Categories
ଆଜିର ଖବର ରାଜ୍ୟ ଖବର

‘ଓଡିଶା ଦିବସ’ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିନନ୍ଦନ

ଭୁବନେଶ୍ବର: ଆଜି ହେଉଛି ଉତ୍କଳ ଦିବସ, ଏହି ଉପଲକ୍ଷେ ଆଜି ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ତଥା ଶୁଭେଚ୍ଛା ଜଣାଇଛନ୍ତି। ନବୀନବାବୁ ଏକ ଟୁଇଟ କରି ଏହି ଶୁଭେଚ୍ଛା ଜଣାଇଛନ୍ତି।

ସେ କହିଛନ୍ତି ଯେ,

ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା। ବନ୍ଦେ ଉତ୍କଳ ଜନନୀ।”

Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର

ଏବେ ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ଓଡିଆ ସାହିତ୍ୟର ଶ୍ରେଷ୍ଠ ସାଧକମାନଙ୍କ ଜୀବନ କାହାଣୀ

ଭୁବନେଶ୍ବର: ଏପ୍ରିଲ ୧ ଉତ୍କଳ ଦିବସରେ ପ୍ରସାରଣ ହେବାକୁ ଯାଉଛି କଞ୍ଚାଲଙ୍କା ଓଟିଟି ପ୍ଲାଟଫର୍ମରେ ନୂଆ କ୍ଷୁଦ୍ର ଚଳଚ୍ଚିତ୍ର ବନ୍ଦେ ଉତ୍କଳ ଜନନୀ। ଓଡ଼ିଆ ସାହିତ୍ୟର ସର୍ବକାଳୀନ ଶ୍ରେଷ୍ଠ ସାଧକମାନଙ୍କୁ ନେଇ ଏବେ ଗବେଶଣାତ୍ମକ ଜୀବନ କାହାଣୀକୁ ପ୍ରଥମଥର ପାଇଁ ଓଟିଟି ପ୍ଲାଟଫର୍ମରେ ପ୍ରସାରଣ କରିବାପାଇଁ ଏକ ଅଭିନବ ପ୍ରୟାସ କରିଛି ଓଡିଶାର ସର୍ବାଧିକ ଆଦୃତ ଓ ଟିଟି ପ୍ଲାଟଫର୍ମ କଞ୍ଚାଲଙ୍କା!

ପଞ୍ଚସଖା ଯୁଗରୁ ଆଜିର ଆଧୁନିକ ଓଡ଼ିଆ ସାହିତ୍ୟ ପର୍ଯ୍ୟନ୍ତ ଏମିତି କିଛି ଲୋକପ୍ରିୟ ସାହିତ୍ୟକ, କବି,ଲେଖକଙ୍କ ଆତ୍ମଜୀବନୀକୁ ପରଦାରେ ଦେଖିବା ପାଇଁ ବେଶ୍ କଶ ସରତ୍ କରିବାକୁ ପଡିଛି! ବିଶ୍ଵର କୋଣ ଅନୁକୋଣ ରେ ଥିବା ଆମ ଦର୍ଶକ ମାନେ ଆମ ଓଡିଆ ସାହିତ୍ୟର ଏହି ମହାରଥୀ ଯଥା ଓଡିଆ ଭାଗବତର ରଚୟିତା ଅତିବଡି ଜଗନ୍ନାଥ ଦାଶ ,କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ, ବ୍ୟାସକବି ଫକୀରମୋହନ ସେନାପତି, ସ୍ୱାଭାବ କବି ଗଙ୍ଗାଧର ମେହେର ଏବଂ ଔପନ୍ୟାସିକ ଗୋପୀନାଥ ମହାନ୍ତିଙ୍କ ଆମଜୀବନୀ ଦେଖିପାରିବେ !ଯାହାର ପ୍ରଯୋଜନା କରିଛନ୍ତି ଅକ୍ଷୟ ପରିଜା ଓ ନିର୍ଦ୍ଦେଶନା ଦେଇଛନ୍ତି ଭିଶାଲ ମୋର୍ଯ୍ୟ ଦେବିପ୍ରସାଦ ଲେଙ୍କା ଆଉ ଚିତ୍ରନାଟ୍ୟ କରିଛନ୍ତି ହରପ୍ରସାଦ ଦାସ! ଓଡ଼ିଆ ସାହିତ୍ୟ ଓ ସଂସ୍କୃତିକୁ ଭଲ ପାଉଥିବା ଓଡ଼ିଆ ଦର୍ଶକ ଏହି ଅଭିନବ ପ୍ରୟାସକୁ ପସନ୍ଦ କରିବେ ବୋଲି ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କା ର ଆଶା ଓ ଭରସା।

Categories
ଫଟୋ ଖବର

ରାଜଧାନୀରେ ରାଜ୍ୟ ସ୍ତରୀୟ ଉତ୍କଳ ଦିବସ ସମାରୋହରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର

ରାଜଧାନୀରେ ରାଜ୍ୟ ସ୍ତରୀୟ ଉତ୍କଳ ଦିବସ ସମାରୋହରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର

Categories
ଫଟୋ ଖବର

ମୟୁରଭଂଜରେ ଜିଲ୍ଲା ସ୍ତରୀୟ ଉତ୍କଳ ଦିବସ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ ପ୍ରତାପ ଜେନା

ମୟୂରଭଞ୍ଜ ଜିଲ୍ଲାସ୍ତରୀୟ ଓଡିଶା ଦିବସ ୨୦୨୧ ପାଳିତ। ମୁଖ୍ୟ ଅତିଥି-ପ୍ରତାପ ଜେନା, ପଞ୍ଚାୟତିରାଜ ଓ ପାନୀୟଜଳ,ଆଇନ, ଗ୍ରହ ଓ ନଗର ଉନ୍ନୟନ ମନ୍ତ୍ରୀ ଓଡିଶା ଯୋଗଦାନ

