Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ଆମେରିକାର ଆକ୍ରମଣ ପରେ ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ….

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ସହ କଥା ହୋଇଛନ୍ତି ଏବଂ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷରେ ସାମ୍ପ୍ରତିକ ବୃଦ୍ଧି ଉପରେ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି।

ଏକ ସୋସିଆଲ ମିଡିଆ ପୋଷ୍ଟରେ ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ଯେ ସେମାନେ ବର୍ତ୍ତମାନର ପରିସ୍ଥିତି ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ତୁରନ୍ତ ଉତ୍ତେଜନା ହ୍ରାସ, ଆଲୋଚନା ଏବଂ କୂଟନୀତିକୁ ଆଗକୁ ବଢ଼ିବା ଏବଂ ଆଞ୍ଚଳିକ ଶାନ୍ତି, ସୁରକ୍ଷା ଏବଂ ସ୍ଥିରତାର ଶୀଘ୍ର ପୁନଃସ୍ଥାପନ ପାଇଁ ଆହ୍ୱାନକୁ ଦୋହରାଇଛନ୍ତି।

Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ଇରାନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ଲାମିକ ରିପବ୍ଲିକ୍ ଅଫ୍ ଇରାନ୍ ର ରାଷ୍ଟ୍ରପତିଡକ୍ଟର ସୟଦ ଇବ୍ରାହିମ ରାଇସିଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି।

ଉଭୟ ନେତା ପଶ୍ଚିମ ଏସିଆ ଅଞ୍ଚଳର କଠିନ ପରିସ୍ଥିତି ଏବଂ ଇସ୍ରାଏଲ-ହାମାସ ସଂଘର୍ଷ ଉପରେ ମତ ବିନିମୟ କରିଥିଲେ।

ଆତଙ୍କବାଦୀ ଘଟଣା, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନିକୁ ନେଇ ପ୍ରଧାନମନ୍ତ୍ରୀ ଗଭୀର ଉଦବେଗ ପ୍ରକାଶ କରିଥିଲେ। ସେ ଇସ୍ରାଏଲ-ପାଲେଷ୍ଟାଇନ୍ ପ୍ରସଙ୍ଗରେ ଭାରତର ଦୀର୍ଘଦିନର ନିରନ୍ତର ଆଭିମୁଖ୍ୟକୁ ଦୋହରାଇଥିଲେ।

ରାଷ୍ଟ୍ରପତି ରାଇସି ପରିସ୍ଥିତିର ସମୀକ୍ଷା କରିଥିଲେ।

ଉତ୍ତେଜନାକୁ ରୋକିବା, ନିରନ୍ତର ମାନବିକ ସହାୟତା ସୁନିଶ୍ଚିତ କରିବା ଏବଂ ଶାନ୍ତି ଓ ସ୍ଥିରତାର ଶୀଘ୍ର ପୁନରୁଦ୍ଧାର ଉପରେ ଉଭୟ ନେତା ଗୁରୁତ୍ୱାରୋପ କରିଥିଲେ।

ବହୁମୁଖୀ ଦ୍ୱିପାକ୍ଷିକ ସହଯୋଗରେ ଅଗ୍ରଗତିର ସମୀକ୍ଷା ଓ ସକାରାତ୍ମକ ଆକଳନ ମଧ୍ୟ ନେତାମାନେ କରିଥିଲେ। ଆଞ୍ଚଳିକ ଯୋଗାଯୋଗରେ ଉନ୍ନତି ଆଣିବା ପାଇଁ ଇରାନର ଚାବାହାର ବନ୍ଦରଉପରେ ଦିଆଯାଇଥିବା ଗୁରୁତ୍ୱ ଏବଂ ପ୍ରାଥମିକତାକୁ ସେମାନେ ସ୍ୱାଗତ କରିଥିଲେ।

ଆଞ୍ଚଳିକ ଶାନ୍ତି, ନିରାପତ୍ତା ଏବଂ ସ୍ଥିରତା ପାଇଁ ମିଳିତ ଆଗ୍ରହକୁ ଦୃଷ୍ଟିରେ ରଖି ଉଭୟ ପକ୍ଷ ଯୋଗାଯୋଗରେ ରହିବାକୁ ରାଜି ହୋଇଥିଲେ।