Categories
ଆଜିର ଖବର ରାଜ୍ୟ ଖବର

ଆଜିଠୁ ଆଉଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଆଜିଠୁ ୨୭ ତାରିଖ ଯାଏ ବର୍ଷ ହେବ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୃବାନୁମାନ କରାଯାଇଛି।  ସମ୍ଭାବ୍ୟ ଲଘୁଚାପ ଯୋଗୁ ଆସନ୍ତା ୨୪ ତାରିଖ ରାତିରୁ ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ପୁରୀ ଏବଂ ଅନୁଗୋଳ ଜିଲାରେ ପ୍ରବଳ ବର୍ଷିବ।

୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଢେଙ୍କାନାଳ ଜିଲାରେ ଅତି ପ୍ରବଳ ବର୍ଷା ହେବ। ସେହିପରି ୨୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ଅନୁଗୋଳ ଜିଲାରେ ଅତି ପ୍ରବଳ ବର୍ଷା ହେବ।

୨୭ ତାରିଖରେ ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ସମସ୍ତ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।