ଭୁବନେଶ୍ଵର: ମହିଳା ସଶକ୍ତିକରଣ ଓ ସାମାଜିକ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଗତ ବର୍ଷ ତୁଳନାରେ ପ୍ରାୟ ୩ ଗୁଣା ଅଧିକ ବ୍ୟୟବରାଦ କରିଛନ୍ତି। ମହିଳାଙ୍କ ପାଇଁ ୧୭,୯୪୨ କୋଟି ଟଙ୍କା ବ୍ୟବରାଦ ହୋଇଛି, ଯାହା ଗତ ବର୍ଷ ତୁଳନାରେ ୧୮୮% ଅଧିକ। ସେହିଭଳି ସାମାଜିକ ସୁରକ୍ଷା ପାଇଁ ୨୨,୮୪୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି, ଯାହା ଗତ ବର୍ଷ ତୁଳନାରେ ୨୦୨% ଅଧିକ।
Tag: ଓଡିଶା ବଜେଟ
Odisha Budget 2024: ରାଜ୍ୟରେ ବିଏସକେୱାଇ ବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁ ରହିବ। ଏହା ବନ୍ଦ ହେବ ନାହିଁ। ହେଲେ ଏହାର ନାମ ପରିବର୍ତ୍ତନ କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଧାନସଭାରେ ବଜେଟ ଉପସ୍ଥାପନା ବେଳେ ତାହା ସ୍ପଷ୍ଟ ହୋଇଛି। ଏହାର ନାମ ପରିବର୍ତ୍ତନ କରାଯାଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ଚଳିତ ଆର୍ଥିକ ବର୍ଷ ପାଇଁ ବ୍ୟୟ ବରାଦ ମଧ୍ୟ କରିଛନ୍ତି।
ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ବଜେଟ ଭାଷଣ ଦେଉଥିବା ବେଳେ ସେ କହିଛନ୍ତି ଯେ, ରାଜ୍ୟରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୫୪୫୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହି ଯୋଜନା ଅଧିନରେ ଗରିବ ଶ୍ରେଣୀର ଲୋକେ ପୁରଷମାନେ ପାଞ୍ଚ ଏବଂ ମହିଳାମାନେ ଦଶ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରିବେ। ଫଳରେ ବିଏସକେୱାଇ ସ୍ଥାନରେ ବର୍ତ୍ତମାନ ଜିଜଏୱାଇ ଲାଗୁ ହେବ।
ଭୁବନେଶ୍ୱର: ଆଜି ଓଡିଶା ପାଇଁ ପ୍ରଥମ ଥର ନୂଆ ସରକାର ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାର୍ଦ୍ଧକ୍ୟ ଭତ୍ତା ରାଶି ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି।
