Categories
ଆଜିର ଖବର ଖେଳ ଜାତୀୟ ଖବର ରାଜ୍ୟ ଖବର

ଭୁବନେଶ୍ବରରେ ପହଞ୍ଚିଲେ ଅଲମ୍ପିକ ବିଜେତା, ବିମାନବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା

ଭୁବନେଶ୍ଵର : ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ଅଲିମ୍ଫିକ୍ସ ପଦକ ବିଜେତା। ଭୁବନେଶ୍ଵର ବିମାନ ବନ୍ଦରରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ବ୍ରୋଞ୍ଚ ପଦକ ବିଜେତା ବିରେନ୍ଦ୍ର ଲାକ୍ରା ଓ ଅମିତା ରୋହିତ ଦାସ ଓ଼ଡିଶାକୁ ଫେରିଛନ୍ତି। ମହିଳା ହକି ଖେଳାଳୀ ଦୀପଗ୍ରେସ ଏକ୍କା, ନମିତା ଟପ୍ପୋ ମଧ୍ୟ ଆଜି ପହଞ୍ଚିଛନ୍ତି।

ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ କ୍ରୀଡାବିଭାଗ ତରଫରୁ ଫୁଲତୋଡା ଦେଇ ସ୍ଗାଗତ କରାଯାଇଥିଲା। ହକି ଇଣ୍ଡିଆର ଓଡିଶା ପ୍ରାୟଯୋକ ଥିବାରୁ ଏହି ସଫଳତା ଆହୁରି ବଢିଯାଇଛି। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଖେଳାଳୀଙ୍କୁ ସମ୍ବର୍ଦ୍ଧନା କରିବେ ବୋଲି ଜଣାପଡିଛି।

Categories
ଖେଳ ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ହକି ଖେଳାଳୀଙ୍କ ଗହଣରେ ବିଜୟ ଉତ୍ସବ ପାଳିଲେ କ୍ରୀଡ଼ାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ନବୀନଙ୍କୁ କୃତଜ୍ଞତା

ଭୁବନେଶ୍ୱର, ଭାରତୀୟ ପୁରୁଷ ହକି ଦଳ ଆଜି ଟୋକିଓ ଅଲିମ୍ପିକ୍‌ରେ ବ୍ରୋଞ୍ଜ ପଦକ ହାସଲ କରିବା ପରେ କ୍ରୀଡ଼ା ଓ ଯୁବସେବା ତଥା ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଭାରତୀୟ ଦଳକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ କଳିଙ୍ଗ ଷ୍ଟାଡିୟମ୍‌ ପରିସରରେ ହକି ଖେଳାଳିଙ୍କ ଗହଣରେ ଉତ୍ସବ ପାଳନ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା ଓଡ଼ିଶା ଭାରତୀୟ ପୁରୁଷ ଓ ମହିଳା ହକି ଦଳର ପ୍ରାୟୋଜକ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସମସ୍ତ ହକିପ୍ରେମୀମାନଙ୍କ ତରଫରୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ଆଜି ମନ୍ତ୍ରୀ ଶ୍ରୀ ବେହେରା କଳିଙ୍ଗ ଷ୍ଟାଡିୟମ୍‌ସ୍ଥିତ ହକି ହାଇପରଫର୍ମାନ୍ସ ସେଣ୍ଟର ପରିସରରେ ହକି ଖେଳାଳୀଙ୍କୁ ମିଠା ଖୁଆଇବା ସହ ଅଲିମ୍ପିକ୍‌ ବିଜୟର ଉତ୍ସବ ପାଳନ କରିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା କହିଲେ ଯେ ଭାରତୀୟ ପୁରୁଷ ହକି ଦଳ ଆଜି ନିଜର ଅଦମ୍ୟ ପରାକାଷ୍ଠା ସହ ଦୀର୍ଘ ୪୧ ବର୍ଷ ପରେ ବ୍ରୋଞ୍ଜ ପଦକ ହାସଲ କରିଛି । ଆଜିର ଦିନ ସମଗ୍ର କ୍ରୀଡ଼ା ଇତିହାସରେ ଏକ ଗୌରବମୟ ଦିନ ହୋଇ ରହିବା ସହ ଆଗାମୀ ପିଢ଼ିର ଖେଳାଳୀମାନଙ୍କୁ ବେଶ୍‌ ପ୍ରେରଣା ଯୋଗାଇବ । ଆସନ୍ତକାଲି ଭାରତୀୟ ମହିଳା ଦଳ ବ୍ରୋଞ୍ଜ ପଦକ ପାଇଁ ଖେଳିବାକୁ ଯାଉଥିବାବେଳେ ଆଜିର ଉତ୍ସାହ ସେମାନଙ୍କୁ ସହାୟକ ହେବ ବୋଲି ମନ୍ତ୍ରୀ ଶ୍ରୀ ବେହେରା ମତବ୍ୟକ୍ତ କରିଛନ୍ତି ।

