୂମିକାକୁ ପ୍ରଧାନମନ୍ତ୍ରୀ ସ୍ୱୀକାର କରିଛନ୍ତି। ଅକ୍ଷୟ ଶକ୍ତି, ଷ୍ଟାର୍ଟଅପ୍, ଫାର୍ମା, ଆଇଟି, ଡିଜିଟାଲ୍ ପେମେଣ୍ଟ ଏବଂ ଭିତ୍ତିଭୂମି ତଥା ବ୍ୟବସାୟକୁ ବୃଦ୍ଧି କରିବା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ଭାରତର ଅଗ୍ରଗତି ଉପରେ ଆଲୋକପାତ କରିଥିଲେ।

ପ୍ରଧାନମନ୍ତ୍ରୀ ସିଇଓମାନଙ୍କୁ ଭାରତରେ ପୁଞ୍ଜି ବିନିଯୋଗର ସୁଯୋଗର ବ୍ୟବହାର କରିବାକୁ ଏବଂ ଭାରତର ଅଭିବୃଦ୍ଧି କାହାଣୀର ଏକ ଅଂଶ ହେବାକୁ ଉତ୍ସାହିତ କରିଥିଲେ।

Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ଫ୍ରାନ୍ସର ସର୍ବୋଚ୍ଚ ପୁରସ୍କାର ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଲେଜିଅନ୍ ଅଫ୍ ଅନରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ ଫ୍ରାନ୍ସର ସର୍ବୋଚ୍ଚ ପୁରସ୍କାର ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଲେଜିଅନ୍ ଅଫ୍ ଅନର ରେ ସମ୍ମାନିତ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏହି ସମ୍ମାନ ପାଇଁ ଭାରତବାସୀଙ୍କ ତରଫରୁ ରାଷ୍ଟ୍ରପତି ମାକ୍ରୋନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ପ୍ୟାରିସର ଏଲିସି ପ୍ୟାଲେସରେ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା।

Categories
ଅନ୍ତରାଷ୍ଟ୍ରୀୟ ଜାତୀୟ ଖବର ବିଶେଷ ଖବର

ଆଜିଠୁ ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ ଏବଂ ୟୁଏଇ ଗସ୍ତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ଫ୍ରାନ୍ସ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) କୁ ସରକାରୀ ଗସ୍ତରେ ଯାଉଛନ୍ତି। ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍‌‍ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଆଜିଠୁ ପ୍ୟାରିସ ଗସ୍ତ କରୁଛନ୍ତି। ଆସନ୍ତାକାଲି ବଷ୍ଟିଲ୍ ଡେ ପ୍ୟାରେଡରେ ପ୍ରଧାନମନ୍ତ୍ରୀ ସମ୍ମାନିତ ଅତିଥି ଭାବରେ ଯୋଗଦେବେ, ଯେଉଁଠାରେ ଭାରତୀୟ ସଶସ୍ତ୍ର ବାହିନୀ ପକ୍ଷରୁ ତିନିଟି ଦଳ ଅଂଶଗ୍ରହଣ କରୁଛନ୍ତି।

ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ମାକ୍ରୋନ୍‌‍ଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିବେ। ରାଷ୍ଟ୍ରପତି ମାକ୍ରୋନ୍ ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ଏକ ସରକାରୀ ଭୋଜି ସହିତ ଏକ ବ୍ୟକ୍ତିଗତ ରାତ୍ରୀଭୋଜନର ମଧ୍ୟ ଆୟୋଜନ କରିବେ।

ପ୍ରଧାନମନ୍ତ୍ରୀ ଫ୍ରାନ୍ସର ପ୍ରଧାନମନ୍ତ୍ରୀଙ୍କ ସହିତ ସିନେଟ ଏବଂ ଫ୍ରାନ୍ସର ନେସନାଲ ଆସେମ୍ଳିର ସଭାପତିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେ ଫ୍ରାନ୍ସରରେ ଥିବା ପ୍ରବାସୀ ଭାରତୀୟ, ଭାରତୀୟ ଏବଂ ଫରାସୀ କମ୍ପାନୀର ସିଇଓ ଏବଂ ଫ୍ରାନ୍ସର ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ସହ ପୃଥକ ଭାବରେ ଆଲୋଚନା କରିବେ।

ଚଳିତ ବର୍ଷ ଭାରତ – ଫ୍ରାନ୍ସ ରଣନୀତିକ ସହଯୋଗର ୨୫ ତମ ବାର୍ଷିକୀ ପାଳନ କରାଯାଉଛି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଭବିଷ୍ୟତ ପାଇଁ ରଣନୀତିକ, ସାଂସ୍କୃତିକ, ବୈଜ୍ଞାନିକ, ଶିକ୍ଷା ଏବଂ ଅର୍ଥନୈତିକ ସହଯୋଗ ଭଳି ବିଭିନ୍ନ କ୍ଷେତ୍ରରେ ସହଭାଗିତାର ରୂପରେଖ ପ୍ରସ୍ତୁତ କରିବାର ସୁଯୋଗ ପ୍ରଦାନ କରିବ।