ଜାଣନ୍ତୁ କେଉଁ କ୍ଷେତ୍ର ପାଇଁ କେତେ ହେଲା ବ୍ୟୟ ବରାଦ:
ଶିକ୍ଷାକ୍ଷେତ୍ର: ୩୫ ହଜାର ୫୩୬ କୋଟି ଟଙ୍କା
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା: ୫୦ କୋଟି ଟଙ୍କା
ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା: ୭୦୧ କୋଟି ଟଙ୍କା
ସାମାଜିକ ସୁରକ୍ଷା: ୭ ହଜାର ୬ ଶହ କୋଟି ଟଙ୍କା
ଭିନ୍ନକ୍ଷମ କଲ୍ୟାଣ: ୩୦୨ କୋଟି ଟଙ୍କା
ଭୁବନେଶ୍ୱର: ଚଳିତ ୨୦୨୪-୨୫ ଆର୍ଥିକ ବର୍ଷର କାମଚଳା ବଜେଟକୁ ରାଜ୍ୟ ସରକାର ବିଧାନସଭାରେ ଆଗତ କରିଛନ୍ତି। ଏହି ବଜେଟ୍ ଚିରାଚରିତ ଢଙ୍ଗରେ ଆଶା ସୃଷ୍ଟିକାରୀ ଓ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପଂଚାନନ କାନୁନ୍ଗୋ କହିଛନ୍ତି।
କଂଗ୍ରେସ ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ କାନୁନ୍ଗୋ କହିଥିଲେ ଯେ ରାଜ୍ୟ ସରକାର ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ପୁନର୍ବାର ଏକ ପ୍ରତିଶ୍ରୁତି ଓ ପ୍ରତାରଣାର ବଜେଟ୍ ଉପସ୍ଥାପନ କରିଛନ୍ତି। ଯେଉଁଥିରେ କୃଷକ, ଯୁବକ ଓ ମହିଳା ସଂପୂର୍ଣ୍ଣଭାବେ ଉପେକ୍ଷିତ।
ସେ କହିଥିଲେ ଯେ, ପୂର୍ବରୁ ଦିଆଯାଇଥିବା ଅନେକ ପ୍ରତିଶ୍ରୁତି ଯଥା ଅତିକମ୍ରେ ୩୫ ପ୍ରତିଶତ ଚାଷଜମିକୁ ଜଳସେଚିତ କରିବା, ରାଜ୍ୟର ସମସ୍ତ ଗରିବ ପରିବାରକୁ ପକ୍କାଘର ଯୋଗାଇ ଦେବା, ବର୍ଷକୁ ୨ଲକ୍ଷ ନିଯୁକ୍ତି ସୃଷ୍ଟି କରିବା ଓ ଚାଷୀର ରୋଜଗାର ବୃଦ୍ଧି କରିବା ଭଳି ଦେଇଥିବା ଅନେକ ପ୍ରତିଶ୍ରୁତି ତାହା ଏପର୍ଯ୍ୟନ୍ତ ପୂରଣ ହୋଇପାରିନାହିଁ।
ଚଳିତ ବଜେଟ୍ରେ ସରକାରଙ୍କ ସ୍ୱୀକାରୋକ୍ତି ଅନୁସାରେ ଖାଲି ପଡ଼ିଥିବା ସରକାରୀ ପଦବୀ ସଂଖ୍ୟା ୯୮ ହଜାର ୩୩୪ ହୋଇଥିବା ବେଳେ କେବଳ ସ୍ୱାସ୍ଥ୍ୟବିଭାଗରେ ୨୬ହଜାର ୮୧୫ ପଦବୀ ଖାଲି ଅଛି। ସେହିପରି ଗଣଶିକ୍ଷା ବିଭାଗର ୨୧ହଜାର ୮୪୪ ଏବଂ ୧୬ଟି ବିଶ୍ୱବିଦ୍ୟାଳୟର ମଂଜୁରିପ୍ରାପ୍ତ ୧୮୦୧ ପଦବୀ ମଧ୍ୟରୁ ୧୦୯୦ ପଦବୀ ଖାଲି ପଡ଼ିଛି। କୃଷି ବିଭାଗରେ ମଧ୍ୟ ୨୮୨୧ ପଦବୀ ଖାଲି ପଡ଼ିଛି।
