Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର ସଂସ୍କୃତି

ପ୍ରକାଶ ପାଇବ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ମିଲେଟ୍‌ ବିଶେଷାଙ୍କ

ଭୁବନେଶ୍ୱର: ସାରା ବିଶ୍ୱରେ ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍‌ ବର୍ଷ ଭାବେ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ନଭେମ୍ବର ୯ ଓ ୧୦ ତାରିଖରେ ଭୁବନେଶ୍ୱରଠାରେ ମିଲେଟ୍‌ ସଂପର୍କରେ ଦୁଇଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେଉଛି। ଏହି ପରିପ୍ରେକ୍ଷୀରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ମିଲେଟ୍‌ ବିଶେଷାଙ୍କ ପ୍ରକାଶ ପାଇବ।

ମାଣ୍ଡିଆ ପୁଷ୍ଟିଶସ୍ୟ ମିଲେଟ୍‌ ଚାଷର ପ୍ରସାର ଓ ମିଲେଟ୍‌ଭିତ୍ତିକ ଖାଦ୍ୟକୁ ମୁଖ୍ୟସ୍ରୋତରେ ସାମିଲ କରିବା ଦିଗରେ ଜନସଚେତନତା ସୃଷ୍ଟି କରିବା ଦିଗରେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟରେ ଆଲେଖ୍ୟଗୁଡ଼ିକ ସହାୟକ ହେବ। ମିଲେଟ୍‌ ଚାଷର ବିଭିନ୍ନ ଦିଗ, ଓଡ଼ିଶାରେ ମିଲେଟ୍‌ ଚାଷର ସଫଳତା, ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ମିଲେଟ୍‌ ମିଶନ ମାଧ୍ୟମରେ ଚାଷୀମାନଙ୍କୁ ମାଣ୍ଡିଆ ଚାଷ ନିମନ୍ତେ ଯୋଗାଇ ଦିଆଯାଉଥିବା ପ୍ରୋତ୍ସାହନ, ମାଣ୍ଡିଆରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ପ୍ରସ୍ତୁତି ସହ ମିଲେଟ୍‌ର ଉପକାରିତା ଓ ଏହାର ପ୍ରସାର ଆଦି ଦିଗରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଉପାଦେୟ ଲେଖା ଏଥିରେ ସ୍ଥାନିତ ହେବ।

ଆଜି ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ମିଲେଟ୍‌ ବିଶେଷାଙ୍କକୁ ଆକର୍ଷଣୀୟ କରିବା ଦିଗରେ ସବିଶେଷ ଆଲୋଚନା ହୋଇଥିଲା।

ବୈଠକରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭୁ୍ୟର ସଂପାଦିକା କସ୍ତୁରୀ ମହାପାତ୍ର ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭୁ୍ୟର ରୂପରେଖ ସଂପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ଆନ୍ତର୍ଜାତିକ ସମ୍ମିଳନୀ ଅବସରରେ ଏହାର ଶୁଭ ଉନ୍ମୋଚନ କରାଯିବ।

ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ, ଓଡ଼ିଶା ମିଲେଟ୍‌ ମିଶନର ଅଧିକାରୀ ଏବଂ ଫିକିର କର୍ମକର୍ତ୍ତାମାନେ ଯୋଗଦେଇଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ନୂଆଦିଲ୍ଲୀରେ ଉନମୋଚିତ ହେଲା ଉତ୍କଳ ପ୍ରସଙ୍ଗ, ଓଡିଶା ରିଭ୍ୟୁ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଆୟୋଜିତ IITF ମେଳାର ଓଡ଼ିଶା ଦିବସ କାର୍ଯ୍ୟକ୍ରମରେ ଆଜି ଓଡିଶା ସରକାରଙ୍କ ମୁଖପତ୍ର ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସ୍ବତନ୍ତ୍ର ସଂସ୍କରଣ ମନ୍ତ୍ରୀ ଶ୍ରୀ ପ୍ରୀତିରଞ୍ଜନ ଘଡାଇଙ୍କ ଦ୍ବାରା ଉନ୍ମୋଚିତ ହୋଇଛି। ଉତ୍କଳ ପ୍ରସଙ୍ଗ ସମ୍ପାଦକ ଶ୍ରୀମତୀ କସ୍ତୁରୀ ମହାପାତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ପ୍ରଗତି ମୈଦାନ ଆମ୍ଫିଥିଏଟରରେ ଅନୁଷ୍ଠିତ ଏହି ସମାରୋହରେ ଓଟିଡିସି ଅଧ୍ୟକ୍ଷ ଡ. ଲେନୀନ୍ ମହାନ୍ତି, ରେସିଡେଣ୍ଟ୍ କମିଶନର ଶ୍ରୀ ରବିକାନ୍ତ, ସ୍ବତନ୍ତ୍ର ରେସିଡେଣ୍ଟ କମିଶନର ଶ୍ରୀମତୀ ଦେବଯାନୀ ଚକ୍ରବର୍ତ୍ତୀ, ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ଗାନ୍ଧୀ ଜୟନ୍ତୀରେ ଉତ୍କଳ ପ୍ରସଂଗର ସ୍ବତନ୍ତ୍ର ସଂଖ୍ୟାକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଗାନ୍ଧୀ ଜୟନ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳ ପ୍ରସଂଗ ଏବଂ ଓଡିଶା ରିଭ୍ୟୁର ସ୍ବତନ୍ତ୍ର ସଂଖ୍ୟାକୁ ଲୋକାର୍ପଣ କରିଛନ୍ତି। ଲୋକସେବା ଭବନର ଲନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ଏହି ପତ୍ରିକାର ଉନମୋଚନ କରାଯାଇଛି। ଏଥିରେ ଓଡିଶାରେ ଗାନ୍ଧୀଜୀ ଏବଂ ସ୍ବାଧୀନତା ସଂଗ୍ରାମ ଉପରେ ବିଶେଷ ପ୍ରାଧାନ୍ୟ ଦିଆଯାଇଛି।

ଓଡିଶା ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଏହି ପତ୍ରିକା ପ୍ରକାଶିତ ହୋଇଥାଏ। ଏହି ଉତ୍ସବରେ ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ପ୍ରଦିପ ଅମାତ, ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ଉତ୍କଳ ପ୍ରସଂଗ ଓ ଓଡିଶା ରିଭ୍ୟୁର ସଂପାଦନ ଲେନିନ ମହାନ୍ତି ଉପସ୍ଥିତ ଥିଲେ।