ଏହା ପରେ ପ୍ରଧାନମନ୍ତ୍ରୀ ଜୁଲାଇ ୧୫ ତାରିଖରେ ଆବୁଧାବି ଗସ୍ତ କରିବେ। ପ୍ରଧାନମନ୍ତ୍ରୀ ୟୁଏଇର ରାଷ୍ଟ୍ରପତି ତଥା ଆବୁଧାବିର ଶାସକ ଶେଖ ମହମ୍ମଦ ବିନ୍‍ ଜାୟେଦ ଅଲ ନାହ୍ୟାନଙ୍କ ସହିତ ଆଲୋଚନା କରିବେ। ଭାରତ-ୟୁଏଇର ବ୍ୟାପକ ରଣନୀତିକ ଭାଗିଦାରୀ କ୍ରମାଗତ ଭାବରେ ମଜବୁତ ହୋଇଛି ଏବଂ ଶକ୍ତି, ଶିକ୍ଷା, ସ୍ୱାସ୍ଥ୍ୟସେବା, ଖାଦ୍ୟ ନିରାପତ୍ତା, ଫିନଟେକ୍‌, ପ୍ରତିରକ୍ଷା ଏବଂ ସଂସ୍କୃତି ଭଳି ବିଭିନ୍ନ କ୍ଷେତ୍ରରେ ଏହାକୁ ଆଗକୁ ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏକ ସୁଯୋଗ ହେବ। ଏହା ମଧ୍ୟ ବିଶ୍ୱସ୍ତରୀୟ ପ୍ରସଙ୍ଗରେ ସହଯୋଗ ଉପରେ ଆଲୋଚନା କରିବାର ଏକ ସୁଯୋଗ ହେବ, ବିଶେଷକରି ୟୁଏନଏଫସିସିର ସିଓପି-୨୮ ର ୟୁଏଇର ରାଷ୍ଟ୍ରପତି ଏବଂ ଭାରତର ଜି -୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଯେଉଁଥିରେ ୟୁଏଇ ଏକ ସ୍ୱତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଅଟେ।

Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର ବ୍ୟବସାୟ

ଏୟାର ଇଣ୍ଡିଆ ଏବଂ ଏୟାରବସ୍ ମଧ୍ୟରେ ୨୫୦ ବିମାନ ଚୁକ୍ତି, ଜାଣନ୍ତୁ ଏହାକୁ ନେଇ କ’ଣ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ସମ୍ମିଳନୀ ମାଧ୍ୟମରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ ଙ୍କ ସହ ଆଲୋଚନା କରିଛନ୍ତି। ଏହି ସମୟ ମଧ୍ୟରେ ନ୍ୟୁ ଏୟାର ଇଣ୍ଡିଆ-ଏୟାରବସ୍ ମଧ୍ୟରେ ୨୫୦ ବିମାନର ଚୁକ୍ତି ସ୍ୱାକ୍ଷରିତ ହୋଇଛି।

ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, “ଏହି ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଥିବା ଗଭୀର ସମ୍ପର୍କକୁ ପ୍ରତିଫଳିତ କରିବା ସହିତ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରର ସଫଳତା ଏବଂ ଆକାଂକ୍ଷାକୁ ପ୍ରତିଫଳିତ କରିଥାଏ। ସେ ଏୟାର ଇଣ୍ଡିଆ ଏବଂ ଏୟାରବସ୍ ସହିତ ମଧ୍ୟ ଚୁକ୍ତି ଘୋଷଣା କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ମାକ୍ରନ୍ ଙ୍କ ଧନ୍ୟବାଦ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ଆମର ରିଜିଓନାଲ କନେକ୍ଟିଭିଟି ସ୍କିମ (ଉଦାନ) ମାଧ୍ୟମରେ ଦେଶର ଦୂରଦୂରାନ୍ତର ମଧ୍ୟ ବାୟୁ ସଂଯୋଗ ଦ୍ୱାରା ସଂଯୋଗ କରାଯାଉଛି, ଯାହା ଲୋକଙ୍କ ଆର୍ଥିକ ତଥା ସାମାଜିକ ବିକାଶରେ ସହାୟକ ହେଉଛି। ସେ ସୂଚନା ଦେଇଛନ୍ତି ଯେ, ଭାରତର ‘ମେକ୍ ଇନ୍ ଇଣ୍ଡିଆ – ମେକ୍ ଫର୍ ୱାର୍ଲ୍ଡ’ ଦର୍ଶନ ଅଧୀନରେ ଏରୋସ୍ପେସ୍ ଉତ୍ପାଦନରେ ଅନେକ ନୂତନ ସୁଯୋଗ ଖୋଲୁଛି।