ବିଗତ ୮/୧୦ ବର୍ଷ ଧରି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କ୍ରୀଡ଼ା ପ୍ରତି ଭଲପାଇବା ଏବଂ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ତାଙ୍କ ପ୍ରତିବଦ୍ଧତା ଆଜି ଆମକୁ ସଫଳତାର ସୋପାନରେ ପହଞ୍ଚାଇପାରିଛି। ମୁଖ୍ୟମନ୍ତ୍ରୀ ଭାରତର ପୁରୁଷ ଓ ମହିଳା ହକି ଦଳକୁ ୫ ବର୍ଷ ପାଇଁ ପ୍ରାୟୋଜନ କରିବା ପାଇଁ ଯେଉଁ ନର୍ଭର ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି ଆମେ ତାକୁ ପାଳନ କରିଆସୁଛୁ ବୋଲି ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରି ଭାରତୀୟ ପୁରୁଷ ହକି ଦଳ ଆଜି ଯେଉଁ ଅଦ୍ଭୂତପୂର୍ବ ବିଜୟ ହାସଲ କଲେ ତାହା ବର୍ତ୍ତମାନର କ୍ରୀଡ଼ାବିତ୍‌ଙ୍କୁ ବେଶ୍‌ ପ୍ରେରଣା ଯୋଗାଇବ । ଏହି ପରିପ୍ରେକ୍ଷୀରେ ଆଗାମୀ ପିଢ଼ିର ଖେଳାଳୀମାନଙ୍କ ଲାଗି ଆମ ସରକାର ସ୍ପୋନସର୍‌ସିପ୍‌ ସହ କ୍ରୀଡ଼ା ଭିତ୍ତିଭୂମି ପ୍ରତିଷ୍ଠା, ହାଇ ପରଫର୍ମାନ୍ସ ସେଣ୍ଟର ଏବଂ ତୃଣମୂଳ ସ୍ତରରୁ କୋଚିଂ ପ୍ରଦାନ ଲାଗି ଯେଉଁ ବ୍ୟବସ୍ଥା କରିଛନ୍ତି ତାହା ନିଶ୍ଚିତ ଭାବେ ଫଳପ୍ରଦ ହେବ । ଆମର ଦୃଢ଼ ପ୍ରଚେଷ୍ଠା ଆଗାମୀ ଦିନରେ ଓଡ଼ିଶାରେ ବହୁତ ଭଲ ଖେଳାଳୀ ସୃଷ୍ଟି କରି ଆମ ରାଜ୍ୟ ତଥା ଦେଶ ପାଇଁ ଗର୍ବ ଓ ଗୌରବ ଆଣିବ ବୋଲି ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି ।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା ଭାରତୀୟ ଦଳର ସମସ୍ତ ଖେଳାଳୀ, କୋଚ, ଅଫିସିଆଲ୍‌, ହକି ଇଣ୍ଡିଆ, ଅନ୍ତର୍ଜାତୀୟ ହକି ଫେଡେରେସନ୍‌ର ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ଟୋକିଓ ମାଟିିରେ ଭାରତୀୟ ବିଜୟ ପତାକା ଉଡ଼ାଇଥିବାରୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।