Categories
ଆଞ୍ଚଳିକ

ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏଚ୍ଆଇଭି /ଏଡ଼ସ୍ ସଚେତନତା କାର୍ଯ୍ୟକ୍ରମ

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ ସ୍ଥିତ ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରେଡ୍ ରିବନ୍ କ୍ଲବ୍ ଏବଂ ରେଡ୍ କ୍ରସ୍ ବିଭାଗ ପକ୍ଷରୁ ଏଚ୍ଆଇଭି ଏଡ଼ସ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅଧ୍ୟକ୍ଷ ଡ଼ଃ ମନୋରଞ୍ଜନ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ନାକଟିଦେଉଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡ଼. ସୁରଭି ସାମଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏଚ୍ଆଇଭିର କାରଣ ଓ ନିରାକରଣ ବିଷୟରେ ଆଲୋକପାତ କରିଥିଲେ। ସେନାରୁ ଅବସରପ୍ରାପ୍ତ ତଥା ସମାଜସେବୀ ଗୋବର୍ଦ୍ଧନ ସାହୁ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ରେଡକ୍ରସ୍ ର ଭୂମିକା ଓ ଏଡ଼ସ୍ ସଚେତନତା ଉପରେ ଆଲୋକପାତ କରିଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ପ୍ରବନ୍ଧ, ବକ୍ତୃତା ଓ କୁଇଜ୍ ପ୍ରତିଯୋଗିତା ଆୟୋଜନ କରାଯାଇ କୃତି ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ରେଡକ୍ରସ୍ ସଂଯୋଜକ ସରୋଜ କୁମାର ଭୁଏ ସଂଯୋଜନା କରିଥିଲା ବେଳେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀ ସହଯୋଗ କରିଥିଲେ। ଗ୍ରନ୍ଥାଗାରିକ ଅରୁଣ ବିଶ୍ୱାଳ ଧନ୍ୟବାଦ ଦେଇଥିଲେ।