ଏଥିରୁ ସହଜରେ ବୁଝାପଡ଼ୁଛି ରାଜ୍ୟର ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ଓ ନିଯୁକ୍ତି କ୍ଷେତ୍ରରେ ସରକାରଙ୍କ ତତ୍ପରତା କେତେ ରହିଛି ? ରାଜ୍ୟର ଚାଷୀ ମାଗଣା ବିଦ୍ୟୁତ୍ ସେବା ପାଇବା ପାଇଁ ଦୀର୍ଘ ୨୪ ବର୍ଷ ଧରି ଚାତକ ପରି ଅପେକ୍ଷା ରଖିଥିଲେ ହେଁ ସେ ସଂପର୍କରେ ସରକାର ସଂପୂର୍ଣ୍ଣ ନୀରବ।
ସେହିପରି ମଧୁବାବୁ ପେନ୍ସନ୍ ଯୋଜନାରେ ଭତାଧାରୀମାନଙ୍କୁ ମାସକୁ ୫ଶହ ଟଙ୍କା ଅର୍ଥାତ୍ ଦିନକୁ ୧୬ ଟଙ୍କା ୬୬ପଇସା ଦେଇ ସରକାର ବଡ଼ କାମ କରୁଛନ୍ତି ବୋଲି ଭାବୁଛନ୍ତି। ପଡ଼ୋଶୀ ରାଜ୍ୟମାନଙ୍କରେ ମିଳୁଥିବା ଭତାର ପରିମାଣ ୧୫ଶହରୁ ୩ହଜାର ଟଙ୍କା ପର୍ଯ୍ୟନ୍ତ ରହିଛି। ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନାରେ ୫,୪୫୦ କୋଟି ଟଙ୍କା ବଜେଟ୍ରେ ପ୍ରାବଧାନ ରହିଛି, ଯାହା ସଂପୂର୍ଣ୍ଣଭାବେ ସିଧାସଳଖ କର୍ପୋରେଟ୍ ହସ୍ପିଟାଲ କର୍ତୃପକ୍ଷଙ୍କ ପକେଟ୍କୁ ଯାଉଛି ।
ଏହି କ୍ରମରେ ବିଭିନ୍ନ ଆର୍ଥିକ ବର୍ଷରେ ବ୍ୟୟବରାଦ କରାଯାଇଥିବା ଅର୍ଥରେ ରାଜ୍ୟର ୩୦ଗୋଟି ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତିଭୂମି ବିକାଶ ସହିତ ସରକାର ଦୀର୍ଘମିଆଦି ସୂତ୍ରରେ ମଲ୍ଟି ସୁପରସ୍ପେଶାଲିଷ୍ଟ ହସ୍ପିଟାଲ ସ୍ଥାପନ କରିପାରିଥାନ୍ତେ ଓ ସେଥିରେ ଗରିବ ଜନସାଧାରଣ ବିଶେଷ ଉପକୃତ ହୋଇପାରିଥାନ୍ତେ। ପରନ୍ତୁ ସରକାରଙ୍କ ଦୂରଦୃଷ୍ଟି ରହିତ ସ୍ୱାସ୍ଥ୍ୟ ଯୋଜନା ପାଇଁ ବେସରକାରୀ ହସ୍ପିଟାଲର ମାଲିକମାନେ ମାଲେମାଲ ହେଉଛନ୍ତି।
ଅପରପକ୍ଷରେ ସରକାର ରାଜ୍ୟରେ ୧୦ ପ୍ରତିଶତ ଅର୍ଥାତ୍ ୧କୋଟିରୁ ଊର୍ଦ୍ଧ୍ୱ ଲୋକ ଗରିବୀ ସୀମାରେଖା ବାହାରକୁ ଆସିଥିବା ତଥ୍ୟ ସାଧାରଣରେ ସନ୍ଦେହ ସୃଷ୍ଟି କରୁଛି। ଯେତେବେଳେ ୮୩ ପ୍ରତିଶତ ଲୋକଙ୍କୁ ସରକାର ମାଗଣା ଚାଉଳ ଦେଉଥିବା କଥା କହୁଛନ୍ତି, ସେତେବେଳେ ଏତେ ସଂଖ୍ୟକ ଗରିବ ସୀମାରେଖା ଉପରକୁ ଆସିଲେ କେମିତି ବୋଲି ଶ୍ରୀ କାନୁନ୍ଗୋ ପ୍ରଶ୍ନ କରିଛନ୍ତି।
