Categories
ଆଜିର ଖବର ରାଜ୍ୟ ଖବର

ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇ ଦିନ ହେବ ବର୍ଷା: ୨୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ଓ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଓଡିଶାରେ ଦୁଇ ଦିନ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ଦୁଇ ଦିନ ଯାଏଁ ଉତ୍ତର ଓଡିଶା ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ସମ୍ଭାବନା ରହିଛି।

ତେବେ ଏନେଇ ଓଡିଶାର ୨୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୨୫ ରେ ଅତି ଭୀଷଣ ବାତ୍ୟାରେ ରୂପ ନେବ

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବ। ୨୫ ତାରିଖରେ ଏହା ଅତି ଭୀଷଣ ବାତ୍ୟାର ରୂପାନ୍ତରିତ ହେବ। ୨୬ ତାରିଖ ସନ୍ଧ୍ୟାରେ ଏହି ବାତ୍ୟା ଉପକୂଳ ଅତିକ୍ରମ କରିବ। ଉପକୂଳ ଛୁଇଁଲା ବେଳକୁ ପବନର ବେଗ ୧୨୦ ରୁ ୧୬୫ କିମି ରହିବ ବୋଲି ଅନୁମାନ କରାଯାଉଛି। ସ୍ଥଳ ବିଶେଷରେ ପବନର ବେଗ ୧୮୫ କିମି ରହିବ ବୋଲି ଅନୁମାନ କରାଯାଉଛି। ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶକୁ ଏହା ପ୍ରଭାବିତ କରିବ। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।