Categories
ଆଜିର ଖବର ରାଜ୍ୟ ଖବର

ବାହୁଡ଼ାରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଜୁଲାଇ ୧୫ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ସୋଆର ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି।

ଜୁଲାଇ ୧୪ରେ ସେହି ଅଂଚଳରେ ଏକ ଅପର୍ ଏୟାର ସାଇକ୍ଲୋନିକ୍ ସର୍କୁଲେସନ୍ ର ସୃଷ୍ଟି ହେବା ଫଳରେ ଏହି ଲଘୁଚାପ ରୂପ ନେଇପାରେ।

ଏହାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଜୁଲାଇ ୧୪ରୁ ୧୭ ମଧ୍ୟରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି।

ଉତ୍ତର ପ୍ରଦେଶରୁ ଦକ୍ଷିଣ ଓଡ଼ିଶା ଉପକୂଳ ପର୍ଯ୍ୟନ୍ତ ବ୍ୟାପ୍ତ ହୋଇଥିବା ଦୂର୍ବଳ ଅପର୍ ଏୟାର ଟ୍ରଫ୍ ଲାଇନ୍ ଯୋଗୁଁ ଉତର ଏବଂ ଉପକୂଳ ଜିଲ୍ଲାଗୁଡ଼ିକରେ ଜୁଲାଇ ୧୨ ଏବଂ ୧୩ ମଧ୍ୟରେ କେତେକ ସ୍ଥାନରେ ମଧ୍ୟମ ଧରଣର ଏବଂ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଜୁଲାଇ ୧୮ କିମ୍ବା ୧୯ ତାରିଖ ବେଳକୁ ଅବପାତର ରୂପ ନେବା ସହ ଜୁଲାଇ ୨୦ ତାରିଖ ସନ୍ଧ୍ୟାରେ ଉତର ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହା ଫଳରେ ଜୁଲାଇ ୨୧ ତାରିଖ ପର୍ଯ୍ୟନ୍ତ ଉତର, ପଶ୍ଚିମ ଏବଂ ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସିଇସି ସୂଚନା ଦେଇଛି।

Categories
ଆଜିର ଖବର ରାଜ୍ୟ ଖବର

ଦୁର୍ଗା ପୂଜାର ମାହୋଲ ପଡିପାରେ ଫିକା: ଦଶହରାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର: ଚଳିତ ବର୍ଷ ଦୁର୍ଗା ପୂଜାର ମାହୋଲ ଟିକେ ଫିକା ପଡ଼ିବାର ସମ୍ଭାବନା ରହିଛି। କାରଣ ଏଥର ଦଶହରାରେ ଭିଜିବ ଓଡ଼ିଶା। ଦକ୍ଷିଣ ଚାଇନା ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଯୋଗୁ ଓଡ଼ିଶାରେ ପୂଜା ସମୟରେ ବର୍ଷା ହୋଇପାରେ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ରର ସୂଚନା ଅନୁଯାୟୀ ଟାଇଫୁନ ନୋରୁ ପ୍ରଭାବରେ ପୂର୍ବ କେନ୍ଦ୍ର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ମ୍ୟାମାଁର ଉପକୂଳରେ ଏକ ଅପର ଏଆର ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ଉତର ପଶ୍ଚିମ ଆଡକୁ ଗତି କରିବ ବୋଲି ଆଶା କରାଯାଉଛି। ବାଂଲା ଦେଶ ଉପକୂଳର ନିକଟବର୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ପଶ୍ଚିମ ଉତର ପଶ୍ଚିମ ଦିଗରେ ଗତି କରି ଅକ୍ଟୋବର ୩ ସୁଦ୍ଧା ଉତର ଓଡ଼ିଶା ଉପକୂଳ ଆଡକୁ ଆସିବ ଏବଂ ଠିକ ତାର ପରଦିନ ପଶ୍ଚିମ ଓଡ଼ିଶା ମୁହାଁ ହେବ ବୋଲି ଜଣାପଡ଼ିଛି।
ଏହାର ପ୍ରଭାବରେ ଓଡ଼ିଶାର ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ ଏବଂ ଅନୁଗୁଳରେ ଅକ୍ଟୋବର ୨ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଅକ୍ଟୋବର ୩ ରେ ଖୋର୍ଦ୍ଧା, କଟକ, ଯାଜପୁର, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର ଏବଂ ସୁନ୍ଦରଗଡ଼ ପ୍ରଭୃତି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜିଠାରୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା ଥିବାବେଳେ ଅକ୍ଟୋବର ୪ ରୁ ୬ ତାରିଖ ସାରା ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମଡେଲଗୁଡିକ ଏହି ସିଷ୍ଟମ ଅଧିକ ତୀବ୍ରତର ହେବା ବିଷୟରେ କୌଣସି ସୂଚନା ପ୍ରଦାନ କରୁନାହାନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଅଗଷ୍ଟ ୧୮ରୁ ଓଡ଼ିଶାରେ ପୁଣି ଅଧିକ ବର୍ଷା ସମ୍ଭାବନା: ସିଇସି

ଭୁବନେଶ୍ୱର: ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଅକ୍ଟୋବର ୧୮ ତାରିଖରେ ରାଜ୍ୟର ଉପକୂଳବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହାର ଗୋଟିଏ ଦିନ ପରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ଥିବା ମଙ୍ଗଳବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହି ଲଘୁଚାପ ଅଗଷ୍ଟ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ସ୍ଥିର ରହିବା ସହ ଏହା ପରେ ପଶ୍ଚିମ-ଉତର-ପଶ୍ଚିମ ଦିଗ ଆଡକୁ ମୁହାଁଇବ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି। ଏହାର ପ୍ରଭାବରେ ଅଗଷ୍ଟ ୧୮ ତାରିଖ ସୁଦ୍ଧା ଓଡ଼ିଶା ଉପକୂଳ ଏବଂ ଏଂହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ଉତର ଓଡ଼ିଶା ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ନୟାଗଡ଼, କନ୍ଧମାଳ ଏବଂ ଅନୁଗୁଳ ଭଳି ଜିଲ୍ଲା ଗୁଡ଼ିକରେ ଲଘୁଚାପର ପ୍ରଭାବ ରହିବ। ସେହିପରି ଅଗଷ୍ଟ ୧୯ ତାରିଖ ରାତିରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯଥା କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ବରଗଡ଼, ସମ୍ବଲପୁର, ସୋନ୍‌ପୁର, ବୌଦ୍ଦ ଏବଂ ଝାରସୁଗୁଡାରେ ପ୍ରବଳ ବର୍ଷା ହେବ ବୋଲି ବୁଲେଟିନ୍‌ରେ କୁହାଯାଇଛି।

ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଏବଂ ମହାନଦୀର ଅପର ଏବଂ ଲୋୟର କ୍ୟାଚ୍‌ମେଂଟ, ବୈତରଣୀ ଓ ବ୍ରାହ୍ମଣୀ ନଦୀରେ ଅଗଷ୍ଟ ୧୯ ତାରିଖ ରାତିରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଛତିଶଗଡ଼ରେ ଅଗଷ୍ଟ ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ସମୟରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବର୍ଷାର ପରିମାଣ ଅଗଷ୍ଟ ୨୧ ତାରିଖରୁ କମିବାର ସମ୍ଭାବନା ରହିଛି ବୋଲି ସିଇସି ପକ୍ଷରୁ ସୂଚନା ଦିଆଯାଇଛି।