ସେ କହିଛନ୍ତି ଯେ ସରକାରୀ ତଥ୍ୟ ଅନୁସାରେ ଓଡ଼ିଶା ଯେତେବେଳେ ରାଜସ୍ୱ ବଳକା ରାଜ୍ୟ ଭାବେ ଉଭା ହୋଇଛି, ସେତେବେଳେ ରାଜ୍ୟର ଋଣଭାର ୧ଲକ୍ଷ ୨୦ହଜାର କୋଟି ଟଙ୍କା କାହିଁକି ବୋଲି କହିିଥିଲେ। ରାଜ୍ୟର ୬୦ ପ୍ରତିଶତ ମହିଳା ଓ ଶିଶୁ ପୁଷ୍ଟିହୀନତାର ଶିକାର ହେଉଥିବାବେଳେ ମହିଳା ପୁଷ୍ଟି ଯୋଜନାରେ ୫୫୪ କୋଟି ଟଙ୍କା ବ୍ୟୟବରାଦ ଯାହା ସମୁଦ୍ରକୁ ଶଙ୍ଖେ ସଦୃଶ। ସେହିପରି ମିଶନ ଶକ୍ତି ଘର ନିର୍ମାଣ ପାଇଁ ୧୧୭୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ଯାହାକି ଦଳୀୟ ଠିକାଦାରଙ୍କୁ ପୋଷିବା ପାଇଁ ଉଦ୍ଦିଷ୍ଟ ବୋଲି ସେ କହିଥିଲେ।
କଂଗ୍ରେସ ଗଣମାଧ୍ୟମ ବିଭାଗର ସମ୍ପାଦକ ତଥା ମୁଖପାତ୍ର ପ୍ରଶାନ୍ତ ଶତପଥୀ କହିଥିଲେ ଯେ ଏହି କାମଚଳା ବଜେଟ୍ରେ ବେକାର ଯୁବବର୍ଗଙ୍କ ପାଇଁ କୌଣସି ବ୍ୟବସ୍ଥା ନାହିଁ। ରାଜ୍ୟର ୩୦ ଲକ୍ଷ ଯୁବା ପେଟପୋଷିବା ପାଇଁ ବାହାର ରାଜ୍ୟକୁ ଯାଉଛନ୍ତି ଓ ଅକଥନୀୟ ଅତ୍ୟାଚାରର ଶିକାର ହେଉଛନ୍ତି ଓ କେତେକ ମଧ୍ୟ ମୃତ୍ୟୁବରଣ କରୁଛନ୍ତି। ସରକାର ଏହି ବର୍ଗଙ୍କ ସ୍ୱାର୍ଥ ପ୍ରତି ସଂପୂର୍ଣ୍ଣ ଉଦାସୀନ ରହିବା ସେମାନଙ୍କ ପ୍ରତି ଘୋର ଅନ୍ୟାୟ। ଉକ୍ତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ କଂଗ୍ରେସ ମୁଖପାତ୍ର ରବୀନ୍ଦ୍ର ଆଚାର୍ଯ୍ୟ ଉପସ୍ଥିତ ଥିଲେ।
ଭୁବନେଶ୍ୱର: ଆଜି ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ବିଗତ ବର୍ଷ ପରି ସମାଜର ବିଭିନ୍ନ ବର୍ଗ ଯଥା ବିଶେଷଜ୍ଞ, ବ୍ୟବସାୟୀ ତଥା ଶିଳ୍ପଦ୍ୟୋଗୀଙ୍କ ପ୍ରତିନିଧି ଏବଂ କୃଷକମାନଙ୍କ ସହିତ ପ୍ରାକ୍ ବଜେଟ୍ ପରାମର୍ଶ କରିଛନ୍ତି। ସକାଳ ୧୧ଟାରୁ ୧ ଘଟିକା ପର୍ଯ୍ୟନ୍ତ ତଥା ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଏହା ଅନୁଷ୍ଠିତ ହୋଇଥିଲା।
