ଭୁବନେଶ୍ବର: ଓଡିଆ ଚଳଚିତ୍ରର ପ୍ରଖ୍ୟାତ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ସାରା ସିନେ ଜଗତ ଶୋକରେ ଡୁବି ରହିଛି। କାରଣ ଓଡିଆ ଚଳଚିତ୍ରକୁ ଲୋକପ୍ରିୟ କରାଇବାରେ ଉତ୍ତମ ମହାନ୍ତିଙ୍କ ଭୂମିକା ଥିଲା ବେଳ ଗୁରୁତ୍ବପୂର୍ଣ୍ଣ। ତାଙ୍କ ବିୟୋଗରେ ନେତା ଅଭିନେତାଙ୍କଠାରୁ ପ୍ରଶଂସକ ପର୍ଯ୍ୟନ୍ତ ସମସ୍ତେ ମର୍ମାହତ।
ଏପରି କ୍ଷେତ୍ରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସେ ଏକ ଶୋକ ବାର୍ତ୍ତାରେ କହିଛନ୍ତି ଯେ, “ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। କଳା ଜଗତରେ ଏହା ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଅନେକ ଚଳଚ୍ଚିତ୍ରରେ ସେ ଛାଡ଼ି ଯାଇଥିବା ଛାପ ଲୋକଙ୍କ ହୃଦୟରେ ତାଙ୍କୁ ଚିର ଅମର କରି ରଖିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।”