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

କଟକରେ ଗୋପବନ୍ଧୁଙ୍କ ଷ୍ଟାଚ୍ୟୁ ଅଫ ହ୍ୟୁମାନିଟି, ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉନ୍ମୋଚିତ

କଟକ, ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତି ଅନାବରଣ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତୀ ବା Statue of Humanity ନାମରେ ନାମିତ କରାଯାଇଛି । ଓଡିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖି ଲୋକଙ୍କୁ ସହାୟତା କରିବାର ମହତ କାର‌୍ୟ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ତେଣୁ ସେ ଥିଲେ ମାନବତାର ମହାନ ଉଦ୍‌ଗାତା । ଗୋପବନ୍ଧୁଙ୍କ ମୂର୍ତ୍ତୀ ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆଶା ପ୍ରକାଶ କରିଥିଲେ ।

ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି । ମହାତ୍ମା ଗାନ୍ଧୀ ତାଙ୍କର ଓଡିଶା ଗସ୍ତର ପ୍ରଥମ ପର୍ଯ୍ୟାୟରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ମହାତ୍ମାଙ୍କ ଓଡିଶା ଆଗମନର ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଠଯୋଡିର ବେଲ ଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର (High Relief Mural Sculpture) ଲୋକାର୍ପଣ ମଧ୍ୟ କରିଛନ୍ତି । ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି ।

ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ବକୁ ଭାରତର ଶ୍ରେଷ୍ଠ ଅବଦାନ। ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ବକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତାର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି ।

ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ଆଠ ଥର ଓଡିଶା ଆସିଥିଲେ ଏବଂ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ। ଆଜି ଓଡିଶା ଦିବସ ଅବସରରେ ବିଂଶ ଶତାଦ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର‌୍ୟ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଏହି କାର‌୍ୟ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ମନ୍ତ୍ରୀ ପ୍ରତାପ ଜେନା ଏମ୍ ପି ଶ୍ରୀ ଭତୃହରି ମହତାବ ଏମ୍ ପି ସୁବାସ ସିଂହ କଟକ ଜିଲ୍ଲାର ବିଧାୟକଗଣ ସମାଜ ଅନୁଷ୍ଠାନର କର୍ମକର୍ତା ମାନେ ଊପସ୍ଥିତ ଥିଲେ ।

Categories
ଫଟୋ ଖବର

ଉତ୍କଳ ଦିବସ ଉପଲକ୍ଷେ ସଜେଇ ହୋଇଛି କମିଶନରେଏଟ ପୋଲିସ ଅଫିସ

ଉତ୍କଳ ଦିବସ ଉପଲକ୍ଷେ ସଜେଇ ହୋଇଛି କମିଶନରେଏଟ ପୋଲିସ ଅଫିସ

Categories
ଆଜିର ଖବର ରାଜ୍ୟ ଖବର

ଏପ୍ରିଲ ୧ ରେ ଉତ୍କଳ ଦିବସ: କଟକଣା ଭିତରେ ପାଳନ ଲାଗି ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର କରୋନା ଗ୍ରାଫ ଉପର ମୁହାଁ ହେବାରେ ଲାଗିଛି। ଦୁଇ ଦିନରେ ୪୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଧାର୍ମିକ କାର୍ଯ୍ୟକ୍ରମ ଉପରେ ରାଜ୍ୟ ସରକାର କଟକଣା ଲଗାଇଥିବା ବେଳେ ଏପ୍ରିଲ୧ ତାରିଖରେ ଉତ୍କଳ ଦିବସ ପାଇଁ କଟକଣା ଲାଗିଛି। ଏନେଇ ସ୍ଵତନ୍ତ୍ର ରିଲିଫ କମିଶନର ଚିଠି ମାଧ୍ୟମରେ ସୂଚନା ଦେଇଛନ୍ତି।

୧- ଉତ୍କଳ ଦିବସ ପାଇଁ ଜନସମାବେଶ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି।

୨- ଉତ୍କଳ ଦିବସ ଉପଲକ୍ଷେ ସରକାରୀ କାର୍ଯ୍ୟକ୍ରମରେ ସର୍ବାଧିକ ୨୦୦ ଲୋକଙ୍କୁ ଅନୁମତି। କୋଭିଡ଼ ନିୟମ ଅନୁଯାୟୀ ସାମାଜିକ ଦୁରତ୍ଵ, ମାସ୍କ ପରିଧାନ, ସାନିଟାଇଜର ବ୍ୟବାହାର କରିବା ନିତ୍ୟାନ୍ତ ଜରୁରୀ। ଏହାସହିତ ଅନ୍ୟ କୌଣସି କାର୍ଯ୍ୟକ୍ରମ ଉପରେ ପ୍ରତିବନ୍ଧକ ଲାଗିଛି।

୩- ଉତ୍କଳ ଦିବସ ପାଳନ ଲାଗି ଯଦି କୌଣସି ସଂଗଠନ କିମ୍ବା ଘରୋଇ ସଂସ୍ଥା ଇଚ୍ଛା ପ୍ରକାଶ କରନ୍ତି, ତେବେ ସ୍ଥାନୀୟ ପ୍ରଶାସନ, ଜିଲ୍ଲାପାଳ ଏବଂ କମିଶନରଙ୍କ ଠାରୁ ଅନୁମତି ଆଣିବା ଆବଶ୍ୟକ।