ପ୍ରଥମ ଅଧିବେଶନରେ ପୂର୍ବତନ ଅର୍ଥ ମନ୍ତ୍ରୀଙ୍କ ସମେତ ପୂର୍ବତନ ଅର୍ଥ ସଚିବ ଓ ସଚିବ ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କ ଓ ନାବାର୍ଡର ଉଚ୍ଚ ପଦସ୍ଥ ଅଧିକାରୀମାନେ ଯୋଗଦାନ କରି ସେମାନଙ୍କର ସୁଚିନ୍ତିତ ମତାମତ ରଖିଥିଲେ।
ସେହିପରି ଦ୍ୱିତୀୟ ଅଧିବେଶନରେ କ୍ଷେତ୍ର ବିଶେଷଜ୍ଞ, ବ୍ୟବସାୟୀ ତଥା ଶିଳ୍ପଦ୍ୟୋଗୀଙ୍କ ପ୍ରତିନିଧି, କୃଷି ବିଶେଷଜ୍ଞ, ଶ୍ରମ ସଂଘ ପ୍ରତିନିଧି, ପରିବେଶବିତ, ହସ୍ତ ଓ ବୟନ ଶିଳ୍ପୀ, ସ୍ତମ୍ଭକାର ତଥା ସେ୍ୱଚ୍ଛାସେବା ଅନୁଷ୍ଠାନର ପ୍ରତିନିଧିମାନେ ଯୋଗଦାନ କରି ସେମାନଙ୍କର ସୁଚିନ୍ତିତ ମତାମତ ରଖିଥିଲେ।
ଏହି ପ୍ରାକ୍-ବଜେଟ ଆଲୋଚନାରେ ଉପସ୍ଥିତ ବିଭାଗୀୟ ଅଧିକାରୀମାନେ Centre of
Excellence in Fiscal Policy and Taxation ବିଶେଷଜ୍ଞମାନେ ସମସ୍ତ ଉପସ୍ଥିତ ଅତିଥିଙ୍କ ମତାମତକୁ ଗୁରୁତର ସହ ଗ୍ରହଣ କରାଯାଇଥିଲା।
ଏହି ସମସ୍ତ ମତାମତକୁ ଅନୁଧ୍ୟାନ କରି ସମ୍ପୃକ୍ତ ବିଭାଗକୁ ଆବଶ୍ୟକ ପଦକ୍ଷେପ ନିମନ୍ତେ ଶୀଘ୍ର ହସ୍ତାନ୍ତର କରିଦିଆଯିବ। ଆଗାମୀ ବର୍ଷ ୨୦୨୩-୨୪ ବଜେଟ୍ ପ୍ରସ୍ତୁତିରେ ଏହି ପରାମର୍ଶଗୁଡିକୁ ନିଶ୍ଚୟ ବିଚାର କରାଯିବ।
ଭୁବନେଶ୍ବର: ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ଆଜି ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ କରିଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ମୋଟ୍ ୨ ଲକ୍ଷ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ତେବେ ଏଥର ବଜେଟରେ ସେ କୃଷି ଏବଂ ସ୍ବାସ୍ଥ୍ୟ ପାଇଁ ଅଧିକ ବ୍ୟୟ ବରାଦ କରିଛନ୍ତି।
ଏଥର କୃଷି ପାଇଁ ମୋଟ୍ ୨୧ ହଜାର ୧ ଶହ ୬୬ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏଥିରେ କାଳିଆ ଯୋଜନା ପାଇଁ ୧ ହଜାର ୮ ଶହ ୭୪ କୋଟି ଟଙ୍କା, କୃଷି ଶିକ୍ଷା ଓ ଗବେଷଣା ପାଇଁ ୧୬୧ କୋଟି ବ୍ୟୟ ବରାଦ କରାଯାଇଛି। ସେହିପରି ଉଦ୍ୟାନ କୃଷି ପାଇଁ ୩୧୨ କୋଟି ପ୍ରବଧାନ କରାଯାଇଛି। କୃଷକ ପରିବାରକୁ ଆୟ ସହାୟତା ପାଇଁ ୧୨୨ କୋଟି ଏବଂ ଚାଷୀଙ୍କୁ କୃଷି ଋଣ ସୁଧ ସହାୟତା ପାଇଁ ୮୯୩ କୋଟି ବରାଦ କରାଯାଇଛି ।
ସେହିପରି ଏହି ବଜେଟରେ ସ୍ୱାସ୍ଥ୍ୟ ପାଇଁ ମୋଟ ୧୨ ହଜାର ୬୨୪ କୋଟି ବ୍ୟ ଅଟକଳ ରଖାଯାଇଛି। ଏଥିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୨ ହଜାର ୬୬୪ କୋଟି ଟଙ୍କା ଏବଂ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ ପାଇଁ ୨ ହଜାର ୩୨୫ କୋଟି ଟଙ୍କା ରଖାଯାଇଛି। ସେହିପରି ପରିବାର କଲ୍ୟାଣ ଯୋଜନା ପାଇଁ ୫୧୪ କୋଟି ଟଙ୍କା ବଜେଟରେ ବ୍ୟବସ୍ଥା କରାଯାଇଛି।
ଅନ୍ୟପକ୍ଷରେ ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ମୋଟ ୨୭, ୩୨୪ କୋଟି ଟଙ୍କା ବଜେଟରେ ବ୍ୟବସ୍ଥା କରାଯାଇଛି। ସେଥିରେ ମୋ ସ୍କୁଲ ଅଭିଯାନ ପାଇଁ ୬୪୬ କୋଟି । ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ ପାଇଁ ୧୦୦ କୋଟି ବ୍ୟବସ୍ଥା କରାଯାଇଛି । ମୋ କଲେଜ ଅଭିଯାନ ପାଇଁ ୧୧ କୋଟି । ସମଗ୍ର ଶିକ୍ଷା ପାଇଁ ୩୫୮୧ କୋଟି ବ୍ୟୟ ବରାଦ କରାଯାଇଛି । ଏ ନେଇ ଆଜି ବିଧାନସଭାରେ ଅର୍ଥମନ୍ତ୍ରୀ ପୂଜାରୀ ଗୃହକୁ ଅବଗତ କରାଇଛନ୍ତି।
ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଭିନ୍ନ ବିଭାଗକୁ ଯେଉଁ ବ୍ୟୟ ବରାଦ କରିଛନ୍ତି ତାହା ହେଲା
କୃଷି- ୨୧, ୧୬୬ କୋଟି ଟଙ୍କା
ଶିକ୍ଷା ଓ ଦକ୍ଷତା ବିକାଶ- ୨୭, ୩୨୪ କୋଟି ଟଙ୍କା
ସ୍ୱାସ୍ଥ୍ୟ- ୧୨, ୬୨୪ କୋଟି ଟଙ୍କା
ଜଙ୍ଗଲ ଓ ପରିବେଶ- ୨୨୧୭ କୋଟି ଟଙ୍କା
ସଡକ ଓ ଭିତ୍ତିଭୂମି- ୧୪, ୪୫୪ କୋଟି ଟଙ୍କା
ମିଶନ ଶକ୍ତି- ୨୦୦୦ କୋଟି ଟଙ୍କା
ବିପର୍ଯ୍ୟୟ ପରିଚାଳନା- ୩୨୬୨ କୋଟି ଟଙ୍କା
ଶିଳ୍ପ, ଏମଏସଏମଇ, ଉଦ୍ୟୋଗ- ୧୨୬୯ କୋଟି ଟଙ୍କା
ଶକ୍ତି- ୩୪୮୨ କୋଟି ଟଙ୍କା
ପର୍ଯ୍ୟଟନ- ୫୯୦ କୋଟି ଟଙ୍କା
କ୍ରୀଡା ଓ ଯୁବସେବା ବିଭାଗ- ୯୧୧ କୋଟି ଟଙ୍କା
ଇସ୍ପାତ ଓ ଖଣି- ୧୮୩ କୋଟି ଟଙ୍କା
ଆଇଟି ଓ ଇଲେକ୍ଟ୍ରୋନିକ୍- ୩୦୨ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।